ମେ’ ୨୦ରୁ ରବି ଧାନ କିଣା

ବାରିପଦା ଅଫିସ,୧୯।୪

ମୟୂରଭଞ୍ଜ ଜିଲାର ଚାଷୀଙ୍କଠାରୁ ଚଳିତ ୨୦୨୧-୨୨ବର୍ଷ ପାଇଁ ରବି ଧାନ କ୍ରୟ ନିମନ୍ତେ ଜିଲାସ୍ତରୀୟ ଧାନ ସଂଗ୍ରହ ନୀତି ନିର୍ଦ୍ଧାରଣ କମିଟି ବୈଠକ ବାରିପଦା ପ୍ରୟାସ ସମ୍ମିଳନୀ କକ୍ଷଠାରେ ଅନୁଷ୍ଠିତ ହୋଇଯାଇଛି। ଜିଲା ଯୋଗାଣ, ଆର୍‌ଏମ୍‌ସି ଏବଂ ଡିଆର୍‌ସିଏସ୍‌ ବିଭାଗର ମିଳିତ ତତ୍ତ୍ୱାବଧାନରେ ୧୭ଟି ଧାନ କ୍ରୟ କେନ୍ଦ୍ର(ମଣ୍ଡି)ମାନଙ୍କରେ ଆସନ୍ତା ମେ’ ୨୦ରୁ ରବି ଧାନ କ୍ରୟ କରାଯିବ ବୋଲି ନିଷ୍ପତ୍ତି ନିଆଯାଇଛି। ଜିଲାପାଳ ବିନୀତ୍‌ ଭରଦ୍ୱାଜଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ବୈଠକରେ ଜିଲା ପରିଷଦ ଅଧ୍ୟକ୍ଷା ଭାରତୀ ହଁାସଦା, ମୋରଡ଼ା ବିଧାୟକ ରାଜ କିଶୋର ଦାସ, ବଡ଼ସାହି ବିଧାୟକ ସନାତନ ବିଜୁଳି, ରାଇରଙ୍ଗପୁର ବିଧାୟକ ନବ ଚରଣ ମାଝୀ, କରଞ୍ଜିଆ ବିଧାୟିକା ବାସନ୍ତୀ ହେମ୍ବ୍ରମ, ଏସ୍‌ପି ଋଷିକେଶ ଦ୍ୟାନଦେଓ ଖିଲାରୀ, ପିଡି ଡିଆରଡିଏ ପି. ଅନ୍ବେଷା ରେଡ୍ଡି, ଜିଲା ମୁଖ୍ୟ କୃଷି ଅଧିକାରୀ ରବୀନ୍ଦ୍ର କୁମାର ଖଟୁଆ ପ୍ରମୁଖଙ୍କ ସମେତ ଜିଲାର ବହୁ ଅଧିକାରୀ, ଏମ୍‌ପି ଓ ବିଧାୟକଙ୍କ ପ୍ରତିନିଧି, ଜିଲାର ମିଲରର୍ସ ଏବଂ ଚାଷୀ ପ୍ରତିନିଧିମାନେ ଯୋଗ ଦେଇଥିଲେ।
ଋତୁରେ ଜିଲାର ପଞ୍ଜିକୃତ ଚାଷୀମାନଙ୍କଠାରୁ ଧାନ କ୍ରୟ ନିମନ୍ତେ ସରକାରଙ୍କ ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ ବିଭାଗ ନିର୍ଦ୍ଧାରିତ ନିର୍ଦ୍ଦେଶାବଳୀ ସମ୍ପର୍କିତ ସବିଶେଷ କାର୍ଯ୍ୟକ୍ରମ ପ୍ରସ୍ତୁତି ଉପରେ ଆଲୋଚନା କରିଥିଲେ। ଚଳିତ ବର୍ଷ ରବି ଧାନ ବିକ୍ରି ପାଇଁ ଚାଷୀ ଅନଲାଇନରେ ଆବେଦନ କରି ନାମ ପଞ୍ଜୀକୃତ କରିବା ପାଇଁ ପରାମର୍ଶ ଦିଆଯାଇଛି। ଏଥି ପାଇଁ ଅଦ୍ୟାବଧି ୨,୯୮୬ଜଣ ଚାଷୀ ଲ୍ୟାମ୍ପ୍‌ସ ଓ ସମବାୟ ସମିତି ମାଧ୍ୟମରେ ନାମ ପଞ୍ଜୀକୃତ କରିଛନ୍ତି। ଚଳିତ ବର୍ଷ ସରକାରଙ୍କ ଦ୍ୱାରା ଧାର୍ଯ୍ୟ କରାଯାଇଥିବା ଧାନର ସହାୟକ ମୂଲ୍ୟ ଯଥାକ୍ରମେ ଏଫ୍‌ଏକ୍ୟୁ ଗ୍ରେଡ୍‌ ସାଧାରଣ ମାନ ଧାନର ମୂଲ୍ୟ କୁଇଣ୍ଟାଲ ପ୍ରତି ୧୯୪୦ ଟଙ୍କା ଏବଂ ଏଫ୍‌ଏକ୍ୟୁ ଗ୍ରେଡ୍‌ ‘ଏ’ ମାନ ଧାନର ମୂଲ୍ୟ କୁଇଣ୍ଟାଲ ପ୍ରତି ୧୯୬୦ଟଙ୍କା ଧାର୍ଯ୍ୟ କରାଯାଇଛି। ବିକ୍ରୟ ଧାନର ସହାୟକ ମୂଲ୍ୟ ଚାଷୀଙ୍କ ପଞ୍ଜୀକୃତ ବ୍ୟାଙ୍କ ପାସ୍‌ ବହିରେ ୨୪ରୁ ୪୮ ଘଣ୍ଟା ମଧ୍ୟରେ ଅନ୍‌ଲାଇନ ମାଧ୍ୟମରେ ପ୍ରଦାନ କରାଯିବ। ମଣ୍ଡିରେ ଧାନ ସୁରକ୍ଷିତ ରଖିବା ପାଇଁ ଆବଶ୍ୟକୀୟ ତାରପୋଲିନ ସେଡ୍‌, କ୍ୟାପଷ୍ଟୋରେଜ୍‌ (ଗୋଡାଉନ) ସହ ଚାଷୀମାନଙ୍କ ସୁବିଧା ପାଇଁ ପାନୀୟଜଳ, ବିଶ୍ରାମ ସ୍ଥଳ, ଶୌଚାଳୟ ଆଦି ସମସ୍ତ ପ୍ରକାର ଆନୁସଙ୍ଗିିକ ବ୍ୟବସ୍ଥା ଲାଗି ବିହୀତ ପଦକ୍ଷେପ ଗ୍ରହଣ କରିବାକୁ ନିର୍ଦ୍ଦେଶ ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ରାସ୍ତା ପ୍ରଶସ୍ତିକରଣକୁ ନେଇ ଉତ୍ତେଜନା: କାର୍ଯ୍ୟବନ୍ଦ କଲେ ଗ୍ରାମବାସୀ

ମୋରଡ଼ା,୨୮ା୩(ସ୍ମାରକ ମାଜୀ): ରାସ୍ତା ପ୍ରଶସ୍ତିକରଣକୁ ନେଇ ମୟୂରଭଞ୍ଜ ଜିଲା ମୋରଡ଼ା ବ୍ଲକ ଅଧୀନ ଗଡ଼ିଆ ଗ୍ରାମରେ ଉତ୍ତେଜନା ଦେଖିବାକୁ ମିଳିଛି। ଏନେଇ ଗ୍ରାମବାସୀ  ନିର୍ମାଣ କାର୍ଯ୍ୟ...

ସୁଦାମ-ନବଚରଣ ଲଢ଼େଇ

ବାରିପଦା,୨୮ା୩(ନୀଳାଦ୍ରି ବିହାରୀ ଦଣ୍ଡପାଟ)ଭାଜପା ଓ ବିଜେଡି ପକ୍ଷରୁ ମୟୂରଭଞ୍ଜ ଲୋକସଭା ପ୍ରାର୍ଥୀ ଘୋଷଣା ପରେ ଜିଲାରେ ନିର୍ବାଚନୀ ଉଷ୍ମତା ଜୋର ଧରିଛି। ଦୁଇ ପ୍ରମୁଖ ଦଳର...

ଅଫିମ ବେପାରୀଙ୍କ ପାଇଁ ଅକଳରେ ଆଦିବାସୀ

ବାରିପଦା,୨୦।୩(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲା ଶିମିଳିପାଳ ଅଭୟାରଣ୍ୟରେ ଅଫିମ ଚାଷର ପସରା ମେଲିଛି। ଏକର ଏକର ଜମିରେ ଅଫିମ ଚାଷ କରି ମାଲେମାଲେ ହେଉଥିବା...

ମାଂସ ପାଇଁ ୩ଦିନ ପଡ଼ିରହିଲା ମୃତଦେହ

ବାରିପଦା,୧୯ା୩(ନୀଳାଦ୍ରି ବିହାରୀ ଦଣ୍ଡପାଟ):ଗାଁର ସମସ୍ତଙ୍କ ଭୋଜି ଭାତରେ ସାମିଲ ହେଉଥିଲେ। ହେଲେ ଜାତିଭାଇଙ୍କୁ ନିଜ ବାହାଘର ଭୋଜି ଦେଲେନି। ଏନେଇ ଗାଁ ଲୋକଙ୍କ ସହ ଲାଗି...

ବଜ୍ରପାତରେ ସ୍ବାମୀଙ୍କ ଜୀବନ ଗଲା, ସ୍ତ୍ରୀ ଆହତ

ଠାକୁରମୁଣ୍ଡା,୧୮ା୩(ତାରାକାନ୍ତ ପଟ୍ଟନାୟକ): ସୋମବାର ସକାଳେ ବଜ୍ରପାତ ହୋଇ ସ୍ବାମୀଙ୍କର ମୃତ୍ୟୁ ଘଟିଥିବା ବେଳେ ସ୍ତ୍ରୀ ଆହତ ହୋଇଛନ୍ତି। ମୃତକ ଜଣକ ହେଉଛନ୍ତି ମୟୂରଭଞ୍ଜ ଜିଲା ଠାକୁରମୁଣ୍ଡା...

ଗୋରୁ ବୋଝେଇ ପିକ୍‌ଅପ୍‌ ଜବତ କଲେ ଗ୍ରାମବାସୀ

ମୋରଡ଼ା,୧୫ା୩(ସ୍ମାରକ ମାଜୀ): ମୟୂରଭଞ୍ଜ ଜିଲା ମୋରଡ଼ା ତଥା ଚିତ୍ରଡ଼ା ଫାଣ୍ଡି ଅଧୀନ ଝିଙ୍କିରିଆ ଗ୍ରାମବାସୀଙ୍କ ଦ୍ୱାରା ଏକ ଗୋରୁ ଗାଡ଼ି ଜବତ ହୋଇଛି। ସୂଚନାନୁଯାୟୀ, ଶୁକ୍ରବାର...

ସଙ୍ଘ ବିରୋଧୀ କାର୍ଯ୍ୟ ପାଇଁ ଦୁଇ ସରପଞ୍ଚ ନିଲମ୍ବିତ

ମୋରଡା,୧୨।୩(ସ୍ମାରକ ମାଜୀ): ମୟୂରଭଞ୍ଜ ଜିଲା ମୋରଡା ବ୍ଲକ ସରପଞ୍ଚ ସଙ୍ଘରୁ ଦୁଇଜଣ ସରପଞ୍ଚ ନିଲମ୍ବିତ ହେବା ଘଟଣା ଚର୍ଚ୍ଚାର ବିଷୟ ପାଲଟିଛି। ସୂଚନା ଅନୁଯାୟୀ, ବିଭିନ୍ନ...

ଦୁଆରଶୁଣୀ ଘାଟିରେ ୨ ବସ୍‌ ମଝିରେ ପଶିଲା ପିକ୍‌ଅପ୍‌

ବାରିପଦା,୧୦ା୩(ନିଳାଦ୍ରୀ ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲା ୪୯ନଂ ଜାତୀୟ ରାଜପଥ ବାଙ୍ଗିରିପୋଷି ଦୁଆରଶୁଣୀ ଘାଟିରେ ଦୁଇ ଯାତ୍ରୀବାହୀ ବସ୍‌ ଓ ପିକଅପ୍‌ ଦୁର୍ଘଟଣାଗ୍ରସ୍ତ ହୋଇଛି। ଦୁର୍ଘଟଣାରେ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri