ଆସନ୍ତା ୧ରୁ ୧୭ ଜିଲାରେ ରବି ଧାନ ସଂଗ୍ରହ ଆରମ୍ଭ ହେବ

ଭୁବନେଶ୍ୱର,୧୩।୪(ବ୍ୟୁରୋ): ରାଜ୍ୟର ୧୭ ଜିଲାରେ ରବିଧାନ ସଂଗ୍ରହ କାର୍ଯ୍ୟ ଆସନ୍ତା ୧ ତାରିଖରୁ ଆରମ୍ଭ ହେଉଛି। ଏହି ପରିପ୍ରେକ୍ଷୀରେ ପଡ଼ୋଶୀ ରାଜ୍ୟର ଅନଧିକୃତ ଧାନ ଯେପରି ମଣ୍ଡିରେ ପ୍ରବେଶ କରି ନ ପାରିବ ସେଥିପ୍ରତି ଖାଦ୍ୟଯୋଗାଣ ଓ ଖାଉଟି କଲ୍ୟାଣ ବିଭାଗ ପକ୍ଷରୁ ଯାଞ୍ଚ ବ୍ୟବସ୍ଥାକୁ କଡ଼ାକଡ଼ି କରାଯାଇଛି। ଏସବୁ ଜିଲାର ସ୍ଥିରୀକୃତ ମଣ୍ଡିରେ ପଞ୍ଜୀକୃତ ଓ ଯାଞ୍ଚ ହୋଇଥିବା ପ୍ରକୃତ ଚାଷୀ ଯେପରି ରବିଧାନ ବିକ୍ରି କରି ସର୍ବନିମ୍ନ ସହାୟକ ମୂଲ୍ୟର ଲାଭ ପାଇପାରିବେ, ସେଥି ନିମନ୍ତେ କ୍ଷେତ୍ର ଅଧିକାରୀମାନେ ସତର୍କ ଦୃଷ୍ଟି ରଖିବା ସହିତ ଯାଞ୍ଚ ବ୍ୟବସ୍ଥାକୁ କଡ଼ାକଡ଼ି କରିବା ପାଇଁ ମନ୍ତ୍ରୀ ରଣେନ୍ଦ୍ର ପ୍ରତାପ ସ୍ବାଇଁ ନିର୍ଦ୍ଦେଶ ଦେଇଛନ୍ତି।
ଜିଲା ଓ ସବ୍‌ଡିଭିଜନ୍‌ ସ୍ତରରେ ସ୍ବତନ୍ତ୍ର ସ୍କ୍ବାଡ୍‌ ଗଠନ କରାଯାଇ ନିୟମିତ ଯାଞ୍ଚ କରିବା ପାଇଁ କ୍ଷେତ୍ର ଅଧିକାରୀଙ୍କୁ ନିର୍ଦ୍ଦେଶ ଦିଆଯାଇଛି। ଏହି ମର୍ମରେ ବିଭାଗ ପକ୍ଷରୁ ରବିଧାନ ସଂଗ୍ରହ ହେଉଥିବା ଜିଲାଗୁଡିକର ଜିଲାପାଳ ଏବଂ ରାଜ୍ୟ ପୋଲିସ ମହାନିର୍ଦ୍ଦେଶକଙ୍କୁ ପତ୍ର ଲେଖାଯାଇ ଅନଧିକୃତ ଧାନ ଚାଲାଣକୁ ରୋକିବାକୁ ସମସ୍ତ ପ୍ରକାର ପଦକ୍ଷେପ କଡ଼ାକଡ଼ି ଭାବେ ଗ୍ରହଣ କରିବା ପାଇଁ ଅନୁରୋଧ କରାଯାଇଛି। ଚଳିତ ରବିଧାନ କେବଳ ୧୭ ଜିଲାର ପଞ୍ଜୀକୃତ ଓ ଯାଞ୍ଚ ହୋଇଥିବା ଚାଷୀଙ୍କଠାରୁ ପି- ପାସ୍‌ ଓ ଆଗୁଆ ଟୋକନ୍‌ ପ୍ରଦାନ ମାଧ୍ୟମରେ ସଂଗ୍ରହ କରାଯିବ। ବାଲେଶ୍ୱର, ବରଗଡ଼, ବଲାଙ୍ଗୀର, ବୌଦ୍ଧ, କଟକ, ଯାଜପୁର, ଝାରସୁଗୁଡ଼ା, କଳାହାଣ୍ଡି, ଖୋର୍ଦ୍ଧା, କୋରାପୁଟ, ମୟୂରଭଞ୍ଜ, ନବରଙ୍ଗପୁର, ନୂଆପଡ଼ା, ପୁରୀ, ରାୟଗଡ଼ା, ସମ୍ବଲପୁର ଏବଂ ସୁବର୍ଣ୍ଣପୁର ଜିଲାରୁ ରବିଧାନ ସର୍ବନିମ୍ନ ସହାୟକ ମୂଲ୍ୟରେ ସ୍ଥିରୀକୃତ ମଣ୍ଡିରେ ସଂଗ୍ରହ କରାଯିବ। ପଡ଼ୋଶୀ ଛତିଶଗଡ଼ ରାଜ୍ୟ ଏବଂ ସୀମାନ୍ତବର୍ତ୍ତୀ ଅଞ୍ଚଳର ଅସାଧୁ ବ୍ୟବସାୟୀ କିମ୍ବା ଲୋକଙ୍କ ଦ୍ୱାରା ଅନଧିକୃତ ଧାନ ମଣ୍ଡିରେ ବିକ୍ରି ହେବାର ସମ୍ଭବନାା ରହିଛି। ଏହାଦ୍ୱାରା ଉକ୍ତ ଜିଲାର ଚାଷୀମାନେ ସର୍ବନିମ୍ନ ସହାୟକ ମୂଲ୍ୟରେ ଧାନ ବିକ୍ରି କରିବାରୁ ବଞ୍ଚତ୍ତ ହୋଇପାରନ୍ତି। ଏହି ପରିପ୍ରେକ୍ଷୀରେ ସୀମାନ୍ତରେ ଅବସ୍ଥିତ ଜିଲା ପ୍ରଶାସନ ଦ୍ୱାରା ନିୟମିତ ଓ କଡ଼ାକଡ଼ି ଯାଞ୍ଚ କରି ଅନଧିକୃତ ଧାନ ପ୍ରବେଶକୁ ରୋକିବା ପାଇଁ କୁହାଯାଇଛି। ବେଆଇନ ଧାନ କାରବାରରେ ଲିପ୍ତ ଅସାଧୁ ବ୍ୟବସାୟୀ, ମିଲର ଓ ବ୍ୟକ୍ତିବିଶେଷଙ୍କ ବିରୋଧରେ ଆଇନ ଅନୁଯାୟୀ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବା ପାଇଁ ନିର୍ଦ୍ଦେଶ ଦିଆଯାଇଛି। ଏହାସହ କୌଣସି ଗାଡ଼ି ଅନଧିକୃତ ଧାନ ପରିବହନରେ ବ୍ୟବହୃତ ହେଉଥିବାର ଧରାପଡ଼ିଲେ ସେହି ଗାଡ଼ିକୁ ଆବଶ୍ୟକ ସ୍ଥଳେ ରବିଧାନ ସଂଗ୍ରହ କାର୍ଯ୍ୟ ସରିବା ପର୍ଯ୍ୟନ୍ତ ନ ଛାଡ଼ିବା ପାଇଁ ପରାମର୍ଶ ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ଜଳ ପ୍ରପାତ

ସାନଘାଗରା ଜଳପ୍ରପାତ କେନ୍ଦୁଝର ସହରଠାରୁ ମାତ୍ର ୬ କି.ମି. ଦୂରରେ ରହିଛି ସାନଘାଘରା ଜଳପ୍ରପାତ। ସାନମାଛ କାନ୍ଦଣା ନଦୀର ଜଳ ଏଠାରେ ତଳକୁ ବିରାଟକାୟ ସ୍ରୋତରେ କଚାଡ଼ି…

ଭୁବନେଶ୍ୱର ଫୁଲ ଦୋକାନ

ଫର୍ନସ ଏନ୍‌ ପେଟାଲ୍‌ସ   ଏହା ରାଜଧାନୀର ଏକ ବଡ଼ ଫୁଲ ଦୋକାନ ଭାବେ ପରିଗଣିତ। ୧୧ବର୍ଷ ତଳେ ପ୍ରଥମ କରି ଶହୀଦନଗରରେ ଆରମ୍ଭ ହୋଇଥିଲା। ବର୍ତ୍ତମାନ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱର ଜିମ

କଳିଙ୍ଗ ଫିଟନେସ୍‌ ଜୟଦେବ ବିହାର ରୋଡ ବିଜୁ ପଟ୍ଟନାୟକ କଲେଜ ନିକଟରେ ରହିଛି କଳିଙ୍ଗ ଫିଟନେସ ଜିମ୍‌। ୪ବର୍ଷ ତଳେ ଖୋଲାଯାଇଥିବା ଏହି ଜିମ୍‌ରେ ସବୁ ପ୍ରକାର…

ଓଡ଼ିଶାର ଶ୍ରେଷ୍ଠ ପାଞ୍ଚ ପର୍ଯ୍ୟଟନସ୍ଥଳ

ସପ୍ତଶଯ୍ୟା ଢେଙ୍କାନାଳ ଜିଲାରେ ଅବସ୍ଥିତ ସପ୍ତଶଯ୍ୟା ପର୍ଯ୍ୟଟନ ସ୍ଥଳ ସାତ ପାହାଡ଼, ଝରଣା ଏବଂ ଜଙ୍ଗଲରେ ପରିପୂର୍ଣ୍ଣ। ଏଠାରେ ରହିଛି ଶ୍ରୀରାମଙ୍କ ମନ୍ଦିର। ସପ୍ତଶଯ୍ୟାର ଶୀତଳ ପରିବେଶ…

କଟକ ଦହିବରା ଆଳୁଦମ

ବାରବାଟୀ ଷ୍ଟାଡିୟମର ରମେଶ ଗୋଛି ସକାଳ ୭ଟାରୁ ଆରମ୍ଭ କରି ରାତି ୧୦ଟା ଯାଏ ବାରବାଟୀ ଷ୍ଟାଡିୟମ ନିକଟରେ ରମେଶଙ୍କ ଷ୍ଟଲ ଖୋଲିଥାଏ। ପରିବାରର ସବୁ ସଦସ୍ୟ…

ଶ୍ରେଷ୍ଠ ପାଞ୍ଚ ଭୁବନେଶ୍ୱରର ପାର୍କ

ମହାତ୍ମା ଗାନ୍ଧୀ ପାର୍କ ପାର୍କଟି ଜୟଦେବ ବିହାରସ୍ଥିତ ନନ୍ଦନକାନନ ରୋଡ୍‌ର ଜନତା ମଇଦାନ ନିକଟରେ ଅବସ୍ଥିତ। ପାର୍କ ଭିତରେ ମହାତ୍ମା ଗାନ୍ଧୀଙ୍କ ପ୍ରାର୍ଥନା କରୁଥିବା ମୁଦ୍ରାରେ ମୂର୍ତ୍ତି…

ଶ୍ରେଷ୍ଠ ପାଞ୍ଚ ପୁରୀର ମଠ

ହାତୀ ଆଖଡ଼ା ମଠ ପୁରୀ ବଳଗଣ୍ଡି ନିକଟରେ ବଡ଼ଦାଣ୍ଡର ମୁଖ୍ୟ ରାସ୍ତାରେ ହାତୀ ଆଖଡା ମଠ ଅବସ୍ଥିତ। ଶ୍ରୀରାମାନନ୍ଦୀ ସମ୍ପ୍ରଦାୟର ନିର୍ବାଣୀ ଆଖଡା ରୂପେ ଏହା ପରିଚିତ।…

ଶ୍ରେଷ୍ଠ ପାଞ୍ଚ ଓଡ଼ିଶାର ପ୍ରସିଦ୍ଧ ଶୈବପୀଠ

ହରିଶଙ୍କର ବଲାଙ୍ଗୀରଠାରୁ ୮୦ କି.ମି. ଦୂରରେ ଗନ୍ଧମାର୍ଦ୍ଦନ ପର୍ବତ ପାଦଦେଶରେ ଅବସ୍ଥିତ ପ୍ରସିଦ୍ଧ ତୀର୍ଥ ତଥା ଶୈବପୀଠ ହରିଶଙ୍କର। ଏଠାକାର ମନ୍ଦିରର ପରିବେଶ ଏବଂ ଆକର୍ଷଣୀୟ ଝରଣା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?