ଆସନ୍ତା ୧ରୁ ୧୭ ଜିଲାରେ ରବି ଧାନ ସଂଗ୍ରହ ଆରମ୍ଭ ହେବ

ଭୁବନେଶ୍ୱର,୧୩।୪(ବ୍ୟୁରୋ): ରାଜ୍ୟର ୧୭ ଜିଲାରେ ରବିଧାନ ସଂଗ୍ରହ କାର୍ଯ୍ୟ ଆସନ୍ତା ୧ ତାରିଖରୁ ଆରମ୍ଭ ହେଉଛି। ଏହି ପରିପ୍ରେକ୍ଷୀରେ ପଡ଼ୋଶୀ ରାଜ୍ୟର ଅନଧିକୃତ ଧାନ ଯେପରି ମଣ୍ଡିରେ ପ୍ରବେଶ କରି ନ ପାରିବ ସେଥିପ୍ରତି ଖାଦ୍ୟଯୋଗାଣ ଓ ଖାଉଟି କଲ୍ୟାଣ ବିଭାଗ ପକ୍ଷରୁ ଯାଞ୍ଚ ବ୍ୟବସ୍ଥାକୁ କଡ଼ାକଡ଼ି କରାଯାଇଛି। ଏସବୁ ଜିଲାର ସ୍ଥିରୀକୃତ ମଣ୍ଡିରେ ପଞ୍ଜୀକୃତ ଓ ଯାଞ୍ଚ ହୋଇଥିବା ପ୍ରକୃତ ଚାଷୀ ଯେପରି ରବିଧାନ ବିକ୍ରି କରି ସର୍ବନିମ୍ନ ସହାୟକ ମୂଲ୍ୟର ଲାଭ ପାଇପାରିବେ, ସେଥି ନିମନ୍ତେ କ୍ଷେତ୍ର ଅଧିକାରୀମାନେ ସତର୍କ ଦୃଷ୍ଟି ରଖିବା ସହିତ ଯାଞ୍ଚ ବ୍ୟବସ୍ଥାକୁ କଡ଼ାକଡ଼ି କରିବା ପାଇଁ ମନ୍ତ୍ରୀ ରଣେନ୍ଦ୍ର ପ୍ରତାପ ସ୍ବାଇଁ ନିର୍ଦ୍ଦେଶ ଦେଇଛନ୍ତି।
ଜିଲା ଓ ସବ୍‌ଡିଭିଜନ୍‌ ସ୍ତରରେ ସ୍ବତନ୍ତ୍ର ସ୍କ୍ବାଡ୍‌ ଗଠନ କରାଯାଇ ନିୟମିତ ଯାଞ୍ଚ କରିବା ପାଇଁ କ୍ଷେତ୍ର ଅଧିକାରୀଙ୍କୁ ନିର୍ଦ୍ଦେଶ ଦିଆଯାଇଛି। ଏହି ମର୍ମରେ ବିଭାଗ ପକ୍ଷରୁ ରବିଧାନ ସଂଗ୍ରହ ହେଉଥିବା ଜିଲାଗୁଡିକର ଜିଲାପାଳ ଏବଂ ରାଜ୍ୟ ପୋଲିସ ମହାନିର୍ଦ୍ଦେଶକଙ୍କୁ ପତ୍ର ଲେଖାଯାଇ ଅନଧିକୃତ ଧାନ ଚାଲାଣକୁ ରୋକିବାକୁ ସମସ୍ତ ପ୍ରକାର ପଦକ୍ଷେପ କଡ଼ାକଡ଼ି ଭାବେ ଗ୍ରହଣ କରିବା ପାଇଁ ଅନୁରୋଧ କରାଯାଇଛି। ଚଳିତ ରବିଧାନ କେବଳ ୧୭ ଜିଲାର ପଞ୍ଜୀକୃତ ଓ ଯାଞ୍ଚ ହୋଇଥିବା ଚାଷୀଙ୍କଠାରୁ ପି- ପାସ୍‌ ଓ ଆଗୁଆ ଟୋକନ୍‌ ପ୍ରଦାନ ମାଧ୍ୟମରେ ସଂଗ୍ରହ କରାଯିବ। ବାଲେଶ୍ୱର, ବରଗଡ଼, ବଲାଙ୍ଗୀର, ବୌଦ୍ଧ, କଟକ, ଯାଜପୁର, ଝାରସୁଗୁଡ଼ା, କଳାହାଣ୍ଡି, ଖୋର୍ଦ୍ଧା, କୋରାପୁଟ, ମୟୂରଭଞ୍ଜ, ନବରଙ୍ଗପୁର, ନୂଆପଡ଼ା, ପୁରୀ, ରାୟଗଡ଼ା, ସମ୍ବଲପୁର ଏବଂ ସୁବର୍ଣ୍ଣପୁର ଜିଲାରୁ ରବିଧାନ ସର୍ବନିମ୍ନ ସହାୟକ ମୂଲ୍ୟରେ ସ୍ଥିରୀକୃତ ମଣ୍ଡିରେ ସଂଗ୍ରହ କରାଯିବ। ପଡ଼ୋଶୀ ଛତିଶଗଡ଼ ରାଜ୍ୟ ଏବଂ ସୀମାନ୍ତବର୍ତ୍ତୀ ଅଞ୍ଚଳର ଅସାଧୁ ବ୍ୟବସାୟୀ କିମ୍ବା ଲୋକଙ୍କ ଦ୍ୱାରା ଅନଧିକୃତ ଧାନ ମଣ୍ଡିରେ ବିକ୍ରି ହେବାର ସମ୍ଭବନାା ରହିଛି। ଏହାଦ୍ୱାରା ଉକ୍ତ ଜିଲାର ଚାଷୀମାନେ ସର୍ବନିମ୍ନ ସହାୟକ ମୂଲ୍ୟରେ ଧାନ ବିକ୍ରି କରିବାରୁ ବଞ୍ଚତ୍ତ ହୋଇପାରନ୍ତି। ଏହି ପରିପ୍ରେକ୍ଷୀରେ ସୀମାନ୍ତରେ ଅବସ୍ଥିତ ଜିଲା ପ୍ରଶାସନ ଦ୍ୱାରା ନିୟମିତ ଓ କଡ଼ାକଡ଼ି ଯାଞ୍ଚ କରି ଅନଧିକୃତ ଧାନ ପ୍ରବେଶକୁ ରୋକିବା ପାଇଁ କୁହାଯାଇଛି। ବେଆଇନ ଧାନ କାରବାରରେ ଲିପ୍ତ ଅସାଧୁ ବ୍ୟବସାୟୀ, ମିଲର ଓ ବ୍ୟକ୍ତିବିଶେଷଙ୍କ ବିରୋଧରେ ଆଇନ ଅନୁଯାୟୀ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବା ପାଇଁ ନିର୍ଦ୍ଦେଶ ଦିଆଯାଇଛି। ଏହାସହ କୌଣସି ଗାଡ଼ି ଅନଧିକୃତ ଧାନ ପରିବହନରେ ବ୍ୟବହୃତ ହେଉଥିବାର ଧରାପଡ଼ିଲେ ସେହି ଗାଡ଼ିକୁ ଆବଶ୍ୟକ ସ୍ଥଳେ ରବିଧାନ ସଂଗ୍ରହ କାର୍ଯ୍ୟ ସରିବା ପର୍ଯ୍ୟନ୍ତ ନ ଛାଡ଼ିବା ପାଇଁ ପରାମର୍ଶ ଦିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ବିପଜ୍ଜନକ ସ୍ତରରେ ହିଟ୍‌ଓ୍ବେଭ୍‌, ଚିନ୍ତା ବଢ଼ାଇଲା ଆଇଏମଡି ରିପୋର୍ଟ

ଭୁବନେଶ୍ୱର,୧୯।୪: ରାଜ୍ୟରେ ଜାରି ରହିଛି ପ୍ରଚଣ୍ଡ ତାତି। ସକାଳ ୮ ଟା ପରେ ଘରୁ ବାହାରିବା ମୁସ୍କିଲ ହୋଇପଡୁଛି। ସକାଳ ସାଢ଼େ ୮ଟାରେ ୬୪% ଆର୍ଦ୍ରତା...

୨୧ରୁ ତାତିରେ ଲାଗିବ ବ୍ରେକ୍‌, ଏହି ସବୁ ଜିଲାରେ ବର୍ଷିବ

ଭୁବନେଶ୍ୱର,୧୯।୪: ତାତିରୁ ମିଳିବ ଆଶ୍ୱସ୍ତି। ୨୧ ଓ ୨୨ ତାରିଖ ବେଳକୁ ଖରାର ପ୍ରକୋପ ସାମାନ୍ୟ ହ୍ରାସ ପାଇବା ସହ ରାଜ୍ୟରେ କିଛି ସ୍ଥାନରେ ବର୍ଷା...

‘ଓଡ଼ିଶାରେ ଏତିକି ଲୋକ ସଭା ଆସନ ଜିତିବ ଭାଜପା’

ଭୁବନେଶ୍ୱର,୧୯।୪: ବିଧାନସଭା ନିର୍ବାଚନ ପାଇଁ ଭାଜପା ଦ୍ୱିତୀୟ ପର୍ଯ୍ୟାୟ ସୁଦ୍ଧା ୧୩୧ ପ୍ରାର୍ଥୀ ତାଲିକା ପ୍ରକାଶ କରିଛି। ତେବେ ଖୁବ୍‌ଶୀଘ୍ର ଭାଜପାର ଅବଶିଷ୍ଟ ବିଧାନସଭା ପ୍ରାର୍ଥୀ...

ବିଜେଡି ଛାଡ଼ି ପାରନ୍ତି ପୂର୍ବତନ ଏମପି ପ୍ରସନ୍ନ ପାଟ୍ଟଶାଣୀ!

ଭୁବନେଶ୍ୱର,୧୯।୪: ଓଡ଼ିଶା ରାଜନୀତିରେ ଏବେ କେବଳ ଦଳ ବଦଳ ଚାଲିଛି। ଦଳରେ ଅନେକ ଦିନରୁ ଥିବା ବରିଷ୍ଠ ନେତାମାନେ ମଧ୍ୟ ଟିକେଟ ନ ମିଳିବାରୁ ଓ...

ଚାଞ୍ଜଲ୍ୟକର ଖୁଲାସା କଲେ ଭାଜପା ପ୍ରଭାରୀ: ବିଜେଡି ଛାଡିବେ..

ଭୁବନେଶ୍ୱର,୧୯।୪: ଖୁବଶୀଘ୍ର ବିଜେଡି ଛାଡିବେ ଅନେକ ବଡ଼ ନେତା। ବିଜେଡି ଛାଡୁଥିବା ନେତାମାନେ ଭାଜପାରେ ଯୋଗ ଦେବେ। ରାଜ୍ୟ ନିର୍ବାଚନ ପ୍ରଭାରୀ ବିଜୟ ପାଲ ସିଂ...

ବିଳମ୍ବିତ ରାତିରେ ଖବରଦାତାଙ୍କୁ ଆକ୍ରମଣ

ଭୁବନେଶ୍ୱର,୧୯।୪(ସତ୍ୟଜିତ ରାଉତ):ବିଳମ୍ବିତ ରାତିରେ ଅସୁରକ୍ଷିତ ହୋଇପଡ଼ିଛି ରାଜଧାନୀ। ଅସାମାଜିକ ଯୁବକମାନେ ପଥଚାରୀଙ୍କୁ ଆକ୍ରମଣ କରିବାକୁ ପଛାଉ ନାହାନ୍ତି। ଗୁରୁବାର ରାତି ପ୍ରାୟ ୧୨ଟା ୫୫ ବେଳେ...

‘କ୍ରୁଜ୍‌’ କ୍ଷେପଣାସ୍ତ୍ରର ସଫଳ ପରୀକ୍ଷଣ

ବାଲେଶ୍ୱର, ୧୯।୪(ମାନସ ବିଶ୍ୱାଳ):ବାଲେଶ୍ୱର ଚାନ୍ଦିପୁରସ୍ଥିତ ପ୍ରତିରକ୍ଷା ଗବେଷଣା ଓ ବିକାଶ ସଙ୍ଗଠନ (ଡିଆରଡିଓ) ପକ୍ଷରୁ ଇଣ୍ଟିଗ୍ରେଟେଡ୍‌ ଟେଷ୍ଟ ରେଞ୍ଜ (ଆଇଟିଆର୍‌)ରୁ ସ୍ବଦେଶୀ ଜ୍ଞାନକୌଶଳରେ ନିର୍ମିତ ‘କ୍ରୁଜ୍‌’...

ନବୀନ ନିବାସରେ ବିଜେଡି ପ୍ରାର୍ଥୀଙ୍କ ଭିଡ଼

ଭୁବନେଶ୍ୱର,୧୯ା୪(ଅନିଲ ଦାସ):ପଞ୍ଚମ ପର୍ଯ୍ୟାୟ ବିଧାନସଭା ଟିକେଟ ଘୋଷଣା ପରେ ଗୁରୁବାର ନବୀନ ନିବାସରେ ବିଜେଡି ଲୋକ ସଭା ଓ ବିଧାନସଭା ପ୍ରାର୍ଥୀଙ୍କ ଭିଡ଼ ଦେଖିବାକୁ ମିଳିଛି।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri