ଆସନ୍ତା ୧ରୁ ଜୁନ୍‌ ଯାଏ ଚାଲିବ ରବି ଋତୁ ଧାନକିଣା

ଭୁବନେଶ୍ୱର, ୨୬ା୪(ସୁନିତ୍‌ ମିଶ୍ର):ଗତ ଖରିଫ୍‌ ଋତୁରେ ପ୍ରାୟ ୧୬ ଲକ୍ଷ ୬୦ ହଜାର ଚାଷୀଙ୍କଠାରୁ ପ୍ରାୟ ୭୩ ଲକ୍ଷ ୪୫ ହଜାର ଟନ୍‌ ଧାନ ସଂଗ୍ରହ କରାଯାଇଛି। ଏଥିନିମନ୍ତେ ଚାଷୀଙ୍କୁ ସର୍ବନିମ୍ନ ସହାୟକ ମୂଲ୍ୟ (ଏମ୍‌ଏସ୍‌ପି) ବାବଦକୁ ୧୬ ହଜାର ୮୫୩ କୋଟି ଏବଂ ଇନପୁଟ୍‌ ସହାୟତା ପାଇଁ ୫,୮୬୨ କୋଟି ଟଙ୍କା ପ୍ରଦାନ କରାଯାଇଥିଲା। ସେହିଭଳି ଚଳିତ ରବି ଋତୁ ସକାଶେ ଆସନ୍ତା ୧ ତାରିଖରୁ ଜୁନ୍‌ ୩୦ ପର୍ଯ୍ୟନ୍ତ ଧାନକିଣା ହେବ ବୋଲି ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ ସଚିବ ସଞ୍ଜୟ କୁମାର ସିଂ କହିଛନ୍ତି।
ଚଳିତ ରବି ଋତୁରେ ଚାଷୀଙ୍କଠାରୁ ଧାନ କିଣିବା ନିମନ୍ତେ ବ୍ୟାପକ ପ୍ରସ୍ତୁତି ଚୂଡ଼ାନ୍ତ ହୋଇଛି। ମୁଖ୍ୟ ଶାସନ ସଚିବ ମନୋଜ ଆହୁଜାଙ୍କ ଅଧ୍ୟକ୍ଷତାରେ ଲୋକସେବା ଭବନସ୍ଥିତ ୨ୟ ମହଲା ସମ୍ମିଳନୀ କକ୍ଷରେ ରାଜ୍ୟସ୍ତରୀୟ ଧାନ ସଂଗ୍ରହ କମିଟି ବୈଠକ ଅନୁଷ୍ଠିତ ହୋଇଛି। ଭିଡିଓ କନ୍‌ଫରେନ୍ସିଂ ମାଧ୍ୟମରେ ସମ୍ପୃକ୍ତ ଜିଲାପାଳ ଓ ଯୋଗାଣ ଅଧିକାରୀ ଯୋଗ ଦେଇଥିବାବେଳେ ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ ପ୍ରମୁଖ ଶାସନ ସଚିବ ସଞ୍ଜୟ କୁମାର ସିଂ ଧାନକିଣା ପାଇଁ ପ୍ରଶାସନିକ ଓ ବୈଷୟିକ ପ୍ରସ୍ତୁତି ସଂକ୍ରାନ୍ତରେ ଆଲୋଚନା ପାଇଁ ତଥ୍ୟ ଉପସ୍ଥାପିତ କରିଥିଲେ। ଯେଭଳି ଯୋଗ୍ୟ ଚାଷୀ ଧାନକିଣାରୁ ବଞ୍ଚିତ ନ ହୁଅନ୍ତି ଏଥିପ୍ରତି ଯଥେଷ୍ଟ ଧ୍ୟାନ ଦେବା ପାଇଁ ମୁଖ୍ୟ ଶାସନ ସଚିବ ବିଭାଗୀୟ ଅଧିକାରୀ ଓ ଜିଲାପାଳମାନଙ୍କୁ ନିର୍ଦ୍ଦେଶ ଦେଇଛନ୍ତି। ଏହି ଅବସରରେ ସଞ୍ଜୟ ସିଂ ଆହୁରି କହିଛନ୍ତି, ଚଳିତ ଋତୁରେ ୧୪ ଲକ୍ଷ ଟନ୍‌ ଧାନ ସଂଗ୍ରହ ପାଇଁ ଲକ୍ଷ୍ୟ ଧାର୍ଯ୍ୟ କରାଯିବା ପାଇଁ ବୈଠକରେ ନିଷ୍ପତ୍ତି ନିଆଯାଇଛି। ଏଥିଲାଗି ପ୍ରାୟ ୩ ଲକ୍ଷ ୩୭ ହଜାର ଚାଷୀ ପଞ୍ଜୀକରଣ କରିଛନ୍ତି। ଯାହା ଗତବର୍ଷ ତୁଳନାରେ ପ୍ରାୟ ୧୨୨ ପ୍ରତିଶତ ଅଧିକ ରହିଛି। ଚଳିତବର୍ଷ କନ୍ଧମାଳ, ସୁନ୍ଦରଗଡ଼ ଓ ଭଦ୍ରକ ଜିଲାରୁ ନୂତନ ଭାବେ ଧାନକିଣା ଆରମ୍ଭ ହେଉଥିବାବେଳେ ରବି ଋତୁରେ ମୋଟ୍‌ ୨୦ଟି ଜିଲାରେ ୯୬୫ଟି ପ୍ରାଥମିକ କୃଷି ସମବାୟ ସମିତି ମାଧ୍ୟମରେ ଧାନକିଣା ହେବ। ଏଥିରେ ମଧ୍ୟ ୨୦୦ଟି ସ୍ବୟଂ ସହାୟକ ଗୋଷ୍ଠୀ ଏହି ପ୍ରକ୍ରିୟାରେ ସାମିଲ ହୋଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଗାଧୋଇବା ପାଇଁ ଯାଉଥିବା ବେଳେ ମରଣାନ୍ତକ ଆକ୍ରମ: ଏବେ ଆସିଲା ବଡ଼ ରାୟ

ଦିଗପହଣ୍ଡି,୬।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ପୋଲିସ ଶନିବାର ଆଙ୍କୋରଡ଼ା ଗ୍ରାମର ଜେ.ଉଗ୍ରସେନଙ୍କୁ ଏକ ମରଣାନ୍ତକ ଆକ୍ରମଣ ଘଟଣାରେ ମୁଖ୍ୟ ଅଭିଯୁକ୍ତ ଦର୍ଶାଇ ଗିରଫ...

ଛାତ୍ରୀଛାତ୍ରଙ୍କ ସ୍ବାସ୍ଥ ପାଇଁ ତତ୍ପର:  ଚିକିତ୍ସା ପାଇଁ ଅନ୍ୟତ୍ର ଯିବାକୁ…

ଦାରିଙ୍ଗବାଡି,୬।୧୨(ଅରୁଣ ସାହୁ ): କନ୍ଧମାଳ ଜିଲା ଦାରିଙ୍ଗବାଡି ଠାରେ ଥିବା ଓଡ଼ିଶା ଆଦର୍ଶ ବିଦ୍ୟାଳୟ ପରିସର ମଧ୍ୟରେ ଶନିବାର ଛାତ୍ରୀଛାତ୍ରଙ୍କ ଚକ୍ଷୁ ପରୀକ୍ଷା ଓ ପ୍ରାଥମିକ...

ବଂଶଧାରା ନଦୀ ଉପରେ ନିର୍ମାଣ ହେବ ପୋଲ: ଆନ୍ଧ୍ର -ଓଡିଶା ମଧ୍ୟରେ ବାଣିଜ୍ୟ ସଂପର୍କକ….

ପାରଳାଖେମୁଣ୍ଡି,୬ା୧୨(ଗିରିଧାରୀ ପରିଚ୍ଛା): ବଂଶଧାରା ନଦୀ ଉପରେ ନିର୍ମାଣ ହେବ ପୋଲ। ଗୁପ୍ତ ବୃନ୍ଦାବନ ରୂପେ ପରିଚିତ ଲିହୁରି ଗୋପୀନାଥ ମନ୍ଦିରକୁ ଯାତାୟାତ କରିବା ଏଣିକି ଓଡିଶାବାସୀଙ୍କ...

ପ୍ରେମିକାଙ୍କ ପାଇଁ ଗଳା କାଟିଦେଲେ ପ୍ରେମିକ, ଆଉ ତା’ ପରେ…

ଜି.ଉଦୟଗିରି,୬ା୧୨(ଚିନ୍ମୟ କୁମାର ସେଠୀ): କଳିଙ୍ଗା ପଞ୍ଚାୟତର ଡୁଗୁଡ଼ିପାରୀ ଗ୍ରାମରେ ଶନିବାର ସକାଳେ ଜଣେ ଯୁବକ ଆତ୍ମହତ୍ୟା ଉଦ୍ୟମ କରିଥିବା ଦେଖିବାକୁ ମିଳିଛି। ପ୍ରେମିକାଙ୍କ ନିଜ ଘରକୁ...

୨୩ରୁ ଭଞ୍ଜନଗରରେ ଖୋଲିବ ଧାନ ମଣ୍ଡି: ୨୪ ଘଣ୍ଟିଆ ନଜର ରଖିବ…

ଭଞ୍ଜନଗର,୬।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଉପଖଣ୍ଡରେ ଆସନ୍ତା ୨୩ ତାରିଖରୁ ମଣ୍ଡିରେ ଧାନ ସଂଗ୍ରହ ହେବ। ତେଣୁ ଏହା ପୂର୍ବରୁ ଭଞ୍ଜନଗର ଉପଖଣ୍ଡ ପ୍ରଶାସନ...

କେନ୍ଦ୍ର ସରକାରଙ୍କ ବଡ଼ ନିଷ୍ପତ୍ତି: ୧୮ହଜାର ଟପିବ ନାହିଁ ଘରୋଇ ବିମାନ ଭଡ଼ା, କିଲୋମିଟର ଅନୁଯାୟୀ ପଡିବ…

ନୂଆଦିଲ୍ଲୀ,୬।୧୨: ଗତ ୫ ଦିନ ଧରି ଇଣ୍ଡିଗୋ ବିମାନ ଚଳାଚଳ ବନ୍ଦ ହେବା ଏବଂ ଯାତ୍ରୀଙ୍କ ସଂଖ୍ୟା ଆଶାତିତ ବୃଦ୍ଧି ଯୋଗୁ, ଅନ୍ୟ ବିମାନ କମ୍ପାନୀଗୁଡ଼ିକର...

ଅସମାଜିକଙ୍କ ଆଡ୍ଡାସ୍ଥଳୀ ପାଲଟିଛି ଉଦ୍ୟାନ କୃଷି କୋଠା, ସବୁ ଜାଣି ପ୍ରଶାସନ ଚୁପ୍‌

ଥୁଆମୂଳ ରାମପୁର,୬ା୧୨(ଦୁର୍ଗା କୀର୍ତ୍ତି): କେନ୍ଦ୍ର ଓ ରାଜ୍ୟ ସରକାରଙ୍କ ମିଳିତ ସହଯୋଗରେ ବିଭିନ୍ନ ଯୋଜନା ମଧ୍ୟରେ ଉଦ୍ୟାନ କୃଷି ଉପରେ ଅଧିକ ଗୁରୁତ୍ୱ ଦିଆଯାଉଛି। ଉଦ୍ୟାନ...

ବିଜେଡିକୁ ଶକ୍ତ ଝଟ୍‌କା: ଭାଜପାରେ ଯୋଗଦେଲେ ପ୍ରଫୁଲଙ୍କ ଦୁଇ ପୁଅ

ଭୁବନେଶ୍ୱର/ଭଦ୍ରକ,୬।୧୨(ସନାତନ ରାଉତ): ଭଦ୍ରକ ବିଜେଡି କନ୍ଦଳ ନେଇ ରାଜନୀତି ସରଗରମ ଥିବାବେଳେ ଶେଷରେ ବିଜେଡିକୁ ଶକ୍ତ ଝଟ୍‌କା । ଭାଜପାରେ ମିଶିଲେ ପ୍ରଫୁଲ୍ଲ ସାମଲଙ୍କ ୨...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri