ଆସନ୍ତା ୧ରୁ ଜୁନ୍‌ ଯାଏ ଚାଲିବ ରବି ଋତୁ ଧାନକିଣା

ଭୁବନେଶ୍ୱର, ୨୬ା୪(ସୁନିତ୍‌ ମିଶ୍ର):ଗତ ଖରିଫ୍‌ ଋତୁରେ ପ୍ରାୟ ୧୬ ଲକ୍ଷ ୬୦ ହଜାର ଚାଷୀଙ୍କଠାରୁ ପ୍ରାୟ ୭୩ ଲକ୍ଷ ୪୫ ହଜାର ଟନ୍‌ ଧାନ ସଂଗ୍ରହ କରାଯାଇଛି। ଏଥିନିମନ୍ତେ ଚାଷୀଙ୍କୁ ସର୍ବନିମ୍ନ ସହାୟକ ମୂଲ୍ୟ (ଏମ୍‌ଏସ୍‌ପି) ବାବଦକୁ ୧୬ ହଜାର ୮୫୩ କୋଟି ଏବଂ ଇନପୁଟ୍‌ ସହାୟତା ପାଇଁ ୫,୮୬୨ କୋଟି ଟଙ୍କା ପ୍ରଦାନ କରାଯାଇଥିଲା। ସେହିଭଳି ଚଳିତ ରବି ଋତୁ ସକାଶେ ଆସନ୍ତା ୧ ତାରିଖରୁ ଜୁନ୍‌ ୩୦ ପର୍ଯ୍ୟନ୍ତ ଧାନକିଣା ହେବ ବୋଲି ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ ସଚିବ ସଞ୍ଜୟ କୁମାର ସିଂ କହିଛନ୍ତି।
ଚଳିତ ରବି ଋତୁରେ ଚାଷୀଙ୍କଠାରୁ ଧାନ କିଣିବା ନିମନ୍ତେ ବ୍ୟାପକ ପ୍ରସ୍ତୁତି ଚୂଡ଼ାନ୍ତ ହୋଇଛି। ମୁଖ୍ୟ ଶାସନ ସଚିବ ମନୋଜ ଆହୁଜାଙ୍କ ଅଧ୍ୟକ୍ଷତାରେ ଲୋକସେବା ଭବନସ୍ଥିତ ୨ୟ ମହଲା ସମ୍ମିଳନୀ କକ୍ଷରେ ରାଜ୍ୟସ୍ତରୀୟ ଧାନ ସଂଗ୍ରହ କମିଟି ବୈଠକ ଅନୁଷ୍ଠିତ ହୋଇଛି। ଭିଡିଓ କନ୍‌ଫରେନ୍ସିଂ ମାଧ୍ୟମରେ ସମ୍ପୃକ୍ତ ଜିଲାପାଳ ଓ ଯୋଗାଣ ଅଧିକାରୀ ଯୋଗ ଦେଇଥିବାବେଳେ ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ ପ୍ରମୁଖ ଶାସନ ସଚିବ ସଞ୍ଜୟ କୁମାର ସିଂ ଧାନକିଣା ପାଇଁ ପ୍ରଶାସନିକ ଓ ବୈଷୟିକ ପ୍ରସ୍ତୁତି ସଂକ୍ରାନ୍ତରେ ଆଲୋଚନା ପାଇଁ ତଥ୍ୟ ଉପସ୍ଥାପିତ କରିଥିଲେ। ଯେଭଳି ଯୋଗ୍ୟ ଚାଷୀ ଧାନକିଣାରୁ ବଞ୍ଚିତ ନ ହୁଅନ୍ତି ଏଥିପ୍ରତି ଯଥେଷ୍ଟ ଧ୍ୟାନ ଦେବା ପାଇଁ ମୁଖ୍ୟ ଶାସନ ସଚିବ ବିଭାଗୀୟ ଅଧିକାରୀ ଓ ଜିଲାପାଳମାନଙ୍କୁ ନିର୍ଦ୍ଦେଶ ଦେଇଛନ୍ତି। ଏହି ଅବସରରେ ସଞ୍ଜୟ ସିଂ ଆହୁରି କହିଛନ୍ତି, ଚଳିତ ଋତୁରେ ୧୪ ଲକ୍ଷ ଟନ୍‌ ଧାନ ସଂଗ୍ରହ ପାଇଁ ଲକ୍ଷ୍ୟ ଧାର୍ଯ୍ୟ କରାଯିବା ପାଇଁ ବୈଠକରେ ନିଷ୍ପତ୍ତି ନିଆଯାଇଛି। ଏଥିଲାଗି ପ୍ରାୟ ୩ ଲକ୍ଷ ୩୭ ହଜାର ଚାଷୀ ପଞ୍ଜୀକରଣ କରିଛନ୍ତି। ଯାହା ଗତବର୍ଷ ତୁଳନାରେ ପ୍ରାୟ ୧୨୨ ପ୍ରତିଶତ ଅଧିକ ରହିଛି। ଚଳିତବର୍ଷ କନ୍ଧମାଳ, ସୁନ୍ଦରଗଡ଼ ଓ ଭଦ୍ରକ ଜିଲାରୁ ନୂତନ ଭାବେ ଧାନକିଣା ଆରମ୍ଭ ହେଉଥିବାବେଳେ ରବି ଋତୁରେ ମୋଟ୍‌ ୨୦ଟି ଜିଲାରେ ୯୬୫ଟି ପ୍ରାଥମିକ କୃଷି ସମବାୟ ସମିତି ମାଧ୍ୟମରେ ଧାନକିଣା ହେବ। ଏଥିରେ ମଧ୍ୟ ୨୦୦ଟି ସ୍ବୟଂ ସହାୟକ ଗୋଷ୍ଠୀ ଏହି ପ୍ରକ୍ରିୟାରେ ସାମିଲ ହୋଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଅଧାରେ ଅଟକିଲା ଧାନମଣ୍ଡି ନିର୍ମାଣ

ବରଗଡ଼,୧୭।୫(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାକୁ ରାଜ୍ୟର ଭାତହାଣ୍ଡି କୁହାଯାଏ। ରାଜ୍ୟରେ ଅଧିକ ଧାନ ଉତ୍ପାଦନ ଯୋଗୁ ଜିଲାର ଏଭଳି ପରିଚୟ ରହିଛି। ହେଲେ ଏଠାରେ ଚାଷ, ଚାଷୀଙ୍କ…

ଖରାଦିନେ ଫ୍ରିଜରେ ଜମୁଛି କି ମୋଟା ବରଫ ସ୍ତର? କରନ୍ତୁନି ହେୟଜ୍ଞାନ, ଏହି ୪ ଉପାୟରେ…

ଗ୍ରୀଷ୍ମ ଋତୁରେ ଫ୍ରିଜ ପ୍ରତ୍ୟେକ ଘରର ସବୁଠାରୁ ଗୁରୁତ୍ୱପୂର୍ଣ୍ଣ ଆବଶ୍ୟକତା ପାଲଟିଯାଏ। ମାତ୍ର ଅନେକ ସମୟରେ ଲୋକମାନେ ଏକ ବଡ଼ ସମସ୍ୟାର ସମ୍ମୁଖୀନ ହୁଅନ୍ତି। ସେଇଟି ହେଉଛି…

ବରଗଡ଼ ଟାଉନ କେନାଲର ହେବ ସୌନ୍ଦର୍ଯ୍ୟକରଣ, ନିର୍ମାଣ ହେବ ବକ୍ସ କଣ୍ଡୁଇଟ

ବରଗଡ଼,୧୭।୫(ପ୍ରେମାନନ୍ଦ ଖମାରୀ): ବରଗଡ଼ ଟାଉନ କେନାଲର ଉନ୍ନତିକରଣ ଓ ସୌନ୍ଦର୍ଯ୍ୟକରଣ ସହିତ କେନାଲ ଉପରେ ବକ୍ସ କଣ୍ଡୁଇଟ ନିର୍ମାଣ ହେବ। ରବିବାର ସନ୍ଧ୍ୟାରେ ଏହାର ଭିତ୍ତିପ୍ରସ୍ତର ସ୍ଥାପନ…

ଦୁର୍ଘଟଣାରେ ଚାଲିଗଲା ଯୁବକଙ୍କ ଜୀବନ, ଗାଡି ସହ ଡ୍ରାଇଭର ଫେରାର

ବରଗଡ଼,୧୭।୫(ପ୍ରେମାନନ୍ଦ ଖମାରୀ): ବରଗଡ଼ ସଦର ଥାନା ଅଧୀନ ଗୋବିନ୍ଦପୁର ଛକ ନିକଟରେ ରବିବାର ଏକ ସଡ଼କ ଦୁର୍ଘଟଣା ଘଟିଛି। ଏକ ଗାଡ଼ି ଧକ୍କାରେ ଜଣେ ଯୁବକଙ୍କ ମୃତ୍ୟୁ…

ଅଧରାତିରେ ପ୍ରେମିକାଙ୍କୁ ଭେଟିବାକୁ ଲୁଚିଛପି ଯାଇଥିଲେ ପ୍ରେମିକ, ଗାଁ  ଲୋକଙ୍କ ହାବୁଡ଼ରେ ପଡ଼ିବା ପରେ…

ପାଟନା,୧୭।୫: ବିହାରର ମୁଜାଫରପୁର ଜିଲାରୁ ଏକ ଚକିତ କଲା ଭଳି ଖବର ସାମ୍ନାକୁ ଆସିଛି। ରାତିର ଅନ୍ଧାରରେ ପ୍ରେମିକାକୁ ଦେଖା କରିବାକୁ ଆସିଥିବା ଜଣେ ପ୍ରେମିକକୁ ଗ୍ରାମବାସୀ…

ବଜ୍ରପାତରେ ଚାଲିଗଲା ଶ୍ରମିକଙ୍କ ଜୀବନ, ୨ ଆହତ

କୁଆଁରମୁଣ୍ଡା,୧୭ା୫(ମହେନ୍ଦ୍ର କୁମାର ସାହୁ): ସୁନ୍ଦରଗଡ଼ ଜିଲା ରାଏବୋଗା ଥାନା ଝୁନୁମୁରରେ ରହି ଦିନ ମଜୁରିଆ ଭାବେ କାମ କରୁଥିବା ବୁଧୁଆ ବାଗେ(୩୧)ଙ୍କ ବଜ୍ରପାତରେ ମୃତ୍ୟୁ ଘଟିଛି। ତାଙ୍କ…

ପରିବାରଲୋକଙ୍କୁ ଅଟକ ରଖି କୋଦାଳରେ ଆକ୍ରମଣ କରିଥିଲେ ଯୁବକ, ବାନ୍ଧିଲା ପୋଲିସ

ଆନନ୍ଦପୁର,୧୭ା୫(ସୁଶାନ୍ତ କୁମାର ସାହୁ): କେନ୍ଦୁଝର ଜିଲା ଆନନ୍ଦପୁର ପୌରପାଳିକା ଫକୀରପୁର ଗ୍ରାମର ପ୍ରଶାନ୍ତ କୁମାର ଦାସ ପରିବାର ଲୋକଙ୍କୁ ଆକ୍ରମଣ କରିବାରୁ ତାଙ୍କୁ ହସ୍ପିଟାଲରେ ଭର୍ତ୍ତି କରାଯାଇଛି…

‘୩ ପରୀକ୍ଷା, ଜଣେ ମନ୍ତ୍ରୀ…’ଧର୍ମେନ୍ଦ୍ରଙ୍କୁ କାହିଁକି ବରଖାସ୍ତ କରୁନାହାନ୍ତି ମୋଦି; ବର୍ଷିଲେ…

ନୂଆଦିଲ୍ଲୀ,୧୭।୫: ଲୋକ ସଭାର ବିରୋଧୀ ଦଳ ନେତା ତଥା କଂଗ୍ରେସର ପୂର୍ବତନ ଅଧ୍ୟକ୍ଷ ରାହୁଲ ଗାନ୍ଧୀ ରବିବାର  ପୁଣି ନିଟ୍‌(NEET) ପେପର ଲିକ୍‌ ମାମଲା ଏବଂ ଶିକ୍ଷା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri