ବରଗଡ଼ରେ ଚଳିବନି ଅପରାଧୀଙ୍କ ଦାଦାଗିରି, ଦାୟିତ୍ୱ ନେଇ କଡ଼ା ଚେତାବନୀ ଦେଲେ ନୂତନ SP

ବରଗଡ଼,୨୭।୫(ପ୍ରେମାନନ୍ଦ ଖମାରୀ)- ବରଗଡ଼ ଜିଲାରେ ଆଉ ଚଳିବନି ଅପରାଧୀଙ୍କ ଦାଦାଗିରି କିମ୍ବା ବେଆଇନ ନିଶା କାରବାର। ବରଗଡ଼ର ନୂତନ ଆରକ୍ଷୀ ଅଧୀକ୍ଷକ (ଏସ୍‌ପି) ଭାବେ ବୁଧବାର ଦାୟିତ୍ୱ ଗ୍ରହଣ କରିବା ପରେ ଏଭଳି କଡ଼ା ଚେତାବନୀ ଦେଇଛନ୍ତି ବରିଷ୍ଠ ପୋଲିସ ଅଧିକାରୀ ରବିନ୍ଦ୍ରନାଥ ଶତପଥୀ। ସେବା ଓ ଜନସାଧାରଣଙ୍କ ସ୍ବାଭିମାନ ରକ୍ଷାକୁ ପ୍ରାଥମିକତା ଦେଇ ଏକ ଅପରାଧମୁକ୍ତ ବରଗଡ଼ ଗଠନ ପାଇଁ ସେ ସଂକଳ୍ପ ପ୍ରକାଶ କରିଛନ୍ତି।
ଦାୟିତ୍ୱ ଗ୍ରହଣ କରିବା ପରେ ଗଣମାଧ୍ୟମକୁ ପ୍ରତିକ୍ରିୟା ଦେଇ ନୂତନ ଏସପି କହିଛନ୍ତି, ମୁଁ ଏଠାକୁ ଲୋକଙ୍କ ସେବା କରିବାକୁ ଆସିଛି। ଜନସାଧାରଣଙ୍କ ଭାବନା ଏବଂ ସ୍ବାଭିମାନ ପ୍ରତି ମୋର ଯଥେଷ୍ଟ ସମ୍ମାନ ରହିଛି। କିନ୍ତୁ ଏଠାରେ ଆଉ ଅପରାଧୀଙ୍କ ଦାଦାଗିରି ଚଳିବ ନାହିଁ କିମ୍ବା କୌଣସି ଅପରାଧୀଙ୍କୁ ଫ୍ରି ଛଡ଼ାଯିବ ନାହିଁ। ମୁଁ ଯେତେଦିନ ପର୍ଯ୍ୟନ୍ତ ରହିବି, ସମ୍ପୂର୍ଣ୍ଣ ନିଷ୍ଠାର ସହ ଠିକ ଭାବେ କାର୍ଯ୍ୟ କରିବି।”
ପୂର୍ବରୁ ଭୁବନେଶ୍ୱର ଏସ୍‌ଟିଏଫ୍‌ (STF) ଏସ୍‌ପି ଭାବେ କାର୍ଯ୍ୟ କରି ସାରିଥିବା ଶତପଥୀ ଜିଲାର ନିଶା କାରବାର ଉପରେ ବିଶେଷ ଗୁରୁତ୍ୱ ଦେଇଛନ୍ତି। ଜିଲାରେ ଚାଲୁଥିବା ଗଞ୍ଜେଇ ଏବଂ କୋରେକ୍ସ (Cough Syrup) ଭଳି ବେଆଇନ ନିଶା ସାମଗ୍ରୀ କାରବାର ଉପରେ ତାଙ୍କର କଡ଼ା ନଜର ରହିଛି ଏବଂ ଏହାକୁ କୌଣସି ପରିସ୍ଥିତିରେ ପ୍ରଶ୍ରୟ ଦିଆଯିବ ନାହିଁ ବୋଲି ସେ ସ୍ପଷ୍ଟ କରିଛନ୍ତି। ଏହି ସବୁ ବେଆଇନ କାରବାର ବିରୋଧରେ ଖୁବ୍‌ଶୀଘ୍ର ଦୃଢ଼ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ। ଏଥିସହ ଅପରାଧମୂଳକ କାର୍ଯ୍ୟକଳାପ ଉପରେ ସମ୍ପୂର୍ଣ୍ଣ ରୋକ ଲଗାଯିବ। ସହରର ଟ୍ରାଫିକ ସମସ୍ୟାର ସଠିକ ସମାଧାନ କରାଯିବ। ସମସ୍ତଙ୍କ ସହଯୋଗରେ ବରଗଡ଼ବାସୀଙ୍କ ସୁରକ୍ଷା ନିଶ୍ଚିତ କରାଯିବ ବୋଲି ସେ କହିଛନ୍ତି।
ସୂଚନାଯୋଗ୍ୟ ଯେ, ବରଗଡ଼ରେ କାର୍ଯ୍ୟରତ ପୂର୍ବତନ ଏସ୍‌ପି ପି.ଏସ୍‌ ମିନାଙ୍କୁ ଗଜପତି ଜିଲାର ଏସ୍‌ପି ଭାବେ ବଦଳି କରାଯାଇଥିବା ବେଳେ, ତାଙ୍କ ସ୍ଥାନରେ ଏସ୍‌ଟିଏଫ୍‌ରୁ ବଦଳି ହୋଇ ଆସିଥିବା ଏସପି ଶତପଥୀ ଆଜି ଆନୁଷ୍ଠାନିକ ଭାବେ କାର୍ଯ୍ୟଭାର ଗ୍ରହଣ କରିଛନ୍ତି।
Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ନେରେଡ଼ି ପ୍ରକଳ୍ପକୁ ନେଇ ବିଜେଡିର ଉଦ୍‌ବେଗ: ଜମି ଅଧିଗ୍ରହଣ ପୂର୍ବରୁ ପ୍ରଭାବିତଙ୍କ ସହ ଆଲୋଚନା ଦାବି

ପାରଳାଖେମୁଣ୍ଡି, ୨୭।୮(ଗିରିଧାରୀ ପରିଚ୍ଛା): ନେରେଡ଼ି ବ୍ୟାରେଜ୍ ପ୍ରକଳ୍ପ ପାଇଁ ଗଜପତି ଜିଲା କାଶୀନଗର ତହସିଲ ଅଞ୍ଚଳରେ ପ୍ରାୟ ୧୦୬ ଏକର ଜମି ଅଧିଗ୍ରହଣ ପ୍ରସ୍ତୁତିକୁ ନେଇ ବିଜୁ…

ସ୍ୱାମୀଙ୍କ ଅତ୍ୟାଚାର ସହି ନ ପାରି ଶେଷରେ ବିଷ ପିଇଦେଲେ ସ୍ତ୍ରୀ! ମା’ ଛେଉଣ୍ଡ ହୋଇଗଲା ଛୋଟ ଛୁଆ

ଲାଞ୍ଜିଗଡ଼, ୨୭।୮ (ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲ୍ଲା ଲାଞ୍ଜିଗଡ଼ ବ୍ଲକ ବିଜେପୁର ଥାନା ଅନ୍ତର୍ଗତ କାଣ୍ଡଗୁଡ଼ା ଗ୍ରାମରେ ଘରୋଇ କଳହରୁ ଜଣେ ମହିଳା ବିଷ ପିଇ…

ରାତିର ସୁଯୋଗ ନେଇ ଘରେ ପଶି ମହିଳାଙ୍କୁ ଅସଦାଚରଣ, ଅଭିଯୁକ୍ତକୁ ଧରି ଜେଲ୍ ପଠାଇଲା ଆନନ୍ଦପୁର ପୋଲିସ!

ବଞ୍ଚୋ, ୨୭।୮ (ପ୍ରଦୋଷ ବିଶ୍ୱାଳ): ଘରେ ପଶି ଜଣେ ମହିଳାଙ୍କୁ ଅସଦାଚରଣ କରିବା ଅଭିଯୋଗରେ ଆନନ୍ଦପୁର ପୋଲିସ ଜଣେ ଯୁବକଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଛି।…

ପ୍ରେମ ନା ପ୍ରତାରଣା? ନାବାଳିକାଙ୍କ ସହ ବାରମ୍ବାର ଅନୈତିକ ସମ୍ପର୍କ ରଖି କଲେ ଗର୍ଭବତୀ, ଶେଷରେ କୋର୍ଟ ଚାଲାଣ!

ହାଟଡ଼ିହି/ଛେନାପଦୀ, ୨୭।୮(ଶୁଭକାନ୍ତ ନାୟକ/ନିରାକାର ପରିଡ଼ା): କେନ୍ଦୁଝର ଜିଲା ସୋସୋ ଥାନା ଅଞ୍ଚଳରେ ଜଣେ ୧୬ ବର୍ଷୀୟା ନାବାଳିକାଙ୍କୁ ଗର୍ଭବତୀ କରିବା ଅଭିଯୋଗରେ ପୋଲିସ ଅଭିଯୁକ୍ତକୁ ଗିରଫ କରି…

“ସେ ମୋର କିଛି କ୍ଷତି କରିବନି”: ୫ ମାସ ଧରି ନାଗସାପ ସହ ଗୋଟିଏ କୋଠରୀରେ ରହୁଛନ୍ତି ଯୁବକ !

ମୋହନା, ୨୭।୮ (ମନ୍ମଥ ମିଶ୍ର): ଦୀର୍ଘ ୫ ମାସ ଧରି ଗୋଟିଏ କୋଠରୀରେ ବିଷଧର ନାଗସାପ ଓ ମଣିଷ ଏକାଠି ରାତି ବିତାଉଥିବା ଭଳି ଏକ ସ୍ତାବ୍ଧ…

କବାଟ ଖୋଲୁଥିବା ବେଳେ ଗୋଡ଼କୁ ଚୋଟ ମାରିଲା ସାପ, ଚାଲିଗଲା…

ଦିଗପହଣ୍ଡି,୨୭।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଅନଙ୍ଗପୁର ଗ୍ରାମର ବି. କନକ ରେଡ୍ଡୀ (୫୫) ନାମ୍ନୀ ଜଣେ ମହିଳାଙ୍କର ସର୍ପାଘାତରେ ମୃତ୍ୟୁ ଘଟିଛି। ଗୁରୁବାର…

ନିଟ୍‌ କୃତକାର୍ଯ୍ୟ ସୁଦାମଙ୍କୁ ସହାୟତା

ବଞ୍ଚୋ,୨୭ା୮(ପ୍ରଦୋଷ ବିଶ୍ୱାଳ): କେନ୍ଦୁଝର ଜିଲା ଘଷିପୁରା ବ୍ଲକ୍‌ ଶାମୁକାନେଣ୍ଡି ପଞ୍ଚାୟତର ନିଟ୍‌ରେ କୃତକାର୍ଯ୍ୟ ହୋଇଥିବା ସୁଦାମ ହାଁସଦାଙ୍କୁ ଭାଜପା ନେତା ସହାୟତା କରିଛନ୍ତି। ସୁଦାମ ଶୁକ୍ରବାର ନାମ…

ସାକ୍ଷୀଗୋପାଳରେ ଆଜିବି ବଞ୍ଚିଛି ଶହ ଶହ ବର୍ଷର ନଡ଼ିଆ ଲଢ଼େଇ ପରମ୍ପରା, ଗହ୍ମାପୂର୍ଣ୍ଣମୀରେ…

ସାକ୍ଷୀଗୋପାଳ, ୨୭।୮ (କିଶୋର ମହାପାତ୍ର/ପ୍ରଶାନ୍ତ କୁମାର ବାରିକ): ପୁରୀ ଜିଲା ସାକ୍ଷୀଗୋପାଳ ଅଞ୍ଚଳରେ ନଡିଆ ଲଢେଇ ପ୍ରତିଯୋଗିତା ଏକ ନିଆରା ପରମ୍ପରା ଭାବରେ ଶହ ଶହ ବର୍ଷ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri