Posted inଜାତୀୟ

ଲୋକ ସଭା ନିର୍ବାଚନ ଲଢ଼ିବେ ଅଭିନେତ୍ରୀ ରଚନା ବାନାର୍ଜୀ

କୋଲକତା,୧୦।୩: ଅନେକ ବଙ୍ଗଳା, ଓଡ଼ିଆ ଏବଂ ହିନ୍ଦୀ ଚଳଚିତ୍ରରେ ଅଭିନୟ କରିଥିବା ଲୋକପ୍ରିୟ ଅଭିନେତ୍ରୀ ରଚନା ବାନାର୍ଜୀ ଲଢ଼ିବେ ଲୋକ ସଭା ନିର୍ବାଚନ। ପଡୋଶୀ ପଶ୍ଚିମବଙ୍ଗର ହୁଗୁଳୀ ଆସନର ସେ ତୃଣମୂଳ କଂଗ୍ରେସ(ଟିଏମସି) ପକ୍ଷରୁ ପ୍ରତିଯୋଗିତା କରିବେ। ମମତା ବାନାର୍ଜୀଙ୍କ ନେତୃତ୍ୱାଧୀନ ଟିଏମସି ରବିବାର ପଶ୍ଚିମବଙ୍ଗର ସମସ୍ତ ୪୨ ଟି ଲୋକସଭା ଆସନ ପାଇଁ ପ୍ରାର୍ଥୀ ଘୋଷଣା କରିଛି।

ସେହିଭଳି ପୂର୍ବତନ କ୍ରିକେଟ୍ର ୟୁସୁଫ ପଠାନଙ୍କୁ ମଧ୍ୟ ଟିଏମସି ଟିକେଟ ଦେଇଛି। ଦଳ ବାହାମରପୁର ଆସନରୁ ତାଙ୍କୁ ପ୍ରାର୍ଥୀ କରିଛି, ଯେଉଁଠାରୁ ବର୍ତ୍ତମାନ କଂଗ୍ରେସ ହେଭିୱେଟ୍ ଆଧୀର ରଂଜନ ଚୌଧୁରୀ ପ୍ରତିନିଧିତ୍ୱ କରୁଛି। ତେବେ ଟିଏମସି ବସୀରହାଟରୁ ପୂର୍ବଥର ଏମପି ହୋଇଥିବା ନୁସରତ ଜାହାନଙ୍କୁ ତାଲିକାରୁ ହଟାଇ ଦେଇଛି। ତେବେ ଲାଞ୍ଚ କାରବାର ମାମଲାରେ ଲୋକସଭାରୁ ବହିଷ୍କୃତ ହୋଇଥିବା ମୋହୁଆ ମିତ୍ରଙ୍କୁ କୃଷ୍ଣନଗର ଆସନରୁ ନିର୍ବାଚନ ଲଢ଼ିବା ପାଇଁ ଟିକେଟ ଦିଆଯାଇଛି।

ଅଭିନେତ୍ରୀ ସାୟୋନି ଘୋଷଙ୍କୁ ଯାଦବପୁରା ନିର୍ବାଚନମଣ୍ଡଳୀରୁ ପ୍ରତିଦ୍ୱନ୍ଦ୍ୱିତା କରିବାକୁ ଟିଏମସି ଦ୍ୱାରା ମନୋନୀତ କରାଯାଇଛି, ଯେଉଁଠାରୁ ଗତ ନିର୍ବାଚନରେ ଅଭିନେତ୍ରୀ ମିମି ଚକ୍ରବର୍ତ୍ତୀ ନିର୍ବାଚିତ ହୋଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଏବେ ୨୪ଘଣ୍ଟା ନୁହେଁ ୨୫ଘଣ୍ଟା ହୋଇଯିବ ଗୋଟିଏ ଦିନ, ୨୦୨୬ରେ ହେବ କି ବଡ଼ ପରିବର୍ତ୍ତନ!

ଆପଣଙ୍କର ଘଣ୍ଟା କେବେ ଗୋଟିଏ ଘଣ୍ଟା ଲେଟ୍‌ ହେବ କି? ଭବିଷ୍ୟତରେ ସୂର୍ଯ୍ୟ ଅସ୍ତ ହେବ ଏବଂ ରାତି ଲମ୍ୱା ହେବ କି? ଏହା ଏକ...

LPGରୁ UPI ଯାଏ…ଆଜିଠୁ ୫ବଡ଼ ପରିବର୍ତ୍ତନ, ସାଧାରଣ ଲୋକଙ୍କୁ ଲାଗିବ ଝଟ୍‌କା!

ନୂଆଦିଲ୍ଲୀ,୧।୧: ନୂତନ ବର୍ଷ 2026 ଆରମ୍ଭ ହେବା ସହିତ, ସାଧାରଣ ଲୋକଙ୍କ ଦୈନନ୍ଦିନ ଜୀବନ ସହିତ ଜଡିତ ଅନେକ ଗୁରୁତ୍ୱପୂର୍ଣ୍ଣ ନିୟମ ପରିବର୍ତ୍ତନ ହୋଇଛି, ଯାହା...

ନୂଆବର୍ଷରେ ମହଙ୍ଗା ମାଡ, ୨୮ମାସରେ ସବୁଠାରୁ ଅଧିକ ବଢିଲା ଗ୍ୟାସ ସିଲିଣ୍ଡର ଦର

ନୂଆଦିଲ୍ଲୀ,୧।୧: ନୂତନ ବର୍ଷ ଏକ ବଡ଼ ଝଟକା ସହିତ ଆରମ୍ଭ ହୋଇଛି। ଏହି ଝଟକା ହେଉଛି ମୁଦ୍ରାସ୍ଫୀତି। ସରକାର ପାଇପ ପ୍ରାକୃତିକ ରନ୍ଧନ ଗ୍ୟାସର ମୂଲ୍ୟ...

ଏଇ ଭାରତରେ

ଦିଲ୍ଲୀର ଦୁଇଭାଇ ବିହାନ ଓ ନାଭ ଅଗ୍ରଓ୍ୱାଲ ବର୍ଜ୍ୟ ରିସାଇକେଲିଂ କ୍ଷେତ୍ରରେ ଉଦାହରଣ ସୃଷ୍ଟି କରିଛନ୍ତି। ସେମାନେ ୧୪ଟି ସହରରେ ୧ ମିଲିୟନ(୧୦ ଲକ୍ଷ) କେ.ଜି...

ବିଶ୍ୱ ଓ ବର୍ଷାନ୍ତର

ଳର ଅନ୍ୟନାମ ସମୟ। ଅନନ୍ତ ସମୟର ଅସରନ୍ତି ଯାତ୍ରାରେ ଗୋଟିଏ ବର୍ଷ ବିତିବା ଓ ଆଉ ଗୋଟିଏ ବର୍ଷ ଆସିବା ଏକ ଚିରନ୍ତନ ପ୍ରକ୍ରିୟା। ଏହା...

ଘେଁସ ‘ବରପୁତ୍ର ଐତିହ୍ୟ ଗ୍ରାମ ଯୋଜନା’ରେ ସାମିଲ: ୧୫ କୋଟି ବିନିଯୋଗରେ …

ମଥୁରାନଗରୀ/ ସୋହେଲା,୧ା୧(ପ୍ରେମାନନ୍ଦ ଖମାରୀ/ଅଶ୍ୱିନୀ କୁମାର ପାତ୍ର):ବରଗଡ଼ ଜିଲା ଘେଁସଠାରେ ବୁଧବାର ରାଜ୍ୟସ୍ତରୀୟ ବୀରତା ଦିବସ ଏବଂ ଶହୀଦ ମାଧୋ ସିଂହଙ୍କ ସ୍ମୃତି ସମାରୋହ ଆୟୋଜନ ହୋଇଥିଲା।...

ଭାରତୀୟ ସଂସ୍କୃତିରେ ପରିବର୍ତ୍ତନ

ଆକ୍ରମଣ ଏବଂ ଦେଶାନ୍ତର ଗମନ ମଧ୍ୟରେ ପାର୍ଥକ୍ୟ ରହିଛି। ସାଧାରଣତଃ କୌଣସି ଦେଶ ଉପରେ ଆକ୍ରମଣକରି ଆକ୍ରମଣକାରୀ ସେଠାରୁ ଧନ ଲୁଟିନିଏ ଏବଂ ଲୋକଙ୍କୁ ତାହାର...

ବଜାରରେ ମିଳୁଛି ନକଲି ଶାଗୁଦାନା: ହୋଇଯାନ୍ତୁ ସାବଧାନ

ନୂଆପଡ଼ା,୧ା୧ (ମକାରୁ ବେମାଲ):ନୂଆପଡ଼ା ସହରରେ ପ୍ଲାଷ୍ଟିକ ଶାଗୁଦାନା ବିକ୍ରୟ ହେଉଥିବା ଅଭିଯୋଗ ହୋଇଛି। ସୂଚନା ମୁତାବକ ଟାନୱାଟ ପଞ୍ଚାୟତ ଝିଲମିଲା ଗାଁର ଜ୍ୟୋତିର୍ମୟ ପୁହାଣ ନୂଆପଡ଼ା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri