Posted inଖେଳ

ସଚିନଙ୍କ ରେକର୍ଡ ଭାଙ୍ଗିବା ପରେ ଜେଜେମା’ଙ୍କୁ ଭେଟିଲେ ରାଚିନ, ନେଲେ ଆଶିର୍ବାଦ; ଦେଖନ୍ତୁ ଭିଡିଓ…

ନୂଆଦିଲ୍ଲୀ,୧୦।୧୧: ନ୍ୟୁଜିଲାଣ୍ଡ ପକ୍ଷରୁ ଖେଳୁଥିବା ୨୩ ବର୍ଷୀୟ ରାଚିନ ରବିନ୍ଦ୍ର ନିଜର ଜବରଦସ୍ତ ପ୍ରଦର୍ଶନକୁ ନେଇ ଚର୍ଚ୍ଚାରେ ରହିଛନ୍ତି। ତାଙ୍କର ପିତାମାତା ଭାରତୀୟ ହୋଇଥିବା ବେଳେ ସେ ନ୍ୟୁଜିଲାଣ୍ଡରେ ଜନ୍ମଗ୍ରହଣ କରିଥିଲେ। ହେଲେ ବାପା ସଚିନ ତେନ୍ଦୁଲକର ଏବଂ ରାହୁଲ ଦ୍ରାବିଡଙ୍କ ପ୍ରଶଂସକ ହୋଇଥିବାରୁ ତାଙ୍କ ନା ‘ରାଚିନ’ ରଖିଥିଲେ। ସେ କ୍ରିକେଟର ଭାବେ ଖ୍ୟାତି ଅର୍ଜନ କରିବେ ବୋଲି ପରିବାରଲୋକେ ଆଶା ରଖିଥିଲେ। ଏବେ ତାହା ହିଁ ହେଉଛି। ବିଶ୍ୱକପ୍‌ରେ ୨୫ ବର୍ଷରୁ କମ୍‌ କ୍ରିକେଟର ଭାବେ ସର୍ବାଧିକ ରନ୍‌ ସ୍କୋର କରି ସେ ମହାନ କ୍ରିକେଟର ସଚିନ ତେନ୍ଦୁଲକରଙ୍କ ରେକର୍ଡ ଭାଙ୍ଗିଛନ୍ତି।

ନିକଟରେ ଶ୍ରୀଲଙ୍କା ବିପକ୍ଷ ମ୍ୟାଚ୍‌ରେ ବିଜେତା ହେବା ପରେ ସେ ବାଙ୍ଗାଲୁରୁରେ ଥିବା ନିଜ ଜେଜେ ମା’ଙ୍କୁ ଭେଟିଥିଲେ। ସେଠାରେ ସେ ନକରାତ୍ମକତାକୁ ଦୂର କରିବା ଲାଗି ପୂଜା କରିଥିଲେ। ଏହାର ଭିଡିଓ ଭାଇରାଲ ହେଉଛି। ଏହାକୁ ନେଇ ସାରା ବିଶ୍ୱର ପ୍ରଶଂସକଙ୍କ ଗହଣରେ ଆହୁରି ଲୋକପ୍ରିୟ ହୋଇଛନ୍ତି।

୫ ବର୍ଷ ବୟସରେ ରବିନ୍ଦ୍ର ନିଜର କ୍ରିକେଟ ଯାତ୍ରା ଆରମ୍ଭ କରିଥିଲେ। ସେ ପ୍ରତି ବର୍ଷ କ୍ଲବ୍‌ କ୍ରିକେଟ ଖେଳିବାକୁ ବାଙ୍ଗାଲୋର ଆସୁଥିଲେ। ଚଳିତ ବିଶ୍ୱକପ୍‌ରେ ସେ ୯ ଇନିଂସରେ ୫୬୫ ରନ୍‌ କରି ଟପ୍‌ ରନ୍‌ ସ୍କୋର କରିଥିବା ବ୍ୟାଟ୍ସମ୍ୟାନ ପାଲଟିଛନ୍ତି। ଏଥିରେ ୩ ଶତକ ଏବଂ ୨ ଅର୍ଦ୍ଧଶତକ ରହିଛି। ଚଳିତ ବିଶ୍ୱକପ୍‌ରେ ତାଙ୍କର ଶ୍ରେଷ୍ଠ (୧୨୩ ରନ୍‌)ର ରହିଛି। ସେ ଏହି ବିଶ୍ୱକପରେ ନ୍ୟୁଜିଲାଣ୍ଡ ପାଇଁ ଟ୍ରମ୍ପ କାର୍ଡ ସାବ୍ୟସ୍ତ ହୋଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବିଶ୍ୱ ବଜାରରେ ତେଲ ନିଆଁ: ୯୫ ଦେଶରେ ମହଙ୍ଗା ହେଲା ପେଟ୍ରୋଲ, ଭାରତରେ…

ନୂଆଦିଲ୍ଲୀ/ୱାଶିଂଟନ,୧୮।୩: ୨୦୨୬ ଫେବୃଆରୀ ଶେଷ ଭାଗରେ ଇରାନ ଉପରେ ଆମେରିକା ଏବଂ ଇସ୍ରାଏଲର ମିଳିତ ଆକ୍ରମଣ ପରେ ବିଶ୍ୱ ଶକ୍ତି ବଜାର (Global Energy Market) ରେ…

ଭାରତରେ ଡାଉନ ହେଲା ସୋସିଆଲ ମିଡିଆ ପ୍ଲାଟଫର୍ମ X, ହଜାର ହଜାର ୟୁଜର୍ସ…

ବୁଧବାର ସନ୍ଧ୍ୟାରେ ଭାରତରେ ସୋସିଆଲ ମିଡିଆ ପ୍ଲାଟଫର୍ମ X ହଠାତ୍ ଠପ୍ ହୋଇଯାଇଥିଲା । ଯାହା ଫଳରେ ଅନେକ ଉପଭୋକ୍ତା ଅସୁବିଧାର ସମ୍ମୁଖୀନ ହୋଇଥିଲେ । ଡାଉନଡିଟେକ୍ଟର…

କୋରାପୁଟରେ ଛେଚିଲା କୁଆପଥର ବର୍ଷା, ଅନ୍ଧାରରେ ସହର

କୋରାପୁଟ,୧୮।୩(ଅମିତାଭ ବେହେରା ): ବୁଧବାର ସନ୍ଧ୍ୟାରୁ କୋରାପୁଟ ଜିଲାର ବିଭିନ୍ନ ଅଞ୍ଚଳରେ ହଠାତ୍ କୁଆପଥର ସହ ପ୍ରବଳ ବର୍ଷା ହୋଇଥିଲା । ଫଳରେ କିଛି ସମୟ ପର୍ଯ୍ୟନ୍ତ…

୫ ଦିନ ଯାଏ ଯୁଦ୍ଧ କରିବେନି ପାକିସ୍ତାନ-ଆଫଗାନିସ୍ତାନ, କାରଣ ଜାଣିଲେ…

ନୂଆଦିଲ୍ଲୀ,୧୮।୩: ଆଫଗାନିସ୍ତାନ ଏବଂ ପାକିସ୍ତାନ ମଧ୍ୟରେ ଚାଲିଥିବା ସଂଘର୍ଷ ସମ୍ପର୍କରେ ଏକ ବଡ଼ ଖବର ସାମ୍ନାକୁ ଆସିଛି। ଉଭୟ ଦେଶ ଏକ ଅସ୍ଥାୟୀ ଯୁଦ୍ଧବିରତି ଘୋଷଣା କରିଛନ୍ତି ।…

ତୁଳସୀ ଗାବାର୍ଡଙ୍କ ବୟାନକୁ ନେଇ ହଇଚଇ, ପାକିସ୍ତାନ ଏବଂ ଚୀନ୍ ଆମେରିକା ପାଇଁ…

ନୂଆଦିଲ୍ଲୀ,୧୮।୩: ଆମେରିକାର ନ୍ୟାସନାଲ ଇଣ୍ଟେଲିଜେନ୍ସ ଡାଇରେକ୍ଟର ତୁଳସୀ ଗାବାର୍ଡ ପାକିସ୍ତାନ ଏବଂ ଚୀନକୁ ଆମେରିକାର ବିପଦ ବୋଲି ବୟାନ ଦେଇଛନ୍ତି । ବୁଧବାର ସେ କହିଥିଲେ ଯେ…

ଅପହରଣ କରି ନେଇ ଯାଇଥିଲେ ତାମିଲନାଡୁ, ୭ ଦିନ ଯାଏ ନାବାଳିକାଙ୍କୁ…ଅଭିଯୁକ୍ତଙ୍କୁ ବାନ୍ଧି…

ପାଇକମାଳ,୧୮।୩ (ବଡ଼ ଶତପଥୀ): ବରଗଡ଼ ଜିଲା ପାଇକମାଳ ବ୍ଲକ ଅଞ୍ଚଳରେ ଜଣେ ନାବାଳିକାଙ୍କୁ ଅପହରଣ କରିବା ଅଭିଯୋଗରେ ପୋଲିସ ଜଣେ ଯୁବକଙ୍କୁ ଗିରଫ କରି କୋର୍ଟ ଚାଲାଣ…

ଫିଲ୍ମ ଷ୍ଟାଇଲରେ ଗୋଡ଼ାଇ ଗୋଡ଼ାଇ ଧରିଲା ପୋଲିସ, ମହୁଲି ମଦ ସହ ଦୁଇ….

ହାଟଡିହୀ,୧୮।୩(ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ନନ୍ଦିପଦା ପୋଲିସ ଫିଲ୍ମ ଷ୍ଟାଇଲରେ ଦୁଇ ଚୋରା ମହୁଲି ମଦ ବେପାରୀଙ୍କୁ ବୁଧବାର ରାତି ପ୍ରାୟ ୮ଟା ସମୟରେ ଧରିଛି ।…

ନିଶା ନିବାରଣ ପାଇଁ ବାହାରିଲେ ଛାତ୍ରୀଛାତ୍ର, ସ୍କୁଲରେ ହେଲା….

ବରଗଡ଼,୧୮।୩(ପ୍ରେମାନନ୍ଦ ଖମାରୀ): ନିଶା ମଣିଷକୁ ବିବେକ ଶୂନ୍ୟ କରି ଦିଏ । ନିଶାସକ୍ତ ବ୍ୟକ୍ତି ନିଜ ପରିବାର ସହିତ ସମାଜର ମଧ୍ୟ ଅନେକ କ୍ଷତି ପହଞ୍ଚାଇଥାଏ ।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri