ଚଳଚଞ୍ଚଳ ରାଧାଦେଇପୁର, ଛୁଟୁଛି ଶ୍ରଦ୍ଧାଳୁଙ୍କ ଭିଡ଼, ଦାରୁ ବିଗ୍ରହଙ୍କ

ଦିଗପହଣ୍ଡି/ପାଟପୁର,୧୭୪(ଅଶେଷ ନାଥ ମିଶ୍ର/ସିମାଞ୍ଚଳ ସାହୁ): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପାଟପୁର ରାଧାଦେଇପୁର ଗ୍ରାମ ନୂଆସାହି ରେ ବହୁ ପୁରାତନ କାଳରୁ ପୂଜା ପାଇ ଆସୁଥିବା ଶ୍ରୀ ଜଗନ୍ନାଥ,ଶ୍ରୀବଳଭଦ୍ର, ଦେବୀ ସୁଭଦ୍ରା ଓ ଚକ୍ରରାଜ ଶ୍ରୀ ସୁଦର୍ଶନଙ୍କ ନୂତନ ଦାରୁ ବିଗ୍ରହ ଓ ନୂତନ ଭବ୍ୟ ମନ୍ଦିର ପ୍ରତିଷ୍ଠା ମହୋତ୍ସବ ଅବସରରେ ଅନୁଷ୍ଠିତ ମହାଯଜ୍ଞରେ ପାଟପୁର ସମେତ ଆଖପାଖ ଗ୍ରାମାଞ୍ଚଳ ମାନଙ୍କରୁ ଶ୍ରଦ୍ଧାଳୁଙ୍କ ସମାଗମ ହୋଇଛି। ଶୁକ୍ରବାର ପଣ୍ଡିତ ଅଶୋକ କୁମାର ପାଢ଼ୀଙ୍କ ପୌରୋହିତ୍ୟରେ ବ୍ରାହ୍ମଣ ବରଣ, ସୂର୍ଯ୍ୟପୂଜା,ଶାଲା ସଂସ୍କାର,ମଣ୍ଡଳପୂଜା, ବୈଷ୍ଣବାଗ୍ନି ସ୍ଥାପନ ଓ ନୂତନ ବିଗ୍ରହ ଅଧିବାସ ପରେ ଗୋ – ପୂଜା, ନାମଯଜ୍ଞ ଶୁଭାରମ୍ଭ ହୋଇଥିଲା। ଗୁରୁବାର ସକାଳେ କଳସ ଯାତ୍ରା, ଦୀକ୍ଷାଗ୍ରହଣ,ମଣ୍ଡଳ ଓ ନମାଯଜ୍ଞାଧିବାସ ଓ ଅଙ୍କୁରାରୋପଣ କାର୍ଯ୍ୟ ସମାପିତ ହୋଇଥିଲା। ଶ୍ରୀ ଜଗନ୍ନାଥ ମନ୍ଦିର ପରିଚାଳନା କମିଟିର ନିମନ୍ତ୍ରଣ କ୍ରମେ ସାନଖେମୁଣ୍ଡି ମହାରାଜା ବୀର କିଶୋର ଦେବ,ମହନ୍ତ ହରିହର ଦାସ ମହାରାଜ, ମହନ୍ତ ଚିନ୍ମୟାନନ୍ଦ ଦାସ ମହାରାଜ ପ୍ରମୁଖ ବହୁ ସଂଖ୍ୟକ ପଣ୍ଡିତ ମହାଯଜ୍ଞ ସ୍ଥଳରେ ପହଞ୍ଚି ପୂଜାର୍ଚ୍ଚନା କରିଥିଲେ। ଆୟୋଜକ କମିଟି କାର୍ଯ୍ୟକର୍ତ୍ତା, ସଭ୍ୟ ଓ ଗ୍ରାମବାସୀଙ୍କ ସମ୍ପୂର୍ଣ୍ଣ ସହଯୋଗରେ ଚାଲିଥିବା ଏହି ମହୋତ୍ସବ ପାଇଁ ସମଗ୍ର ଗାଁ ଉତ୍ସବ ମୁଖର ହୋଇଛି। ରଙ୍ଗୀନ ଆଲୋକମାଳା ର ସମସ୍ତ ସାହି ,ବସ୍ତି ଝଲସି ଉଠିଛି। ଏହି ମହୋତ୍ସବ ଉପଲକ୍ଷେ ଆୟୋଜିତ ମହାଯଜ୍ଞ ସୋମବାର ପୂର୍ଣ୍ଣାହୁତି ହେବା କାର୍ଯ୍ୟକ୍ରମ ରହିଛି।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ଖୋଲିଲା ମା’ ତାରାତାରିଣୀଙ୍କ ଦାନହୁଣ୍ଡି; ସୁନା-ରୁପା ଅଳଙ୍କାର ସହ ମିଳିଲା…

ପୁରୁଷୋତ୍ତମପୁର,୬।୧୦(ସବିତା ମିଶ୍ର): ଗଞ୍ଜାମ ଜିଲାର ପ୍ରସିଦ୍ଧ ଇଷ୍ଟଦେବୀ ମା’ ତାରାତାରିଣୀଙ୍କ ମନ୍ଦିର ଦାନହୁଣ୍ଡି ସୋମବାର ଖୋଲାଯାଇଛି । ମନ୍ଦିର ନିର୍ବାହୀ ଅଧିକାରୀ ତଥା ପୁରୁଷୋତ୍ତମପୁର ତହସିଲଦାର ବିନୋଦ…

ଫର୍ମ-୬ରେ ପରିବର୍ତ୍ତନକୁ ମଞ୍ଜୁରୀ ନ ଥିଲା: ଇସିଙ୍କୁ ସୁପ୍ରିମକୋର୍ଟଙ୍କ ଜବାବ ତଲବ

ନୂଆଦିଲ୍ଲୀ,୬।୧୦(ପି.ଟି.): ବିଭିନ୍ନ ରାଜ୍ୟରେ ଭୋଟର ତାଲିକାର ସ୍ବତନ୍ତ୍ର ସଘନ ସଂଶୋଧନ (ଏସ୍‌ଆଇଆର୍‌) ବେଳେ ନିର୍ବାଚନ କମିଶନ (ଇସି) ବ୍ୟବହାର କରୁଥିବା ଫର୍ମ-୬ରେ କୌଣସି ପରିବର୍ତ୍ତନ ପାଇଁ ସୁପ୍ରିମକୋର୍ଟ…

ଯାହା କୋହଲି-ସୂର୍ଯ୍ୟକୁମାର କରିପାରି ନ ଥିଲେ ତାହା କରିଦେଖାଇବେ ଶ୍ରେୟସ ଆୟର: ବଡ଼ ରେକର୍ଡର ସୁଯୋଗ

ନୂଆଦିଲ୍ଲୀ,୬।୧୦: ୱେଷ୍ଟଇଣ୍ଡିଜ ବିପକ୍ଷ ଟି-୨୦ ସିରିଜ ଟିମ ଇଣ୍ଡିଆର ଅଧିନାୟକ ଶ୍ରେୟସ ଆୟରଙ୍କ ପାଇଁ ଏକ ବଡ଼ ସୁଯୋଗ ନେଇ ଆସିଛି। ଏହି ସିରିଜ୍ରେ ସେ ଏମିତି…

ନିଷ୍ପତ୍ତି ବଦଳାଇଲେ ସରକାର, ACP ବିବେକ ଭଗତଙ୍କ ପଦୋନ୍ନତି ସ୍ଥଗିତ!

ନୂଆଦିଲ୍ଲୀ,୬।୧୦: ଦିଲ୍ଲୀ ସରକାର ACP ବିବେକ ଭଗତଙ୍କୁ ଆଡିସନାଲ DCPର ଚାର୍ଜ ଦେବା ନେଇ ଜାରି ହୋଇଥିବା ଆଦେଶ ଉପରେ ରୋକ ଲଗାଇଛନ୍ତି । ବିବେକ ଭଗତଙ୍କ…

କ୍ରିକେଟ୍‌ରେ ନୂଆ ଇତିହାସ ରଚିଲା ଆମେରିକା: ଦିନିକିଆରେ ପ୍ରଥମଥର କଲା ଏମିତି କାରନାମା

ଡଲାସ,୬।୧୦: ଆମେରିକା କ୍ରିକେଟ ଟିମ ଦିନିକିଆ କ୍ରିକେଟ୍‌ରେ ଏକ ବଡ଼ ଇତିହାସ ରଚିଛି। ଡଲାସରେ ଖେଳାଯାଇଥିବା ICC ମେନ୍ସ କ୍ରିକେଟ ୱାଲର୍‌ଡ କପ ଲିଗ-୨ ମ୍ୟାଚ୍‌ରେ ଆମେରିକା…

୬ଟି ଆସନରେ ଆଜି ଉପନିର୍ବାଚନ; CM ବିଜୟଙ୍କ ପାଇଁ ବଡ଼ ରାଜନୈତିକ ପରୀକ୍ଷା, ଏହି ଦିନ ଫଳାଫଳ

ନୂଆଦିଲ୍ଲୀ,୬।୧୦: ଦେଶର ୬ଟି ଆସନରେ ଆଜି ଉପନିର୍ବାଚନ ପାଇଁ ଭୋଟିଂ ଆରମ୍ଭ ହୋଇଛି । ଆସାମର ନଗାଓଁ ଲୋକସଭା ଆସନ ସମେତ ପଶ୍ଚିମବଙ୍ଗର ନନ୍ଦୀଗ୍ରାମ ଓ ରେଜିନଗର,…

ଭାଉଜଙ୍କୁ ଶାରୀରିକ ସମ୍ପର୍କ ରଖିବାକୁ ବାଧ୍ୟ କରୁଥିଲେ ଦିଅର: ଆଉ ତା’ପରେ ଘଟିଲା…

ଭୁବନେଶ୍ୱର,୬।୧୦ (ପ୍ରସନଜିତ୍‌ ସାହୁ):ରାଜଧାନୀରେ ମହିଳାଙ୍କୁ ନିର୍ଯାତନା ଘଟଣା ସାମନାକୁ ଆସିଛି। ଭାଉଜଙ୍କୁ ଦିଅର ମାନସିକ ନିର୍ଯାତନା ଦେବା ସହ ତାଙ୍କ ଫଟୋ ଭିଡିଓ ଶୁଟ୍‌ କରି ଭାଇରାଲ…

SCB ମେଡିକାଲ୍‌ କ୍ୟାମ୍ପସ୍‌ରେ ଯୁବକଙ୍କ ହାଇଡ୍ରାମା, ୫୦ ଫୁଟ ପାଣିଟାଙ୍କି ଉପରୁ ଡେଇଁ…

କଟକ,୬।୧୦(ପ୍ରଭୁକଲ୍ୟାଣ ପାଲ୍): କଟକ ବଡ ମେଡିକାଲରେ ଅଘଟଣ। ପାଣି ଟାଙ୍କି ଉପରୁ ଡେଇଁ ଆତ୍ମହତ୍ୟା ଉଦ୍ୟମ କଲେ ଯୁବକ। ଦୀର୍ଘ ସମୟଧରି ହାଇଡ୍ରାମା ପରେ ସେ ଟାଙ୍କି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?