ରାଧାକୃଷ୍ଣ ମନ୍ଦିର ମନ୍ଦିର ହୁଣ୍ଡି ଭାଙ୍ଗି ଲକ୍ଷାଧିକ ଟଙ୍କା ଲୁଟ୍‌

ହିଞ୍ଜିଳିକାଟୁ, ୧୩/୧୧(ଦ୍ବିତୀକୃଷ୍ଣ ପଣ୍ଡା): ଗଞ୍ଜାମ ଜିଲାରେ ବିଭିନ୍ନ ମନ୍ଦିର ହୁଣ୍ଡି ଓ ସମ୍ପତ୍ତି ଉପରେ ଲୁଟେରାଙ୍କ ଲୋଲୁପ ଦୃଷ୍ଟି ପଡ଼ିଛି। ମଙ୍ଗଳବାର ରାତିରେ ହିଞ୍ଜିଳିକାଟୁ ଘୋଡାହାଡ ନଦୀ ନିକଟ ପରିବା ପାଲି ବଜାରରେ ଅବସ୍ଥିତ ରାଧାକୃଷ୍ଣ ମନ୍ଦିର ଦାନ ହୁଣ୍ଡିକୁ ଦୁବୃର୍ତ୍ତ ଭାଙ୍ଗି ଲକ୍ଷାଧିକ ଟଙ୍କା ଲୁଟ କରିଥିବା ଅଭିଯୋଗ ହୋଇଛି।

ଗଞ୍ଜାମ ଜିଲାରେ ମା’ତାରାତାରିଣୀଙ୍କ ମନ୍ଦିର ଦାନହୁଣ୍ଡି ଓ ଅଳଙ୍କାର ଲୁଟ ହୋଇଥିଲା। ପରେ ଖଲ୍ଲିକୋଟ ଓ ଆସିକା ଅଞ୍ଚଳର ମନ୍ଦିର ଦାନହୁଣ୍ଡି ଭାଙ୍ଗି ଲୁଟେରା ଗ୍ୟାଙ୍ଗ ଲୁଟ କରିଥିବା ବେଳେ ଏବେ ହିଞ୍ଜିଳିକାଟୁ ରାଧାକୃଷ୍ଣ ମନ୍ଦିର ଲୁଟ୍‌ ହୋଇଛି।

ଅନ୍ୟ ପକ୍ଷରେ ପୋଲିସ ଆଖିରେ ଧୂଳି ଦେଇ ଲୁଟେରା ଗ୍ୟାଙ୍ଗ ଗୋଟିଏ ପରେ ଗୋଟିଏ ଲୁଟ କରି ଫେରାର ହୋଇଯାଉଥିଲେ ମଧ୍ୟ ମନ୍ଦିର ସମ୍ପତ୍ତି ସୁରକ୍ଷା ଦେବାରେ କିମ୍ବା ଲୁଟେରା ଗ୍ୟାଙ୍ଗକୁ କାବୁ କରିବାରେ ପୋଲିସ ପ୍ରଶାସନ ବିଫଳ ହୋଇଥିବା ଅଭିଯୋଗ ହୋଇଛି।

ପ୍ରକାଶ ଯେ, ହିଞ୍ଜିଳିକାଟୁ ଘୋଡାହାଡ ନଦୀ ନିକଟରେ ହୋଲସେଲ ପରିବା ବଜାର ପରିସରରେ ରାଧାକୃଷ୍ଣ ମନ୍ଦିରକୁ ପ୍ରତିଦିନ ପରି ମଙ୍ଗଳବାର ରାତିରେ ପୂଜକ ଦେବନୀତି ସମ୍ପନ୍ନ ପରେ ଚାବି ପକାଇ ଘରକୁ ଫେରିଥିଲେ। ବୁଧବାର ଭୋରରୁ ବ୍ୟବସାୟୀମାନେ ବଜାରରେ ପହଞ୍ଚି ମନ୍ଦିର ଭିତରେ ଦାନହୁଣ୍ଡି ନ ଥିବା ଦେଖିବାକୁ ପାଇଥିଲେ। ମନ୍ଦିର ଠାରୁ କିଛି ଦୂରରେ ଦାନହୁଣ୍ଡିଟି ଭାଙ୍ଗି ପଡିଥିଲା। ଉକ୍ତ ସ୍ଥାନରେ କିଛି ଖୁଚୁରା ପଇସା ପଡିଥିବା ଦେଖିବାକୁ ମିଳିଥିଲା। ଦାନହୁଣ୍ଡିରେ କେତେ ଟଙ୍କା ରହିଥିବା ସଠିକ ଆକଳନ କରାଯାଇ ନ ଥିଲେ ମଧ୍ୟ ଦୀର୍ଘ ୩ ବର୍ଷରୁ ଉର୍ଦ୍ଧ ସମୟ ଧରି ଦାନହୁଣ୍ଡି ଖୋଲାଯାଇ ନ ଥିବାରୁ ପ୍ରାୟ ୨ ଲକ୍ଷରୁ ଉର୍ଦ୍ଧ ଟଙ୍କା ଦାନ ଟଙ୍କା ରହିଥିବା ଅନୁମାନ କରାଯାଉଛି।

ଘଟଣା ନେଇ ମନ୍ଦିର ପରିଚାଳନା କମିଟି ସଭାପତି କୃଷ୍ଣଚନ୍ଦ୍ର ଗୌଡ ବୁଧବାର ହିଞ୍ଜିଳି ଥାନାରେ ଅଭିଯୋଗ କରିଛନ୍ତି। ଅଭିଯୋଗ ପାଇ ହିଞ୍ଜିଳି ପୋଲିସ ଘଟଣାସ୍ଥଳରେ ପହଞ୍ଚି ଘଟଣାର ସରଜମିନ ତଦନ୍ତ ଆରମ୍ଭ କରିବା ସହ ମନ୍ଦିର ଓ ବଜାର ରେ ଲାଗିଥିବା ବିଭିନ୍ନ ସିସିଟିଭି ଫୁଟେଜ ଯାଞ୍ଚ କରି ଘଟଣାର ତଦନ୍ତ ଚଳାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ପ୍ରକାଶ ପାଇଲା ପିଜି ପ୍ରବେଶିକା ପରୀକ୍ଷା ରେଜଲ୍ଟ, ନାମଲେଖା ସମୟସୂଚୀ…

ଭୁବନେଶ୍ୱର,୨ା୭(ସୁଚିସ୍ମିତା ସାହୁ): ପିଜି ପ୍ରବେଶିକା ପରୀକ୍ଷା ବା କମନ ପିଜି ଏଣ୍ଟ୍ରାନ୍ସ ଟେଷ୍ଟ-୨୦୨୬ ରେଜଲ୍ଟ ଗୁରୁବାର ପ୍ରକାଶ ପାଇଛି। ଛାତ୍ରୀଛାତ୍ର ସାମ୍‌ସ ପୋର୍ଟାଲ ମାଧ୍ୟମରେ ନିଜ ପରୀକ୍ଷାଫଳ…

ଆନ୍ଦୋଳନରତ ଡାକ୍ତରଙ୍କ ବିରୋଧରେ ବଡ଼ ଆକ୍ସନ: ଦରମା ବନ୍ଦ ସହ ଚୁକ୍ତିଭିତ୍ତିକ ଡାକ୍ତରଙ୍କୁ ନୋଟିସ୍‌ ପରେ କାର୍ଯ୍ୟରୁ ନିବୃତ୍ତ ପାଇଁ ନିର୍ଦ୍ଦେଶ !

ଭୁବନେଶ୍ୱର, ୨ା୭: ରାଜ୍ୟରେ ଚାଲିଥିବା ଡାକ୍ତରୀ ଆନ୍ଦୋଳନକୁ ନେଇ ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ଏକ ବଡ଼ ଏବଂ କଡ଼ା ପଦକ୍ଷେପ ଗ୍ରହଣ କରାଯାଇଛି। ଓଡ଼ିଶା ମେଡିକାଲ ସର୍ଭିସେସ୍‌…

ୟୁଜରନେମ ବିବାଦ: ହ୍ବାଟସଆପ ପରେ, ଆଇଟି ମନ୍ତ୍ରଣାଳୟ ଏବେ ସିଗନାଲ-ଟେଲିଗ୍ରାମକୁ ପଠାଇଛି ନୋଟିସ

ନୂଆଦିଲ୍ଲୀ,୨।୭: ୟୁଜରନେମ ଫିଚରକୁ ନେଇ ବିବାଦ ବଢ଼ିବାରେ ଲାଗିଛି। ହ୍ବାଟସଆପ ପରେ, ଇଲେକ୍ଟ୍ରୋନିକ୍ସ ଏବଂ ସୂଚନା ପ୍ରଯୁକ୍ତିବିଦ୍ୟା ମନ୍ତ୍ରଣାଳୟ (MeitY) ଏବେ ଟେଲିଗ୍ରାମ ଏବଂ ସିଗନାଲକୁ ମଧ୍ୟ…

ଶ୍ରୀ ଶ୍ରୀ ଦଧିବାମନଙ୍କ ରଥଯାତ୍ରା ପାଇଁ ପ୍ରଶାସନିକ ପ୍ରସ୍ତୁତି: ଆସନ୍ତା ୧୬ରେ ଶ୍ରୀଗୁଣ୍ଡିଚା, ୨୫ରେ ରଥ ଉପରେ…

ବରଗଡ଼, ୨ା୭ (ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ଭଟଲିସ୍ଥିତ ପ୍ରସିଦ୍ଧ ଶ୍ରୀ ଶ୍ରୀ ଦଧିବାମନ ମହାପ୍ରଭୁଙ୍କ ରଥଯାତ୍ରା ପାଳନ ପାଇଁ ଗୁରୁବାର ଏକ ଗୁରୁତ୍ୱପୂର୍ଣ୍ଣ ପ୍ରସ୍ତୁତି ବୈଠକ…

ପରିବେଶ ସୁରକ୍ଷା ପାଇଁ ଆଗେଇ ଆସିଲେ ଆଦର୍ଶ ବିଦ୍ୟାଳୟର ଛାତ୍ରଛାତ୍ରୀ: ‘ପିଲାଟିଏ ଗଛଟିଏ’ ଅଭିଯାନରେ …

ଦିଗପହଣ୍ଡି, ୨ା୭ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଳକ ସିଦ୍ଧେଶ୍ୱର ଗ୍ରାମ ନିକଟସ୍ଥ ଓଡ଼ିଶା ଆଦର୍ଶ ବିଦ୍ୟାଳୟ ପରିସରରେ ଗୁରୁବାର ୭୬ ତମ ବନ…

ଟ୍ରକ୍ ମିଳିଲା, ଚପଲ ମିଳିଲା…ହେଲେ ୮ ଦିନ ହେଲା ଡ୍ରାଇଭରଙ୍କ ପତ୍ତା ନାହିଁ, ଭୋକ-ଉପାସରେ ଏ ଥାନାରୁ ସେ ଥାନା ବୁଲି ନୟାନ୍ତ…

ଦିଗପହଣ୍ଡି, ୨ା୭ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ କୋଟିନଡ଼ା ଗ୍ରାମର ଜଣେ ଗାଡ଼ି ଚାଳକ ବାପୁଜୀ ସ୍ୱାଇଁ ରହସ୍ୟଜନକ ଭାବେ ନିଖୋଜ ହୋଇଯାଇଛନ୍ତି।…

ଆୟାତୋଲ୍ଲା ଅଲି ଖାମେନେଇଙ୍କ ଅନ୍ତିମ ସଂସ୍କାରରେ ଯୋଗଦେବେ ନାହିଁ ପୁଅ ମୋଜତାବା, ଜାଣନ୍ତୁ କାରଣ

ତେହରାନ,୨।୭: ଇରାନର ସର୍ବୋଚ୍ଚ ନେତା ଆୟାତୋଲ୍ଲା ଅଲି ଖାମେନେଇଙ୍କ ପରଲୋକ ପରେ ସମଗ୍ର ଦେଶରେ ଗଭୀର ଶୋକ ପ୍ରକାଶ ପାଇଛି। ରାଜଧାନୀ ତେହରାନରୁ ଆରମ୍ଭ କରି ମଶାଦ,…

ଦେଓ ନଦୀ ପୋଲ ଉପରେ ଗୋ-ଚାଲାଣ ଗାଡ଼ି ସହ ଅଟୋର ମୁହାଁମୁହିଁ ଧକ୍କା: ଗୋଟିଏ ବଳଦ ମୃତ, ଗୋ-ମାଫିଆ…

ପାଟଣା, ୨ା୭ (ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା-କରଞ୍ଜିଆ ଦେଇଯାଇଥିବା ୨୨୦ ନମ୍ବର ଜାତୀୟ ରାଜପଥରେ ଏକ ବଡ଼ଧରଣର ସଡ଼କ ଦୁର୍ଘଟଣା ଘଟିଯାଇଛି। ସାହାରପଡା ସ୍ଥିତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri