ଜିଲା ପାଇଁ ଗୌରବ ଆଣିଲେ ରାଧାରାଣୀ, ରାଜ୍ୟସ୍ତରୀୟ ଭାରତ୍ତୋଳନରେ ଜିତିଲେ ରୌପ୍ୟ ପଦକ

ଦିଗପହଣ୍ଡି,୩୦।୧୦(ଅଶେଷ ନାଥ ମିଶ୍ର): ଭୁବନେଶ୍ୱର କଳିଙ୍ଗ ଷ୍ଟାଡିୟମ ଠାରେ ଗୁରୁବାର ଆୟୋଜିତ ୭୨ତମ ରାଜ୍ୟସ୍ତରୀୟ ଭାରତ୍ତୋଳନ ପ୍ରତିଯୋଗିତାରେ ଦିଗପହଣ୍ଡିର ରାଧାରାଣୀ ପାଣିଗ୍ରାହୀ ରୌପ୍ୟ ପଦକ ହାସଲ କରି ଗୌରବ ଅର୍ଜନ କରିଛନ୍ତି। ସେ ଦିଗପହଣ୍ଡି ସ୍ଥିତ ବଡ଼ ବ୍ରାହ୍ମଣ ସାହି ସ୍ଥିତ ସିଦ୍ଧେଶ୍ୱର ଗ୍ରାମ ଓଡ଼ିଶା ଆଦର୍ଶ ବିଦ୍ୟାଳୟରେ ୧୦ ମ ଶ୍ରେଣୀରେ ଅଧ୍ୟୟନ କରୁଛନ୍ତି। ଦିଗପହଣ୍ଡି ସ୍ଥିତ ବିଜୁ ପଟ୍ଟନାୟକ ଇଣ୍ଡୋର ଷ୍ଟାଡିୟମ ତତ୍ତ୍ୱାବଧାରକ ନୀଳମାଧବ ପଣ୍ଡା ଏବଂ କୋଚ ରାଜେଶ୍ୱରୀ ବେହେରାଙ୍କ ନିକଟରୁ ଭାରତ୍ତୋଳନ କୌଶଳ ତାଲିମ ନେଇ ଅଭ୍ୟାସ ଜାରି ରଖିଥିଲେ। ଏହାପୂର୍ବରୁ ମଧ୍ୟ ସେ ଗଞ୍ଜାମ ଜିଲା ତଥା ଅନେକ ରାଜ୍ୟ ସ୍ତରୀୟ ପ୍ରତିଯୋଗିତାରେ ଅଂଶଗ୍ରହଣ କରି ପଦକ ହାସଲ କରିଥିଲେ। ତାଙ୍କୁ ଦିଗପହଣ୍ଡି ବିଧାୟକ ଡ.ସିଦ୍ଧାନ୍ତ ମହାପାତ୍ର ଶୁଭେଚ୍ଛା ବାର୍ତ୍ତା ପ୍ରଦାନ କରିଛନ୍ତି।

 

Dharitri – The Largest & Most Trusted Odia Daily

\


Enter your email to get our daily news in your inbox.

All Right Reserved By Dharitri.Com

ଐତିହାସିକ ନିଷ୍ପତ୍ତି: ପୁରୁଷ ଦଳର କୋଚ୍ ହେଲେ ମହିଳା କ୍ରିକେଟର

ନୂଆଦିଲ୍ଲୀ,୧୩।୫: ନ୍ୟୁଜିଲ୍ୟାଣ୍ଡ ବିପକ୍ଷ ଟେଷ୍ଟ ସିରିଜ ପୂର୍ବରୁ ଇଂଲଣ୍ଡ କ୍ରିକେଟ ବୋର୍ଡ ଏକ ଐତିହାସିକ ନିଷ୍ପତ୍ତି ନେଇଛି। ଇଂଲଣ୍ଡର ପୂର୍ବତନ ମହିଳା ଉଇକେଟକିପର ସାରା ଟେଲରଙ୍କୁ ପୁରୁଷ…

୧୦୮୨୮ ରନ୍, ୩୮୦ ଉଇକେଟ… ସିଜିନ ମଝିରେ ହଠାତ୍ ଅବସର ନେଲେ ଅଭିଜ୍ଞ ଅଲରାଉଣ୍ଡର

ନୂଆଦିଲ୍ଲୀ,୧୩।୫: ଇଂଲଣ୍ଡ କ୍ରିକେଟରୁ ଏକ ଚକିତ କଲାଭଳି ଖବର ସାମ୍ନାକୁ ଆସିଛି । ଇଂଲଣ୍ଡ ଟିମ୍‌ର ଅଭିଜ୍ଞ ଅଲରାଉଣ୍ଡର ଲିଆମ ଡସନ (Liam Dawson) ହଠାତ ପ୍ରଥମ…

ବଲାଙ୍ଗୀର ତୁଷୁରା ଗ୍ରୀଡରେ ଭୟାବହ ଅଗ୍ନିକାଣ୍ଡ, ହୁତୁହୁତୁ ହୋଇ ଜଳିଗଲା…

ବଲାଙ୍ଗୀର,୧୩।୫(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା ତୁଷୁରା ଓପିଡିସିଏଲ ଗ୍ରୀଡ଼ରେ ଘଟିଛି ଭୟାବହ ଅଗ୍ନିକାଣ୍ଡ । ରାତିରେ ହଠାତ୍ ଗ୍ରୀଡ଼ ପରିସରରୁ ଭୟଙ୍କର ନିଆଁ ଓ କଳା…

ଖୁବ୍ ଶୀଘ୍ର ଚାଲିବ ପୁରୀ-କୋରାପୁଟ ନୂଆ ଏକ୍ସପ୍ରେସ୍‌; ରେଳ ମନ୍ତ୍ରଣାଳୟର ମଞ୍ଜୁରୀ, ବଲାଙ୍ଗୀରରେ ଖୁସିର ଲହରୀ

ବଲାଙ୍ଗୀର,୧୩।୫ (ସୁନିଲ କୁମାର ମହାନ୍ତି): ଓଡ଼ିଶାର ରେଳ ସଂଯୋଗୀକରଣ କ୍ଷେତ୍ରରେ ଏକ ବଡ଼ ପଦକ୍ଷେପ ସ୍ୱରୂପ, ରେଳ ମନ୍ତ୍ରଣାଳୟ ପକ୍ଷରୁ ପୁରୀ ଏବଂ କୋରାପୁଟ ମଧ୍ୟରେ ଏକ…

ଧରିତ୍ରୀ ପ୍ରଭାବ: ପହଞ୍ଚିଲେ ଟେକ୍ନିକାଲ ଟିମ୍, ଆରମ୍ଭ ହେଲା ପାନୀୟଜଳ ପ୍ରକଳ୍ପ ମରାମତି

ଭେଡେନ,୧୩।୫(ହୃଷିକେଶ ଖମାରୀ)-ବରଗଡ଼ ଜିଲା ଭେଡେନ ବ୍ଲକ ଦେଶ ଭଟଲି ପଞ୍ଚାୟତ ଅନ୍ତର୍ଗତ ବିଶିପାଲି ଗ୍ରାମ ରାସ୍ତା ଉପରେ ଠିକାଦାର କଲର୍ଭଟ ନିର୍ମାଣ ଆରମ୍ଭ କରିବା ସମୟରେ ଜେସିବିରେ…

ଏନ୍ଇଇଟି ପ୍ରଶ୍ନପତ୍ର ଲିକ୍ ଘଟଣା: ବିଜୁ ଛାତ୍ର ଜନତାର ପ୍ରତିବାଦ, ଧର୍ମେନ୍ଦ୍ର ପ୍ରଧାନଙ୍କ ଫଟୋ ଚିତ୍ର ଦାହ କଲେ…

ବରଗଡ଼,୧୩।୫(ପ୍ରେମାନନ୍ଦ ଖମାରୀ): ଏନ୍ଇଇଟି ପ୍ରଶ୍ନପତ୍ର ଲିକ୍ ଘଟଣାକୁ ନେଇ ଦେଶବ୍ୟାପୀ ବିଭିନ୍ନ ସ୍ଥାନରେ ପ୍ରତିବାଦ ଓ ବିରୋଧର ସ୍ବର ତେଜି ଉଠିଛି । ବରଗଡ଼ରେ ମଧ୍ୟ ଏହାର…

ଘୋଡ଼ାହାଡ଼ ପାଣି ପଞ୍ଚାୟତ ନିକଟରେ ଦୁର୍ଘଟଣା: ବାଇକ୍‌-ସ୍କୁଟି ମୁହାଁମୁହିଁ ଧକ୍କା, ୨ ଜଣ…

ଦିଗପହଣ୍ଡି,୧୩|୫(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସହର ଉପକଣ୍ଠ ଘୋଡ଼ାହାଡ଼ ପାଣି ପଞ୍ଚାୟତ ଶୀର୍ଷ କମିଟି କାର୍ଯ୍ୟାଳୟ ସମ୍ମୁଖ ରାସ୍ତାରେ ବୁଧବାର ରାତି ପ୍ରାୟ ସାଢେ…

ଚମକିଲେ ବିକାଶ ଆବାସିକ ବିଦ୍ୟାଳୟ ଛାତ୍ରୀଛାତ୍ର: ବାଣିଜ୍ୟରେ ମୟଙ୍କ,ବିଜ୍ଞାନରେ ଶିଳା ନୟନ ଜିଲା ଟପ୍ପର

ଭବାନୀପାଟଣା,୧୩।୫(ଉତ୍ତମ କୁମାର ଦାଶ)- ସିବିଏସ୍‌ଇ ଦ୍ଵାଦଶ ପରୀକ୍ଷାରେ ଭବାନୀପାଟଣା ସ୍ଥିତ ବିକାଶ ଆବାସିକ ବିଦ୍ୟାଳୟର ଛାତ୍ରୀଛାତ୍ର ଅଭୂତପୂର୍ବ ସଫଳତା ହାସଲ କରି ଜିଲାରେ ଚମକଛନ୍ତି। ବିଜ୍ଞାନ ବିଭାଗରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri