ଏନ୍‌ଆଇପିଏମ୍‌ ଉତ୍କଳ ଚାପ୍ଟରର ନୂତନ ଅଧ୍ୟକ୍ଷ ରାଧାଶ୍ୟାମ

ଭୁବନେଶ୍ୱର,୧୮।୧(ବ୍ୟୁରୋ): ରାଧାଶ୍ୟାମ ମହାପାତ୍ର ନ୍ୟାଶନାଲ ଇନ୍‌ଷ୍ଟିଚ୍ୟୁଟ୍‌ ଅଫ୍‌ ପର୍ସୋନେଲ ମ୍ୟାନେଜମେଣ୍ଟ (ଏନ୍‌ଆଇପିଏମ୍‌) ଉତ୍କଳ ଚାପ୍ଟରର ନୂତନ ଅଧ୍ୟକ୍ଷ ଭାବେ ଦାୟିତ୍ୱ ଗ୍ରହଣ କରିଛନ୍ତି। ରବିବାର ଭୁବନେଶ୍ୱରଠାରେ ଏନ୍‌ଆଇପିଏମ୍‌ ଉତ୍କଳ ଚାପ୍ଚରର କାର୍ଯ୍ୟନିର୍ବାହୀ କମିଟି ବୈଠକରେ ମହାପାତ୍ର ସର୍ବସମ୍ମତିକ୍ରମେ ଚାପ୍ଚରର ଅଧ୍ୟକ୍ଷ ମନୋନୀତ ହୋଇଛନ୍ତି। ସେ ବର୍ତ୍ତମାନ ନ୍ୟାଶନାଲ୍‌ ଆଲୁମିନିୟମ୍‌ କମ୍ପାନୀ ଲିମିଟେଡ (ନାଲ୍‌କୋ)ରେ ନିର୍ଦ୍ଦେଶକ (ମାନବ ସମ୍ବଳ) ଭାବେ କାର୍ଯ୍ୟରତ। ଶକ୍ତି, ତୈଳ ଏବଂ କୋଇଲା ଶିଳ୍ପ ଆଦି କ୍ଷେତ୍ରରେ ବିଭିନ୍ନ ପଦପଦବୀରେ ତାଙ୍କର ତିନି ଦଶନ୍ଧିରୁ ଅଧିକ ଅଭିଜ୍ଞତା ରହିଛି। ସେ ମାନବ ସମ୍ବଳ କ୍ଷେତ୍ରରେ ଅନେକ ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟ ସୁଚାରୁ ରୂପେ ନିର୍ବାହ କରି ଆସିଛନ୍ତି। ନ୍ୟାଶନାଲ ହାଇଡ୍ରୋ ପାୱାର୍‌ କର୍ପୋରେଶନ୍‌ ଲିମିଟେଡ୍‌ (ଏନ୍‌ଏଚ୍‌ପିସି) ଇଞ୍ଜିନିୟର୍ସ୍‌ ଇଣ୍ଡିଆ ଲିମିଟେଡ୍‌ (ଇଆଇଏଲ୍‌) ଏବଂ ସେଣ୍ଟ୍ରାଲ୍‌ କୋଲ୍‌ ଫିଲ୍‌ଡ୍ସ ଲିମିଟେଡ୍‌ (ସିସିଏଲ୍‌-କୋଲ୍‌ ଇଣ୍ଡିଆ ଲିମିଟେଡର ଏକ ସବ୍‌ସିଡିୟାରୀ) ରାଞ୍ଚିଠାରେ ତାଙ୍କର କାର୍ଯ୍ୟକାଳ ସମୟରେ ସେ ଉତ୍ପାଦକ କାର୍ଯ୍ୟ ସଂସ୍କୃତିର ଶୁଭାରମ୍ଭ କରିଥିଲେ। ମହାପାତ୍ର ପୂର୍ବରୁ ଏନ୍‌ଆଇପିଏମ୍‌ର ଅନେକ ପଦପଦବୀରେ କାର୍ଯ୍ୟ କରିଆସିଛନ୍ତି। ସେ ୨୦୧୫ରୁ ୨୦୧୯ ପର୍ଯ୍ୟନ୍ତ ରାଞ୍ଚି ଚାପ୍ଟରର ଅଧ୍ୟକ୍ଷ ଏବଂ ଏନ୍‌ଆଇପିଏମ୍‌ ଜାତୀୟ ପରିଷଦର ଆଞ୍ଚଳିକ ସଭାପତି (ପୂର୍ବାଞ୍ଚଳ) ଭାବେ ଦୁଇଥର ଦାୟିତ୍ୱ ନିର୍ବାହ କରିଛନ୍ତି। ଉଲ୍ଲେଖଯୋଗ୍ୟ ୨୦୧୬ରେ ମହାପାତ୍ର ଅଧ୍ୟକ୍ଷ ଥିବାବେଳେ ଏନ୍‌ଆଇପିଏମ୍‌ ରାଞ୍ଚି ଚାପ୍ଟର ଏକକାଳୀନ ୧୧୩ ଜଣ ଆଜୀବନ ସଦସ୍ୟ ଗ୍ରହଣ କରିଥିଲା, ଯାହା କୌଣସି ଏକ ବୃତ୍ତିଗତ ସଂସ୍ଥା ପାଇଁ ଉଲ୍ଲେଖନୀୟ ସଫଳତା।


Enter your email to get our daily news in your inbox.

All Right Reserved By Dharitri.Com

ବନ୍ଧୁ ମିଳନ ନାମରେ ବଳ କଷିଲେ ଯୁବ ଗୋଷ୍ଠୀ: ସାମିଲ ହେଲେ ଶହ ଶହ…

ଗଞ୍ଜାମ,୩।୪(ବିଦ୍ୟାଧର ସାହୁ ): ୧୬ ନଂ ଜାତୀୟ ରାଜପଥ ପାର୍ଶ୍ୱରେ ଥିବା ମା’ ଏଲେମା ମନ୍ଦିର ପ୍ରାଙ୍ଗଣରେ ଗଞ୍ଜାମ ସହରର ଏକ ବନ୍ଧୁ ମିଳନ କାର୍ଯ୍ୟକ୍ରମ ଶୁକ୍ରବାର…

ଉତ୍ସବମୁଖର ଦାରିଙ୍ଗବାଡି: ଉତ୍ସାହ ସହ ପାଳନହେଲା ଗୁଡ ଫ୍ରାଇଡେ, ଯୀଶୁଖ୍ରୀଷ୍ଟଙ୍କ ଯାତନାର ଦୃଶ୍ୟ…

ଦାରିଙ୍ଗବାଡି,୩।୪ (ଅରୁଣ ସାହୁ): ଗୁଡ୍‌ ଫ୍ରାଇଡେ ପାଇଁ କନ୍ଧମାଳ ଜିଲା  ଉତ୍ସବ ମୁଖର ହୋଇଥିବା ବେଳେ ଦାରିଙ୍ଗବାଡି ବ୍ଲକ ଅଞ୍ଚଳରେ ମଧ୍ୟ ଏହି ପର୍ବ ବଡ଼ ଧୁମଧାମରେ…

ମାମୁଁ ଘରକୁ ଆସି ଗତକାଲିଠୁ ଥିଲେ ନିଖୋଜ: ଆଜି କେନାଲରୁ ମିଳିଲା ମୃତଦେହ, ପରିବାର ଲୋକେ ଆଣିଲେ ସାଂଘାତିକ ଅଭିଯୋଗ

ପଟ୍ଟାମୁଣ୍ଡାଇ ୩।୪(କଳ୍ପତରୁ ନାୟକ) କେନ୍ଦ୍ରାପଡା ଜିଲାରେ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି । ଗୁରୁବାର ପୂର୍ବାହ୍ନରୁ ନିଖୋଜ ଥିବା ଜଣେ ୭ ବର୍ଷୀୟ ନାବାଳିକା ସ୍କୁଲ…

ଇସ୍ରାଏଲକୁ ‘ପଙ୍ଗୁ’ କରିଦେଲା ଇରାନ: IDF ‘ଗୁପ୍ତଚର’ଙ୍କୁ ତାଲିମ ଦେଇଥିବା କାରଖାନାକୁ ଉଡ଼ାଇ ଦେଲା

ତେହରାନ,୩।୪: ଇରାନ ପୁଣିଥରେ ଇସ୍ରାଏଲର ଏକ ଉଚ୍ଚ-ପ୍ରଯୁକ୍ତି ପ୍ରତିରକ୍ଷା କେନ୍ଦ୍ର ଉପରେ ଏକ ସଠିକ ବାଲିଷ୍ଟିକ କ୍ଷେପଣାସ୍ତ୍ର ଆକ୍ରମଣ କରିଛି। ଏଥର, ଟାର୍ଗେଟ ଥିଲା ପେଟାହ ଟିକଭା…

ଆମେରିକାକୁ ଇରାନର ଖୋଲା ଧମକ, କହିଲା ‘ଆମେ ଆମେରିକାକୁ ପ୍ରସ୍ତର ଯୁଗଠାରୁ ବି ପୂର୍ବ ଯୁଗକୁ ଫେରାଇ ଦେବୁ’

ତେହରାନ,୩।୪: ମଧ୍ୟପ୍ରାଚ୍ୟରେ ଆମେରିକା ଏବଂ ଇରାନ ମଧ୍ୟରେ ଚାଲିଥିବା ଉତ୍ତେଜନା ଏବେ ଆହୁରି ବିପଦପୂର୍ଣ୍ଣ ପର୍ଯ୍ୟାୟରେ ପ୍ରବେଶ କରିଛି। ଏହି ମୁକାବିଲା ଆଉ କେବଳ ଦୁଇଟି ରାଷ୍ଟ୍ର…

ରାଜ୍ୟ ସଭାର ଉପନେତା ପଦରୁ ହଟାଯିବା ପରେ କମିଯିବ କି ରାଘବ ଚଢାଙ୍କ ଦରମା? ଜାଣନ୍ତୁ କ’ଣ ରହିଛି ନିୟମ

ନୂଆଦିଲ୍ଲୀ,୩।୪: ରାଜ୍ୟ ସଭାରେ ଉପନେତା ପଦରୁ ରାଘବ ଚଢାଙ୍କୁ ହଟାଇବା ପରେ ରାଜନୈତିକ ବିତର୍କ ଆରମ୍ଭ ହୋଇଛି। ଅଶୋକ ମିତ୍ତଲ ଏବେ ଏହି ଭୂମିକା ଗ୍ରହଣ କରିବେ।…

ସ୍ତ୍ରୀଙ୍କ ସହ ଯାଇଥିଲେ ଶ୍ୱଶୁର ଘର: ଘରେ ବୁଲିଲା କଳାକନା

ଦିଗପହଣ୍ଡି,୩।୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପାଟପୁର ଜଗନ୍ନାଥ ମନ୍ଦିର ସାହିରେ ରହୁଥିବା ରାଜମିସ୍ତ୍ରୀ ପିଣ୍ଟୁ ସାହୁଙ୍କ ଘର ତାଲା ଭାଙ୍ଗି ଦୁର୍ୱୃତ୍ତମାନେ କଳାକନା…

ଶପଥ ନେଲେ ନବନିର୍ବାଚିତ ବାର ଆସୋସିଏଶନ କର୍ମକର୍ତ୍ତା, ଜାଣନ୍ତୁ ସେମାନେ କିଏ…

ଭଞ୍ଜନଗର,୩।୪(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବାର ଆସୋସିଏଶନର ନବ ନିର୍ବାଚିତ କର୍ମକର୍ତ୍ତାମାନେ ଶୁକ୍ରବାର ଶପଥ ନେଇଛନ୍ତି। ନିର୍ବାଚନ ଅଧିକାରୀ ଲଡ଼ୁ କିଶୋର ଅଳତିଆ ନବନିର୍ବାଚିତ କର୍ମକର୍ତ୍ତାଙ୍କୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri