ସେଲ୍ସ ଏକ୍‌ଜିକ୍ୟୁଟିଭ ଭାବେ କାମ କରୁଥିଲେ ରାଧିକା: ଏବେ ହେବେ ଅମ୍ବାନୀ ପରିବାରର ସାନ ବୋହୂ

ଖୁବ୍‌ କମ୍‌ ଲୋକ ଜାଣିଥିବେ ଯେ, ନୀତା ଅମ୍ବାନୀ ଏବଂ ମୁକେଶ ଅମ୍ବାନୀଙ୍କ ଭାବି ସାନ ବୋହୂ ରାଧିକା ମର୍ଚେଣ୍ଟ ଏକଦା ଇସପ୍ରାଭ୍‌ରେ ସେଲ୍ସ ଏକ୍‌ଜିକ୍ୟୁଟିଭ ଭାବେ କାମ କରୁଥିଲେ। ଏହା ଗୋଆର ହୋଲିଡେ ହୋମ୍‌ସ ସେଲ୍‌ କରୁଥିବା ଏକ କମ୍ପାନୀ। ଏନ୍‌କୋର ହେଲ୍ଥକେୟାରର ସିଇଓ ତଥା ଭାଇସ ଚେୟାରମ୍ୟାନ୍‌ ବିରେନ ମର୍ଚାଣ୍ଟଙ୍କ ସାନ ଝିଅ ରାଧିକା। ରାଧିକା ନ୍ୟୁୟର୍କ ୟୁନିଭର୍ସିଟିରୁ ପଲିଟିକାଲ ସାଇନ୍ସ ଏବଂ ଇକୋନୋମିକ୍ସରେ ଗ୍ରାଜୁଏଶନ କରିଛନ୍ତି। ତାଙ୍କର ବଡ ଭଉଣୀ ଅଞ୍ଜଳୀ ମର୍ଚାଣ୍ଟଙ୍କ ବିବାହ ସରିଛି। ରାଧିକାଙ୍କ ମା’ଶୈଳା ମର୍ଚାଣ୍ଟ ସ୍ବାମୀଙ୍କ କମ୍ପାନୀ ବୁଝାଶୁଝା କରନ୍ତି। ତେବେ ମୁକେଶ ଅମ୍ବାନୀଙ୍କ ବଡ଼ ପୁଅ ଆକାଶଙ୍କ ବିବାହ ଉତ୍ସବରେ ଯୋଗ ଦେବା ପରଠାରୁ ରାଧିକା ଚର୍ଚ୍ଚାରେ ରହିଛନ୍ତି। ଉକ୍ତ ସମୟରେ ଜଣାପଡ଼ିଥିଲା ଯେ, ରାଧିକା ଅନେକ ବର୍ଷ ହେବ ମୁକେଶ ଅମ୍ବାନୀଙ୍କ ସାନ ପୁଅ ଅନନ୍ତ ଅମ୍ବାନୀଙ୍କ ସହ ସମ୍ପର୍କରେ ରହିଛନ୍ତି। ନୀତା ମଧ୍ୟ ରାଧିକାଙ୍କୁ ବହୁତ ପସନ୍ଦ କରନ୍ତି। ଖୁବ୍‌ ଶୀଘ୍ର ରାଧିକା ଏବଂ ଅନନ୍ତଙ୍କର ବିବାହ ହେବ ବୋଲି ଚର୍ଚ୍ଚା ଜୋର୍‌ ଧରିଛି। ରାଧିକାଙ୍କୁ ଅମ୍ବାନୀ ପରିବାରରେ ହେଉଥିବା ସମସ୍ତ ସମାରୋହରେ ଦେଖିବାକୁ ମିଳିଥାଏ। ଅଧିକାଂଶ ସମୟରେ ତାଙ୍କୁ ଅନନ୍ତଙ୍କ ସହ ବାହାରେ ବୁଲୁଥିବାର ମଧ୍ୟ ଦେଖିବାକୁ ମିଳିଥାଏ। ଏବେ ରାଧିକା ନିଜ ପରିବାରର ବ୍ୟବସାୟ ସମ୍ଭାଳୁଛନ୍ତି।

 


Enter your email to get our daily news in your inbox.

All Right Reserved By Dharitri.Com

ଭାରତ ପାଇଁ ଗୁଗୁଲର ମେଗା ପ୍ଲାନ୍: ସମୁଦ୍ର ତଳେ ଆମେରିକା ଯାଏଁ ବିଛାଯିବ କେବୁଲ୍, ନିବେଶ ହେବ ୧.୩୬ ଲକ୍ଷ କୋଟି

ନୂଆଦିଲ୍ଲୀ,୧୮।୨: ଭାରତରେ ଆର୍ଟିଫିସିଆଲ୍ ଇଣ୍ଟେଲିଜେନ୍ସ ବା AI କ୍ଷେତ୍ରରେ ଏକ ବଡ଼ ବିପ୍ଳବ ଆସିବାକୁ ଯାଉଛି। ଟେକ୍ ଜଗତର କମ୍ପାନୀ ‘ଗୁଗୁଲ’ ଭାରତରେ ବ୍ୟାପକ ପୁଞ୍ଜି ନିବେଶ…

ଭୁତପ୍ରେତ ଭୟରେ ମାରୀଗୁଡା ଗ୍ରାମବାସୀ: ରାତିରେ ଶୁଭୁଛି ବିକଟାଳ ଶବ୍ଦ, ଲୋକଙ୍କ ଘରେ ଚୁଲି ଜଳୁନି

ରାୟଗଡା, ୧୮।୨(ଆଶିଷ ରଞ୍ଜନ ପଣ୍ଡା)- ଦକ୍ଷିଣ ଓଡିଶାର ଉପାନ୍ତ ରାୟଗଡା ଜିଲ୍ଲାର ଗ୍ରାମାଞ୍ଚଳରେ ଏବେ ବି ଭରି ରହିଛି ଅନ୍ଧବିଶ୍ବାସ । ଭୂତପ୍ରେତକୁ ନେଇ ଆଜି ମଧ୍ୟ…

ଗ୍ଲୋକାଲ ବାଇପାସ ନିକଟରେ ଦୁର୍ଘଟଣା, ଘଟଣାସ୍ଥଳରେ ଚାଲିଗଲା ଜଣଙ୍କର ଜୀବନ

ଜୟପୁର,୧୮।୨(ପବନ ପାଣିଗ୍ରାହୀ): ଜୟପୁର ଗ୍ଲୋକାଲ ହସପିଟାଲ ବାଇପାସ ରୋଡ ନିକଟରେ ଏକ ବାଇକ ଧକ୍କାରେ ଘଟଣାସ୍ଥଳରେ ଜଣେ ଯୁବକଙ୍କର ମୃତ୍ୟୁ ହୋଇଛି । ଅନ୍ୟଜଣେ ଗୁରୁତର ଅବସ୍ଥାରେ…

ଜନସେବା କ୍ଷେତ୍ରରେ କଳାହାଣ୍ଡି ପ୍ରଶାସନର ବଡ଼ ପଦକ୍ଷେପ, ଲୋକାର୍ପିତ ହେଲା ଏଆଇ ଚାଟବଟ୍ ‘ଆମର ସହାୟକ’

ଭବାନୀପାଟଣା,୧୮।୨(ଉତ୍ତମ କୁମାର ଦାଶ): ଡିଜିଟାଲ୍ ଶାସନ ଏବଂ ଜନକୈନ୍ଦ୍ରିକ ପ୍ରଶାସନ ଦିଗରେ ଏକ ବଡ଼ ପଦକ୍ଷେପ ସ୍ୱରୂପ କଳାହାଣ୍ଡି ଜିଲା ପ୍ରଶାସନ ପକ୍ଷରୁ ବୁଧବାର ଅତ୍ୟାଧୁନିକ ଏଆଇ…

ଦୋଷୀ ସାବ୍ୟସ୍ତ ହେଲେ ପାଷ୍ଟିକୁଡ଼ି ପିଇଓ, ୩ ବର୍ଷ କାରାଦଣ୍ଡ ସହ ୫୦ ହଜାର ଜରିମାନା…

କେସିଙ୍ଗା,୧୮।୨(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ ପାଷ୍ଟିକୁଡି ଗ୍ରାମ ପଞ୍ଚାୟତରେ  କାର୍ଯ୍ୟରତ  ପିଇଓ କ୍ଷମା ପ୍ରସାଦ ଦୁରିଆଙ୍କୁ  ମଙ୍ଗଳବାର ଭବାନୀପାଟଣା ଭିଜିଲାନ୍ସର ସ୍ବତନ୍ତ୍ର ବିଚାରପତି ୩…

କଳିଯୁଗର ସାବିତ୍ରୀ… ସ୍ବାମୀ ପାଇଁ ଭାଲୁ ସହ ଲଢ଼ି ବଞ୍ଚାଇଲେ ଜୀବନ

କରଞ୍ଜିଆ,୧୮।୨(କବିତା ମହାନ୍ତ): ମୟୂରଭଞ୍ଜ ଜିଲା କରଞ୍ଜିଆ ବନଖଣ୍ଡ ଅଧୀନ ହାତୀସାଲବେଡ଼ା ଜଙ୍ଗଲରେ ଭାଲୁ ଆକ୍ରମଣରେ ଜଣେ ଯୁବକ ଗୁରୁତର ହୋଇଛନ୍ତି । ସେ ହେଲେ ମାଲଦେ ସୋରେନ(୪୫)।…

ଶାନଦାର ବିଜୟ ସହ ସୁପର-୮ରେ ପାକିସ୍ତାନ, ପୁଣି ଭାରତ ସହ…

ନୂଆଦିଲ୍ଲୀ,୧୮।୨: କର ବା ମର ମୁକାବିଲାରେ ନାମ୍ବିୟାକୁ ୧୦୨ ରନ୍‌ର ବିଶାଳ ବ୍ୟବଧାନରେ ପରାସ୍ତ କରି ପାକିସ୍ତାନ ସୁପର-୮ରେ ନିଜର ସ୍ଥାନ ପକ୍କା କରିଛି। ଏହି ବିଜୟ…

କଟକରେ ଫୁଟିଲା ଗୁଳି, ସାଙ୍ଗର ଗୁଳିମାଡ଼ରେ ସାଙ୍ଗର ମୃତ୍ୟୁ

କଟକ,୧୮।୨(କାର୍ତ୍ତିକ ସାହୁ): ଭୋଜି ଚାଲିଥିଲା ବେଳେ ଗୁଳିମାଡ଼ । ସାଙ୍ଗର ଗୁଳିମାଡ଼ରେ ସାଙ୍ଗର ମୃତ୍ୟୁ । କଟକ ମଧୁପାଟଣା ଥାନା ନୂଆପଡ଼ା ପ୍ରେସ୍‌ କଲୋନୀରେ ଫାୟାରିଂ ହୋଇଥିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri