Posted inଜାତୀୟ

କଠୋରପନ୍ଥୀକରଣ ପଶ୍ଚିମବଙ୍ଗ ପାଇଁ ଚ୍ୟାଲେଞ୍ଜ

କୋଲକାତା,୫ା୫(ପି.ଟି.): ପଶ୍ଚିମବଙ୍ଗ ରାଜ୍ୟପାଳ ସି.ଭି. ଆନନ୍ଦ ବୋଷ ସ୍ବରାଷ୍ଟ୍ର ମନ୍ତ୍ରଣାଳୟରେ ମୁର୍ଶିଦାବାଦ ଦଙ୍ଗା ସମ୍ପର୍କିତ ରିପୋର୍ଟ ଦାଖଲ କରିଛନ୍ତି। କଠୋରପନ୍ଥୀକରଣ ରାଜ୍ୟ ପାଇଁ ଗମ୍ଭୀର ଚ୍ୟାଲେଞ୍ଜ ସୃଷ୍ଟି କରିଥିବା ସେ ରିପୋର୍ଟରେ ଦର୍ଶାଇଛନ୍ତି। ଦଙ୍ଗାର ତଦନ୍ତ ଲାଗି ଏକ ତଦନ୍ତ କମିଶନ ଗଠନ କରିବା ସହ ବାଂଲାଦେଶ ସୀମାକୁ ଲାଗିଥିବା ଉକ୍ତ ଜିଲାରେ କେନ୍ଦ୍ରୀୟ ବଳର ଆଉଟ୍‌ପୋଷ୍ଟ ଖୋଲିବା ପାଇଁ ରାଜ୍ୟପାଳ କେନ୍ଦ୍ରକୁ ପ୍ରସ୍ତାବ ଦେଇଛନ୍ତି। ସମ୍ବିଧାନର ଅନୁଚ୍ଛେଦ ୩୫୬ ବଳରେ ରାଷ୍ଟ୍ରପତି ଶାସନ ଲାଗୁ କରିବା ପାଇଁ ରାଜ୍ୟପାଳ ପ୍ରସ୍ତାବ ଦେଇ ନ ଥିଲେ ମଧ୍ୟ ରାଜ୍ୟରେ ସ୍ଥିତି ଅଧିକ ବିଗିଡ଼ିଲେ କେନ୍ଦ୍ର ପାଇଁ ଏହି ବ୍ୟବସ୍ଥା ଖୋଲା ରଖିବାକୁ କହିଛନ୍ତି। ମୁର୍ଶିଦାବାଦ ଦଙ୍ଗା ରାଜ୍ୟର ଅନ୍ୟ ଜିଲାଗୁଡ଼ିକୁ ବ୍ୟାପିବା ଆଶଙ୍କା କରି କେନ୍ଦ୍ର ସରକାର ସ୍ଥିତି ନିୟନ୍ତ୍ରଣ ପାଇଁ ସାମ୍ବିଧାନିକ ବିକଳ୍ପ ସମ୍ପର୍କରେ ବିଚାର କରିବାକୁ ରାଜ୍ୟପାଳ ସୁପାରିସ କରିଛନ୍ତି।
ସୂଚନାଯୋଗ୍ୟ, ଓ୍ବକ୍‌ଫ ସଂଶୋଧନ ଆଇନକୁ ବିରୋଧ କରି ଗତ ମାସରେ ମୁର୍ଶିଦାବାଦରେ ବିକ୍ଷୋଭ ବେଳେ ତାହା ହିଂସାତ୍ମକ ରୂପ ନେଇଥିଲା। ଉକ୍ତ ଦଙ୍ଗାରେ ବାପପୁଅଙ୍କ ସମେତ ୩ ଜଣଙ୍କ ମୃତ୍ୟୁ ଘଟିବା ସହ ଅନେକେ ଆହତ ହୋଇଥିଲେ। ଜାତୀୟ ରାଜପଥ-୧୨ରେ ଗାଡ଼ିଗୁଡ଼ିକରେ ନିଆଁ ଲଗାଇ ଦିଆଯାଇଥିଲା। ଦଙ୍ଗାରେ ବହୁ ସମ୍ପତ୍ତି ଓ ଭିତ୍ତିଭୂମି କ୍ଷତିଗ୍ରସ୍ତ ହୋଇଥିଲା। ୪୦୦ରୁ ଊର୍ଦ୍ଧ୍ୱ ହିନ୍ଦୁ ଘରଦ୍ୱାର ଛାଡ଼ି ପଡୋଶୀ ମାଲଦା ଜିଲାରେ ଆଶ୍ରୟ ନେଇଥିଲେ। ସ୍ଥିତି ନିୟନ୍ତ୍ରଣ କରିବାକୁ ଯାଇ ରାଜ୍ୟ ସରକାର ଇଣ୍ଟରନେଟ୍‌ ସେବା ବନ୍ଦ କରିବା ସହ ଦଙ୍ଗାଗ୍ରସ୍ତ ଅଞ୍ଚଳରେ ୧୪୪ ଧାରା ଲାଗୁ କରିଥିଲେ। ଘଟଣାର ତଦନ୍ତ ପାଇଁ ପଶ୍ଚିମବଙ୍ଗ ପୋଲିସ ଏକ ୯ ଜଣିଆ ସ୍ବତନ୍ତ୍ର ତଦନ୍ତକାରୀ ଟିମ୍‌ ଗଠନ କରିଥିଲା। ସବୁ ସମ୍ପ୍ରଦାୟର ସୁରକ୍ଷା ସୁନିଶ୍ଚିତ କରିବାକୁ କୋଲ୍‌କାତା ହାଇକୋର୍ଟ ରାଜ୍ୟ ସରକାରଙ୍କୁ ନିର୍ଦ୍ଦେଶ ଦେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଦୁର୍ବଳ ହେଲା ଅବପାତ; ରାଜ୍ୟରେ ୧୮ ଯାଏ ପ୍ରବଳ ବର୍ଷା, ଏସବୁ ଜିଲାକୁ ୟେଲୋ ଓ୍ବାର୍ନିଂ

ଭୁବନେଶ୍ୱର, ୧୪।୮ (ବନ୍ଦନା ସେଠୀ)- ଝାଡ଼ଖଣ୍ଡ ଏବଂ ସଂଲଗ୍ନ ଗାଙ୍ଗେୟ ପଶ୍ଚିମବଙ୍ଗ ଉପରେ ଅବପାତ ସକ୍ରିୟ ରହିଛି। ଶୁକ୍ରବାର ପୂର୍ବାହ୍ନ ୧୧ଟା ୩୦ରେ ଏହା ଝାଡ଼ଖଣ୍ଡ ଉପରେ…

ମହିଳାଙ୍କୁ ମାରପିଟ, ଗାଳି ଗୁଲଜ ମାମଲାରେ ୮ ଅଭିଯୁକ୍ତ ଦୋଷୀ ସାବ୍ୟସ୍ତ, ଜେଲ ଦଣ୍ଡ

ଗୁଣପୁର,୧୪/୮(ସୁଜାତା ପାଢ଼ୀ):ମହିଳାଙ୍କୁ ମାରପିଟ,ଗାଳି ଗୁଲଜ ଏବଂ ଅସ ଅସଦାଚାରଣ କରିବା ଘଟଣାକୁ ନେଇ ରାୟଗଡା ଜିଲା ଗୁଣପୁର ଏସଡିଜେଏମଙ୍କ କୋର୍ଟରେ ଶୁକ୍ରବାର ରାୟ ପ୍ରକାଶ ପାଇଛି। ଅଭିଯୁକ୍ତ…

ଗମ୍ଭୀର-ଅଗରକରଙ୍କ BOSS ହେବେ VVS ଲକ୍ଷ୍ମଣ! ପ୍ରଥମ ଥର ଭାରତୀୟ କ୍ରିକେଟରେ ବଡ଼ ପରିବର୍ତ୍ତନ…

ନୂଆଦିଲ୍ଲୀ,୧୪।୮ : ଆଗାମୀ ଦିନରେ ଭାରତୀୟ କ୍ରିକେଟ୍‌ରେ ଏକ ବଡ଼ଧରଣର ପରିବର୍ତ୍ତନ ଦେଖିବାକୁ ମିଳିବ। ଏଯାବତ୍‌ ବୋର୍ଡର କ୍ରିକେଟ୍‌ ସମ୍ବନ୍ଧୀୟ ସମସ୍ତ ବଡ଼ ନିଷ୍ପତ୍ତି ସଭାପତି ଏବଂ…

ହତ୍ୟା ଉଦ୍ୟମ ଘଟଣା: ଅଭିଯୁକ୍ତ ଗଲେ ଜେଲ , ମନ୍ଦିର ପରିବେଶ ସଫା କାହିଁକି କଲ ନାହିଁ ବୋଲି ଗାଳି କରି…

ଦିଗପହଣ୍ଡି,୧୪|୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଗଙ୍ଗାପୁର ଗ୍ରାମର ଶିବରାମ ସାହୁ ତାଙ୍କ ଗ୍ରାମର ବିଦେଶୀ ସାହୁଙ୍କୁ ମରଣାନ୍ତକ ଆକ୍ରମଣ କରି ହତ୍ୟା ଉଦ୍ୟମ…

ନଅ ଫୁଟ୍‌ ଲମ୍ବର ଅଜଗର ଉଦ୍ଧାର:ଚାଷ କାମ କରୁଥିବା ସମୟରେ…

କେସିଙ୍ଗା, ୧୪।୮ (ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ ଅଧୀନସ୍ଥ ପଥର୍ଲା ଗ୍ରାମ ପଞ୍ଚାୟତ ଅନ୍ତର୍ଗତ ବାହାଦୁରପଦର ଗାଁ ନିକଟ ତେଲନଦୀ ପାର୍ଶ୍ୱରୁ ଶୁକ୍ରବାର ଅପରାହ୍ନ…

ବିଭାଜନ ବିଭୀଷିକା ସ୍ମୃତି ସଭାରେ ଯୋଗଦେଲେ ଆଇନ ମନ୍ତ୍ରୀ

ଛତ୍ରପୁର, ୧୪।୮ (ଦିଲ୍ଲୀପ ସାମଲ/ଦ୍ୱାରକା ପଟ୍ଟନାୟକ): ୧୯୪୭ ମସିହାରେ ଭାରତ ସ୍ୱାଧୀନତା ପାଇବା ପୂର୍ବରୁ ଦେଶ ବିଭାଜନ ସମୟରେ ଘଟିଥିବା ବିଭୀଷିକା ଓ ଦୁଃଖଦ ଘଟଣାଗୁଡ଼ିକର ସ୍ମୃତିରେ…

ଛାତ୍ର କଂଗ୍ରେସର ରାଜ୍ୟ ସାଧାରଣ ସମ୍ପାଦକଙ୍କୁ ଆକ୍ରମଣ ଅଭିଯୋଗ

ଛତ୍ରପୁର, ୧୪ା୮ (ଦିଲ୍ଲୀପ ସାମଲ): ଛାତ୍ର କଂଗ୍ରେସର ରାଜ୍ୟ ସାଧାରଣ ସମ୍ପାଦକ ଚକ୍ରପାଣି ପୋଲାଇଙ୍କୁ ଆକ୍ରମଣର ଧମକ ମିଳିଥିବା ଅଭିଯୋଗ ହୋଇଛି। ଏନେଇ ଚକ୍ରମଣିଙ୍କ କହିବା ଅନୁସାରେ,…

ନିଜ ଝିଅ ବୟସର ଯୁବତୀଙ୍କୁ ଧରି ବୁଲୁଛନ୍ତି ଗୋବିନ୍ଦା, ସ୍ତ୍ରୀ କହିଲେ-ଲଜ୍ଜା ଲାଗିବା କଥା

ମୁମ୍ବାଇ: ଦିନ ଥିଲା ବଲିଉଡ ଅଭିନେତା ଗୋବିନ୍ଦା ନିଜର ଫିଲ୍ମକୁ ନେଇ ବେଶ ଚର୍ଚ୍ଚାରେ ରହୁଥିଲେ। ହେଲେ ଆଜିକାଲି ସିନେମାକୁ ନେଇ କମ୍‌ ହେଲେ ବ୍ୟକ୍ତିଗତ ଜୀବନକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri