ଛାତ୍ରୀଛାତ୍ରଙ୍କ ପାଠପଢା ପାଇଁ ୨୮ରୁ ‘ରେଡିଓ ପାଠଶାଳା’ କାର୍ଯ୍ୟକ୍ରମ

ଭୁବନେଶ୍ୱର,୨୬।୯(ବ୍ୟୁରୋ)-ମହାମାରୀ କରୋନା ଯୋଗୁ ଗତ ମାର୍ଚ୍ଚ ୧୭ ତାରିଖଠାରୁ ରାଜ୍ୟର ସମସ୍ତ ଶିକ୍ଷାନୁଷ୍ଠାନ ବନ୍ଦ ପଡ଼ି ରହିଛି। ପିଲାମାନେ କିପରି ଉଚିତ ଶିକ୍ଷା ପାଇପାରିବେ ସେଥିପାଇଁ ରାଜ୍ୟ ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ବିଭିନ୍ନ ପଦକ୍ଷେପ ନେଇଛି। ଏବେ ଆଉ ଏକ ଅଭିନବ ପ୍ରୟାସ ଆରମ୍ଭ କରିବାକୁ ଯାଉଛି ବିଭାଗ। ଛାତ୍ରୀଛାତ୍ରଙ୍କୁ ‘ରେଡିଓ ପାଠଶାଳା’ କାର୍ଯ୍ୟକ୍ରମ ମାଧ୍ୟମରେ ଶିକ୍ଷା ଦିଆଯିବାକୁ ଉଦ୍ୟମ ହୋଇଛି। ଛାତ୍ରୀଛାତ୍ରଙ୍କ ଉଦ୍ଧେଶ୍ୟରେ ଏହି କାର୍ଯ୍ୟକ୍ରମ ପ୍ରସାରଣ କରାଯିବ ବୋଲି ଶନିବାର ବିଭାଗୀୟ ମନ୍ତ୍ରୀ ସମୀର ରଞ୍ଜନ ଦାଶ ସୂଚନା ଦେଇଛନ୍ତି।
ପ୍ରଥମରୁ ଅଷ୍ଟମ ଶ୍ରେଣୀ ଛାତ୍ରଛାତ୍ରୀଙ୍କ ପାଇଁ ‘ରେଡିଓ ପାଠଶାଳା’ କାର୍ଯ୍ୟକ୍ରମ ଆସନ୍ତା ୨୮ ତାରିଖ ଠାରୁ ଆକାଶବାଣୀର ସବୁ କେନ୍ଦ୍ରରୁ ଏକ ସମୟରେ ପ୍ରସାରିତ ହେବ। ଏହି କାର୍ଯ୍ୟକ୍ରମରେ ସୋମବାରରୁ ଶୁକ୍ରବାର ପର୍ଯ୍ୟନ୍ତ ସକାଳ ୧୦ଟାରୁ ୧୦ଟା ୧୫ ଯାଏ ପିଲାଙ୍କୁ ଶିକ୍ଷା ଦିଆଯିବ। ସୋମବାର ଦିନ ପ୍ରଥମ ଶ୍ରେଣୀ, ମଙ୍ଗଳବାର ଦ୍ୱିତୀୟ ଶ୍ରେଣୀ, ବୁଧବାର ତୃତୀୟ ଶ୍ରେଣୀ, ଗୁରୁବାର ଚତୁର୍ଥ ଶ୍ରେଣୀ ଓ ଶୁକ୍ରବାର ଷଷ୍ଠ ଶ୍ରେଣୀ ପିଲାଙ୍କ ପାଇଁ ସକାଳ ୧୦ଟାରୁ ୧୦ଟା ୫ ପର୍ଯ୍ୟନ୍ତ ରେଡିଓ ପାଠଶାଳା କାର୍ଯ୍ୟକ୍ରମ ପ୍ରସାରଣ କରାଯିବ। ସେହିପରି ସୋମବାର ପଞ୍ଚମ ଶ୍ରେଣୀ, ମଙ୍ଗଳବାର ଷଷ୍ଠ ଶ୍ରେଣୀ, ବୁଧବାର ସପ୍ତମ ଶ୍ରେଣୀ, ଗୁରୁବାର ଅଷ୍ଟମ ଶ୍ରେଣୀ ପିଲାଙ୍କ ଲାଗି ପୂର୍ବାହ୍ନ ୧୦ଟା ୫ରୁ ୧୦ଟା ୧୫ ପର୍ଯ୍ୟନ୍ତ ରେଡିଓ କାର୍ଯ୍ୟକ୍ରମ ପ୍ରସାରଣ ହେବ। ସେହିପରି ଶୁକ୍ରବାର ସପ୍ତମ ଶ୍ରେଣୀ ପିଲାଙ୍କ ପାଇଁ ୧୦ଟା ୫ରୁ ୧୦ଟା ୧୦ ପର୍ଯ୍ୟନ୍ତ ଏବଂ ଅଷ୍ଟମ ଶ୍ରେଣୀ ପିଲାଙ୍କ ପାଇଁ ସକାଳ ୧୦ଟା ୧୦ରୁ ୧୦ଟା ୧୫ ପର୍ଯ୍ୟନ୍ତ ଏହି କାର୍ଯ୍ୟକ୍ରମ ପ୍ରସାରଣ ହେବ।


Enter your email to get our daily news in your inbox.

All Right Reserved By Dharitri.Com

ଅଂଶୁଘାତ ନେଲା ଚାଷୀଙ୍କ ଜୀବନ!

ବେଲଗୁଣ୍ଠା,୨୧ା୫(କୃଷ୍ଣ ଚନ୍ଦ୍ର ପଟ୍ଟନାୟକ): ଗଞ୍ଜାମ ଜିଲା ବେଲଗୁଣ୍ଠା ବ୍ଳକ୍‌ ଗାଙ୍ଗପୁର ଥାନା ଅନ୍ତର୍ଗତ ପାଇଲିପଡ଼ା ପଞ୍ଚାୟତର ଧାନପୁଞ୍ଜା ଗ୍ରାମରେ ଜଣେ ଭାଗ ଚାଷୀଙ୍କ ଅଂଶୁଘାତରେ ମୃତ୍ୟୁ ହୋଇଥିବା…

ବିଶ୍ୱବିଦ୍ୟାଳୟରେ ବିନା ଅନୁମୋଦନରେ ନିଯୁକ୍ତ କର୍ମଚାରୀ ଛଟେଇ ହେବେ

ଭୁବନେଶ୍ୱର,୨୧ା୫(ସୁଚିସ୍ମିତା ସାହୁ): ରାଜ୍ୟ ସରକାରୀ ବିଶ୍ୱବିଦ୍ୟାଳୟଗୁଡ଼ିକରେ ବେଆଇନ ଭାବେ ନିଯୁକ୍ତ କର୍ମଚାରୀଙ୍କୁ ଛଟେଇ କରାଯିବ। ସେମାନଙ୍କ ନିୟମିତକରଣ ଦାବିକୁ ବିଚାର କରାଯିବ ନାହିଁ। ଏପରି ନିଯୁକ୍ତି ଫଳରେ…

ନାବାଳିକାଙ୍କୁ ବଳାତ୍କାର

ହିଞ୍ଜିଳିକାଟୁ ୨୧।୫(ଦ୍ୱିତୀକୃଷ୍ଣ ପଣ୍ଡା): ଗଞ୍ଜାମ ଜିଲା ହିଞ୍ଜିଳି ଥାନା ଶାସନ ଆମ୍ୱଗାଁ ପଞ୍ଚାୟତ ଅଧୀନ ଏକ ଗାଁର ଜଣେ ନାବାଳିକାଙ୍କୁ ପ୍ରଲୋଭନ ଦେଖାଇ ବଳାତ୍କାର ଅଭିଯୋଗରେ ଜଣେ…

ପ୍ଲେଅଫ୍‌ ରେସରୁ ବାଦ୍‌ ପଡ଼ିଲା ଚେନ୍ନାଇ

ଅହମଦାବାଦ, ୨୧ା୫: ଅଧିନାୟକ ଶୁବମନ ଗିଲ୍‌ ଏବଂ ସାଇ ସୁଦର୍ଶନଙ୍କ ଶତକୀୟ ଭାଗୀଦାରି ବଳରେ ଗୁରୁବାର ଅନୁଷ୍ଠିତ ଆଇପିଏଲ୍‌ ମ୍ୟାଚ୍‌ରେ ଗୁଜରାଟ ଜାଏଣ୍ଟ୍ସ ୮୯ ରନରେ ଚେନ୍ନାଇ…

ଷ୍ଟାଡିୟମ ପାଇଁ ହେଲା ଜାଗା ଚିହ୍ନଟ

କର୍ଲାମୁଣ୍ଡା,୨୧ା୫(ପ୍ରଦୀପ କୁମାର ସାହୁ): ରାଜ୍ୟ ସରକାର ପ୍ରତ୍ୟେକ ବ୍ଲକ୍‌ରେ ଷ୍ଟାଡିୟମ ନିର୍ମାଣ ପାଇଁ ଅର୍ଥ ମଞ୍ଜୁର କରିଥିବା ବେଳେ କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ୍‌ରେ ଜାଗା ଚିହ୍ନଟରେ…

ପ୍ରବଳ ଗ୍ରୀଷ୍ମ ପ୍ରବାହ: ସମସ୍ତ ଅଙ୍ଗନବାଡ଼ି କେନ୍ଦ୍ର ୨ ଦିନ ବନ୍ଦ

କଟକ, ୨୧।୫ (କାର୍ତ୍ତିକ ସାହୁ): ସାରା ରାଜ୍ୟ ସମେତ କଟକ ଜିଲାରେ ମଧ୍ୟ ଗ୍ରୀଷ୍ମ ପ୍ରବାହ ଓ ପ୍ରବଳ ଖରା ପାଇଁ ଜନଜୀବନ ଅସ୍ତବ୍ୟସ୍ତ ହୋଇପଡ଼ିଛି। ଏହି…

ନ୍‌କଆଉଟ୍‌ କ୍ରିକେଟ ପ୍ରତିଯୋଗିତା: ଚଣାଲିମା ଚାମ୍ପିୟନ

ଲାଞ୍ଜିଗଡ଼,୨୧।୫(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ଼ ବ୍ଲକ ଲାଞ୍ଜିଗଡ଼ ନିୟମଗିରି ବେଦାନ୍ତନଗର ଖେଳପଡିଆରେ ଗୋଲଡେନ ସ୍ପୋଟର୍‌ସ କ୍ଳବ ଏବଂ ଲାଞ୍ଜିଗଡ଼ ବେଦାନ୍ତ ଲିମିଟେଡ଼ ମିଳିତ ଆନୁକୂଲ୍ୟରେ…

ଟ୍ରେନ ଧକ୍କାରେ ବୋଲେରୋ ଚୁରମାର: ଗୋପାଳପୁର ପୋର୍ଟ ସ୍ୱତନ୍ତ୍ର ରେଳ ପଥରେ ବଡ଼ ଦୁର୍ଘଟଣା

ଛତ୍ରପୁର, ୨୧।୫ (ଦିଲ୍ଲୀପ ସାମଲ): ଛତ୍ରପୁର ଆର୍ଯ୍ୟପଲ୍ଲୀ ସ୍ଥିତ ଗୋପାଳପୁର ପୋର୍ଟର ସ୍ୱତନ୍ତ୍ର ରେଳ ପଥରେ ଏକ ଭୟାବହ ଦୁର୍ଘଟଣା ଘଟିଯାଇଛି। ଏକ ମାଲବାହୀ ଟ୍ରେନ ଧକ୍କାରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri