ଭୁବନେଶ୍ୱରରେ ଖୁବ୍‌ଶୀଘ୍ର ଆରମ୍ଭ ହେବ ରେଡିଓ ଷ୍ଟେଶନ

ଭୁବନେଶ୍ୱର,୧୪ା୩: ଭୁବନେଶ୍ୱରରେ ଖୁବ୍‌ଶୀଘ୍ର ଆରମ୍ଭ ହେବ ନୂଆ କମ୍ୟୁନିଟି ରେଡିଓ ଷ୍ଟେଶନ ‘ରେଡିଓ ଭୁବନେଶ୍ୱର ୮୯.୨ ଏଫ୍‌ଏମ୍‌- ଦ ଟେମ୍ପଲ ସିଟି ରେଡିଓ’। ଏଫ୍‌ଏମ୍‌ ବ୍ୟାଣ୍ଡ୍‌ର ୮୯.୨ ମେଗାହର୍ଜରେ ଏହି ଷ୍ଟେଶନଟି ଶୁଣାଯାଇପାରିବ ବୋଲି ଏହାର ପ୍ରତିଷ୍ଠାତା ସୁବ୍ରତ କୁମାର ପତି ସୂଚନା ଦେଇଛନ୍ତି।

ରେଡିଓର ଲୋକପ୍ରିୟତା ବୃଦ୍ଧି ପାଇଁ କାର୍ଯ୍ୟ କରୁଥିବା ସଂସ୍ଥା ଆଉଟ୍‌ରିଚ୍‌ ପକ୍ଷରୁ ଏହି ଷ୍ଟେଶନ ଆରମ୍ଭ କରାଯିବ। କେନ୍ଦ୍ର ସରକାରଙ୍କ ସୂଚନା ଓ ପ୍ରସାରଣ ମନ୍ତ୍ରଣାଳୟ ଓ ଆଉଟରିଚ୍‌ ମଧ୍ୟରେ ଏହି ରେଡିଓ ଷ୍ଟେଶନ ଆରମ୍ଭ ପାଇଁ ରାଜିନାମା ସ୍ବାକ୍ଷରିତ ହୋଇଛି।

କୃଷି, ଶିକ୍ଷା, କଳା, ସଂସ୍କୃତି, କ୍ରୀଡ଼ା, ଟ୍ରାଫିକ ସଚେତନତା, ପରିବେଶ ପ୍ରଦୂଷଣ, ମାନବ ଅଧିକାର ଭଳି ଅନେକ ବିଷୟକୁ ନେଇ ରେଡିଓ ଭୁବନେଶ୍ୱର କାର୍ଯ୍ୟକ୍ରମ ପ୍ରସ୍ତୁତ କରିବ। ରାଜ୍ୟ ଓ କେନ୍ଦ୍ର ସରକାରଙ୍କ ବିଭିନ୍ନ ଯୋଜନା, କାର୍ଯ୍ୟକ୍ରମ ସମ୍ପର୍କରେ ଭୁବନେଶ୍ୱର ଓ ପାର୍ଶ୍ୱବର୍ତ୍ତୀ ଅଞ୍ଚଳର ଲୋକଙ୍କୁ ଏହା ସୂଚନା ପ୍ରଦାନ କରିବ।

ସ୍ଥାନୀୟ ପ୍ରଶାସନ ସହ ସମନ୍ବୟ ରକ୍ଷା କରି ସହରବାସୀଙ୍କ ଆବଶ୍ୟକତାକୁ ଦୃଷ୍ଟିରେ ରଖି କାର୍ଯ୍ୟକ୍ରମ ପ୍ରସାରଣ କରାଯିବ। ‘ରେଡିଓ ଭୁବନେଶ୍ୱର’ ଆଉଟରିଚ୍‌ର ଦ୍ୱିତୀୟ କମ୍ୟୁନିଟି ରେଡିଓ ଷ୍ଟେଶନ ବୋଲି ସୁବ୍ରତ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ନିଶାଦ୍ରବ୍ୟ ସେବନ ବିରୋଧରେ ଶପଥ, ପଥଭ୍ରଷ୍ଟ ଯୁବବର୍ଗଙ୍କୁ ସମାଜର ମୁଖ୍ୟସ୍ରୋତରେ ସାମିଲ ପାଇଁ…

ଦିଗପହଣ୍ଡି/ଚିକିଟି,୨୨ା୮(ଅଶେଷ ନାଥ ମିଶ୍ର/ପ୍ରକାଶ ଚନ୍ଦ୍ର ସାହୁ): ଗଞ୍ଜାମ ଜିଲା କେ.ନୂଆଗାଁ ଥାନା ଆମ ପୋଲିସ ସମିତି ପକ୍ଷରୁ ନିଶାମୁକ୍ତ ଓଡ଼ିଶା ଅଭିଯାନ ଆନୁକୂଲ୍ୟରେ ଚିକିଟିଗଡ଼ ରାଜକବି ହାଇସ୍କୁଲ…

କୁଟ୍ରିଛାପର ପଞ୍ଚାୟତରେ ବିକାଶମୂଳକ କାର୍ଯ୍ୟର ଶୁଭାରମ୍ଭ କଲେ ବିଧାୟକ, କହିଲେ ଆହୁରି…

ଝରିଗାଁ,୨୨ା୮(କିଶୋର ଚନ୍ଦ୍ର ମଣ୍ଡଳ): ନବରଙ୍ଗପୁର ଜିଲା ଝରିଗାଁ ବ୍ଲକ ଅନ୍ତର୍ଗତ କୁଟ୍ରିଛାପର ପଞ୍ଚାୟତରେ ୬୪ ଲକ୍ଷ ଟଙ୍କା ବ୍ୟୟରେ ବିଭିନ୍ନ ବିକାଶମୂଳକ କାର୍ଯ୍ୟର ଶୁଭାରମ୍ଭ କରାଯାଇଛି। ବିକଶିତ…

ଚାଉଳ ବୋଝେଇ ଟ୍ରକ ପଛରେ ପିଟି ହେଲା ବାଇକ୍‌, ଆଉ ତା’ପରେ…

ଡୁଙ୍ଗୁରିପାଲି,୨୨।୮(ଦୀନବନ୍ଧୁ ସୁନା): ସୁବର୍ଣ୍ଣପୁର ଜିଲା ଡୁଙ୍ଗୁରିପାଲି ସ୍ଥିତ ୨୬ ନମ୍ବର ଜାତୀୟ ରାଜପଥ ଏଫ୍‌ସିଆଇ ଛକ ନିକଟରେ ଛିଡା ହୋଇଥିବା ଏକ ଚାଉଳ ବୋଝେଇ ଟ୍ରକର ପଛରେ…

ଚାଷୀ ପଞ୍ଜୀକରଣ କେନ୍ଦ୍ରରେ ଅଧିକାରୀଙ୍କୁ ତାଲା ପକାଇଲେ ଚାଷୀ

ଝାରବନ୍ଧ,୨୨ା୮(ଦେବେନ୍ଦ୍ର ସାହୁ): ବରଗଡ଼ ଜିଲା ଝାରବନ୍ଧ ବ୍ଲକ ଡଭା ପ୍ୟାକ୍ସ ଅନ୍ତର୍ଗତ ବିଳାସପୁର ଧାନ ପଞ୍ଜୀକରଣ କେନ୍ଦ୍ରରେ ତାଲା ପକାଇ ଦେଇଛନ୍ତି ଚାଷୀ। ଚାଷୀଙ୍କ ଦାବି ଅନୁସାରେ…

୨ ଜଣଙ୍କୁ ଧକ୍କାଦେଲା କାର୍‌, ଗୋଡ଼ାଇ ଗୋଡ଼ାଇ ଧରି ପୋଲିସକୁ ଜିମାଦେଲେ ଲୋକେ

ଦାରିଙ୍ଗବାଡ଼ି,୨୨ା୮(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବିଦ୍ୟୁତ୍‌ କାର୍ଯ୍ୟାଳୟ ନିକଟରେ ଘଟିଯାଇଛି ଅଭାବନୀୟ ଘଟଣା। ଜଣେ କାର୍‌ ଚାଳକ ନିଶାସକ୍ତ ଅବସ୍ଥାରେ ୨ ଜଣଙ୍କୁ ଧକ୍କା ଦେବା…

ଲକ୍ଷାଧିକ ଟଙ୍କାର ବ୍ରାଉନସୁଗାର ସହ ଗଞ୍ଜେଇ ଜବତ, କିଙ୍ଗ୍‌ପିନ୍‌ଙ୍କୁ ଗିରଫ କରି ପୋଲିସ…

ବାଲିଗୁଡ଼ା,୨୨ା୮(ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ପୋଲିସ ପକ୍ଷରୁ ଚାଲିଛି ନିଶାମୁକ୍ତ ସମଗ୍ର କନ୍ଧମାଳ। ଏହି ପରିପ୍ରେକ୍ଷୀରେ ବାଲିଗୁଡ଼ା ପୋଲିସକୁ ମିଳିଛି ଏକ ବଡ଼ ସଫଳତା। ବ୍ରାଉନ ସୁଗାର…

ସ୍ବାମୀଙ୍କ ସହ ବାଇକ୍‌ରେ ଯିବାବେଳେ ଓଢ଼ଣୀ ନେଲା ସ୍ତ୍ରୀଙ୍କ ଜୀବନ

ଝରିଗାଁ,୨୨ା୮(କିଶୋର ଚନ୍ଦ୍ର ମଣ୍ଡଳ): ନବରଙ୍ଗପୁର ଜିଲା ଝରିଗାଁ ବ୍ଲକରେ ଏକ ଦୁଃଖଦ ଘଟଣା ଘଟିଛି। ବାଇକ୍‌ ଚକାରେ ଓଢ଼ଣୀ ଫସିଯିବା ଯୋଗୁ ତଳେ ପଡ଼ି ଜଣେ ମହିଳାଙ୍କ…

ହାଫିଜ ସୟିଦଙ୍କୁ ସମନ ଜାରି କରିବ NIA

ଜମ୍ମୁ-କଶ୍ମୀର,୨୨।୮: ୨୦୨୫ ପହଲଗାମ ଆକ୍ରମଣ ଘଟଣାରେ ଜାତୀୟ ତଦନ୍ତକାରୀ ସଂସ୍ଥା(NIA) ପକ୍ଷରୁ ପାକିସ୍ତାନୀ ଆତଙ୍କବାଦୀ ହାଫିଜ ସୟିଦଙ୍କୁ ସମନ ଜାରି କରାଯିବ। ବୈଦେଶିକ ମନ୍ତ୍ରଣାଳୟ ଜରିଆରେ ପାକିସ୍ତାନକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri