Posted inଖେଳ

ଫ୍ରେଞ୍ଚ ଓପନ ଗ୍ରାଣ୍ଡସ୍ଲାମ୍‌: ନାଡାଲ ପୁଣି ଚାମ୍ପିୟନ

ପ୍ୟାରିସ,୫।୬: ସ୍ପେନର ରାଫେଲ ନାଡାଲ ପୁଣି ଫ୍ରେଞ୍ଚ ଓପନ ଗ୍ରାଣ୍ଡସ୍ଲାମ୍‌ ଚାମ୍ପିଅନ ହୋଇଛନ୍ତି। ରବିବାର ଖେଳାଯାଇଥିବା ଏକପାଖିଆ ଫାଇନାଲ ମ୍ୟାଚରେ ୩୬ ବର୍ଷୀୟ ନାଡାଲ ନରୱେର କାସପର୍‌ ରୁଡଙ୍କୁ ୬-୩, ୬-୩, ୬-୦ ସେଟ୍‌ରେ ପରାସ୍ତ କରିଛନ୍ତି। ଦୁଇ ଖେଳାଳିଙ୍କ ମଧ୍ୟରେ ମ୍ୟାଚ ୨ ଘଣ୍ଟା ୧୮ ମିନିଟ ପର୍ଯ୍ୟନ୍ତ ଚାଲିଥିଲା। ଏହାକୁ ମିଶାଇ ନାଡାଲ ତାଙ୍କ କ୍ୟାରିୟରର ୨୨ତମ ଗ୍ରାଣ୍ଡସ୍ଲାମ ଟାଇଟଲ ଜିତିଛନ୍ତି। ସେ ୧୪ ଥର ପାଇଁ ଫ୍ରେଞ୍ଚ୍‌ ଓପନ ଟାଇଟଲ ଜିତିଛନ୍ତି।
୨୦୦୫ରେ ନାଡାଲ ପ୍ରଥମ ଥର ପାଇଁ ଏହି ଟାଇଟଲ ଜିତିଥିଲେ। ତା’ପରେ ସେ ୨୦୦୬, ୨୦୦୭, ୨୦୦୮, ୨୦୧୦, ୨୦୧୧, ୨୦୧୨, ୨୦୧୩, ୨୦୧୪, ୨୦୧୭, ୨୦୧୮, ୨୦୧୯, ୨୦୨୦ ଏବଂ ୨୦୨୨ରେ ଜିତିଥିଲେ। ସେ ଚାରିଟି ୟୁଏସ ଓପନ, ଦୁଇଟି ଅଷ୍ଟ୍ରେଲୀୟ ଓପନ ଏବଂ ଦୁଇଟି ୱିମ୍ବେଲଡନ ଓପନ ଟାଇଟଲ ଜିତିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଆମେରିକା କାର୍ଯ୍ୟାନୁଷ୍ଠାନ ଉପରେ ସ୍ପଷ୍ଟୀକରଣ ରଖିଲା ଭାରତ, H-1B ଭିସା ଉପରେ …

ନୂଆଦିଲ୍ଲୀ,୯।୧୦: ଆମେରିକା ସରକାରଙ୍କ ଦ୍ୱାରା କେତେକ ପ୍ରମୁଖ ଟେକ୍ କମ୍ପାନୀକୁ ନିଯୁକ୍ତି-ଭିତ୍ତିକ ଗ୍ରୀନ୍ କାର୍ଡ କାର୍ଯ୍ୟକ୍ରମରୁ ନିଲମ୍ବିତ କରାଯିବା ନିଷ୍ପତ୍ତି ଉପରେ ଭାରତର ବୈଦେଶିକ ମନ୍ତ୍ରାଳୟ (MEA)…

ରାଷ୍ଟ୍ରପତିଙ୍କୁ ଭେଟିଲେ ବିରୋଧୀ MPଙ୍କ ପ୍ରତିନିଧିମଣ୍ଡଳୀ, ରାହୁଲ କହିଲେ- ଆମ କଥା ଶୁଣାଗଲା, ହୃଦୟରୁ ଧନ୍ୟବାଦ

ନୂଆଦିଲ୍ଲୀ,୯।୧୦: ମୁଖ୍ୟ ନିର୍ବାଚନ କମିଶନର (CEC) ଜ୍ଞାନେଶ କୁମାରଙ୍କ ଇସ୍ତଫା ଦାବିରେ ବିରୋଧୀ ଦଳ ପକ୍ଷରୁ ବିକ୍ଷୋଭ ପ୍ରଦର୍ଶନ ଜାରି ରହିଛି। ଏହି କ୍ରମରେ ‘ଇଣ୍ଡିଆ’ (INDIA)…

ସ୍ନାତକ ମହାବିଦ୍ୟାଳୟରେ ଇଲେକ୍ସନ ବଦଳରେ ସିଲେକ୍ସନ

ଗୁଡ଼ାରି, ୯।୧୦ (ପ୍ରମୋଦ କୁମାର ପତି): ଗୁଡ଼ାରି ବିଜ୍ଞାନ ସ୍ନାତକ ମହାବିଦ୍ୟାଳୟରେ ଚଳିତ ବର୍ଷ ପ୍ରଥମ ଥର ପାଇଁ ଛାତ୍ର ସଂସଦର ବିଭିନ୍ନ ପଦବୀ ପାଇଁ ଶୁକ୍ରବାର…

ସୁପରଷ୍ଟାର ସଲମାନଙ୍କ ନୂଆ ଇନିଂସ, କିଛି ଏଭଳି ଘୋଷଣା କରି ଚମକାଇଲେ

ମୁମ୍ବାଇ: ବଲିଉଡ୍‌ ସୁପରଷ୍ଟାର ସଲମାନ ଖାନଙ୍କ ନୂଆ ଇନିଂସ। ଆପଣ ଯଦି ଭାବୁଛନ୍ତି ସେ ବୋଧହୁଏ ବିବାହ କରିବାକୁ ଯାଉଛନ୍ତି, ତେବେ ନା। କେତେବେଳେ ସିନେମା ତ…

ପ୍ରଥମେ ସୋସିଆଲ ମିଡିଆରେ ପୋଷ୍ଟ, ଏବେ ଭାଜପାରୁ ଇସ୍ତଫା ଦେଇ ଚମକାଇଲେ ଧର୍ମେନ୍ଦ୍ର

ଲକ୍ଷ୍ନୌ, ୯।୧୦: ଉତ୍ତର ପ୍ରଦେଶରେ ରାଜ୍ୟ ସଭା ନିର୍ବାଚନ ପାଇଁ ଟିକେଟ ନ ମିଳିବାରୁ ଅସନ୍ତୁଷ୍ଟ ହୋଇ ଭାରତୀୟ ଜନତା ପାର୍ଟିର ପୂର୍ବତନ MP ଧର୍ମେନ୍ଦ୍ର କଶ୍ୟପ…

ସୌରାଷ୍ଟ୍ରରୁ ଖେଳିବେ ଜାଡେଜା

ରାଜକୋଟ,୯ା୧୦: ରଣଜୀ ଟ୍ରଫି ୨୦୨୬-୨୭ ସିଜନରେ ଛତିଶଗଡ଼ ବିପକ୍ଷ ଓପନିଂ ମ୍ୟାଚରେ ସୌରାଷ୍ଟ୍ର ପକ୍ଷରୁ ଭାରତ ଅଲ୍‌ରାଉଣ୍ଡର ରବୀନ୍ଦ୍ର ଜାଡେଜା ଖେଳିବେ। ଜୟଦେବ ଉନାଡକଟ ତାଙ୍କ ଅଧିନାୟକ…

ନନ୍ଦିଗ୍ରାମରେ ଭାଜପାର ବଡ଼ ବିଜୟ, ତାମିଲନାଡୁରେ ବିଜୟଙ୍କ TVKର ଜଲୱା!

ନୂଆଦିଲ୍ଲୀ,୯ା୧୦: ଦେଶର ବିଭିନ୍ନ ସ୍ଥାନରେ ୫ଟି ବିଧାନସଭା ଏବଂ ଗୋଟିଏ ଲୋକ ସଭା ଆସନରେ ଉପନିର୍ବାଚନ ହୋଇଥିଲା । ଆଜି ଭୋଟ ଗଣତି ଚାଲିଥିବା ବେଳେ, ଟ୍ରେଣ୍ଡ…

ଚଳନ୍ତା ସ୍କୁଲ ବସ୍‌ରେ ନାଗସାପ, ଡ୍ରାଇଭରଙ୍କ ପାଦରେ ଗୁଡ଼ାଇ ହୋଇଯିବା ପରେ…

କେସିଙ୍ଗା,୯ା୧୦(ତୁମେଶ୍ୱର ସାହୁ): କଳାହାଣ୍ଡି ଓ ବଲାଙ୍ଗୀର ସୀମାନ୍ତରେ ଥିବା ସଇଁତଳା ବ୍ଲକର ବେଲଗାଁ ସରସ୍ବତୀ ଶିଶୁ ବିଦ୍ୟାମନ୍ଦିରରେ ନିୟୋଜିତ ଥିବା ବସ୍‌ ନଂ ଓ ୦୩-ଏନ, ୬୯୪୫ରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?