Posted inଖେଳ

ପ୍ରଥମ ଥର ଲାଗି ପିତା ହେଲେ ନାଡ଼ାଲ

ନୂଆଦିଲ୍ଲୀ,୯।୧୦:ସ୍ପେନର ଟେନିସ ତାରକା ରାଫେଲ ନାଡାଲ ପ୍ରଥମ ଥର ପାଇଁ ପିତା ହୋଇଛନ୍ତି। ନାଡାଲଙ୍କ ପତ୍ନୀ ମାରିଆ ଫ୍ରାନ୍ସିସ୍କା ପେରେଲୋ ଶନିବାର (ଅକ୍ଟୋବର ୮) ରେ ଏକ ପୁତ୍ର ସନ୍ତାନ ଜନ୍ମ ଦେଇଛନ୍ତି। ସ୍ପେନର ଏକ ପ୍ରସିଦ୍ଧ ଫୁଟବଲ କ୍ଲବ ରିଅଲ ମାଡ୍ରିଡ ଏହି ଖବର ନିଜ ଅଫିସିଆଲ ସୋସିଆଲ ମିଡିଆ ହ୍ୟାଣ୍ଡେଲରେ ଶେୟାର କରି ନାଡାଲ ଏବଂ ତାଙ୍କ ପତ୍ନୀଙ୍କୁ ଅଭିନନ୍ଦନ ଜଣାଇଛନ୍ତି। ଚଳିତ ବର୍ଷ ଜୁନ ମାସରେ, ୩୬ ବର୍ଷୀୟ ନାଡାଲ ତାଙ୍କ ପତ୍ନୀଙ୍କ ଗର୍ଭଧାରଣ ବିଷୟରେ ସୂଚନା ଦେଇଥିଲେ।

ରିଅଲ ମାଡ୍ରିଡ ଲେଖିଛି, ’ଆମର ପ୍ରିୟ ସମ୍ମାନଜନକ ସଦସ୍ୟ ରାଫେଲ ନାଡାଲ ଏବଂ ମାରିଆ ପେରେଲୋଙ୍କୁ ସେମାନଙ୍କର ପ୍ରଥମ ସନ୍ତାନର ଜନ୍ମ ପାଇଁ ଅଭିନନ୍ଦନ। ଏହି ମୁହୂର୍ତ୍ତର ଆନନ୍ଦ ବାଣ୍ଟିବାରେ ଆମେ ଆପଣଙ୍କ ସହ ଅଛୁ। ଶୁଭେଚ୍ଛା।’ ସ୍ପେନର ଗଣମାଧ୍ୟମ ରିପୋର୍ଟ ଅନୁଯାୟୀ, ଏହି ଦମ୍ପତି ନିଜ ସନ୍ତାନର ନାମ ’ରାଫେଲ’ ରଖିବାକୁ ନିଷ୍ପତ୍ତି ନେଇଛନ୍ତି, ଯାହା ଏହି ଦେଶରେ ବେଶ ପ୍ରସିଦ୍ଧ ନାମ।

ନାଡାଲ ୨୦୧୯ରେ ତାଙ୍କ ଗର୍ଲଫ୍ରେଣ୍ଡ ମାରିଆ ଫ୍ରାନ୍ସିସ୍କା ପେରେଲୋଙ୍କୁ ବିବାହ କରିଥିଲେ। ନାଡାଲ ଏବଂ ମାରିଆ ୨୦୦୫ ରେ ଡେଟିଂ ଆରମ୍ଭ କରିଥିଲେ। ପ୍ରାୟ ୧୪ ବର୍ଷ ପରସ୍ପରକୁ ଡେଟ କରିବା ପରେ ଉଭୟ ବିବାହ ବନ୍ଧନରେ ବାନ୍ଧି ହୋଇଥିଲେ। ଉଭୟ ସ୍ପେନର ସବୁଠାରୁ ଦାମୀ ରିସୋର୍ଟ ’ଲା ଫୋର୍ଟାଲେଜା’ରେ ବିବାହ କରିଥିଲେ। ରାଫେଲ ନାଡାଲ ୧୫୦୦ କୋଟିରୁ ଅଧିକ ମୂଲ୍ୟର ସମ୍ପତ୍ତିର ମାଲିକ ଅଟନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଛାତ୍ରୀକୁ ପେଟ୍ରୋଲ ଢାଳି ପୋଡିବାକୁ ଉଦ୍ୟମ କରୁଥିଲେ ଯୁବକ, ହଠାତ୍…

ଧୂଷୁରୀ/ଅସୁରାଳି,୩୦।୬( ଦୀପ୍ତି ରଞ୍ଜନ ନାୟକ/ସନ୍ତୋଷ ସାହୁ ) : ଧୂଷୁରୀ ଥାନା ଅଧୀନ ଫତେପୁର ପଞ୍ଚାୟତର ଫତେପୁର ଗ୍ରାମର ଜଣେ ୩୩ ବର୍ଷୀୟ ଯୁବକ ନିକଟସ୍ଥ ଗାଁର…

ଅମାଠ ବେହେରା ରାଇସ ମିଲ ସିଲ୍‌: ଜିଲାପାଳଙ୍କ ଆଦେଶ ଅବମାନନା ଅଭିଯୋଗ

କେସିଙ୍ଗା,୩୦।୬(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ ଅନ୍ତର୍ଗତ ଅମାଠ ଛକସ୍ଥିତ ବେହେରା ରାଇସ ମିଲ ଏବଂ ଗୋଟିଏ ଗୋଦାମକୁ ମଙ୍ଗଳବାର ଜିଲାପାଳଙ୍କ ନିର୍ଦ୍ଦେଶ କ୍ରମେ ଏସିଏସଓ…

ବାବୁଙ୍କ ଘରେ ବିଡ଼ା ବିଡ଼ା ଟଙ୍କା ଦେଖି ଭିଜିଲାନ୍ସ ଚକିତ: ୨୦ରୁ ଅଧିକରୁ ପ୍ଲଟ୍‌ ସହ ଘରୁ ମିଳିଲା…

ସମ୍ବଲପୁର,୩୦।୬(ପ୍ରମୋଦ ବହିଦାର): ବୁର୍ଲାସ୍ଥିତ ବୀର ସୁରେନ୍ଦ୍ର ସାଏ ଆୟୁର୍ବିଜ୍ଞାନ ଓ ଗବେଷଣା ପ୍ରତିଷ୍ଠାନ(ଭିମସାର)ର ପ୍ରତିଷ୍ଠାନ(ଏଷ୍ଟାବ୍ଲିଶମେଣ୍ଟ) ଅଧିକାରୀ ତଥା କାର୍ଯ୍ୟାଳୟ ଅଧିକ୍ଷକ ଧନୁର୍ଦ୍ଧର ବିଶ୍ୱାଳଙ୍କ ନାମରେ ଆୟ ବର୍ହିଭୂତ…

ବଢିଲା ରବି ଧାନ ସଂଗ୍ରହ ଅବଧି: ଯୋଗାଣ ମନ୍ତ୍ରୀ ଦେଲେ ବଡ଼ ସୂଚନା

ଭୁବନେଶ୍ୱର,୩୦।୬: ରବି ଧାନ ସଂଗ୍ରହ ଅବଧି ଜୁଲାଇ ୩ ତାରିଖ ଯାଏ ବୃଦ୍ଧି କରିଛନ୍ତି ସରକାର। ଅବଧି ବୃଦ୍ଧି ନେଇ ଯୋଗାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ରଙ୍କ ସୂଚନା…

ପଦ୍ମପୁର ଉପଖଣ୍ଡ ଡାକ୍ତରଖାନାରେ ବିପର୍ଯ୍ୟସ୍ତ ସ୍ବାସ୍ଥ୍ୟସେବା: ମାତୃ-ଶିଶୁ ବିଭାଗର ଲିଫ୍ଟ ଅଚଳ, ଆସୁନି ପାଣି

ପଦ୍ମପୁର,୨୯ା୬(ପ୍ରଦୀପ୍ତ ଦାଶ):ପଦ୍ମପୁର ଉପଖଣ୍ଡର ଏକମାତ୍ର ଭରସାଯୋଗ୍ୟ ସରକାରୀ ଉପଖଣ୍ଡ ଡାକ୍ତରଖାନାରେ ବିପର୍ଯ୍ୟସ୍ତ ସ୍ବାସ୍ଥ୍ୟସେବା ନେଇ ସାଧାରଣରେ ତୀବ୍ର ଅସନ୍ତୋଷ ପ୍ରକାଶ ପାଇଛି। ଦୁର୍ଘଟଣାଗ୍ରସ୍ତ କିମ୍ବା ଗୁରୁତର ରୋଗୀଙ୍କୁ…

ବାଣପୁରରେ ଭିଡ଼ ହିଂସା: ଯୁବକଙ୍କୁ ପିଟିପିଟି ହତ୍ୟା ଅଭିଯୋଗ, ୨ ଗିରଫ, ପୋଲିସର ଭୂମିକାକୁ ନେଇ ଉଠିଲା ପ୍ରଶ୍ନ

ଖୋର୍ଦ୍ଧା, ୩୦।୬ (ପ୍ରଭାତ ପାଣିଗ୍ରାହୀ): ଖୋର୍ଦ୍ଧା ଜିଲାର ବାଲିଅନ୍ତା ଓ ରାୟଗଡ଼ାର ଇନ୍ଦିରାଗୁଡ଼ା ପରେ ଏବେ ବାଣପୁରରେ ଭିଡ଼ ହିଂସାର ଏକ ଚାଞ୍ଚଲ୍ୟକର ଘଟଣା ସାମ୍ନାକୁ ଆସିଛି।…

ହୃଦୟବିଦାରକ ଦୃଶ୍ୟ! ରାସ୍ତା ନଥିବାରୁ ଖଟିଆରେ ବୁହାହେଲା ଗର୍ଭବତୀଙ୍କ ମୃତଦେହ, ଶିଶୁ ବି..

ଗୁଡ଼ାରୀ,୩୦।୬(ପ୍ରମୋଦ କୁମାର ପତି ): ଗୁଡ଼ାରୀ ବ୍ଲକ କର୍ଲାଘାଟି ଗ୍ରାମପଞ୍ଚାୟତର ପେଟାଖାଲ ଗ୍ରାମରୁ ସ୍ବାସ୍ଥ୍ୟବସ୍ଥାର ବିକଳ ଚିତ୍ର ସାମ୍ନାକୁ ଆସିଛି । ଗର୍ଭବତୀ ସେବତୀ ନାରେଙ୍ଗାକାଙ୍କ ମୃତ୍ୟୁ ହେବା…

ଲୋମହର୍ଷଣକାରୀ ହତ୍ୟା, ଲୁଟ୍ ଘଟଣା: ହତ୍ୟାକାରୀଙ୍କ ଗାଡି ଦୁର୍ଘଟଣା, ଯେ ପାଞ୍ଚେ ପରର ମନ୍ଦ ତା ମନ୍ଦ…

ସୁନ୍ଦରଗଡ଼, ୩୦।୬ (ଜୟ ନାରାୟଣ ମେଣ୍ଡୁଳି): ସୁନ୍ଦରଗଡ଼ ଜିଲାରେ ଘଟିଥିବା ଏକ ଲୋମହର୍ଷଣକାରୀ ହତ୍ୟା ଓ ଲୁଟ୍ ଘଟଣାର ପର୍ଦ୍ଦାଫାସ କରିଛି ପୋଲିସ। ଏନେଇ ମଙ୍ଗଳବାର ସୁନ୍ଦରଗଡ଼…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri