Posted inଖେଳ

ବିଶ୍ୱର ପ୍ରଥମ ପୁରୁଷ ଆଖ୍ୟାଠୁ ହାତେ ଦୂରରେ

ମେଲବୋର୍ନ,୨୮।୧: ସ୍ପାନିଶ କିମ୍ବଦନ୍ତୀ ଟେନିସ ଖେଳାଳି ରାଫେଲ ନାଡାଲ ଇତିହାସ ରଚିବାଠାରୁ ହାତେ ଦୂରରେ ଅଛନ୍ତି। ତାଙ୍କ ପାଖରେ ବିଶ୍ୱର ପ୍ରଥମ ପୁରୁଷ ଭାବେ ୨୧ତମ ଗ୍ରାଣ୍ଡସ୍ଲାମ ଟାଇଟଲ ହାତେଇବାର ସୁଯୋଗ ରହିଛି। ଚଳିତ ଅଷ୍ଟ୍ରେଲିଆନ ଓପନରେ ଶୁକ୍ରବାର ଲାଭର ଏରିନାଠାରେ ଅନୁଷ୍ଠିତ ସେମିଫାଇନାଲରେ ଇଟାଲିର ମାଟେଓ ବରେଟିନିଙ୍କୁ ୩-୬, ୨-୬, ୬-୩, ୩-୬ ସେଟ୍‌ରେ ହରାଇ ଦେଇଛନ୍ତି ବିଶ୍ୱର ଦ୍ୱିତୀୟ ର଼୍ୟାଙ୍କଧାରୀ ନାଡାଲ।

ଏହି ବିଜୟ ଯୋଗୁ ନାଡାଲ ୨୧ତମ ଗ୍ରାଣ୍ଡସ୍ଲାମ ଟାଇଟଲ ଠାରୁ ଆଉ ଗୋଟିଏ ବିଜୟ ଦୂରରେ ଅଛନ୍ତି। ଏପର୍ଯ୍ୟନ୍ତ ଟେନିସ ଇତିହାସରେ କୌଣସି ପୁରୁଷ ସିଙ୍ଗଲ୍ସ ବର୍ଗରେ ୨୧ଟି ଗ୍ରାଣ୍ଡସ୍ଲାମ ଟାଇଟଲ ହାସଲ କରି ନାହାନ୍ତି। ନାଡାଲଙ୍କ ବ୍ୟତୀତ ସର୍ବିୟାର ନୋଭାକ ଜୋକୋଭିଚ୍‌ ଓ ସୁଇଜରଲାଣ୍ଡର ରୋଜର ଫେଡେରରଙ୍କ ନାମରେ ୨୦ଟି ଗ୍ରାଣ୍ଡସ୍ଲାମ ଟାଇଟଲ ରହିଛି। ତେବେ ସେମିଫାଇନାଲରେ ନାଡାଲ କେଉଁ ପ୍ରତିଦ୍ୱନ୍ଦ୍ୱୀଙ୍କୁ ଭେଟିବେ, ତାହା ଏପର୍ଯ୍ୟନ୍ତ ସ୍ପଷ୍ଟ ହୋଇନାହିଁ। ଦ୍ୱିତୀୟ ସିଡ୍‌ ଡାନିଏଲ ମେଡଭେଡେଭ ଏବଂ ଗ୍ରୀସର ୪ର୍ଥ ର଼୍ୟାଙ୍କ ଷ୍ଟେଫାନସ ସିତସିପାସଙ୍କ ମଧ୍ୟରେ ହେବାକୁ ଥିବା ଦ୍ୱିତୀୟ ସେମି ଫାଇନାଲ ବିଜେତାଙ୍କୁ ନାଡାଲ ଭେଟିବେ।


Enter your email to get our daily news in your inbox.

All Right Reserved By Dharitri.Com

ଦେବଗଡରେ କାଳବୈଶାଖୀ ତାଣ୍ଡବ, ଟିଣ ଆଜବେଷ୍ଟ ପଡି କଟିଗଲା ଯୁବକଙ୍କ ହାତ

ଦେବଗଡ,୨୬।୫(ଶଶାଙ୍କ ଶେଖର ଝାଙ୍କର): ଦେବଗଡ ଜିଲାରେ କାଳବୈଶାଖୀର କରାଳ ରୂପ ଦେଖିବାକୁ ମିଳିଛି । ଅନେକ ଲୋକଙ୍କ ଘର ଦ୍ୱାର ଭାଙ୍ଗି ବାସହରା ହୋଇ ପଡିଛନ୍ତି ।…

ବଳାତ୍କାର ଅଭିଯୁକ୍ତ ରାମ ରହିମଙ୍କୁ ପୁଣି ମିଳିଲା ୩୦ ଦିନର ପାରୋଲ

ରୋହତକ,୨୬।୫: ଡେରା ସଚ୍ଚା ସୌଦା ମୁଖ୍ୟ ଏବଂ ଦୋଷୀ ସାବ୍ୟସ୍ତ ବଳାତ୍କାରୀ ଗୁରମିf ରାମ ରହିମଙ୍କୁ ପୁଣି ଥରେ ପାରୋଲ ମିଳିଛି। ଏଥର ସେ ୩୦ ଦିନ…

ଧାନବିଲରୁ ନିର୍ଗତ ଗ୍ରୀନହାଉସ୍‌ ଗ୍ୟାସ୍‌ ଏସିଆରେ ସର୍ବାଧିକ

ନୂଆଦିଲ୍ଲୀ, ୨୬।୫(ପି.ଟି.):୨୦୦୧ରୁ ୨୦୨୦ ମଧ୍ୟରେ ଧାନବିଲରୁ ନିର୍ଗତ ହେଉଥିବା ବିଶ୍ୱର ମୋଟ ସବୁଜ ଗୃହ ବାଷ୍ପ(ଗ୍ରୀନହାଉସ ଗ୍ୟାସ୍‌)ର ୯୦%ରୁ ଅଧିକ କେବଳ ଏସିଆରୁ ନିର୍ଗତ ହୋଇଛି, ଯେଉଁଥିରେ…

ଭାରତର ବିକାଶ ଯାତ୍ରା

ଯେତେବେଳେ ମୁଁ ତିରୁପ୍ପୁରର ଏକ ବିଦ୍ୟାଳୟରେ ପଢୁଥିବା ଜଣେ ଛୋଟ ବାଳକ ଥିଲି, ସେତେବେଳେ ଆମ ଦେଶକୁ ନେଇ ମୋ ମନରେ ଅନେକ ସ୍ବପ୍ନ ଥିଲା। ମୋ…

ଅସ୍ତ୍ରବିରତି ମଝିରେ ଇରାନର ଜାହାଜ ଉପରକୁ ଆମେରିକାର ବଡ଼ ଆକ୍ରମଣ, ୨ ଜାହାଜ…

ଓ୍ବାଶିଂଟନ,୨୬।୫: ଆମେରିକା ଏବଂ ଇରାନ ମଧ୍ୟରେ ବର୍ତ୍ତମାନ ଯୁଦ୍ଧବିରତି କାର୍ଯ୍ୟକାରୀ ହେଉଛି ଏବଂ ଦୁଇ ଦେଶ ମଧ୍ୟରେ ଆଲୋଚନା ଚାଲିଛି । ତଥାପି, ଉତ୍ତେଜନା ସମ୍ପୂର୍ଣ୍ଣ ଭାବରେ…

ବାରଙ୍ଗ ଥାନାରେ ଯୁବକଙ୍କୁ ଥାର୍ଡ ଡିଗ୍ରୀ: ପରିବାର ଲୋକେ ଦେଲେ ଚେତାବନୀ

ଭୁବନେଶ୍ୱର/ବାରଙ୍ଗ,୨୬ା୫(ତ୍ରିନାଥ ମହାନ୍ତି/ଲିଙ୍ଗରାଜ ରାଉତ):ବାରଙ୍ଗ ଥାନା ହାଜତରେ ଯୁବକଙ୍କୁ ଥାର୍ଡ ଡିଗ୍ରୀ ଅଭିଯୋଗରେ ସୋମବାର ରାତିରେ ଉତ୍ତେଜନା ଦେଖିବାକୁ ମିଳିଛି। ସ୍ଥାନୀୟ ଚଣ୍ଡୀପ୍ରସାଦ ଗ୍ରାମର ଶତାଧିକ ମହିଳାପୁରୁଷ ରାତିତମାମ…

ମହିଳାଙ୍କୁ ପାଗଳ କଲା ପରକୀୟା ପ୍ରୀତି, ସ୍ବାମୀଙ୍କୁ ବିଦ୍ୟୁତ୍‌ ଶକ୍‌ ଦେଇ ମାରିଲେ ସ୍ତ୍ରୀ

ବରେଲି,୨୬।୫: ଉତ୍ତରପ୍ରଦେଶର ବରେଲିରେ ଜଣେ ମହିଳାଙ୍କ ପରକୀୟା ପ୍ରୀତିକୁ ସ୍ବାମୀ ବିରୋଧ କରିବାରୁ ସେ ପ୍ରେମିକ, ଭଉଣୀ ଓ ଭଉଣୀଙ୍କ ପୁରୁଷ ବନ୍ଧୁ ସହ ମିଶି ସ୍ବାମୀଙ୍କୁ…

ପୋଲିସକୁ ବଡ଼ ସଫଳତା: ବିପୁଳ ପରିମାଣର ଗଞ୍ଜେଇ ସହ ବେଆଇନ ବନ୍ଧୁକ-ଗୁଳି ଜବତ

ସମ୍ବଲପୁର,୨୫।୫(ପ୍ରମୋଦ ବହିଦାର):ସମ୍ବଲପୁର ଜିଲା ଚାରମାଳ ଥାନା ପୋଲିସ ଏକ ଆନ୍ତଃରାଜ୍ୟ ଗଞ୍ଜେଇ ଓ ବେଆଇନ ଅସ୍ତ୍ରଶସ୍ତ୍ର ଚାଲାଣର ପର୍ଦ୍ଦାଫାଶ କରିିଛି । ବିଶ୍ୱସ୍ତ ସୂତ୍ରରୁ ମିଳିଥିବା ସୂଚନା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri