Posted inଜାତୀୟ

ବାୟୁସେନାରେ ସାମିଲ ହେବ ରାଫାଲ

ନୂଆଦିଲ୍ଲୀ, ୧୦।୯(ପି.ଟି.): ଅତ୍ୟାଧୁନିକ ଲଢ଼ୁଆ ବିମାନ ରାଫାଲ୍‌ ଗୁରୁବାର ବାୟୁସେନାରେ ବିଧିବଦ୍ଧ ଭାବେ ସାମିଲ ହେବ। ଅମ୍ବାଲାସ୍ଥିତ ବାୟୁସେନା ଘାଟିଠାରେ ରାଫାଲ ବିମାନ ଭାରତୀୟ ବାୟୁସେନାର ୧୭ତମ ସ୍କ୍ବାର୍ଡନ ‘ଗୋଲ୍‌ଡେନ ଆରୋ’ର ଅଂଶ ଭାବେ ସାମିଲ ହେବ। ପ୍ରଥମ ପର୍ଯ୍ୟାୟରେ ଗତ ଜୁଲାଇ ୨୭ତାରିଖରେ ୫ଟି ରାଫାଲ ବିମାନ ଫ୍ରାନ୍ସରୁ ଆସି ଅମ୍ବାଲାସ୍ଥିତ ବାୟୁସେନା ଘାଟିରେ ପହଞ୍ଚତ୍ଥିଲା। ବାୟୁସେନାରେ ରାଫାଲ ବିମାନର ବିଧିବଦ୍ଧ ସାମିଲ ନିମନ୍ତେ ହେବାକୁ ଥିବା ସ୍ବତନ୍ତ୍ର କାର୍ଯ୍ୟକ୍ରମରେ ମୁଖ୍ୟଅତିଥିଭାବେ ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂ ଏବଂ ଫ୍ରାନ୍ସର ପ୍ରତିରକ୍ଷା ମନ୍ତ୍ରୀ ଫ୍ଲୋରେନ୍ସ ପାର୍ଲି ଯୋଗଦେବାର କାର୍ଯ୍ୟକ୍ରମ ରହିଛି। ଏଥିସହିତ ଚିଫ୍‌ ଅଫ୍‌ ଡିଫେନ୍ସ ଷ୍ଟାଫ୍‌ ବିପିନ ରାୱତ୍‌, ବାୟୁସେନା ମୁଖ୍ୟ ଏୟାର ମାର୍ଶାଲ ଆର୍‌.କେ. ଏସ୍‌. ଭଦୌରିୟା, ପ୍ରତିରକ୍ଷା ସଚିବ ଡକ୍ଟର ଅଜୟ କୁମାର, ପ୍ରତିରକ୍ଷା ବିଭାଗ ସଚିବ ତଥା ଡିଆର୍‌ଡିଓ ଅଧ୍ୟକ୍ଷ ଜି. ଶତୀଶ ରେଡ୍ଡୀଙ୍କ ସମେତ ପ୍ରତିରକ୍ଷା ମନ୍ତ୍ରଣାଳୟ ତଥା ସଶସ୍ତ୍ର ବଳର ଅନେକ ବରିଷ୍ଠ ଅଧିକାରୀ ଯୋଗଦେବାର କାର୍ଯ୍ୟକ୍ରମ ରହିଛି। ଭାରତୀୟ ବାୟୁସେନାରେ ପ୍ରଥମ ଥର ପାଇଁ ସାମିଲ ହେବାକୁ ଥିବା ବିଶ୍ୱର ଅତ୍ୟାଧୁନିକ ବିମାନ ଭାରତ ପାଇଁ ଏକ ମହତ୍ତ୍ବପୂଣ୍ଣର୍ର୍ ଘଟଣା।


Enter your email to get our daily news in your inbox.

All Right Reserved By Dharitri.Com

୭-୮% ଦୁନିଆ ଶେଷ! ୨୦୨୬କୁ ନେଇ ବାବା ଭେଙ୍ଗାଙ୍କ ଭବିଷ୍ୟବାଣୀ ଚର୍ଚ୍ଚାରେ, ଆଉ କ’ଣ ହେବା ବାକି?

ନୂଆଦିଲ୍ଲୀ,୨୮।୮: ନେପାଳରେ ଭୟଙ୍କର ବନ୍ୟା ସହ ବିଶ୍ୱର ବିଭିନ୍ନ ସ୍ଥାନରେ ଲଗାତାର ପ୍ରାକୃତିକ ବିପର୍ଯ୍ୟୟ ଘଟୁଥିବା ବେଳେ ପୁଣିଥରେ ଚର୍ଚ୍ଚାକୁ ଆସିଛି ବୁଲଗେରିଆର ଅନ୍ଧ ଭବିଷ୍ୟବକ୍ତା ବାବା…

କଙ୍ଗନାଙ୍କୁ ରକ୍ଷାବନ୍ଧନର ବିଶେଷ ଉପହାର ପଠାଇଲେ ବାବା ରାମଦେବ, ଜାଣନ୍ତୁ କ’ଣ ଦେଲେ, ଯାହାକୁ ନେଇ ହେଲାଣି ଚର୍ଚ୍ଚା

ନୂଆଦିଲ୍ଲୀ,୨୮।୮: ରାଜନୈତିକ ଓ ସାର୍ବଜନୀନ ଜୀବନରେ ବିଭିନ୍ନ ପ୍ରସଙ୍ଗକୁ ନେଇ ବିବାଦ ମଧ୍ୟରେ ସଂଳାପର ଆବଶ୍ୟକତା ଉପରେ ବଡ଼ ବାର୍ତ୍ତା ଦେଇଛନ୍ତି ଯୋଗଗୁରୁ ବାବା ରାମଦେବ। ହରିଦ୍ୱାରରେ…

ବିଧାନସଭାର ପୁରୁଣା ପରମ୍ପରା ଭାଙ୍ଗିଲେ ମୁଖ୍ୟମନ୍ତ୍ରୀ ବିଜୟ: କଲେ ଏମିତି କାମ, ସମସ୍ତେ ଆଶ୍ଚର୍ଯ୍ୟ

ଚେନ୍ନାଇ,୨୮।୮: ତାମିଲନାଡୁର ମୁଖ୍ୟମନ୍ତ୍ରୀ ବିଜୟ ଗୁରୁବାର ବିଧାନସଭାରେ ଏକ ପୁରୁଣା ପରମ୍ପରା ଭାଙ୍ଗି ଚର୍ଚ୍ଚାକୁ ଆସିଛନ୍ତି। ବିଧାନସଭାର ଅପରାହ୍ନ ଅଧିବେଶନ ସମୟରେ ସେ ନିଜ ପାଇଁ ନିର୍ଦ୍ଧାରିତ…

NDA Vs INDIA : ଏବେ ନିର୍ବାଚନ ହେଲେ କିଏ ଗଢିବ ସରକାର? ସାମ୍ନାକୁ ଆସିଲା ଚମକାଇଦେଲା ଭଳି ନମ୍ବର

ନୂଆଦିଲ୍ଲୀ,୨୮।୮: ଆଜି ଯଦି ଦେଶରେ ଲୋକ ସଭା ନିର୍ବାଚନ ହୁଏ, ତେବେ କେନ୍ଦ୍ରରେ ପୁଣି ଥରେ NDA ସରକାର ଗଠନ କରିପାରେ ବୋଲି MOTN ସର୍ଭେରେ ଆକଳନ…

ରାକ୍ଷୀ ମଉକାରେ ଚଉକା: ସ୍ତ୍ରୀଙ୍କୁ ବାପଘରେ ଛାଡ଼ିବାକୁ ଯାଉଥିଲେ ସ୍ବାମୀ, ବାଟରେ ମିଠା କିଣିବାକୁ ପଠାଇ ପ୍ରେମିକ ସହ…

ପାଟନା,୨୮।୮: ବିହାରର ମଧେପୁରା ଜିଲାରୁ ରକ୍ଷାବନ୍ଧନ ଦିନ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି। ପତ୍ନୀଙ୍କୁ ତାଙ୍କ ବାପଘରେ ଛାଡ଼ିବା ପାଇଁ ବାଇକରେ ନେଇ ଯାଉଥିବା ଜଣେ…

୯୦୦ ମନ୍ଦିରର ରହସ୍ୟମୟ ପର୍ବତ! ସୂର୍ଯ୍ୟାସ୍ତ ହେଉ ହେଉ ଦେଖାଯା’ନ୍ତି…

ଭାରତରେ ଅନେକ ସୁନ୍ଦର ପାର୍ୱତ୍ୟ ସ୍ଥଳ ରହିଛି, କିନ୍ତୁ ଗୁଜରାଟର ଶତ୍ରୁଞ୍ଜୟ ପର୍ୱତ ନିଜର ଆଧ୍ୟାତ୍ମିକ ଓ ଧାର୍ମିକ ବିଶେଷତା ପାଇଁ ଏକ ସ୍ୱତନ୍ତ୍ର ପରିଚୟ ବହନ…

କ’ଣ ରାକ୍ଷୀରେ ଭାଇଙ୍କ ଠାରୁ ମିଳୁଥିବା ଟଙ୍କାରୁ ସରକାର ନିଅନ୍ତି ଟ୍ୟାକ୍ସ? ଜାଣନ୍ତୁ କେତେ ଟଙ୍କା ନେଲେ…

ନୂଆଦିଲ୍ଲୀ,୨୮।୮: ରକ୍ଷାବନ୍ଧନ ପର୍ୱ ଭାଇ-ଭଉଣୀଙ୍କ ପବିତ୍ର ସ୍ନେହ ଓ ପ୍ରେମର ପ୍ରତୀକ। ଏହି ଦିନ ଭଉଣୀମାନେ ଭାଇଙ୍କ ହାତରେ ରାଖି ବାନ୍ଧିଥାନ୍ତି ଏବଂ ବଦଳରେ ଭାଇ ସେମାନଙ୍କୁ…

ଗ୍ରାହକଙ୍କୁ ବଡ଼ ଝଟ୍‌କା ବଢିଲା କ୍ଷୀର ଦର: ଏବେ ଲିଟର ପିଛା…

ମୁମ୍ବାଇ,୨୮।୮: ପାର୍ବଣ ଋତୁ ଆରମ୍ଭରୁ ଗ୍ରାହକଙ୍କୁ ଏକ ବଡ଼ ଝଟ୍‌କା ଲାଗିଛି। ସେପ୍ଟେମ୍ବର ୧, ୨୦୨୬ଠାରୁ, ମୁମ୍ବାଇରେ କ୍ଷୀର କିଣିବା ସାଧାରଣ ଲୋକଙ୍କ ପକେଟ ଉପରେ ଭାରୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri