Posted inଜାତୀୟ

ଲଦାଖରେ ମୁତୟନ ହେବ ରାଫାଲ

ନୂଆଦିଲ୍ଲୀ,୨୦ା୭: ଚାଇନା ସହ ସୀମାକୁ ନେଇ ଉତ୍ତେଜନା ଲାଗି ରହିଥିବାବେଳେ ପୂର୍ବ ଲଦାଖରେ ଥିବା ପ୍ରକୃତ ନିୟନ୍ତ୍ରଣ ରେଖା (ଏଲ୍‌ଏସି) ସ୍ଥିତି ଏବଂ ରାଫାଲ ଲଢ଼ୁଆ ବିମାନର ତ୍ୱରିତ ପରିଚାଳନା ଷ୍ଟେଶନ ସମ୍ପର୍କରେ ଆଲୋଚନା ପାଇଁ ଭାରତୀୟ ବାୟୁସେନାର ଶୀର୍ଷ କମାଣ୍ଡରସ୍ତରୀୟ ବୈଠକ ୨୨ ତାରିଖରେ ଅନୁଷ୍ଠିତ ହେବାକୁ ଯାଉଛି। ମାସ ଶେଷ ସୁଦ୍ଧା ରାଫାଲ ଯୁଦ୍ଧବିମାନ ଭାରତରେ ପହଞ୍ଚତ୍ବ। ଏହାକୁ ସୀମାରେ ମୁତୟନ ନେଇ ବୈଠକରେ ଆଲୋଚନା ହେବ ବୋଲି ଜଣାପଡ଼ିଛି। ବାୟୁସେନା ମୁଖ୍ୟ ଏୟାର ଚିଫ୍‌ ମାର୍ଶାଲ ଆର୍‌.କେ.ଏସ୍‌. ଭଦୌରିଆଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହେବାକୁ ଥିବା ବୈଠକରେ ସମସ୍ତ ୭ କମାଣ୍ଡର ଇନ୍‌-ଚିଫ୍‌ ଯୋଗଦେବେ।
ବାୟୁସେନା ପୂର୍ବ ଲଦାଖ ଏବଂ ଉତ୍ତର ସୀମାର ଫରଓ୍ବାର୍ଡ ବେସ୍‌ରେ ମିରାଜ ୨୦୦୦, ସୁଖୋଇ-୩୦, ମିଗ୍‌-୨୯ ଆଦି ଅତ୍ୟାଧୁନିକ ଯୁଦ୍ଧବିମାନ ମୁତୟନ କରିଛି। ଏଥିସହିତ ଚାଇନା ସୀମାର ଫରଓ୍ବାର୍ଡ ବେସ୍‌ରେ ଲଢ଼ୁଆ ଆପାଚେ ହେଲିକପ୍ଟର ମଧ୍ୟ ମୁତୟନ ହୋଇଛି। ଏଗୁଡ଼ିକ ଦିନରାତି ସୀମା ଉପରେ ତୀକ୍ଷ୍ଣ ନଜର ରଖିଛନ୍ତି। ଫ୍ରାନ୍ସରୁ ଆସିବାକୁ ଥିବା ଅତ୍ୟାଧୁନିକ ରାଫାଲ ଯୁଦ୍ଧବିମାନ ଭାରତୀୟ ବାୟୁସେନାର ଶକ୍ତି ବୃଦ୍ଧି କରିବ। ଏଥିରେ ମେଟେଓର ଭଳି ଦୀର୍ଘ ଲକ୍ଷ୍ୟଭେଦ କ୍ଷମତା ଥିବା କ୍ଷେପଣାସ୍ତ୍ର ସଂଯୋଗ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଦିଲ୍ଲୀ ଏମ୍ସରେ ଭର୍ତ୍ତି ହେଲେ ଜେପି ନଡ୍ଡା, ସ୍ୱାସ୍ଥ୍ୟାବସ୍ଥା ନେଇ ଡାକ୍ତର କହିଲେ…..

ନୂଆଦିଲ୍ଲୀ,୧୪।୮: ହସ୍ପିଟାଲରେ ଭର୍ତ୍ତି ହେଲେ କେନ୍ଦ୍ର ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ଜେପି ନଡ୍ଡା । ସ୍ୱାସ୍ଥ୍ୟାବସ୍ଥା ଖରାପ ହେବା ପରେ ତାଙ୍କୁ ଦିଲ୍ଲୀସ୍ଥିତ ଏମ୍ସରେ…

ଅଗଷ୍ଟ ୧୫ରୁୁ ୪ ରାଶିଙ୍କ ଫିଟିବ ଭାଗ୍ୟ! ବୁଧ କରିବେ ବମ୍ପର ଲାଭ…

ବୁଧ ଗ୍ରହ ନିଜ ନକ୍ଷତ୍ର ‘ଅଶ୍ଲେଷା’ରେ ପ୍ରବେଶ କରିବେ। ନିଜ ନକ୍ଷତ୍ରରେ ପ୍ରବେଶ କରୁଥିବାରୁ ଏହା ଅନେକ ଗୁଣା ଲାଭଦାୟକ ପ୍ରମାଣିତ ହେବ। ଏହାର ସକାରାତ୍ମକ ପ୍ରଭାବ…

ଜିଲା ମୁଖ୍ୟ ଚିକିତ୍ସାଳୟ ଖାଦ୍ୟରେ ଝିଟିପିଟି

ସମ୍ବଲପୁର,୧୪ା୮(ପ୍ରମୋଦ ବହିଦାର): ସମ୍ବଲପୁର ଜିଲା ମୁଖ୍ୟ ଚିକିତ୍ସାଳୟ (ଡିଏଚ୍‌ଏଚ୍‌)ର ମେଡିସିନ୍‌(ଭେଷଜ) ୱାର୍ଡରେ ରୋଗୀଙ୍କ ଜଳଖିଆ ତରକାରୀରୁ ମୃତ ଝିଟିପିଟି ବାହାରିବା ଘଟଣାରେ ଏଠାରେ ଗଭୀର ଆଲୋଡନ୍‌ ସୃଷ୍ଟି…

ଅଗଷ୍ଟ ୧୫ରେ କ’ଣ ଖୋଲା କ’ଣ ବନ୍ଦ? ଘରୁ ବାହାରିବା ପୂର୍ୱରୁ ଜାଣି ନିଅନ୍ତୁ ବଡ଼ ଅପଡେଟ୍‌…

ନୂଆଦିଲ୍ଲୀ,୧୪।୮: ଅଗଷ୍ଟ ୧୫ ଅର୍ଥାତ୍ ସ୍ୱାଧୀନତା ଦିବସରେ ସମଗ୍ର ଭାରତ ସ୍ୱାଧୀନତା ଉତ୍ସବ ପାଳନ କରିବ। ଏହାକୁ ଦୃଷ୍ଟିରେ ରଖି ଲୋକଙ୍କ ନିରାପତ୍ତା ପାଇଁ ନିୟମରେ କେତେକ…

ପାଣିରେ ବୁଡ଼ିରହିଛି ଚାଷଜମି, ଉଜୁଡ଼ିଲା ଖରିଫ ଫସଲ

ଡେରାବିଶ,୧୪ା୮(ବେବର୍ତ୍ତା ଅଜୟ ଦାସ): କେନ୍ଦ୍ରାପଡ଼ା ଜିଲା ଡେରାବିଶ ବ୍ଲ୍ଳକର ଚାଷୀମାନେ ଜୁନ୍‌ ଦ୍ୱିତୀୟ ସପ୍ତାହରୁ ଖରିଫ୍‌ ଚାଷ ପାଇଁ ବିହନ ବୁଣା ପ୍ରକ୍ରିୟା ଆରମ୍ଭ କରିଥିଲେ। ଜୁଲାଇ…

BCIକୁ CJIଙ୍କ ପରାମର୍ଶ: ‘ହସ୍ତକ୍ଷେପ କରିବାର କୌଣସି ଆବଶ୍ୟକତା ନାହିଁ; ମୁଁ ଛାତ୍ର ଥିବାବେଳେ ମଧ୍ୟ ସକ୍ରିୟ ଥିଲି’

ନୂଆଦିଲ୍ଲୀ,୧୪।୮: ସୁପ୍ରିମକୋର୍ଟର ମୁଖ୍ୟ ବିଚାରପତି ସୂର୍ଯ୍ୟକାନ୍ତ କହିଛନ୍ତି ଯେ ଯଦି NALSAR ଛାତ୍ରମାନେ ତାଙ୍କ ବିରୋଧରେ ପ୍ରତିବାଦ କରୁଛନ୍ତି, ତେବେ ବାର କାଉନସିଲ ଅଫ ଇଣ୍ଡିଆ (BCI)…

ଶୌଚ ହେବାକୁ ଯାଇଥିଲେ ଜନୁ: ତୁଠରେ ଖସିଗଲା ଗୋଡ଼, ଆଉ ତା’ପରେ…

ନନ୍ଦପୁର/ଲମତାପୁଟ, ୧୪।୮(ତୁଷାର କାନ୍ତ ମହାନ୍ତି/ଭକ୍ତରାମ ବାଙ୍କିଆ): କୋରାପୁଟ ଜିଲା ଲମତାପୁଟ ବ୍ଲକ ଅନ୍ତର୍ଗତ କଡ୍ରିମାଳିପୁଟ ଗ୍ରାମରେ ଶୁକ୍ରବାର ସକାଳେ ଅଘଟଣ ଘଟିଛି। ନିଜ ଘର ପାର୍ଶ୍ୱ ବିଭାଯୋଡି…

ଶୌଚ ହେବାକୁ ଯାଇ ପୋଖରୀରେ ବୁଡିଗଲେ ମହିଳା, ତାପରେ….

ନନ୍ଦପୁର/ଲମତାପୁଟ,୧୪।୮(ତୁଷାର କାନ୍ତ ମହାନ୍ତି/ଭକ୍ତରାମ ବାଙ୍କିଆ): କୋରାପୁଟ ଜିଲା ଲମତାପୁଟ ବ୍ଲକ ଅନ୍ତର୍ଗତ କଡ୍ରିମାଳିପୁଟ ଗ୍ରାମରେ ଶୁକ୍ରବାର ସକାଳେ ଅଘଟଣ ଘଟିଛି । ନିଜ ଘର ପାର୍ଶ୍ୱ ବିଭାଯୋଡି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri