ରଫିକଙ୍କ ପରଲୋକ ଏକ ଅପୂରଣୀୟ କ୍ଷତି: ପୂର୍ବତନ ବିଧାୟକଙ୍କ ପରଲୋକରେ ମୁଖ୍ୟମନ୍ତ୍ରୀଙ୍କ ଶୋକପ୍ରକାଶ

ବରଗଡ଼,୬।୬ (ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ମେଲଛାମୁଣ୍ଡା ନିର୍ବାଚନ ମଣ୍ଡଳୀର ପୂର୍ବତନ ଭାଜପା ବିଧାୟକ ମହମ୍ମଦ ରଫିକଙ୍କ ଶୁକ୍ରବାର ୭୧ ବର୍ଷ ବୟସରେ ଦେହାନ୍ତ ହୋଇଯାଇଛି । ତାଙ୍କ ପରଲୋକରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଶୋକ ପ୍ରକାଶ କରିଛନ୍ତି। ମୁଖ୍ୟମନ୍ତ୍ରୀ ତାଙ୍କ ସୋସିଆଲ ମିଡ଼ିଆ ଆକାଉଣ୍ଟରେ ଶୋକ ପ୍ରକାଶ କରି କହିଛନ୍ତି, ସ୍ବର୍ଗତ ରଫିକ ଜଣେ ସରଳ, ଅମାୟିକ, ଲୋକପ୍ରିୟ ସଂଗଠକ ଓ ସମର୍ପିତ ରାଜନେତା ଥିଲେ। ସେ ଭାଜପା ସଂଖ୍ୟାଲଘୁ ମୋର୍ଚ୍ଚାର ରାଜ୍ୟ ସଭାପତି ଓ ସୋହେଲା ଦୁର୍ଗାପୂଜା କମିଟିର ଉପସଭାପତି ମଧ୍ୟ ଥିଲେ। ତାଙ୍କର ପରଲୋକ ଏକ ଅପୂରଣୀୟ କ୍ଷତି। ଜନତାଙ୍କ ପାଇଁ ଦୀର୍ଘ ଦିନର ସେବା ସ୍ବର୍ଗତ ରଫିକଙ୍କୁ ସର୍ବଦା ସ୍ମରଣୀୟ କରି ରଖିବ ବୋଲି ମୁଖ୍ୟମନ୍ତ୍ରୀ ଶୋକବାର୍ତ୍ତାରେ କହିଛନ୍ତି। ସେହିପରି ଉପ ମୁଖ୍ୟମନ୍ତ୍ରୀ କନକ ବର୍ଦ୍ଧନ ସିଂହଦେଓ, ଉପ ମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡା, କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ପ୍ରମୁଖ ସ୍ବର୍ଗତ ରଫିକଙ୍କ ପରଲୋକରେ ନିଜ ସୋସିଆଲ ମିଡ଼ିଆ ଆକାଉଣ୍ଟରେ ଶୋକ ବ୍ୟକ୍ତ କରିଛନ୍ତି।

ସୂଚନା ଥାଉକି, ସ୍ବର୍ଗତ ରଫିକ ଗତ କିଛିଦିନ ହେଲା ରକ୍ତ ଶର୍କରା ଜନିତ ରୋଗ ପାଇଁ ବରଗଡ଼ର ଏକ ଘରୋଇ ଚିକିତ୍ସାଲୟରେ ଚିକିତ୍ସିତ ହେଉଥିଲା । ସକାଳ ପ୍ରାୟ ୬ ଟା ୩୦ ମି ସମୟରେ ସେ ଶେଷ ନିଶ୍ୱାସ ତ୍ୟାଗ କରିଥିଲେ । ୨୦୦୪ ମସିହାରୁ ୨୦୦୯ ମସିହା ପର୍ଯ୍ୟନ୍ତ ସେ ତତ୍କାଳୀନ ମେଳଛାମୁଣ୍ଡା ବିଧାନସଭା କ୍ଷେତ୍ରର ବିଧାୟକ ଥିଲେ ।


Enter your email to get our daily news in your inbox.

All Right Reserved By Dharitri.Com

ଅଲ୍ଲୁ-ଅର୍ଜୁନଙ୍କ ବିରୋଧରେ ଚାର୍ଜଶିଟ୍‌ ଦାଖଲ କଲା ପୋଲିସ, କାରଣ ଜାଣିଲେ…

ମୁମ୍ବାଇ,୨୭ା୧୨: ଅଭିନେତା ଅଲ୍ଲୁ-ଅର୍ଜୁନଙ୍କ ନାମରେ ଚାର୍ଜଶିଟ୍‌ ଦାଖଲ କରିଛି ପୋଲିସ। ଉକ୍ତ ଚାର୍ଜଶିଟ୍‌ରେ ଅଲ୍ଲୁ-ଅର୍ଜୁନଙ୍କ ସମେତ ୨୩ ଅଭିଯୁକ୍ତଙ୍କ ନାଁ ରହିଛି। ହାଇଦ୍ରାବାଦ ସନ୍ଧ୍ୟା ଥିଏଟର...

ଗତ ୨ ବର୍ଷରେ ୧୧ ହଜାର ଇଞ୍ଜିନିୟର ୫ ହଜାର ଡାକ୍ତର ଦେଶ ଛାଡିଛନ୍ତି, କାହିଁକି ପାକିସ୍ତାନର ହେଉଛି ଏମିତି ଅବସ୍ଥା?ଜାଣନ୍ତୁ…

ଇସଲମାବାଦ,୨୭।୧୨: ପାକିସ୍ତାନ ବର୍ତ୍ତମାନ ଇତିହାସରେ ସବୁଠାରୁ ଗୁରୁତର ପ୍ରତିଭା ପ୍ରସ୍ଥାନର ସମ୍ମୁଖୀନ ହେଉଛି। ଆର୍ଥିକ ଦୁର୍ଦ୍ଦଶା, ରାଜନୈତିକ ଅନିଶ୍ଚିତତା ଏବଂ ବୃତ୍ତିଗତ ସୁଯୋଗର ଅଭାବ ଏପରି...

ଓମ୍‌ସାର ଆନ୍ଦୋଳନ ଆଜି ବି ଜାରି: ଆଉଟ୍‌ଡୋରରେ ଘଣ୍ଟାଏ ରୋଗୀସେବା ବନ୍ଦ

ଛତ୍ରପୁର,୨୭ା୧୨(ଦିଲ୍ଲୀପ ସାମଲ): ସାରା ରାଜ୍ୟରେ ମଞ୍ଜୁରୀପ୍ରାପ୍ତ ପଦ ଅପେକ୍ଷା ପାଖାପାଖି ଅଧାରୁ ଅଧିକ ଡାକ୍ତର ପଦବୀ ଖାଲି ରହିଛି। ଏହି ପଦବୀ ସବୁ ପୂରଣ କରିବା...

ମ୍ୟାଚ ପୂର୍ବରୁ ପଡ଼ିଆରେ କୋଚ୍‌ଙ୍କୁ ଆସିଲା ହୃଦ୍‌ଘାତ, ଆଉ ତା’ପରେ…

ନୂଆଦିଲ୍ଲୀ,୨୭।୧୨: ବାଂଲାଦେଶ ପ୍ରିମିୟର ଲିଗ ଶୁକ୍ରବାର, ଡିସେମ୍ବର ୨୬ ତାରିଖରେ ଆରମ୍ଭ ହୋଇଥିଲା। ଲିଗର ଦ୍ୱିତୀୟ ଦିନରେ ଆଜି ଏକ ଦୁଃଖଦ ଖବର ପ୍ରକାଶ ପାଇଛି।...

ବର୍ଷା-ଗୁଲୁଆଙ୍କୁ ନେଇ ମୁହଁ ଖୋଲିଲେ ସାଙ୍ଗ, କହୁକହୁ କହିଦେଲେ ଭିତିରି କଥା…

ଭୁବନେଶ୍ୱର,୨୭ା୧୨: ଥମୁନି ୟୁଟ୍ୟୁବର ଦମ୍ପତି ତଥା କମେଡିଆନ ଗୁଲୁଆ-ବର୍ଷାଙ୍କ ବିବାଦ। ତାଙ୍କ ସହ ଅତି ନିକଟତର ଥିବା ଜଣଙ୍କ ପରେ ଜଣେ ବ୍ୟକ୍ତି ମିଡିଆ ସାମ୍ନାକୁ...

ଅଷ୍ଟ୍ରେଲିଆର ପରାଜୟ ଭାରତ ପାଇଁ ଲାଭ, ଜାଣନ୍ତୁ ଇଂଲଣ୍ଡର ବିଜୟ ପରେ କେତେ ବଦଳିଲା ପଏଣ୍ଟ ଟେବୁଲ

ନୂଆଦିଲ୍ଲୀ,୨୭।୧୨: ଅଷ୍ଟ୍ରେଲିଆ ବନାମ ଇଂଲଣ୍ଡ ବକ୍ସିଂ ଡେ ଟେଷ୍ଟ ମାତ୍ର ଦୁଇ ଦିନ ମଧ୍ୟରେ ଶେଷ ହୋଇଥିଲା। ପ୍ରଥମ ଦିନରେ ଅଷ୍ଟ୍ରେଲିଆର ପ୍ରଥମ ଇନିଂସ ୧୫୨...

୫ ଶ୍ରେଣୀ ଛାତ୍ରୀଙ୍କୁ ଶିକ୍ଷକଙ୍କ ଅସଦାଚରଣ ଅଭିଯୋଗ: ବାନ୍ଧିଲା ପୋଲିସ

ବାରିପଦା,୨୭ା୧୨: ଜଣେ ନାବାଳିକା ଛାତ୍ରୀଙ୍କୁ ଅସଦାଚରଣ କରିବା ଅଭିଯୋଗରେ ଗିରଫ ହୋଇଛନ୍ତି ଜଣେ ଶିକ୍ଷକ। ଏପରି ଏକ ନିନ୍ଦନୀୟ ଘଟଣା ଘଟିଛି ମୟୂରଭଞ୍ଜ ଜିଲା-ଝାରପୋଖରିଆ ଥାନା...

World Richest Indian-Origin: ବିଶ୍ୱର ସବଠାରୁ ଧନୀ ଭାରତୀୟ ମୂଳ ବାସିନ୍ଦା CEO ହେଲେ ଜୟଶ୍ରୀ ଉଲ୍ଲାଲ,ପଛରେ ରହିଗଲେ…

ନୂଆଦିଲ୍ଲୀ,୨୭।୧୨: ବହୁ ବର୍ଷ ଧରି, ଯେତେବେଳେ ବି ବିଶ୍ୱ ଟେକ ଇଣ୍ଡଷ୍ଟ୍ରି ବା ଶିଳ୍ପ ସବୁଠାରୁ ଧନୀ ଭାରତୀୟ ବଂଶୋଦ୍ଭବ ସିଇଓଙ୍କ ବିଷୟରେ ଆଲୋଚନା କରୁଥିଲା,...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri