ରଫିକଙ୍କ ପରଲୋକ ଏକ ଅପୂରଣୀୟ କ୍ଷତି: ପୂର୍ବତନ ବିଧାୟକଙ୍କ ପରଲୋକରେ ମୁଖ୍ୟମନ୍ତ୍ରୀଙ୍କ ଶୋକପ୍ରକାଶ

ବରଗଡ଼,୬।୬ (ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ମେଲଛାମୁଣ୍ଡା ନିର୍ବାଚନ ମଣ୍ଡଳୀର ପୂର୍ବତନ ଭାଜପା ବିଧାୟକ ମହମ୍ମଦ ରଫିକଙ୍କ ଶୁକ୍ରବାର ୭୧ ବର୍ଷ ବୟସରେ ଦେହାନ୍ତ ହୋଇଯାଇଛି । ତାଙ୍କ ପରଲୋକରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଶୋକ ପ୍ରକାଶ କରିଛନ୍ତି। ମୁଖ୍ୟମନ୍ତ୍ରୀ ତାଙ୍କ ସୋସିଆଲ ମିଡ଼ିଆ ଆକାଉଣ୍ଟରେ ଶୋକ ପ୍ରକାଶ କରି କହିଛନ୍ତି, ସ୍ବର୍ଗତ ରଫିକ ଜଣେ ସରଳ, ଅମାୟିକ, ଲୋକପ୍ରିୟ ସଂଗଠକ ଓ ସମର୍ପିତ ରାଜନେତା ଥିଲେ। ସେ ଭାଜପା ସଂଖ୍ୟାଲଘୁ ମୋର୍ଚ୍ଚାର ରାଜ୍ୟ ସଭାପତି ଓ ସୋହେଲା ଦୁର୍ଗାପୂଜା କମିଟିର ଉପସଭାପତି ମଧ୍ୟ ଥିଲେ। ତାଙ୍କର ପରଲୋକ ଏକ ଅପୂରଣୀୟ କ୍ଷତି। ଜନତାଙ୍କ ପାଇଁ ଦୀର୍ଘ ଦିନର ସେବା ସ୍ବର୍ଗତ ରଫିକଙ୍କୁ ସର୍ବଦା ସ୍ମରଣୀୟ କରି ରଖିବ ବୋଲି ମୁଖ୍ୟମନ୍ତ୍ରୀ ଶୋକବାର୍ତ୍ତାରେ କହିଛନ୍ତି। ସେହିପରି ଉପ ମୁଖ୍ୟମନ୍ତ୍ରୀ କନକ ବର୍ଦ୍ଧନ ସିଂହଦେଓ, ଉପ ମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡା, କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ପ୍ରମୁଖ ସ୍ବର୍ଗତ ରଫିକଙ୍କ ପରଲୋକରେ ନିଜ ସୋସିଆଲ ମିଡ଼ିଆ ଆକାଉଣ୍ଟରେ ଶୋକ ବ୍ୟକ୍ତ କରିଛନ୍ତି।

ସୂଚନା ଥାଉକି, ସ୍ବର୍ଗତ ରଫିକ ଗତ କିଛିଦିନ ହେଲା ରକ୍ତ ଶର୍କରା ଜନିତ ରୋଗ ପାଇଁ ବରଗଡ଼ର ଏକ ଘରୋଇ ଚିକିତ୍ସାଲୟରେ ଚିକିତ୍ସିତ ହେଉଥିଲା । ସକାଳ ପ୍ରାୟ ୬ ଟା ୩୦ ମି ସମୟରେ ସେ ଶେଷ ନିଶ୍ୱାସ ତ୍ୟାଗ କରିଥିଲେ । ୨୦୦୪ ମସିହାରୁ ୨୦୦୯ ମସିହା ପର୍ଯ୍ୟନ୍ତ ସେ ତତ୍କାଳୀନ ମେଳଛାମୁଣ୍ଡା ବିଧାନସଭା କ୍ଷେତ୍ରର ବିଧାୟକ ଥିଲେ ।


Enter your email to get our daily news in your inbox.

All Right Reserved By Dharitri.Com

ୱାଇଡ ବଲ୍‌ରେ ସିଧା ଛକା! କ୍ରିକେଟ୍‌ରେ ଘଟିଲା ଅଜବ ଘଟଣା, ଦେଖନ୍ତୁ Video

ନୂଆଦିଲ୍ଲୀ,୫।୧୦: କ୍ରିକେଟ୍‌ରେ ୱାଇଡ ବଲ ବାଉଣ୍ଡାରୀ ପାର କରିବା ଦୃଶ୍ୟ ଦର୍ଶକମାନେ ଅନେକ ଥର ଦେଖିଛନ୍ତି। ବିଶେଷକରି ଉଇକେଟକିପରଙ୍କ ପହଞ୍ଚରୁ ଦୂରକୁ ଯାଇଥିବା ୱାଇଡ ବଲ ବାଉଣ୍ଡାରୀ…

ଶୋଇଥିବା ବେଳେ ହଠାତ୍ ହେଲା ଭୂକମ୍ପ, ଲୋକେ ଛାନିଆ ହୋଇ…

ଗୁଆହାଟୀ,୬।୧୦: ଆସାମର ନଗାଓଁ ଜିଲାରେ ମଙ୍ଗଳବାର ସକାଳୁ ଭୂକମ୍ପର ଝଟକା ଅନୁଭୂତ ହୋଇଛି। ଜାତୀୟ ଭୂକମ୍ପ ବିଜ୍ଞାନ କେନ୍ଦ୍ର (NCS) ଅନୁସାରେ, ଭୂକମ୍ପର ତୀବ୍ରତା ରିକ୍ଟର ସ୍କେଲରେ…

ପାଣ୍ଡିଆନ୍‌ଙ୍କ ବୟାନ୍‌ ରେକର୍ଡ: ଫାଇଲ୍‌ ରିସିଭ୍‌ ହୋଇଛି, କୁଆଡ଼େ ଗଲା ଜାଣିନାହାନ୍ତି

ଭୁବନେଶ୍ୱର,୬।୧୦(ତ୍ରିନାଥ ମହାନ୍ତି):ସିଏମ୍‌ଓରୁ ସ୍ବାମୀ ଲକ୍ଷ୍ମଣାନନ୍ଦ ହତ୍ୟାକାଣ୍ଡ ଏବଂ କନ୍ଧମାଳ ଦଙ୍ଗା ସମ୍ପର୍କିତ ନାଇଡୁ କମିଶନ ଫାଇଲ ହଜିବା ଘଟଣାରେ ୩ ଜଣଙ୍କ ବୟାନ ରେକର୍ଡ କରାଯାଇଛି। ଭି.କେ.…

୫୩ ବର୍ଷ ପରେ ଏକାଠି ହେଲେ ୫ ଶିକ୍ଷକ ବନ୍ଧୁ: ମିଶିକି କଲେ ଏମିତି କାମ

ତାଳଚେର,୬ା୧୦(ମନୋଜ ନନ୍ଦ): ଶିକ୍ଷକତା ଜୀବନର ପ୍ରାରମ୍ଭରେ ପରସ୍ପର ସଂସ୍ପର୍ଶରେ ଆସିଥିଲେ। ତାଲିମ କେନ୍ଦ୍ରରେ ଚିହ୍ନା ପରିଚୟ ପରେ ସେମାନଙ୍କ ଭିତରେ ଗଢ଼ି ଉଠିଥିଲା ବନ୍ଧୁତା। ହେଲେ ସ୍କୁଲକୁ…

ବଡ଼ ଦୁର୍ଘଟଣା; କ୍ରାଶ ହେଲା ସାମରିକ ବିମାନ, ୩୨ ମୃତ

ଆବୁଜା,୬।୧୦: ଦକ୍ଷିଣ ନାଇଜେରିଆରେ ସୋମବାର ଏକ ସାମରିକ ବିମାନ ଦୁର୍ଘଟଣାଗ୍ରସ୍ତ ହୋଇଛି । ଯେଉଁଥିରେ ୨୫ ଜଣ ଯାତ୍ରୀ ଏବଂ ୭ ଜଣ କ୍ରୁ ମେମ୍ବର ସମେତ…

ହାଇଜମ୍ପରେ ସ୍ବର୍ଣ୍ଣପଦକ ଜିତିଲେ ରୁକ୍ମିଣୀ: ଛୁଟୁଛି ଶୁଭେଚ୍ଛାର ସୁଅ

ଭଞ୍ଜନଗର,୬।୧୦ (ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବ୍ଲକ ଅନ୍ତର୍ଗତ ବାହାଡ଼ାପଦର ଉଚ୍ଚ ବିଦ୍ୟାଳୟର ନବମ ଶ୍ରେଣୀ ଛାତ୍ରୀ ରୁକ୍ମିଣୀ ବିଷୋୟୀ ରାଜ୍ୟସ୍ତରୀୟ ହାଇଜମ୍ପ ପ୍ରତିଯୋଗିତାରେ ସ୍ବର୍ଣ୍ଣପଦକ…

ସେଣ୍ଟ୍ରାଲ ମୁମ୍ବାଇର ବସ୍‌ ଡିପୋରେ ଭୟଙ୍କର ଅଗ୍ନିକାଣ୍ଡ

ମୁମ୍ବାଇ,୧୦।୫: ସେଣ୍ଟ୍ରାଲ ମୁମ୍ବାଇର ଏକ ବସ୍‌ ଡିପୋରେ ସୋମବାର ଏକ ଭୟଙ୍କର ଅଗ୍ନିକାଣ୍ଡ ଘଟିଛି। ଅଗ୍ନିକାଣ୍ଡlରେ ଗୋଟିଏ କି ଦୁଇଟି ନୁହେଁ, ୧୦ଟି ବସ୍‌ ପୋଡ଼ି ପାଉଁଶ…

ହୋଟେଲରୁ ଫିଲ୍ମ ନିର୍ଦ୍ଦେଶକଙ୍କ ମୃତଦେହ ଜବତ, ପୋଲିସର ତଦନ୍ତ ଜାରି

ଭୁବନେଶ୍ୱର,୫।୧୦(ତ୍ରିନାଥ ମହାନ୍ତି): ଭରତପୁର ଥାନା ଅଧୀନ କଳିଙ୍ଗ ବିହାର ଅଞ୍ଚଳରେ ଥିବା ଏକ ହୋଟେଲ୍‌ରୁ ଫିଲ୍ମ ନିର୍ଦ୍ଦେଶକ ଏସ୍‌.କେ. ମୂରଲୀଧରନଙ୍କ ସନ୍ଦେହଜନକ ଅବସ୍ଥାରେ ମୃତ୍ୟୁ ଘଟିଛି। ଖବର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?