ରାତିଅଧରେ ହଷ୍ଟେଲରେ ପଶିଲେ ୪ ଜଣ, ଜଣଙ୍କୁ ରଡରେ ପିଟିଦେଇଗଲେ

କେନ୍ଦୁଝର,୬।୧୧(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଜିଲା ସରକାରୀ ଇଞ୍ଜିନିୟରିଂ କଲେଜରେ ରାଗିଂ ଅଭିଯୋଗ ହୋଇଛି। ତୃତୀୟ ବର୍ଷର କେତେକ ଛାତ୍ରଙ୍କ ଆକ୍ରମଣରେ ଜଣେ ଦ୍ୱିତୀୟ ବର୍ଷର ଛାତ୍ର ଗୁରୁତର ହେବା ଘଟଣା ଚର୍ଚ୍ଚାର ବିଷୟ ପାଲଟିଛି।
ମଙ୍ଗଳବାର ବିଳମ୍ବିତ ରାତିରେ ଏହି ଘଟଣା ଘଟିଥିବା ବେଳେ ଆହତ ଛାତ୍ରଙ୍କୁ ଜିଲା ମୁଖ୍ୟ ଡାକ୍ତରଖାନାରେ ଚିକିତ୍ସା ପାଇଁ ଭର୍ତ୍ତି କରାଯାଇଛି। ଆହତ ଛାତ୍ରଙ୍କ ନାମ ବିଶ୍ୱଜିତ ବେହେରା। ଘର କେନ୍ଦୁଝର ଜିଲା କୋଳିପଶି ଗ୍ରାମରେ ବୋଲି ଜଣାପଡ଼ିଛି। କଲେଜର ଅଧ୍ୟକ୍ଷ ଓ ଅନ୍ୟ ଅଧ୍ୟାପକମାନେ ଡାକ୍ତରଖାନାରେ ରହି ଚିକିତ୍ସା ସୁବିଧା କରୁଛନ୍ତି। ସେହିପରି ଖବର ପାଇ ଟାଉନ ଥାନା ପୋଲିସ ମେଡିକାଲକୁ ଯାଇ ଘଟଣାର ଅନୁସନ୍ଧାନ ଆରମ୍ଭ କରିଛନ୍ତି।

ଏହି ଘଟଣାରେ ୪ ଜଣ ତୃତୀୟ ବର୍ଷର ଛାତ୍ରଙ୍କ ସଂପୃକ୍ତି ଥିବା ଜଣାପଡିଛି। ଏହି ଘଟଣାକୁ ନେଇ ଦୃଢ଼ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ ବୋଲି ଅଧ୍ୟକ୍ଷ ସରୋଜ ଷଡ଼ଙ୍ଗୀ କହିଛନ୍ତି। ତୃତୀୟ ବର୍ଷର ଛାତ୍ରମାନେ ରାତିରେ ବଳଦେବ ହଷ୍ଟେଲରେ ପଶି ବିଶ୍ୱଜିତ୍‌ଙ୍କୁ ଲୁହା ରଡରେ ମାଡ ମାରିଥିବା ଅଭିଯୋଗ ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଶିଶୁ କନ୍ୟାଙ୍କୁ ଝୁଣି ଦେଲେ ୨ ବୁଲା କୁକୁର: ୩ ସ୍ଥାନରେ ଲାଗିଛି…

ଦିଗପହଣ୍ଡି,୭|୭(ଅଶେଷ ନାଥ ମିଶ୍ର ): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ମହାନାଳା ଗ୍ରାମର ସରସ୍ଵତୀ ଶିଶୁ ମନ୍ଦିରରେ ଦ୍ଵିତୀୟ ଶ୍ରେଣୀରେ ପଢୁଥିବା ପାଟପୁର ଗ୍ରାମର ପ୍ରମୋଦ ସାହୁଙ୍କ…

ଭୁବନେଶ୍ୱରରେ ନିର୍ମାଣ ହେବ ନୂଆ ରାଜସ୍ୱ ଭବନ: ୬୦୦ କୋଟି ଟଙ୍କା ବ୍ୟୟରେ ଉଠିବ ୧୦ ମହଲା ବିଶିଷ୍ଟ କୋଠା

ଭୁବନେଶ୍ୱର, ୭।୭: ରାଜ୍ୟର ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବ୍ୟବସ୍ଥାକୁ ଆହୁରି ସୁଦୃଢ଼ ଓ ଆଧୁନିକ କରିବା ଲକ୍ଷ୍ୟରେ ଭୁବନେଶ୍ୱରରେ ଏକ ନୂଆ ରାଜସ୍ୱ ଭବନ ନିର୍ମାଣ…

କ୍ରିକେଟ ଜଗତରେ ଶୋକର ଛାୟା, ୩୮ବର୍ଷ ବୟସରେ ଶେଷ ନିଶ୍ୱାସ ତ୍ୟାଗ କଲେ ପୂର୍ବତନ କିମ୍ବଦନ୍ତୀ ବୋଲର

ନୂଆଦିଲ୍ଲୀ,୭।୭: ପୂର୍ବତନ ଆଫଗାନିସ୍ତାନ ଦ୍ରୁତ ବୋଲର ଶାପୁର ଜାଦ୍ରନ (Shapoor Zadran) ଙ୍କ ଦେହାନ୍ତ ହୋଇଛି। ସେ ଦୀର୍ଘ ଦିନ ଧରି ଏକ ଗମ୍ଭୀର ରୋଗ ସହିତ…

ଆନ୍ନା ହଜାରେଙ୍କୁ ନେଇ ବିବାଦୀୟ ବୟାନ ଦେଲେ ‘କକ୍ରୋଚ ଜନତା ପାର୍ଟି’ର ଅଭିଜିତ ଦୀପକେ, ହେଲାଣି ରାଜନୈତିକ ଚର୍ଚ୍ଚା

ନୂଆଦିଲ୍ଲୀ,୭।୭: ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ଇସ୍ତଫା ପାଇଁ ଆନ୍ଦୋଳନ କରୁଥିବା ‘କକ୍ରୋଚ ଜନତା ପାର୍ଟି’ (CJP)ର ପ୍ରତିଷ୍ଠାତା ଅଭିଜିତ ଦୀପକେ ଆନ୍ନା ହଜାରେଙ୍କ ବିଷୟରେ ବିବାଦୀୟ ମନ୍ତବ୍ୟ…

ଦାଦା ବଟି ଯୋଜନା ପଣ୍ଡ: ୨ ପିସ୍ତଲ ସହ ୪ ଗିରଫ

ଭଞ୍ଜନଗର,୭।୭(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ପୋଲିସ ଏକ ବଡ଼ଧରଣର ଅପରାଧୀ ଗୋଷ୍ଠୀକୁ କାବୁ କରିବାରେ ସକ୍ଷମ ହୋଇଛି। ପୋଲିସ ଦାଦା ବଟି ମାଗିବା ଯୋଜନା କରିବା…

ଶିକ୍ଷୟିତ୍ରୀଙ୍କୁ ଅସଦାଚରଣ କରି ପ୍ରଧାନଶିକ୍ଷକ ଅଟକ

ଭଣ୍ଡାରିପୋଖରୀ,୭।୭: ଭଦ୍ରକ ଜିଲା ଭଣ୍ଡାରିପୋଖରୀ ଥାନା ଅଧୀନ ବାଲିପୋଖରୀ ଅଞ୍ଚଳରୁ ଏକ ଅଭାବନୀୟ ଘଟଣା ସାମ୍ନାକୁ ଆସିଛି। ବାଲିପୋଖରୀ ପଞ୍ଚାୟତ ଶୁକଦେବ ଜେନା ହାଇସ୍କୁଲର ପ୍ରଧାନ ଶିକ୍ଷକଙ୍କ…

ବନ୍ଦ ଘରୁ ମିଳିଲା ଆଉଟସୋର୍ସିଂ କର୍ମଚାରୀଙ୍କ ମୃତଦେହ, ଗନ୍ଧ ହେବାରୁ…

ବଲାଙ୍ଗୀର,୭।୭(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ତୁଲସୀନଗରର ଏକ ଘର ଭିତରୁ ଜଣେ ଯୁବକଙ୍କ ମୃତଦେହ ମଙ୍ଗଳବାର ଉଦ୍ଧାର ହୋଇଛି । ମୃତ ଯୁବକ ଜଣକ କାର୍ତ୍ତିକ ମଛଖଣ୍ଡ…

ଦାମୀ ଗାଡ଼ିରେ ବ୍ରାଉନସୁଗାର ଚାଲାଣ: ବାପ–ପୁଅ ଗିରଫ

ଭୁବନେଶ୍ୱର, ୭।୭: ରାଜଧାନୀ ଭୁବନେଶ୍ୱରରେ ବ୍ରାଉନସୁଗାର କାରବାର ବିରୋଧରେ ଅବକାରୀ ବିଭାଗ ବଡ଼ ସଫଳତା ପାଇଛି। ଦାମୀ ଗାଡ଼ିରେ ବ୍ରାଉନସୁଗାର ଚାଲାଣ କରୁଥିବା ଅଭିଯୋଗରେ ବାପ–ପୁଅଙ୍କୁ ଗିରଫ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri