ରାଜ୍ୟ ସଭାରେ ଏହି ବଡ଼ ଦାବି କଲେ ରାଘବ ଚଢ଼ା, କହିଲେ ନିର୍ବାଚନ ଲଢ଼ିବାର ବୟସକୁ…

ନୂଆଦିଲ୍ଲୀ,୧ା୮: ଆମ ଆଦ୍‌ମୀ ପାର୍ଟି(ଏଏପି)ର ରାଜ୍ୟ ସଭା ଏମ୍‌ପି ରାଘବ ଚଢ଼ା ଗୁରୁବାର ରାଜ୍ୟ ସଭାରେ ଏକ ବଡ଼ ଦାବି କରିଛନ୍ତି। ସେ କହିଛନ୍ତି, ମୁଁ ଯେଉଁ ପ୍ରସଙ୍ଗ ଉପରେ କହିବାକୁ ଚାହୁଁଛି ତାହା ମୋ’ ହୃଦୟର କଥା। ରାଜନୀତିରେ ଯୁବକମାନଙ୍କ ଅଂଶଗ୍ରହଣ ସମ୍ପର୍କରେ ସେ କହିଛନ୍ତି, ଭାରତ ହେଉଛି ବିଶ୍ୱର ସବୁଠାରୁ ଯୁବ ଦେଶ। ଦେଶର ହାରାହାରି ବୟସ ମାତ୍ର ୨୯ ବର୍ଷ। ଜନସଂଖ୍ୟାର ୬୫ ପ୍ରତିଶତ ୩୫ ବର୍ଷରୁ କମ୍‌। ଅଧା ଜନସଂଖ୍ୟା ୨୫ ବର୍ଷରୁ କମ୍‌।

ଆମର ନେତା କିମ୍ବା ପ୍ରତିନିଧିମାନେ ଏତେ ଯୁବକ କି? ଆପଣ ଜାଣି ଆଶ୍ଚର୍ଯ୍ୟ ହେବେ ଯେ, ଯେତେବେଳେ ପ୍ରଥମ ଲୋକ ସଭା ନିର୍ବାଚନ ହେଲା, ସେତେବେଳେ ଲୋକ ସଭାର ୨୬ ପ୍ରତିଶତ ଲୋକ ୪୦ ବର୍ଷରୁ କମ୍‌ ଥିଲେ। ୧୭ତମ ଲୋକ ସଭାର କେବଳ ୧୨ ପ୍ରତିଶତ ନେତା ୪୦ ବର୍ଷରୁ କମ୍‌ ଥିଲେ।

ସେ କହିଛନ୍ତି, ‘ଆମ ଦେଶ ଯୁବକ ହେବା ସହିତ ସମାନ ଅନୁପାତରେ ନିର୍ବାଚିତ ପ୍ରତିନିଧିମାନେ ଯୁବକମାନଙ୍କଠାରୁ ଦୂରେଇ ଯାଉଛନ୍ତି। ଆଜି ଆମ ଯୁବ ଦେଶ ବୃଦ୍ଧ ରାଜନେତାଙ୍କ ଦ୍ୱାରା ପରିଚାଳିତ ହେଉଛି। ଯେଉଁଠାରେ ଦେଶରେ ଯୁବ ରାଜନେତାଙ୍କ ଆବଶ୍ୟକତା ରହିଛି।’

ସେ କହିଛନ୍ତି, ଆମ ଦେଶରେ ନିର୍ବାଚନରେ ପ୍ରତିଦ୍ୱନ୍ଦ୍ୱିତା କରିବାର ବୟସ ୨୫ ବର୍ଷ। ଲୋକ ସଭା ହେଉ କିମ୍ବା ବିଧାନସଭା। ଆପଣଙ୍କ ମାଧ୍ୟମରେ ମୁଁ ସରକାରଙ୍କୁ ଅନୁରୋଧ କରିବାକୁ ଚାହୁଁଛି ଯେ, ବୟସ ୨୫ରୁ ୨୧ବର୍ଷକୁ ହ୍ରାସ କରନ୍ତୁ। ଯଦି ଜଣେ ୨୧ ବର୍ଷ ବୟସ୍କ ଯୁବକ ନିର୍ବାଚନରେ ପ୍ରତିଦ୍ୱନ୍ଦ୍ୱିତା କରିବାକୁ ଚାହାନ୍ତି ତେବେ ତାଙ୍କୁ ଅନୁମତି ମିଳିବା ଉଚିତ୍‌। ଯେତେବେଳେ ୧୮ ବର୍ଷ ବୟସ୍କ ଯୁବକ ଦେଶରେ ସରକାର ଚୟନ କରିପାରିବେ ତେବେ ସେମାନେ ୨୧ ବର୍ଷ ବୟସରେ କାହିଁକି ନିର୍ବାଚନ ପ୍ରତିଦ୍ୱନ୍ଦ୍ୱିତା କରିପାରିବେ ନାହିଁ?


Enter your email to get our daily news in your inbox.

All Right Reserved By Dharitri.Com

ଫେବୃଆରୀ ୨୦ରେ Odisha Budget 2026-27

ଭୁବନେଶ୍ୱର,୩୦।୧: ଫେବୃଆରୀ ୧୭ରୁ ବିଧାନସଭା ବଜେଟ ଅଧିବେଶନ  ଆରମ୍ଭ ହେବ। ଦୁଇଟି ପର୍ଯ୍ୟାୟରେ ଚାଲିବ Odisha Budget 2026-27 ଅଧିବେଶନ। ଫେବୃଆରୀ ୨୦ରେ ଆଗତ ହେବ ବଜେଟ-୨୦୨୬।…

ଭୁଲ୍‌ ଇଲେକ୍ଟ୍ରି ବିଲ୍‌ ଆସୁଛି କି? ଜାଣନ୍ତୁ କେଉଁଠି କରିବେ ଅଭିଯୋଗ, ଶିଖନ୍ତୁ ଏହି ସହଜ ଉପାୟ…

ପ୍ରତ୍ୟେକ ପରିବାର ପାଇଁ ପ୍ରତି ମାସରେ ପ୍ରାପ୍ତ ହେଉଥିବା ଇଲେକ୍ଟ୍ରି ବିଲ୍‌ ଏକ ଗୁରୁତ୍ୱପୂର୍ଣ୍ଣ ଡକ୍ୟୁମେଣ୍ଟ। ଏଥିରେ ମାସିକ ଇଲେକ୍ଟ୍ରି ବ୍ୟବହାର ଏବଂ ବିଲ୍‌ ବିଷୟରେ ବିବରଣୀ…

ଗୋଲାପଙ୍କୁ ପୋଡ଼ି ମାରିବାକୁ ଉଦ୍ୟମ କରିଥିଲେ ଶ୍ୱଶୁର ଘର ଲୋକେ: ପୋଲିସ ନେଲା…

ଆନନ୍ଦପୁର, ୩୦।୧(ସୁଶାନ୍ତ କୁମାର ସାହୁ): ବୋହୂଙ୍କୁ ଘର ଭିତରେ କବାଟ ଦେଇ ପୋଡି ମାରିଦେବାକୁ ଉଦ୍ୟମ କଲେ ଶ୍ୱଶୁର ଘର ଲୋକେ। ଏଭଳି ଏକ ସମ୍ବେଦନଶୀଳ ଘଟଣା…

୧, ୨ କି ୩ ନୁହେଁ, ୯ଟି ଶୁଭ ସଂଯୋଗରେ ଆସିବ ଏଥର ବଜେଟ୍‌

ନୂଆଦିଲ୍ଲୀ,୩୦।୧: ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ ଫେବୃଆରୀ ୧ରେ ସାଧାରଣ ବଜେଟ ଉପସ୍ଥାପନ କରିବେ। ବଜେଟ ଦିବସ ସମସ୍ତ ବର୍ଗର ଲୋକଙ୍କ ପାଇଁ ଏକ ଗୁରୁତ୍ୱପୂର୍ଣ୍ଣ ଦିନ। ଗୁରୁତ୍ୱପୂର୍ଣ୍ଣ…

ଧାର ଟଙ୍କା ମାଗିବାରୁ ଗୁଳିମାଡ଼, ନଷ୍ଟ ହେଲା ବ୍ୟକ୍ତିଙ୍କ ଆଖି

ଭୁବନ,୩୦ା୧(ବିପିନ ବିହାରୀ ସେଠୀ): ଢେଙ୍କାନାଳ ଜିଲା ଭୁବନ ଥାନା ବାରୁଆ (ଖ) ଗ୍ରାମର ପଞ୍ଚାନନ ରାଉତ ଧାନ କିଣିବା ପାଇଁ ଦେଇଥିବା ଟଙ୍କା ମାଗିବାରୁ ଗୁରୁବାର ରାତି…

ବିନା ଗ୍ରାମସଭାରେ ‘ଇଡକୋ’କୁ ଜମି ହସ୍ତାନ୍ତର ଅଭିଯୋଗ: ତହସିଲଦାରଙ୍କ ଦ୍ୱାରସ୍ଥ ହେଲେ ଗ୍ରାମବାସୀ

ଥୁଆମୁଳ ରାମପୁର,୩୦।୧(ଦୁର୍ଗା କୀର୍ତ୍ତି):କଳାହାଣ୍ଡି ଜିଲା ଥୁଆମୁଳ ରାମପୁର ବ୍ଲକରେ ଜମି ଅଧିକାରକୁ ନେଇ ପୁଣିଥରେ ସ୍ବର ତୀବ୍ର ହୋଇଛି। ଗୁଣପୁର ପଞ୍ଚାୟତର ପୁଲିଙ୍ଗପଦର ଗ୍ରାମବାସୀ ନିଜର ସାମ୍ବିଧାନିକ…

T20 ବିଶ୍ୱକପ ପୂର୍ବରୁ ଭାରତ ବିରୋଧରେ ବଡ଼ ଷଡଯନ୍ତ୍ର: ଖୋଲିଗଲା ପାକିସ୍ତାନର ପୋଲ୍‌

ଇସଲାମାବାଦ୍‌,୩୦।୧: ଭାରତରେ ଫେବୃଆରୀ ୭ରୁ ଆରମ୍ଭ ହେଉଥିବା T20 ବିଶ୍ୱକପ ପୂର୍ବରୁ ପଡ଼ୋଶୀ ପାକିସ୍ତାନ ନିପା ଭାଇରସ ସମ୍ପର୍କରେ ଭାରତ ବିରୋଧରେ ଏକ ନକଲି ଅଭିଯାନ ଚଳାଇଛି।…

ଭାଜପା ଏମ୍‌ପିଙ୍କ ବଡ଼ ବୟାନ, ‘ଯଦି ସୁନେତ୍ରା ପାୱାରଙ୍କୁ ଉପମୁଖ୍ୟମନ୍ତ୍ରୀ ପଦବୀ ଦିଆଯାଏ, ତା’ହେଲେ…’

ନୂଆଦିଲ୍ଲୀ,୩୦।୧: ଅଜିତ ପାୱାରଙ୍କ ଦେହାନ୍ତ ପରେ ଦୁଇ ଏନସିପି ଗୋଷ୍ଠୀ ଏକାଠି ହେବାର ଆଲୋଚନା ହୋଉଛି। ଏହି ସମୟରେ, ଭାଜପା ରାଜ୍ୟ ସଭା ଏମ୍‌ପି ଧନଞ୍ଜୟ ମହାଦିକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri