ଭଙ୍ଗା ଝାଟିମାଟି ଘରେ ରାଘବଙ୍କ ପରିବାର : ସହାୟତା ପାଇଁ… 

କେସିଙ୍ଗା,୬।୧୨(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ ଅନ୍ତର୍ଗତ କସୃପଡା ଗ୍ରାମର ରାଘବ କରୁଆ (୬୦)ଙ୍କ ପରିବାର  ଝାଟିମାଟି ଘରେ ଅସହାୟ ଅବସ୍ଥାରେ ଜୀବନଯାପନ କରି ଆସୁଛନ୍ତି। ଦୀର୍ଘ ୮ ବର୍ଷ ହେଲା ଗୋଡ଼ହାତ ଚାଲୁ ନ ଥିବାରୁ କୌଣସି କାମଧନ୍ଧା କରି ନ ପାରି ଖଟରେ ବସି ରହୁଛନ୍ତି ରାଘବ। ତାଙ୍କ ସ୍ତ୍ରୀ ଓ ଚାରି ଜଣ ଝିଅ ଅଛନ୍ତି।
୨୦୧୫ରେ ବଡ ଝିଅକୁ ବିବାହ କରଥିବା ବେଳେ ତିନି ଜଣ ମଧ୍ୟରୁ ଦୁଇ ଜଣ ମୁକ ଆଉ ଜଣେ ସକ୍ଷମ। ୪ ଜଣଙ୍କୁ ପୋଷିବା ଜଣେ ଝିଅ ପାଇଁ ଭାରି କଷ୍ଟକର। ସାମାନ୍ୟ ବର୍ଷା ହେଲେ ଘରେ ପାଣି ପଶୁଥିବା ବେଳେ  ବହୁ କଷ୍ଟରେ  ଜୀବନ ବିତାଉଛନ୍ତି।
ଅନ୍ୟପକ୍ଷେ ଦୁଇ ଝିଅଙ୍କ ଦିବ୍ୟାଙ୍ଗ ପ୍ରମାଣପତ୍ର ମଧ୍ୟ ନାହିଁ। କୌଣସି ସହାୟତା ମିଳୁ ନାହିଁ। ରାଶନ ଚାଉଳ ମିଳୁଥିବାରୁ ସେଥିରେ କଷ୍ଟରେ ଚଳିଯାଉଛନ୍ତି ପରିବାର । ଏ ନେଇ କସୃପଡା ପଞ୍ଚାୟତ ପିଇଓ  ପ୍ରେମଚାନ୍ଦ ରଣାଙ୍କୁ ପଚାରିବାରୁ ମୁଁ ଓ ସରପଞ୍ଚ ଅରୁଣ  ନାଏକ ରାଘବଙ୍କ ଘରକୁ ପରିଦର୍ଶନରେ ଯାଇଥିଲୁ,ରାଘବଙ୍କ ଦୁଇ ଝିଅଙ୍କ ଦିବ୍ୟଙ୍ଗ ପ୍ରମାଣପତ୍ର  ଭବାନୀପାଟଣା ଯାଇ ଆଣିବାକୁ କୁହାଯାଇଛି। ବୋଲି ପ୍ରକାଶ କରିଥିଲେ। ଏ ସଂକ୍ରାନ୍ତରେ କେସିଙ୍ଗା ବିଡିଓ ଜନ୍ମେଜୟ ସ୍ବାଇଁଙ୍କୁ ପଚାରିବାରୁ  ରାଘବଙ୍କୁ ପ୍ରଧାନମନ୍ତ୍ରୀ ଆବାସ ଯୋଜନାରେ  ଘର ଖଣ୍ଡେ ଦିଆଯିବ ବୋଲି କହିଛନ୍ତି।
Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ନିଟ୍‌ ପରୀକ୍ଷାରେ ସାଇ ସୋହମ ବଡ଼ ସଫଳତା: ଅଞ୍ଚଳ ପାଇଁ ଆଣିଲେ ଗୌରବ

ସାକ୍ଷୀଗୋପାଳ,୨୨।୭(କିଶୋର ମହାପାତ୍ର/ପ୍ରଶାନ୍ତ କୁମାର ବାରିକ): ଚଳିତବର୍ଷ ପ୍ରକାଶିତ ନିଟ୍‌ (ୟୁଜି) ପରୀକ୍ଷା ଫଳରେ ସତ୍ୟବାଦୀ ଅଞ୍ଚଳର ସାଇ ସୋହମ ପ୍ରଧାନ ସର୍ବଭାରତୀୟ ସ୍ତରରେ ୫୨୬୫ ସ୍ଥାନରେ ସଫଳତାର…

ପ୍ରଶାସନର ବିସ୍ଥାପନ ଉଦ୍ୟମ ଅଟକିଲା: ଭିଟାମାଟି ଛାଡ଼ିଲେ ନାହିଁ କୁମିଆପାଲି ଗ୍ରାମବାସୀ

ବଲାଙ୍ଗୀର/ଲୋଇସିଂହା,୨୨ା୭(ବୀରେନ୍ଦ୍ର କୁମାର ଝାଙ୍କର/ସୁଶାନ୍ତ ବାରିକ):ଲୋୟର ସୁକତେଲ ଜଳସେଚନ ପ୍ରକଳ୍ପ ପ୍ରଭାବିତ କୁମିଆପାଲି ଗାଁରେ ମଙ୍ଗଳବାର ବିସ୍ଥାପନକୁ ନେଇ ଗ୍ରାମବାସୀ ଏବଂ ଜିଲା ପ୍ରଶାସନ ମୁହଁାମୁହିଁ ହୋଇଥିଲେ। ପ୍ରଶାସନ…

ଉପକୂଳରେ ଘୂର୍ଣ୍ଣିବଳୟ, ଦୁଇଟି ଟ୍ରଫ୍‌: ଆସନ୍ତା ୫ ଦିନ ଯାଏ ଏସବୁ ଜିଲାରେ ପ୍ରବଳ ବର୍ଷା, ଓ୍ବାର୍ନିଂ ଜାରି କଲା…

ଭୁବନେଶ୍ୱର, ୨୧ା୭ (ବନ୍ଦନା ସେଠୀ)- ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗର ଓ ଏହା ସଂଲଗ୍ନ ଉତ୍ତର ଆନ୍ଧ୍ରପ୍ରଦେଶ ଉପକୂଳରେ ଏକ ଘୂର୍ଣ୍ଣିବଳୟ ସକ୍ରିୟ ରହିଛି। ଏଥିସହ ଦୁଇଟି ଟ୍ରଫ୍‌…

ଦକ୍ଷିଣମୋଡ଼ ହେଲା ଦର୍ପଦଳନ, ଅଧାରେ ଅଟକିଲା ତାଳଧ୍ୱଜ: ନନ୍ଦିଘୋଷ… 

ପୁରୀ,୨୧ା୭(ଅଜିତ୍‌ କୁମାର ମହାନ୍ତି): ମହାପ୍ରଭୁ ଶ୍ରୀଜଗନ୍ନାଥ ବଡ଼ଭାଇ ବଳଭଦ୍ର ଏବଂ ଭଉଣୀ ସୁଭଦ୍ରାଙ୍କୁ ସାଙ୍ଗରେ ଧରି ରଥାରୂଢ଼ ହୋଇ ଆସି ଶ୍ରୀଗୁଣ୍ଡିଚା ମନ୍ଦିରରେ ଅବସ୍ଥାନ କରିଛନ୍ତି। ରଥଯାତ୍ରାର…

ଛାତ୍ରଙ୍କ ଉପରେ ଲାଠିଚାର୍ଜକୁ ନେଇ କ୍ଷୁବ୍ଧ ଅରିଜିତ, କହିଲେ– ‘ନିଜକୁ ଭଗବାନ ଭାବୁଛନ୍ତି କି?’

ନୂଆଦିଲ୍ଲୀ,୨୧।୭: ଦିଲ୍ଲୀରେ ୨୦ ଜୁଲାଇରେ କକରୋଚ୍ ଜନତା ପାର୍ଟି (CJP)ର ଆହ୍ୱାନରେ ଆୟୋଜିତ ସଂସଦ ମାର୍ଚ୍ଚ ସମୟରେ ଛାତ୍ର ଓ ପୋଲିସ ମଧ୍ୟରେ ଉତ୍ତେଜନା ସୃଷ୍ଟି ହୋଇଥିଲା।…

କୋର୍ଟରେ ହୋଇ ନ ଥିଲେ ହାଜର, ୩ ୱାରେଣ୍ଟିଙ୍କୁ ବାନ୍ଧିଲା ପାଟପୁର ପୋଲିସ 

ଦିଗପହଣ୍ଡି,,୨୧।୭(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପାଟପୁର ଥାନା ପୋଲିସ ବିଭିନ୍ନ ମାମଲାରେ ଫେରାର ଥିବା ୩ ଜଣ ଜାମିନବିହୀନ ୱାରେଣ୍ଟିଙ୍କୁ ଗିରଫ କରି…

ଜାଗିରି ସମ୍ପତ୍ତିକୁ ନେଇ ବିବାଦ, ଚାରି କୋର୍ଟ ଚାଲାଣ

ବାଲିପାଟଣା ୨୨।୭(ଅଭିମନ୍ୟୁ ନାୟକ): ବାଲିପାଟଣା ଥାନା ଅନ୍ତର୍ଗତ ଗାରେଡିପାଞ୍ଚଣ ଗ୍ରାମରେ ଏକ ଜାଗିରି ଜମି ଦଖଲକୁ ନେଇ ଦୁଇ ପରିବାର ମଧ୍ୟରେ ଗଣ୍ଡଗୋଳ ହୋଇଛି। ଯେଉଁଥିରେ ଜଣେ…

ଦିଗପହଣ୍ଡିରେ ଖେମୁଣ୍ଡି ଲୋକ ମହୋତ୍ସବ ଉଦଯାପିତ: ଜିଲାପାଳ କହିଲେ- ସହରରେ ନିର୍ମାଣ ହେବ ସଂସ୍କୃତି ଭବନ

ଦିଗପହଣ୍ଡି,୨୧।୭(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ବଜାର ଗାନ୍ଧୀ ଛକଠାରେ ସୋମବାରଠାରୁ ଦୁଇ ଦିନ ଧରି ଚାଲିଥିବା ଖେମୁଣ୍ଡି ଲୋକ କଳା ମହୋତ୍ସବ ମଙ୍ଗଳବାର ରାତିରେ ସଫଳତାର ସହ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri