Posted inଜାତୀୟ

ଭାରତୀୟ ଫଟୋଗ୍ରାଫିର ‘ଜନକ’ ରଘୁ ରାୟଙ୍କ ପରଲୋକ, ୮୩ ବର୍ଷରେ ଶେଷ ନିଶ୍ୱାସ ତ୍ୟାଗ

ନୂଆଦିଲ୍ଲୀ,୨୬।୪: ଦେଶର ବିଶିଷ୍ଟ ଫଟୋ ଜର୍ଣ୍ଣାଲିଷ୍ଟ ତଥା କିମ୍ବଦନ୍ତୀ ଫଟୋଗ୍ରାଫର ରଘୁ ରାୟଙ୍କର ରବିବାର ପରଲୋକ ହୋଇଯାଇଛି। ମୃତ୍ୟୁ ବେଳକୁ ତାଙ୍କୁ ୮୩ ବର୍ଷ ବୟସ ହୋଇଥିଲା। ତାଙ୍କ ପରିବାର ପକ୍ଷରୁ ରଘୁ ରାୟଙ୍କ ଅଫିସିଆଲ ଇନଷ୍ଟାଗ୍ରାମ ହ୍ୟାଣ୍ଡେଲ ମାଧ୍ୟମରେ ଏହି ଦୁଃଖଦ ସୂଚନା ଦିଆଯାଇଛି। ଆଜି ଅପରାହ୍ନ ୪ଟାରେ ଦିଲ୍ଲୀର ଲୋଧି ଶ୍ମଶାନ ଘାଟରେ ତାଙ୍କର ଶେଷକୃତ୍ୟ ସମ୍ପନ୍ନ କରାଯିବ।

ରଘୁ ରାୟଙ୍କୁ ଭାରତୀୟ ଫଟୋଗ୍ରାଫି ଏବଂ ଫଟୋ ସାମ୍ବାଦିକତାର ଜନକ ବୋଲି କୁହାଯାଏ। ପ୍ରାୟ ୫୦ ବର୍ଷରୁ ଅଧିକ ସମୟର କ୍ୟାରିୟର ମଧ୍ୟରେ ସେ ଦେଶ ଓ ଦୁନିଆର ଅନେକ ଗୁରୁତ୍ୱପୂର୍ଣ୍ଣ ଘଟଣାକୁ ନିଜ କ୍ୟାମେରାରେ କଏଦ କରିଥିଲେ।

 

View this post on Instagram

 

A post shared by Raghu Rai (@raghurai.official)


ସେ ପୂର୍ବତନ ପ୍ରଧାନମନ୍ତ୍ରୀ ଇନ୍ଦିରା ଗାନ୍ଧୀଙ୍କ ସହ ଦୀର୍ଘ ସମୟ ଧରି କାମ କରିଥିଲେ ଏବଂ ତାଙ୍କ ଶାସନ କାଳର ଅନେକ ଐତିହାସିକ ମୁହୂର୍ତ୍ତକୁ ସାରା ବିଶ୍ୱ ଆଗରେ ଉପସ୍ଥାପନ କରିଥିଲେ। ମଦର ଟେରେସାଙ୍କ ଉପରେ ତାଙ୍କ ଦ୍ୱାରା କରାଯାଇଥିବା ଫଟୋଗ୍ରାଫି ଆଜି ବି ବିଶ୍ୱ ପ୍ରସିଦ୍ଧ ହୋଇ ରହିଛି।

୧୯୪୨ ମସିହାରେ ଅବିଭାଜିତ ଭାରତର ଝଙ୍ଗ (ବର୍ତ୍ତମାନ ପାକିସ୍ତାନ) ଠାରେ ସେ ଜନ୍ମଗ୍ରହଣ କରିଥିଲେ। ୧୯୬୨ ମସିହାରୁ ସେ ଫଟୋଗ୍ରାଫିକୁ ନିଜର ବୃତ୍ତି ଭାବେ ଗ୍ରହଣ କରିଥିଲେ। ତାଙ୍କର ନିପୁଣ ଶୈଳୀ ଏବଂ ସାମାଜିକ ପ୍ରସଙ୍ଗକୁ ଚିତ୍ର ମାଧ୍ୟମରେ ଦର୍ଶାଇବାର କଳା ତାଙ୍କୁ ଜଣେ ପ୍ରତିଷ୍ଠିତ ବ୍ୟକ୍ତିତ୍ୱ ଭାବେ ଗଢ଼ି ତୋଳିଥିଲା। ତାଙ୍କ ବିୟୋଗରେ ଫଟୋଗ୍ରାଫି ଏବଂ ସାମ୍ବାଦିକତା ଜଗତରେ ଏକ ଅପୂରଣୀୟ କ୍ଷତି ଘଟିଛି। ବିଭିନ୍ନ ମହଲରୁ ତାଙ୍କ ପ୍ରତି ଶ୍ରଦ୍ଧାଞ୍ଜଳି ଅର୍ପଣ କରାଯାଉଛି।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ଦବିଲା ଋଷିକୁଲ୍ୟା ନଦୀର ପଥର ବାଜ, ବିପଦରେ ଦାମୋଦରପୁର

ଗଞ୍ଜାମ,୧୩।୯(ବିଦ୍ୟାଧର ସାହୁ ): ନଦୀକୂଳ ତଟବର୍ତ୍ତୀ ଅଞ୍ଚଳକୁ ବନ୍ୟା ଜଳରୁ ସୁରକ୍ଷା ଦେବା ପାଇଁ ପଦକ୍ଷେପ ଗ୍ରହଣ କରାଯାଇଥିଲା । ଗଞ୍ଜାମ ଏନଏସି ଅନ୍ତର୍ଗତ ଦାମୋଦରପୁର ଗ୍ରାମ…

ଛାତ୍ରଙ୍କୁ ହୋଟେଲକୁ ଡାକି ଅପ୍ରାକୃତିକ ଯୌନ ସମ୍ପର୍କ ରଖିଥିଲେ ଅଧ୍ୟକ୍ଷ, ମେସେଜ୍‌ କରି ପରିବାର ଲୋକଙ୍କୁ ଜଣାଇବାରୁ…

ବରଗଡ଼,୧୩ା୯(ପ୍ରେମାନନ୍ଦ ଖମାରୀ): ବରଗଡ଼ ସହର ଉପକଣ୍ଠ ବରଡୋଲସ୍ଥିତ ଏକ ଘରୋଇ ଯୁକ୍ତଦୁଇ କଲେଜର ଅଧ୍ୟକ୍ଷ ଜଣେ ନାବାଳକ ଛାତ୍ର(୧୫)ଙ୍କ ସହିତ ଅପ୍ରାକୃତିକ ଯୌନ ସମ୍ପର୍କ ରଖିବା ସହିତ…

ବଡ଼ ଘୋଷଣା କଲେ ସ୍ବରାଷ୍ଟ୍ର ମନ୍ତ୍ରୀ, ମୋଦିଙ୍କ ଜନ୍ମଦିନ ଠାରୁ ଆରମ୍ଭ ହେବ….

ନୂଆଦିଲ୍ଲୀ,୧୩।୯ : ୨୦୨୯ ପୂର୍ବରୁ ଭାଜପା ନେତୃତ୍ୱାଧୀନ NDA ସରକାର ୨୧ଟି ରାଜ୍ୟରେ ୟୁନିଫର୍ମ ସିଭିଲ୍ କୋଡ୍‌ (UCC) ଲାଗୁ କରାଯିବ । ଏଭଳି ଦାବି କରିଛନ୍ତି…

Video: ସତରେ ସେମାନେ ହିରୋ! ଭାରତୀୟ କ୍ରିକେଟରଙ୍କର ୮୦ ଦଶକର ଲୁକ (look) ଦେଖନ୍ତୁ, ବୈଭବଙ୍କ ଲୁକ୍ସ ତ…

ନୂଆଦିଲ୍ଲୀ,୧୩।୯: ୧୯୮୦ ଦଶକ ବହୁତ ଆଗରୁ ବିତିଯାଇଥିଲେ ମଧ୍ୟ, ଟିମ ଇଣ୍ଡିଆର ଖେଳାଳିମାନଙ୍କୁ ହଠାତ ସେହି ସମୟର ଲୁକ ବା ବେଶଭୂଷାରେ ଦେଖିବାକୁ ମିଳିଥିଲା। ଆଫଗାନିସ୍ତାନ ବିପକ୍ଷ…

ବିଧାନସଭା ନିର୍ବାଚନ ପୂର୍ବରୁ AAPର ବଡ଼ ଘୋଷଣା; ଏହି ଦଳ ସହ କଲା ମେଣ୍ଟ

ନୂଆଦିଲ୍ଲୀ,୧୩।୯: ଆମ ଆଦମୀ ପାର୍ଟି (AAP) ଗୋଆ ବିଧାନସଭା ନିର୍ବାଚନକୁ ନେଇ ଏକ ଗୁରୁତ୍ୱପୂର୍ଣ୍ଣ ରାଜନୈତିକ ଘୋଷଣା କରିଛି। ଗୋଆରେ ଆୟୋଜିତ ଏକ ସାମ୍ବାଦିକ ସମ୍ମିଳନୀରେ ଦଳର…

ଆମେରିକା ପ୍ରସଙ୍ଗରେ କଠୋର ଆଭିମୁଖ୍ୟ ଗ୍ରହଣ କଲେ ସି ଜିନପିଙ୍ଗ, ପ୍ରଧାନମନ୍ତ୍ରୀ ମୋଦିଙ୍କୁ କହିଲେ…

ନୂଆଦିଲ୍ଲୀ,୧୩।୯: ଦିଲ୍ଲୀରେ ଅନୁଷ୍ଠିତ BRICS ସମ୍ମିଳନୀ ୨୦୨୬ରେ, ଚାଇନା ରାଷ୍ଟ୍ରପତି ସି ଜିନପିଙ୍ଗ ଭାରତ ସହିତ ସମ୍ପର୍କ ଉନ୍ନତ କରିବାର ଗୁରୁତ୍ୱ ଉପରେ ଆଲୋକପାତ କରିବା ସହ…

ଭାରତମାତାଙ୍କ ପ୍ରତିମୂର୍ତ୍ତି ଭାଙ୍ଗିଲେ ଦୁର୍ବୃତ୍ତ, ସ୍ଥାନୀୟ ଅଞ୍ଚଳରେ ତୀବ୍ର ଉତ୍ତେଜନା

କଲ୍ୟାଣସିଂହପୁର,୧୩ା୯(ଦୀପକ କୁମାର ପରିଡ଼ା): ରାୟଗଡ଼ା ଜିଲା କଲ୍ୟାଣସିଂହପୁର ବ୍ଲକ ଅନ୍ତର୍ଗତ ଶିକରପାଇ ପଞ୍ଚାୟତ ସଦର ପ୍ରବେଶ ପଥରେ ଥିବା ଭାରତ ମାତାଙ୍କ ପ୍ରତିମୂର୍ତ୍ତିକୁ କିଛି ଦୁର୍ବୃତ୍ତ ଭାଙ୍ଗି…

ହିନ୍ଦୁ ସାଧୁଙ୍କ ପାଦ ସ୍ପର୍ଶ କଲେ ଇରାନର ରାଷ୍ଟ୍ରପତି ପେଜେଶକିଆନ! ଭିଡିଓ ଭାଇରାଲ

ନୂଆଦିଲ୍ଲୀ/ତେହରାନ,୧୩।୯: ଦିଲ୍ଲୀର ଭାରତ ମଣ୍ଡପମରେ ଚାଲିଥିବା ବ୍ରିକ୍ସ (BRICS) ସମ୍ମିଳନୀର ଏକ ଭିଡିଓ ବର୍ତ୍ତମାନ ସୋସିଆଲ ମିଡିଆରେ ଭାଇରାଲ ହେବାରେ ଲାଗିଛି। ଏହି ଭିଡିଓରେ ଇରାନର ରାଷ୍ଟ୍ରପତି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?