ଇସ୍ତଫା ଦେଲେ ରଘୁବର ଦାସ, ରାଜନୀତିକୁ ପୁଣି ଫେରିବେ!

ଭୁବନେଶ୍ୱର,୨୪।୧୨: ଓଡ଼ିଶାର ରାଜ୍ୟପାଳ ପଦରୁ ଇସ୍ତଫା ଦେଇଛନ୍ତି ରଘୁବର ଦାସ। ତାଙ୍କ ସ୍ଥାନରେ ହରି ବାବୁ କମ୍ଭମପତି ନୂଆ ରାଜ୍ୟପାଳ ନିଯୁକ୍ତି ହୋଇଛନ୍ତି। ରଘୁବରଙ୍କ ଇସ୍ତଫା ପତ୍ର ରାଷ୍ଟ୍ରପତି ଦୌପଦୀ ମୂର୍ମୁଙ୍କ ପାଖକୁ ପାଖକୁ ପଠାଇଛନ୍ତି। ତେବେ ରଘୁବରଙ୍କ ଇସ୍ତଫା ପରେ ଓଡ଼ିଶା ରାଜନୀତି ସରଗରମ ହୋଇ ଉଠିଛି। ରଘୁବର ୨୦୨୩ରେ ଓଡ଼ିଶାର ରାଜ୍ୟପାଳ ଭାବେ ନିଯୁକ୍ତି ହୋଇଥିବାବେଳେ ହଠାତ୍‌ ସେ ଇସ୍ତଫା ଦେବା ଚର୍ଚ୍ଚାର ଖୋରାକ ଯୋଗାଇଛି। କୁହାଯାଉଛି ସେ ପୁଣି ରାଜନୀତିକୁ ଫେରି ପାରନ୍ତି।

ଝାଡ଼ଖଣ୍ଡର ପୂର୍ବତନ ମୁଖ୍ୟମନ୍ତ୍ରୀ ରଘୁବର ଦାସ ରାଜ୍ୟପାଳ ଭାବେ ଇସ୍ତଫା ଦେବା ପରେ ପୁଣି ଥରେ ଭାଜପାରେ ଯୋଗଦେଇପାରନ୍ତି ବୋଲି ଚର୍ଚ୍ଚା ହେଛି। ରଘୁବର ଝାଡଖଣ୍ଡ ରାଜନୀତିରେ ଜଣେ ଚର୍ଚ୍ଚିତ ଚେହେରା ଅଟନ୍ତି। ସେ ଝାଡଖଣ୍ଡର ମୁଖ୍ୟମନ୍ତ୍ରୀ ଭାବେ ମଧ୍ୟ କାର୍ଯ୍ୟ କରିଛନ୍ତି। ସେ ୨୦୧୪ ରୁ ୨୦୧୯ ପର୍ଯ୍ୟନ୍ତ ଝାଡଖଣ୍ଡର ମୁଖ୍ୟମନ୍ତ୍ରୀ ଭାବରେ କାର୍ଯ୍ୟ କରିଥିଲେ। ଏଥିସହ ରଘୁବର ଦାସ ପାଞ୍ଚଥର ଜାମସେଦପୁର ପୂର୍ବର ବିଧାୟକ ହୋଇଛନ୍ତି। ଚଳିତ ଝାଡଖଣ୍ଡ ନିର୍ବାଚନରେ ସେ ପୁଣି ଝାଡଖଣ୍ଡ ନିର୍ବାଚନକୁ ଫେରିବା ନେଇ ଚର୍ଚ୍ଚାରେ ରହିଥିଲେ। ନିର୍ବାଚନ ପୂର୍ବରୁ ବହୁ ବରିଷ୍ଠ ନେତାଙ୍କ ସହ ତାଙ୍କ ସାକ୍ଷାତକାର ଚର୍ଚ୍ଚାକୁ ଖୋରାକ ଯୋଗାଇତିଲା। ଶେଷରେ ତାଙ୍କ ବୋହୂଙ୍କୁ ଟିକେଟ୍‌ ମିଳିଥିଲା।

ଝାଡଖଣ୍ଡର ଆଞ୍ଚଳିକ ଗଣମାଧ୍ୟମର ରିପୋର୍ଟ ଅନୁସାରେ, ସେ ଝାଡଖଣ୍ଡର ଜଣେ ତୁଙ୍ଗ ଭାଜପା ନେତା ଥିଲେ। ତେଣୁ ସେ ରାଜ୍ୟପାଳ ପଦରେ ସନ୍ତୁଷ୍ଟି ନ ଥିଲେ। ଗତ ଝାଡଖଣ୍ଡ ନିର୍ବାଚନ ସମୟରେ ସେ ପୁଣି ରାଜନୀତିକୁ ଫେରିଯିବା ନେଇ ମନ ବଳାଥିଲେ। ତେବେ ରଘୁବରଙ୍କ ଜଣେ ସହଯୋଗୀ କହିଛନ୍ତି, ସେ ରାଜଭବନ ଛାଡି ପୁଣି ସକ୍ରିୟ ରାଜନୀତିକୁ ଫେରିବାକୁ ଇଛା ପ୍ରକାଶ କରିଛନ୍ତି। କିନ୍ତୁ ଏପର୍ଯ୍ୟନ୍ତ ସ୍ପଷ୍ଟ ସୂଚନା ନାହିଁ କି ଭାଜପାର ଶୀର୍ଷ ନେତୃତ୍ୱ ତାଙ୍କ ପାଇଁ କେଉଁ ନିଷ୍ପତ୍ତି ନେବେ। ଏପରି ମଧ୍ୟ କୁହାଯଉଛି କି, ରଘୁବରଙ୍କୁ ଭାଜପାର ରାଷ୍ଟ୍ରୀୟ ଅଧ୍ୟକ୍ଷ ନିଯୁକ୍ତି କରାଯାପାରେ। ଅନ୍ୟପଟେ ଏପରି ମଧ୍ୟ ଚର୍ଚ୍ଚା ହେଉଛି କି ସେ ପୁଣି ଝାଡଖଣ୍ଡ ରାଜନୀତିକୁ ଫେରିପାରନ୍ତି।

୨୦୧୯ ଝାଡଖଣ୍ଡ ବିଧାନସଭା ର୍ନିବାଚନରେ ଭାଜପାର ପରାଜୟ ପରେ ରଘୁବର ଦାସ ୧୮ ଅକ୍ଟୋବର ୨୦୨୩ରେ ଓଡିଶାର ରାଜ୍ୟପାଳ ଭାବରେ ନିଯୁକ୍ତ ହୋଇଥିଲେ। ଏହି ପରାଜୟ ମୁଖ୍ୟତ ଆଦିବାସୀ ଭୋଟରଙ୍କ ମଧ୍ୟରେ ଅସନ୍ତୋଷର କାରଣ ବୋଲି କୁହାଯାଏ। CNT / SPT ଆକ୍ଟରେ ସଂଶୋଧନ ଯୋଗୁ ସେ ଝାଡଖଣ୍ଡରେ କ୍ଷମତାରୁ ଯିବାର ମୁଖ୍ୟ କାରଣ ବୋଲି କୁହାଯାଏ।

କହିରଖୁଛୁ କି, ପୂର୍ବ ରାଜ୍ୟପାଳ ରଘୁବର ଦାସ ଓଡ଼ିଶାରେ ଅଧିକ ଚର୍ଚ୍ଚାରେ ଆସିଥିଲେ ଯେତେବେଳେ ତାଙ୍କ ପୁଅ ପୁରୀରେ ଜଣେ ସରକାରୀ କର୍ମଚାରୀଙ୍କୁ ମାଡ ମାରିଥିଲେ। ସେତେବେଳେ ଏହି ଘଟଣା ରାଜ୍ୟ ରାଜନୀତିକୁ ହଲଚଲ କରିଦେଇଥିଲା। ଏହି ଘଟଣାକୁ ନେଇ ଉଭୟ ଶାସକ-ବିରୋଧୀ ମୁହାଁମୁହିଁ ହୋଇଥିଲେ। ହୋଇଥାଏପାରେ ଏହି ଘଟଣା ଯୋଗୁ ଭାଜପା ତାଙ୍କୁ ରାଜ୍ୟପାଳ ପଦରୁ ହଟାଇଦେଇଛି।


Enter your email to get our daily news in your inbox.

All Right Reserved By Dharitri.Com

DAରେ ୧୮% ବୃଦ୍ଧି! ସରକାରୀ କର୍ମଚାରୀଙ୍କୁ ସରକାରଙ୍କ ‘ଜନ୍ମାଷ୍ଟମୀ ଉପହାର’

ନୂଆଦିଲ୍ଲୀ,୫।୯: ପଞ୍ଜାବର ପ୍ରାୟ ୮୫ ହଜାର ସରକାରୀ କର୍ମଚାରୀଙ୍କୁ ଜନ୍ମାଷ୍ଟମୀ ଅବସରରେ ବଡ଼ ଉପହାର ଦେବାକୁ ଯାଉଛନ୍ତି ରାଜ୍ୟ ସରକାର। ସରକାରୀ କର୍ମଚାରୀଙ୍କ ମହଙ୍ଗା ଭତ୍ତା (DA)କୁ…

ଆଜି ଭାରତ-ପାକିସ୍ତାନ ମ୍ୟାଚ: କିଏ ଜିତିବ ବାଜି

ଦୁବାଇ, ୫।୯ (ପି.ଟି.):ଚଳିତ ଏସିଆ କପ୍‌ ମହିଳା କ୍ରିକେଟରେ ପ୍ରତୀକ୍ଷିତ ଭାରତ-ପାକିସ୍ତାନ ମ୍ୟାଚ ଶନିବାର ଅନୁଷ୍ଠିତ ହେବ। ପ୍ରଥମ ଦୁଇ ମ୍ୟାଚରେ ବିଜୟୀ ହୋଇ ସେମିଫାଇନାଲରେ ପ୍ରବେଶ…

ହଠାତ୍‌ ମୋଚିରାମଙ୍କୁ କାମୁଡ଼ିଲା ସାପ: ତା’ପରେ ଏମିତି କାମ କଲେ ଡାକ୍ତର ଆଶ୍ଚର୍ଯ୍ୟ

ଉଦଳା,୫।୯(ସନ୍ତୋଷ ବାଛିନୀ): ଅଚାନକ କାମୁଡିଲା ସାପ, ଆଉ ସାପକୁ ମାରି ତାକୁ ଧରି ମେଡିକାଲରେ ପହଁଚିଲେ ଯୁବକ। ଏଭଳି ଘଟଣା ଦେଖିବାକୁ ମିଳିଛି ମୟୁରଭଞ୍ଜ ଜିଲା ଉଦଳା…

ମୁଖ୍ୟମନ୍ତ୍ରୀ ଶିକ୍ଷା ପୁରସ୍କାର ପାଇବେ ମୀନାକ୍ଷୀରାଣୀ: ଛୁଟୁଛି ଶୁଭେଚ୍ଛାର ସୁଅ

ଲୋଇସିଂହା,୫।୯(ସୁଶାନ୍ତ ବାରିକ):ବଲାଙ୍ଗୀର ଜିଲା ଲୋଇସିଂହା ହରେକୃଷ୍ଣ ମହତାବ ହାଇସ୍କୁଲର କଳା ଶିକ୍ଷୟିତ୍ରୀ ତଥା ଗାଳ୍ପିକା ମୀନାକ୍ଷୀରାଣୀ ମିଶ୍ର ଜିଲାର ଏକମାତ୍ର ଶିକ୍ଷୟିତ୍ରୀ ଭାବେ ରାଜ୍ୟସ୍ତରୀୟ ମୁଖ୍ୟମନ୍ତ୍ରୀ ଶିକ୍ଷା…

କେରଳରେ ଭୟଙ୍କର ସଡ଼କ ଦୁର୍ଘଟଣା: ଟ୍ରକ୍‌କୁ ପିଟିଲା କାର୍‌; ୮ ଛାତ୍ରଙ୍କ ମୃତ୍ୟୁ

ତ୍ରିଶୂର ,୫।୯: କେରଳର ତ୍ରିଶୂର ଜିଲାରେ ଶୁକ୍ରବାର ବିଳମ୍ବିତ ରାତିରେ ଘଟିଛି ଭୟଙ୍କର ସଡ଼କ ଦୁର୍ଘଟଣା। ଏକ ଟ୍ରକ୍‌କୁ କାର୍‌ ଧକ୍କା ଦେବା ଫଳରେ କାର୍‌ରେ ଥିବା…

ମୋଦିଙ୍କ ପାଇଁ ଚକୋଲେଟ୍‌ର ‘ଇଣ୍ଡିଆ ଗେଟ୍‌’ ଆଣିଥିଲେ ବେଲଜିୟମ ପ୍ରଧାନମନ୍ତ୍ରୀ, ଭାରତରେ ପହଞ୍ଚିବା ପରେ ଘଟିଲା ଏମିତି କିଛି!

ନୂଆଦିଲ୍ଲୀ,୫।୯: ଭାରତ ଗସ୍ତରେ ଆସିଥିବା ବେଲଜିୟମ ପ୍ରଧାନମନ୍ତ୍ରୀ ବାର୍ଟ ଡି ୱେଭର୍‌ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ପାଇଁ ଆଣିଥିଲେ ଏକ ଅତ୍ୟନ୍ତ ନିଆରା ଉପହାର। ଭାରତର ପ୍ରସିଦ୍ଧ…

ମନ୍ଦିର ବୁଲାଣିରେ ଅଘଟଣ, ବାଇକ୍‌କୁ ଧକ୍କା ଦେଲା ବାଇକ୍‌: ଆଉ ତା’ପରେ…

ବରଗଡ଼,୫ା୯(ପ୍ରେମାନନ୍ଦ ଖମାରୀ):ବରଗଡ଼ ଜିଲା ଭଟ୍‌ଲି ଥାନା ଅନ୍ତର୍ଗତ ମେଣ୍ଢାପାଲି ବନଦୁର୍ଗା ମନ୍ଦିର ନିକଟସ୍ଥ ବୁଲାଣିରେ ଏକ ପିକ୍‌ଅପ ଭ୍ୟାନ (ନଂ-ଓଡି ୧୫ଏଡି ୭୮୯୨) ଅନ୍ୟ ଏକ ବାଇକକୁ…

ନାମ, କାରଣ ଖୋଜୁଛି ଜିଲାପାଳଙ୍କ ମୋବାଇଲ: ଗୁରୁତର ସମସ୍ୟାରେ ବନ୍ୟାଞ୍ଚଳବାସୀ

ଯାଜପୁର,୫ା୯(ହର୍ଷବର୍ଦ୍ଧନ ବେହେରା):ସରକାରୀ ସେବାକୁ ସାଧାରଣ ଲୋକଙ୍କ ପାଖରେ ସହଜରେ ପହଞ୍ଚାଇବା ପାଇଁ ରାଜ୍ୟ ସରକାର ‘ଲୋକଙ୍କ ସରକାର’ କାର୍ଯ୍ୟକ୍ରମ ମାଧ୍ୟମରେ ବ୍ୟାପକ ପ୍ରୟାସ କରୁଛନ୍ତି। ଜିଲା ପ୍ରଶାସନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri