ଥିଲେ ଯେଉଁଠି, ଫେରିଲେ ସେଇଠିକି ଫେରିଲେ ରଘୁବର

ଭୁବନେଶ୍ୱର,୧୦ା୧(ସୁନିତ୍‌ ମିଶ୍ର):ଓଡ଼ିଶାର ପୂର୍ବତନ ରାଜ୍ୟପାଳ ରଘୁବର ଦାସ ଥିଲେ ଯେଉଁଠି ସେଇଠିକି ଫେରିଯାଇଛନ୍ତି। ପୂର୍ବରୁ ଭାଜପା ନେତା ତଥା ଝାଡ଼ଖଣ୍ଡ ମୁଖ୍ୟମନ୍ତ୍ରୀ ଥିବା ରଘୁବର ଦାସ ଓଡ଼ିଶା ରାଜ୍ୟପାଳ ପଦରୁ ହଟିବା ପରେ ପୁଣି ଥରେ ଶୁକ୍ରବାର ଭାଜପାକୁ ପ୍ରତ୍ୟାବର୍ତ୍ତନ କରିଛନ୍ତି। ଝାଡ଼ଖଣ୍ଡର ଭାଜପା ରାଜ୍ୟ କାର୍ଯ୍ୟାଳୟଠାରେ ଦଳର ସଭାପତି ବାବୁଲାଲ ମାରାଣ୍ଡିଙ୍କ ଉପସ୍ଥିତିରେ ଭାଜପା ସଦସ୍ୟତା ଗ୍ରହଣ କରିଛନ୍ତି। ନିକଟରେ ଓଡ଼ିଶା ରାଜ୍ୟପାଳ ପଦରୁ ରଘୁବରଙ୍କୁ ହଟାଇ ତାଙ୍କ ସ୍ଥାନରେ ହରିବାବୁ କମ୍ଭମପଟିଙ୍କୁ ଦାୟିତ୍ୱ ଦିଆଯାଇଛି। ରଘୁବର ଓଡ଼ିଶା ରାଜ୍ୟପାଳ ପଦରୁ ହଟିବା ବେଳେ ସେ ରାଜନୀତିକୁ ଫେରିବେ ବୋଲି ରାଜ୍ୟର ଅନେକ ଭାଜପା ନେତା ମତ ରଖିଥିଲେ। ରଘୁବର ମଧ୍ୟ ସେତେବେଳେ ଦାୟିତ୍ୱରୁ ହଟିବା ପରେ ଦଳ ତାଙ୍କୁ ଯେଉଁ ଦାୟିତ୍ୱ ଦେବ ତାହା ନିର୍ବାହ କରିବେ ବୋଲି କହିଥିଲେ। ସେହିଭଳି ଭାଜପା ରାଜ୍ୟ ପ୍ରଭାରୀ ବିଜୟ ପାଲ ସିଂ ତୋମାର ମଧ୍ୟ ରଘୁବର ରାଜନୀତିରେ ଯୋଗଦେବାକୁ ଇଚ୍ଛୁକ ଥିବା କଥା ପ୍ରତିକ୍ରିୟାରେ କହିଥିଲେ। ତେବେ ରଘୁବର ରାଜ୍ୟପାଳ ପଦରୁ ହଚିବାର କିଛିଦିନ ପରେ ଭାଜପା ସଦସ୍ୟତା ଗ୍ରହଣକରି ପୁଣି ଥରେ ସକ୍ରିୟ ରାଜନୀତିକୁ ଫେରିଛନ୍ତି। ହେଲେ କେନ୍ଦ୍ର ତାଙ୍କୁ ସେପରି କିଛି ବଡ ଦାୟିତ୍ୱ ଏ ପର୍ଯ୍ୟନ୍ତ ପ୍ରଦାନ କରିନାହିଁ। ସୂଚନାଯୋଗ୍ୟ, ଝାଡ଼ଖଣ୍ଡ ନିର୍ବାଚନ ସମୟରେ ରଘୁବର ନିର୍ବାଚନ ଲଢିବା ଲାଗି ଆଶା ରଖିଥିଲେ। ହେଲେ ଭାଜପା ତାଙ୍କୁ ସେହି ସୁଯୋଗ ଦେଇ ନ ଥିଲା। ନିର୍ବାଚନ ସରିବା ପରେ ତାଙ୍କୁ ଓଡ଼ିଶା ରାଜ୍ୟପାଳ ପଦରୁ ହଟାଗଲା। ଏବେ ସେ ଝାଡ଼ଖଣ୍ଡ ରାଜନୀତିକୁ ଫେରିଛନ୍ତି। ଗତ ଝାଡ଼ଖଣ୍ଡ ନିର୍ବାଚନରେ ଭାଜପା ସରକାର ଗଠନ କରିବାରେ ବିଫଳ ହୋଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଦିଗପହଣ୍ଡିରେ ଜନଗଣନାର ପ୍ରଥମ ପର୍ଯ୍ୟାୟ ପ୍ରଶିକ୍ଷଣ ଶିବିର ଉଦଘାଟିତ, ତହସିଲଦାର…

ଦିଗପହଣ୍ଡି,୨୨ା୩(ଅଶେଷ ନାଥ ମିଶ୍ର): ରାଜ୍ୟ ନିର୍ବାଚନ କମିଶନଙ୍କ ନିର୍ଦ୍ଦେଶ କ୍ରମେ ଦିଗପହଣ୍ଡି ତହସିଲ ଓ ଏନଏସି ପ୍ରଶାସନ ପକ୍ଷରୁ ବଡଖେମୁଣ୍ଡି ହାଇସ୍କୁଲ ପରିସରରେ ଜାତୀୟ ଜନଗଣନା ୨୦୨୭ର…

ତାଲପାଲିପଡା ଶ୍ରୀରାମମନ୍ଦିର ବିଗ୍ରହ ପ୍ରତିଷ୍ଠା ଉତ୍ସବ ଆରମ୍ଭ, ଉତ୍ସବମୁଖର…

ବଲାଙ୍ଗୀର,୨୨ା୩(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ତାଲପାଲିପଡାରେ ପୁନଃନିର୍ମାଣ ହୋଇଥିବା ଶ୍ରୀରାମମନ୍ଦିରର ବିଗ୍ରହପ୍ରତିଷ୍ଠା ଉତ୍ସବ ରବିବାର ଠାରୁ ଆରମ୍ଭ ହୋଇଯାଇଛି । ଆୟୋଜକ କମିଟି ସହିତ ପଡାର ଶତାଧିକ…

ମଧ୍ୟପ୍ରାଚ୍ୟ ଯୁଦ୍ଧ: ମୋଦିଙ୍କ ଅଧ୍ୟକ୍ଷତାରେ ୩ଘଣ୍ଟା ଧରି ବସିଲା ଉଚ୍ଚସ୍ତରୀୟ ବୈଠକ, ତେଲ-ଗ୍ୟାସ ନେଇ ଦେଲେ ବଡ଼ ନିର୍ଦ୍ଦେଶ

ନୂଆଦିଲ୍ଲୀ,୨୨।୩: ମଧ୍ୟପ୍ରାଚ୍ୟରେ ବଢ଼ୁଥିବା ଉତ୍ତେଜନା ମଧ୍ୟରେ ରବିବାର ସନ୍ଧ୍ୟାରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଅଧ୍ୟକ୍ଷତାରେ ଏକ ଉଚ୍ଚସ୍ତରୀୟ ବୈଠକ ବସିଥିଲା । ପ୍ରଧାନମନ୍ତ୍ରୀଙ୍କ ବାସଭବନରେ ଅନୁଷ୍ଠିତ ଏହି ଉଚ୍ଚସ୍ତରୀୟ…

ପାରିବାରିକ କଳହର କରୁଣ ପରିଣତି; ଆତ୍ମହତ୍ୟା କଲେ ନବବଧୂ, କାରଣ ଜାଣିଲେ…

ଦିଗପହଣ୍ଡି,୨୨।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଷ୍ଟେଟବ୍ୟାଙ୍କ ସମ୍ମୁଖ ରାମଚନ୍ଦ୍ର ନଗରରେ ରହୁଥିବା ଚନ୍ଦ୍ରମା ଗୌଡ଼ (୨୮)ନାମକ ଜଣେ ନବବଧୂ ଆତ୍ମହତ୍ୟା କରିଥିବା ଜଣାପଡିଛି ।…

ବେପରୁଆ ଗାଡି ଚାଳନା, ଚକା ଫାଟି ଭାଙ୍ଗିଲା ଘର କାଚ

ଗଞ୍ଜାମ,୨୨।୩(ବିଦ୍ୟାଧର ସାହୁ ): ଗଞ୍ଜାମ ସହର ସ୍ଥିତ ଗ୍ରାସୀମ କମ୍ପାନୀକୁ ବିଭିନ୍ନ କାମରେ ଦୈନଦିନ ଶହ ଶହ ଟ୍ରକ ଟ୍ରାକ୍ଟର ଦଶ ଚକିଆ ଭାରୀଯାନ ଯାତାୟତ କରୁଛି…

ଯୁଦ୍ଧ ଆରମ୍ଭ! ୪୮ ଘଣ୍ଟା ମଧ୍ୟରେ ୪ଟି ବଡ଼ ଆକ୍ରମଣ, ନେତାନ୍ୟାହୁ କହିଲେ ଇରାନ ବିରୋଧରେ ବିଶ୍ୱ…

ନୂଆଦିଲ୍ଲୀ,୨୨।୩: ଇସ୍ରାଏଲ ପ୍ରଧାନମନ୍ତ୍ରୀ ବେଞ୍ଜାମିନ୍ ନେତାନ୍ୟାହୁ ରବିବାର ଦିନ ଡିମୋନା ଏବଂ ଆରାଦ ସହରରେ ମିଶାଇଲ୍ ଆଟାକ୍ ହୋଇଥିବା ସ୍ଥାନ ପରିଦର୍ଶନ କରିଥିଲେ। ସେ କହିଥିଲେ ଯେ…

ଧରିତ୍ରୀ ପ୍ରଭାବ: ସଜଡା ହେଲା ବ୍ଲକ ଗେଟ୍‌, ମରାମତି ହେଲା ‘ମରଣଯନ୍ତା’

ଥୁଆମୂଳ ରାମପୁର,୨୨।୩(ଦୁର୍ଗା କୀର୍ତ୍ତି): ଜନସାଧାରଣଙ୍କ ସମସ୍ୟା ସମାଧାନର ପେଣ୍ଠସ୍ଥଳ କୁହାଯାଉଥିବା ଥୁଆମୂଳ ରାମପୁର ପଞ୍ଚାୟତ ସମିତି କାର୍ଯ୍ୟାଳୟର ମୁଖ୍ୟ ପ୍ରବେଶ ପଥ ଏବେ ସମ୍ପୂର୍ଣ୍ଣ ସୁରକ୍ଷିତ ହୋଇଛି…

ପାକିସ୍ତାନ ପରେ ଏହି ଦେଶରେ ତେଲ ସଙ୍କଟ, ପେଟ୍ରୋଲ-ଡିଜେଲ ମୂଲ୍ୟ ୨୫% ବଢ଼ାଇଲେ ସରକାର

ନୂଆଦିଲ୍ଲୀ,୨୨।୩: ଆମେରିକା, ଇସ୍ରାଏଲ ଏବଂ ଇରାନ ମଧ୍ୟରେ ଯୁଦ୍ଧ ଯୋଗୁଁ ବିଶ୍ୱବ୍ୟାପୀ ଶକ୍ତି ଯୋଗାଣ ବିପର୍ଯ୍ୟସ୍ତ ହୋଇପଡ଼ିଛି । ଅଶୋଧିତ ତୈଳ ମୂଲ୍ୟ ବୃଦ୍ଧି ପାଉଥିବାବେଳେ, ଗ୍ୟାସ୍…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri