ରବୀନ୍ଦ୍ରଙ୍କ ଘରେ ରଘୁନାଥ:ବିଜେଡିକୁ ପୁଣି ଫେରିବା ନେଇ ଚର୍ଚ୍ଚା

ଲଙ୍ଗଳେଶ୍ୱର, ୨୪।୫(କମଳାକାନ୍ତ ଦାସ):ବାଲେଶ୍ୱର ଜିଲା ବସ୍ତା ବିଧାନସଭା ନିର୍ବାଚନ ମଣ୍ଡଳୀର ବିଜେଡି ପ୍ରାର୍ଥିନୀ ସୁବାସିନୀ ଜେନାଙ୍କ ଲଙ୍ଗଳେଶ୍ୱରସ୍ଥିତ ବାସଭବନରେ ଗୁରୁବାର ପୂର୍ବାହ୍ନରେ ପୂର୍ବତନ ମନ୍ତ୍ରୀ ରଘୁନାଥ ମହାନ୍ତି ଓ ତାଙ୍କ ସହଧର୍ମିଣୀ ପ୍ରୀତିଲତା ମହାନ୍ତିଙ୍କୁ ଦେଖିବାକୁ ମିଳିଥିଲା। ପୂର୍ବତନ ଏମ୍‌ପି ରବୀନ୍ଦ୍ର ଜେନାଙ୍କ ସହ ରଘୁନାଥ ଦୀର୍ଘ ସମୟ ଧରି ଆଲୋଚନା କରିଥିଲେ। ତେବେ ଉଭୟଙ୍କ ମଧ୍ୟରେ କ’ଣ ଆଲୋଚନା ହେଲା ତାହା ସ୍ପଷ୍ଟ ହୋଇନାହିଁ।
ରଘୁନାଥ ବସ୍ତା ନିର୍ବାଚନମଣ୍ଡଳୀରେ ବିଜେଡିରୁ ୫ଥର ବିଧାୟକ ଭାବେ ବିଜୟୀ ହୋଇ ମନ୍ତ୍ରୀ ହୋଇଥିଲେ। ୨୦୧୩ରେ ପାରିବାରିକ ବିବାଦ କାରଣରୁ ଦଳରୁ ବହିଷ୍କୃତ ହୋଇ ୨୦୧୯ରେ ଭାଜପାରେ ସାମିଲ ହୋଇ ନିର୍ବାଚନ ଲଢିଥିଲେ। ୨୦୧୯ ସାଧାରଣ ନିର୍ବାଚନରେ ଭାଜପା ତାଙ୍କୁ ବସ୍ତାରୁ ପ୍ରାର୍ଥୀ କରିଥିଲା। ରଘୁନାଥ ନିର୍ବାଚନରେ ପ୍ରତିଦ୍ୱନ୍ଦ୍ୱିତା କରି ପରାଜିତ ହୋଇଥିଲେ। ସେବେଠାରୁ ତାଙ୍କୁ ଭାଜପାର କୌଣସି କାର୍ଯ୍ୟକ୍ରମରେ ଦେଖିବାକୁ ମିଳି ନ ଥିଲା। ୨୦୨୪ରେ ଟିକେଟକୁ ନେଇ ଅଙ୍କକଷା ଚାଲିଥିବା ବେଳେ ରଘୁନାଥ ଭାଜପାରୁ ଇସ୍ତଫା ଦେଇଥିଲେ। ସେହି ସମୟରେ ସେ ବିଜେଡିରେ ମିଶିବା ନେଇ ଚର୍ଚ୍ଚା ହୋଇଥିଲା। ଚଳିତ ନିର୍ବାଚନରେ ତାଙ୍କୁ କୌଣସି କାର୍ଯ୍ୟକ୍ରମରେ ବା ରାଜନୀତିରେ ସକ୍ରିୟ ଥିବା ଦେଖିବାକୁ ମିଳୁ ନ ଥିଲା। ହଠାତ୍‌ ବସ୍ତା ବିଧାୟିକା ପ୍ରାର୍ଥିନୀ ସୁବାସିନୀଙ୍କ ବାସଭବନରେ ପହଞ୍ଚିଥିବାରୁ ଏହାକୁ ନେଇ ରାଜନୈତିକ ଚର୍ଚ୍ଚା ଜୋର ଧରିଛି। ଶୁକ୍ରବାର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ବାଲେଶ୍ୱର ଗସ୍ତ ଥିବାରୁ ବାଲେଶ୍ୱର କିମ୍ବା ରାଜ୍ୟ ଶଙ୍ଖ ଭବନରେ ବିଜେଡିରେ ଯୋଗ ଦେବା ନେଇ ବିଭିନ୍ନ ରାଜନୈତିକ ମହଲରେ ଆଲୋଚନା ହେଉଛି।
ଏ ସମ୍ପର୍କରେ ପୂର୍ବତନ ମନ୍ତ୍ରୀ ରଘୁନାଥ ମହାନ୍ତି କହିଛନ୍ତି, ସୁବାସିନୀ ଜେନାଙ୍କ ସହିତ ତାଙ୍କର ପାରିବାରିକ ବନ୍ଧୁତା ରହିଛି। ସେଥିପାଇଁ ଆମ୍ଭେ ଉଭୟ ଦମ୍ପତି ତାଙ୍କୁ ଆଶୀର୍ବାଦ କରିବା ପାଇଁ ଆସିଥିଲୁ।


Enter your email to get our daily news in your inbox.

All Right Reserved By Dharitri.Com

ଭବାନୀପାଟଣା: ଜଜ୍‌ଙ୍କ ବାସଭବନ ପରେ ମେଡିକାଲ ପଛପଟେ ବୁଲୁଛି ଜଙ୍ଗଲୀ ଭାଲୁ, ଉଦ୍ଧାର କାର୍ଯ୍ୟରେ…

ଭବାନୀପାଟଣା, ,୨୦।୬(ଉତ୍ତମ କୁମାର ଦାଶ)- କଳାହାଣ୍ଡି ଜିଲା ଭବାନୀପାଟଣା ସହରରେ ଜଙ୍ଗଲୀ ଭାଲୁ ପଶିଆସିବା ଯୋଗୁ ସ୍ଥାନୀୟ ବାସିନ୍ଦାଙ୍କ ମଧ୍ୟରେ ତୀବ୍ର ଆତଙ୍କ ପ୍ରକାଶ ପାଇଛି। ଶନିବାର…

ଭବାନୀପାଟଣା ସହରରେ ଭାଲୁ ଆତଙ୍କ

ଭବାନୀପାଟଣା,୨୦।୬(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଭବାନୀପାଟଣା ସହରରେ ଭାଲୁ ଆତଙ୍କ ଦେଖିବାକୁ ମିଳିଛି। ଶନିବାର ସନ୍ଧ୍ୟାରେ ଭବାନୀପାଟଣା ସହର ସ୍ଥିତ ବାପୁଜୀ ସ୍କୁଲ ପାଖରେ ରହୁଥିବା…

ମାନବିକତା ଦେଖାଇଲେ ଏସଡିପିଓ: ରାସ୍ତାରୁ ଆହତ ଯୁବକଙ୍କୁ ଉଦ୍ଧାର କରି ନିଜ ଗାଡ଼ିରେ ପହଞ୍ଚାଇଲେ ମେଡିକାଲ

ଭଞ୍ଜନଗର, ୨୦।୬(ବାବୁଲା ପ୍ରଧାନ)- ପୋଲିସଙ୍କ ଭିତରେ ଥିବା ସମ୍ବେଦନଶୀଳ ମାନବିକତାର ଏକ ଅନନ୍ୟ ଉଦାହରଣ ଦେଖିବାକୁ ମିଳିଛି ଗଞ୍ଜାମ ଜିଲା ଭଞ୍ଜନଗର ଅଞ୍ଚଳରେ। ଡ୍ୟୁଟି ସାରି ଫେରିବା…

ବଜ୍ରପାତ ନେଲା ମହିଳାଙ୍କ ଜୀବନ, ୪ ଗୁରୁତର

ରିଆମାଳ, ୨୦ା୬(ବଦ୍ରିନାରାୟଣ ଅଗ୍ରୱାଲା)- ଦେବଗଡ଼ ଜିଲା ରିଆମାଳ ବ୍ଲକ୍‌ କୁଣ୍ଢେଇଗୋଳା ଥାନା କରଲଗା ପଞ୍ଚାୟତ ଅନ୍ତର୍ଗତ ବରଖୋଳ ଗ୍ରାମରେ ଶନିବାର ବଜ୍ରପାତ ଘଟି ଜଣଙ୍କର ମୃତ୍ୟୁ ଘଟିଥିବା…

ସୀମାରେ ଜମା ହେଲେ ଶତାଧିକ ବାଂଲାଦେଶୀ, ଶୁଭେନ୍ଦୁ ସରକାରଙ୍କ ଆକ୍ସନ ପରେ ସୀମାନ୍ତରେ ହଲଚଲ!

କୋଲକାତା,୨୦।୬ : ପଶ୍ଚିମବଙ୍ଗରେ ଭାଜପା ସରକାର ଗଠନ ଏବଂ ମୁଖ୍ୟମନ୍ତ୍ରୀ ଶୁଭେନ୍ଦୁ ଅଧିକାରୀଙ୍କ ଦ୍ୱାରା ବେଆଇନ ବାଂଲାଦେଶୀ ଅନୁପ୍ରବେଶକାରୀଙ୍କ ବିରୋଧରେ କଡ଼ା କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବା ପରେ…

ଏନ୍‌ଇଇଟି-ୟୁଜି ପୁନଃ ପରୀକ୍ଷା, ନାଗପୁର ଛାତ୍ରଙ୍କୁ ଆବୁଧାବି ପରୀକ୍ଷା କେନ୍ଦ୍ର

ନାଗପୁର,୨୦ା୬: ଏନ୍‌ଇଇଟି-ୟୁଜି ପୁନଃ ପରୀକ୍ଷା ରବିବାର ହେବାକୁ ଥିବାବେଳେ ନାଗପୁରର ଜଣେ ଛାତ୍ରଙ୍କୁ ୟୁନାଇଟେଡ୍‌ ଆରବ ଏମିରେଟ୍ସ (ୟୁଏଇ)ର ଆବୁଧାବିରେ ପରୀକ୍ଷା କେନ୍ଦ୍ର ଦିଆଯାଇଥିବା ପରିବାର ଲୋକେ…

କୋହଲି ଦେବେ ଫିଟ୍‌ନେସ୍‌ ପରୀକ୍ଷା, କାହିଁକି ଜାଣନ୍ତୁ…

ନୂଆଦିଲ୍ଲୀ,୨୦ା୬: ଷ୍ଟାର ବ୍ୟାଟର ବିରାଟ କୋହଲି ସୁସ୍ଥ ହେବାରେ ଲାଗିଛନ୍ତି। ଇଂଲଣ୍ଡ ବିପକ୍ଷ ଅନ୍ତର୍ଜାତୀୟ ଦିନିକିଆ କ୍ରିକେଟ ସିରିଜ ପୂର୍ବରୁ ଜୁନ୍‌ ୨୨ରେ ତାଙ୍କ ଫିଟ୍‌ନେସ ଟେଷ୍ଟ…

୪୯ ପ୍ଲଟ, କୋଟି କୋଟି ଟଙ୍କାର ସମ୍ପତ୍ତି ଠାବ: ଗିରଫ ହେଲେ ଯନ୍ତ୍ରୀ ସତ୍ୟନାରାୟଣ ସେଠୀ

କୋରାପୁଟ, ୨୦।୬ (ଅମିତାଭ ବେହେରା): ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ କୋରାପୁଟ ଜିଲ୍ଲା କୋଟପାଡ଼ ବ୍ଲକର ସହକାରୀ ନିର୍ବାହୀ ଯନ୍ତ୍ରୀ ସତ୍ୟନାରାୟଣ ସେଠୀଙ୍କୁ ଓଡ଼ିଶା ଭିଜିଲାନ୍ସ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri