ପାଟଣା:ରଘୁନାଥ ଜିଉ ମଠରେ ରାମନବମୀ ଉତ୍ସବ,ବିଶ୍ୱ ହିନ୍ଦୁ ପରିଷଦ ପକ୍ଷରୁ ଶ୍ରୀରାମ ଝଣ୍ଡା ଯାତ୍ରା

ପାଟଣା, ୨୭।୩ (ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକର ବିଭିନ୍ନ ସ୍ଥାନରେ ମହାସମାରୋହରେ ପବିତ୍ର ରାମ ନବମୀ ଉତ୍ସବ ପାଳିତ ହୋଇଯାଇଛି। ରଘୁନାଥ ଜିଉ ମଠରେ ଆଧ୍ୟାତ୍ମିକ ପରିବେଶ ମଧ୍ୟରେ ପୂଜାର୍ଚ୍ଚନା ହେବା ସହ ବିଶ୍ୱ ହିନ୍ଦୁ ପରିଷଦ ଓ ଶ୍ରୀ ବଜରଙ୍ଗ ସେନା ପକ୍ଷରୁ ବ୍ୟାପକ ସଚେତନତା ଶୋଭାଯାତ୍ରା ଅନୁଷ୍ଠିତ ହୋଇଛି।

ରାଜନଗର ସ୍ଥିତ ରଘୁନାଥ ଜିଉ ମଠରେ ଦେବତ୍ତୋର ବିଭାଗ ପକ୍ଷରୁ ସୱତନ୍ତ୍ର ପୂଜା ଓ ପ୍ରସାଦ ସେବନର ବ୍ୟବସ୍ଥା କରାଯାଇଥିଲା। ଏହି କାର୍ଯ୍ୟକ୍ରମରେ ପାଟଣା ବିଧାୟକ ଅଖିଳ ଚନ୍ଦ୍ର ନାଏକ, ତହସିଲଦାର ଅଶ୍ୱିନୀ କୁମାର ନାଏକ, ବିଡ଼ିଓ ମାନସ କୁମାର ଦଣ୍ଡପାଟ ଏବଂ ସ୍ଥାନୀୟ ଆର.ଆଇ. ଶିବ ପ୍ରାସାଦ ମାହାନ୍ତ ପ୍ରମୁଖ ଉପସ୍ଥିତ ରହି ସମସ୍ତ କାର୍ଯ୍ୟ ପରିଚାଳନା କରିଥିଲେ।

ପାଟଣା ବ୍ଲକ ବିଶ୍ୱ ହିନ୍ଦୁ ପରିଷଦ ଓ ଆର.ଏସ୍‌.ଏସ୍‌. ପକ୍ଷରୁ ଶୁକ୍ରବାର ସାରେ ଏକ ଭବ୍ୟ ରାମ ଝଣ୍ଡା ଶୋଭାଯାତ୍ରା ବାହାରିଥିଲା। ସ୍ବାମ୍‌ ଛକ ସ୍ଥିତ ହନୁମାନ ମନ୍ଦିରରୁ ପୂଜାର୍ଚ୍ଚନା ପରେ ଏହି ରାଲି ବଜାର ପରିକ୍ରମା କରି ଆନନ୍ଦେଶ୍ୱର ଶିବ ମନ୍ଦିରରେ ପହଞ୍ଚିଥିଲା। ଏଥିରେ ବିଧାୟକଙ୍କ ସମେତ ବିଏଚପି ବ୍ଲକ ସଭାପତି ସନାତନ ଦାଶ, ବିରଞ୍ଚି ମହାନ୍ତ, ଡମ୍ବରୁଧର ମହାନ୍ତ, ଭରତ ଚନ୍ଦ୍ର ମହାନ୍ତ, ତାପସ କୁମାର ମିଶ୍ର ଏବଂ ଭାଜପା ନେତା ପ୍ରକାଶ ସେଠୀଙ୍କ ଭଳି ଅନେକ କର୍ମକର୍ତ୍ତା ସାମିଲ ହୋଇଥିଲେ।

ତୁରୁମୁଙ୍ଗାଠାରେ ଶ୍ରୀ ବଜରଙ୍ଗ ସେନା ପକ୍ଷରୁ ’ଗୋ-ମାତାଙ୍କ ସେବା ଓ ସୁରକ୍ଷା’ ପାଇଁ ଏକ ବିଶାଳ ସଚେତନତା ଶୋଭାଯାତ୍ରା ଅନୁଷ୍ଠିତ ହୋଇଛି। ଜିଲା ସାଧାରଣ ସମ୍ପାଦକ କନ୍ଦର୍ପ ବେହେରାଙ୍କ ନେତୃତ୍ୱରେ ଆୟୋଜିତ ଏହି ରାଲିରେ ରାଜ୍ୟ ସଭାପତି ତପନ କୁମାର ମହାନ୍ତି ଓ ରାଜ୍ୟ ପ୍ରଭାରୀ ଓମ୍‌ ଚନ୍ଦ୍ର ମୋହନ ନାଏକ ଯୋଗ ଦେଇଥିଲେ। ତ୍ରିବିନ୍ଧା ଶିବ ମନ୍ଦିରରୁ ବାହାରିଥିବା ଏହି ଶୋଭାଯାତ୍ରା ଧନୁର୍ଜୟପୁର, ବାଉଁଶୁଳି, କଣ୍ଟିଆପଡା ଓ ନୂଆଗାଁ ଆଦି ଅଞ୍ଚଳ ପରିକ୍ରମା କରି ଲୋକଙ୍କୁ ଗୋ-ସୁରକ୍ଷା ସମ୍ପର୍କରେ ସଚେତନ କରିଥିଲା।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ଡୋକରୀଚଞ୍ଚରାରେ ଭାଙ୍ଗିଲା ୫୦ ବର୍ଷର ପରମ୍ପରା: ମନ୍ଦିର ଦ୍ୱାର ବନ୍ଦ, ବାହାରେ ପୂଜା କଲା ପ୍ରଶାସନ

କୋକସରା, ୨୭।୩ (ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲ୍ଲା କୋକସରା ବ୍ଲକର ପ୍ରସିଦ୍ଧ ପର୍ଯ୍ୟଟନ ତଥା ଧାର୍ମିକ ପୀଠ ଗୁଡହାଣ୍ଡି ଡୋକରୀଚଞ୍ଚରାଠାରେ ଚଳିତ ବର୍ଷ ଶ୍ରୀରାମ ନବମୀ…

ପ୍ରକାଶ ପାଇଲା ଭଞ୍ଜନଗର କେନ୍ଦ୍ରୀୟ ବିଦ୍ୟାଳୟର ବାର୍ଷିକ ପରୀକ୍ଷା ଫଳ; ଅଭିଭାବକ-ଶିକ୍ଷକ ସମନ୍ୱୟ ଉପରେ…

ଭଞ୍ଜନଗର,୨୭।୩(ବାବୁଲା ପ୍ରଧାନ)-ଶୁକ୍ରବାର ସମଗ୍ର ଦେଶରେ ଥିବା ବିଭିନ୍ନ କେନ୍ଦ୍ରୀୟ ବିଦ୍ୟାଳୟର ପ୍ରଥମରୁ ନବମ ଏବଂ ଏକାଦଶ ଶ୍ରେଣୀର ବାର୍ଷିକ ପରୀକ୍ଷା ଫଳ ପ୍ରକାଶିତ ହୋଇଛି। ମାଟ୍ରିକ ଏବଂ…

ବେଆଇନ ‘ସାହାରା ନର୍ସିଂହୋମ’କୁ ପୁଣି ସିଲ କଲା ପୋଲିସ: ବିନା ଲାଇସେନ୍ସରେ…

ଦିଗପହଣ୍ଡି, ୨୭।୩ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଡେଙ୍ଗାଓସ୍ତା ମୁଖ୍ୟ ରାସ୍ତାକଡ଼ରେ ଥିବା ‘ସାହାରା ନର୍ସିଂହୋମ’କୁ ଶୁକ୍ରବାର ଅପରାହ୍ନରେ ପୋଲିସ ଓ ପ୍ରଶାସନ…

ଚଳନ୍ତା ଟ୍ରେନ୍‌ରୁ ଡେଇଁ ପଡ଼ିଲେ ଯୁବକ, ଆଉ ତା’ପରେ…

ଛତ୍ରପୁର,୨୭ା୩(ଦିଲୀପ ସାମଲ): ଗଞ୍ଜାମ ଜିଲା ଛତ୍ରପୁର ନିକଟରେ ଚଳନ୍ତା ଟ୍ରେନରୁ ଖସିପଡି ଜଣେ ଯୁବକ ଆହତ ହୋଇଛନ୍ତି। ସେ ହେଲେ କେନ୍ଦୁଝର ଜିଲା ଗୁଣ୍ଠପୁର ଅଞ୍ଚଳର ବିକ୍ରମ…

ରାସ୍ତାକଡ଼ ବୁଦା ଭିତରୁ ମିଳିଲା ପୁଳାପୁଳା ସରକାରୀ ଔଷଧ, ଏକ୍ସପାଏରୀ ଡେଟ୍‌ ଥିଲେ ସୁଦ୍ଧା କିଏ ଫିଙ୍ଗିଲା ସେ ନେଇ…

ସୁନ୍ଦରଗଡ଼, ୨୭।୩(ଜୟ ନାରାୟଣ ମେଣ୍ଡୁଳି): ସରକାର ଗରିବ ଲୋକଙ୍କୁ ମାଗଣାରେ ସ୍ବାସ୍ଥ୍ୟସେବା ଓ ଔଷଧ ଯୋଗାଇବା ପାଇଁ କୋଟି କୋଟି ଟଙ୍କା ଖର୍ଚ୍ଚ କରୁଥିବା ବେଳେ, ସୁନ୍ଦରଗଡ଼ରେ…

ବିଦ୍ୟୁତ୍‌ କାଟ୍‌କୁ ନେଇ ବଢୁଛି ଅସନ୍ତୋଷ

ଶେରଗଡ଼,୨୭ା୩(ସୂର୍ଯ୍ୟ ନାରାୟଣ ଦାଶ): ଶେରଗଡ଼ରେ ବିଦ୍ୟୁତ୍‌ ବିଭ୍ରାଟ ଦିନକୁ ଦିନ ବଢ଼ିବାରେ ଲାଗିଛି। ମେଣ୍ଟେନାନ୍ସ ଆଳରେ ଏପରି ବିଦ୍ୟୁତ୍‌ କାଟ କରାଯାଉଥିବା ଅଭିଯୋଗ ହେଉଛି। ଏପରି ଦିନକୁ…

ଏପ୍ରିଲ ୧ରୁ ଆରମ୍ଭ ହେବ ମାରାଗୁଡ଼ା ଲୋକମହୋତ୍ସବ

ନୂଆପଡ଼ା,୨୭ା୩(ମକାରୁ ବେମାଲ): ନୂଆପଡ଼ା ଜିଲାର ଐତିହ୍ୟ, ଲୋକକଳା ଓ ସଂସ୍କୃତିର ମହାପାର୍ବଣ ମାରାଗୁଡ଼ା ଲୋକମହୋତ୍ସବ ଆସନ୍ତା ଏପ୍ରିଲ ୧ରୁ ୫ ତାରିଖ ପର୍ଯ୍ୟନ୍ତ ନୂଆପଡ଼ାର ନ୍ୟାଶନାଲ ମହାବିଦ୍ୟାଳୟ…

ଓଡିଶାର ଶ୍ରେଷ୍ଠ ପୋଲିସ ଥାନା ଘୋଷଣା: ବାଜିମାରିଲା ଏହି ଥାନା

ଛତ୍ରପୁର, ୨୭/୩ (ଦିଲ୍ଲୀପ ସାମଲ): ଭାରତ ସରକାରଙ୍କ ଗୃହ ମନ୍ତ୍ରଣାଳୟ ଦ୍ୱାରା ଗଞ୍ଜାମ ପୋଲିସ ଜିଲାର ବଡ଼ଗଡ଼ ପୋଲିସ ଥାନା ୨୦୨୫ ବର୍ଷ ପାଇଁ ଓଡ଼ିଶାର ଶ୍ରେଷ୍ଠ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri