ବିଜେଡିରେ ମିଶିଲେ ରଘୁନାଥ ମହାନ୍ତି-ଜୀବନ ପ୍ରଦୀପ ଦାସ

ଭୁବନେଶ୍ବର,୨୫।୩: ଚର୍ଚ୍ଚାର ଅନ୍ତ ଘଟିଲା ।  ବିଜେଡିକୁ ଫେରିଲେ ରଘୁନାଥ ମହାନ୍ତି ଓ ଜୀବନ ପ୍ରଦୀପ ଦାସ । କିଛି ଦିନ ହେବ ସେମାନେ ବିଜେଡିରେ ସାମିଲ ହେବା ନେଇ ଚର୍ଚ୍ଚା ହେଉଥିବା ବେଳେ ଆଜି ଦେବୀ ମିଶ୍ର ଓ ପ୍ରଣବ ପ୍ରକାଶ ଦାସଙ୍କ ଉପସ୍ଥିତିରେ ସେମାନେ ଦଳରେ ସାମିଲ ହୋଇଛନ୍ତି । ବାଲେଶ୍ଵର ଜିଲାର ରାଜନୀତିରେ ଏବେ ନୂଆ ସମୀକରଣ ହେବାକୁ ଯାଉଛି ବୋଲି ଚର୍ଚ୍ଚା ହେଉଛି ।

ରଘୁନାଥ ମହାନ୍ତି ଶେଷ ଥର ପାଇଁ ଆଇନ ମନ୍ତ୍ରୀ ଭାବେ କାର୍ଯ୍ୟ କରିଥିଲେ । ପୂର୍ବରୁ ୫ ଥର ବସ୍ତାରୁ ବିଧାୟକ ହୋଇଥିଲେ । ବିଜେଡିର ଜଣେ ଟାଣୁଆ ନେତା ଭାବରେ ପରିଚିତ ଥିଲେ । ହେଲେ  ୨୦୧୯ରେ ବିଜେଡି ଛାଡି ଭାଜପାରେ ସାମିଲ ହେବା ସହ ବସ୍ତା ଆସନରୁ ନିର୍ବାଚନ ଲଢିଥିଲେ । କିନ୍ତୁ ସେ ପରାଜୟ ହୋଇଥିଲେ ।

ଅନ୍ୟପଟେ ଜୀବନ ପ୍ରଦୀପ ଦାସଙ୍କ ବିଷୟରେ କହିବାକୁ ଗଲେ ସେ ପୂର୍ବରୁ ବିଜେଡି ଟିକେଟରେ ବାଲେଶ୍ୱରରୁ ବିଧାୟକ ନିର୍ବାଚିତ ହୋଇଥିଲେ । ୨୦୧୪ରେ ବିଜେଡି ଟିକେଟରୁ ବିଧାନସଭାକୁ ନିର୍ବାଚିତ ହୋଇଥିଲେ ହେଁ ୨୦୧୯ରେ ସେ ପରାଜୟ ବରଣ କରିଥିଲେ ।  ମଦନ ମୋହନ ଦତ୍ତଙ୍କ ଦେହାନ୍ତ ପରେ ଉପନିର୍ବାଚନ ହୋଇଥିଲେ ହେଁ ଦଳ ତାଙ୍କୁ ଟିକେଟ ଦେଇନଥିଲା । ୨୦୨୦ ନଭେମ୍ବର ମାସରେ ତାଙ୍କୁ ବିଜେଡିରୁ ନିଲମ୍ବନ କରାଯାଇଥିଲା। ଏହାପରେ ସେ ଭାଜପାରେ ଯୋଗଦେଇଥିଲେ ହେଁ ପୁଣିଥରେ ଭାଜପାରୁ ଇସ୍ତଫା ଦେଇଥିଲେ । ଏବେ ପୁଣି ସେମାନେ ବିଜେଡିରେ ସାମିଲ୍ ହୋଇଛନ୍ତି ।

 

Dharitri – Odisha’s No.1 Odia Daily

 


Enter your email to get our daily news in your inbox.

All Right Reserved By Dharitri.Com

ୟୁକାଲିପଟାସ୍‌ ଚାଷ ନିଷିଦ୍ଧ ପାଇଁ କୋରାପୁଟ ଡିଏଫ୍‌ଓଙ୍କୁ ତଦନ୍ତ ନିର୍ଦ୍ଦେଶ

କୋରାପୁଟ,୨୪ା୬(ଅମିତାଭ ବେହେରା): କୋରାପୁଟର ତଫସିଲଭୁକ୍ତ ଅଞ୍ଚଳରେ ବଢ଼ୁଥିବା ୟୁକାଲିପଟାସ୍‌ ଚାଷକୁ ନେଇ ଉଠିଥିବା ଅଭିଯୋଗ ପ୍ରତି ରାଜ୍ୟ ସରକାର ତତ୍ପରତା ପ୍ରକାଶ କରିଛନ୍ତି। ଏହି ଚାଷ ଉପରେ…

ସରକାରଙ୍କ ବଡ଼ ଘୋଷଣା, ପ୍ରତିବର୍ଷ ୫ ଲକ୍ଷ ଶିଶୁଙ୍କୁ ଦେବେ ସୁନା ମୁଦି

ଚେନ୍ନାଇ,୨୪ା୬ : ମୁଖ୍ୟମନ୍ତ୍ରୀ ସି. ଜୋସେଫ ବିଜୟଙ୍କ ନେତୃତ୍ୱରେ ତାମିଲନାଡୁ ସରକାର ପ୍ରତିଦିନ ନୂଆ ନୂଆ ନିଷ୍ପତ୍ତି ନେଉଛନ୍ତି । ସରକାର ଏବେ ପ୍ରତ୍ୟେକ ନବଜାତ ଶିଶୁକୁ…

ବାସୁଦେବପୁରରେ ହତ୍ୟାକାଣ୍ଡ: ଝିଆରୀଙ୍କୁ ପିଟିପିଟି ମାରିଦେଲେ ଦାଦା, ପୂରା ଘଟଣା ଜାଣିଲେ…

ବାସୁଦେବପୁର,୨୪ା୬(କାଳୀପଦ ରାୟ): ଭଦ୍ରକ ଜିଲା ବାସୁଦେବପୁର ପୌରାଞ୍ଚଳର ଭୈରବପୁର ଗ୍ରାମରେ ଏକ ଲୋମହର୍ଷଣକାରୀ ହତ୍ୟାକାଣ୍ଡ ଘଟିଛି। ଲୁଗା ଶୁଖାଇବା ପାଇଁ ପୋତିଥିବା ବାଉଁଶକୁ ନେଇ ଘଟିଛି ଘଟଣା।…

ଭୟଙ୍କର ଦୁର୍ଘଟଣା: ବାଇକ୍‌କୁ ଧକ୍କାଦେଲା ବୋଲେରୋ, ପୁଣି ପଛପଟୁ ଧକ୍କାଦେଲା ଆଉ ଏକ ଟ୍ରକ୍‌, ତା’ପରେ…

ବଞ୍ଚୋ,୨୪ା୬(ପ୍ରଦୋଷ ବିଶ୍ୱାଳ): କେନ୍ଦୁଝର ଜିଲା ଆନନ୍ଦପୁର ରିଙ୍ଗ ରୋଡ୍‌ରେ ବୁଧବାର ଏକ ଭୟଙ୍କର ସଡ଼କ ଦୁର୍ଘଟଣା ଘଟିଛି। ଏକ ବୋଲେରୋ ଗୋଟିଏ ବାଇକ୍‌କୁ ଧକ୍କାଦେବା ପରେ ବାଇକ୍‌…

ଶ୍ରମିକମାନେ କାମ କରୁଥିବା ବେଳେ ଭୁଶୁଡ଼ିଲା ଗୋଦାମ, ମୃତ୍ୟୁ ସଂଖ୍ୟା….

କୋଲକାତା,୨୪ା୬: ପଶ୍ଚିମ କୋଲକାତାର ତାରାତାଲା ଅଞ୍ଚଳରେ ଏକ ନିର୍ମାଣାଧୀନ ଗୋଦାମ ବୁଧବାର ଅପରାହ୍ନରେ ହଠାତ୍ ଭୁଶୁଡ଼ିଲା । ଭଗ୍ନାବଶେଷ ତଳେ ପ୍ରାୟ ୫୦-୬୦ ଜଣ ଫସି ରହିଛନ୍ତି…

ଯୁବକଙ୍କୁ ମରଣାନ୍ତକ ଆକ୍ରମଣ, ଛୁରାମାଡ଼ ପରେ…

ପଦ୍ମପୁର,୨୪ା୬(ପ୍ରଦୀପ୍ତ ଦାଶ): ବରଗଡ଼ ଜିଲା ବୁଡେନ ଥାନା ଅନ୍ତର୍ଗତ ଗଡ଼ଭାଟି ଗ୍ରାମର ଜଣେ ଯୁବକଙ୍କୁ ମରଣାନ୍ତକ ଆକ୍ରମଣ ଓ ଛୁରାମାଡ଼ କରାଯାଇଥିବା ଅଭିଯୋଗରେ ବୁଡେନ ଥାନାରେ ଏକ…

ଘାଟିରେ ଓଲଟିଲା ଟ୍ରକ୍‌: ତଳେ ଚାପି ହୋଇ ଚାଲିଗଲା ଜଣଙ୍କ ଜୀବନ, ଦୁଇ ଗୁରୁତର

ମୋହନା,୨୪ା୬(ମନ୍ମଥ ମିଶ୍ର): ଘାଟିରେ ଓଲଟିଲା ଟ୍ରକ୍‌, ଦୁର୍ଘଟଣାରେ ଟ୍ରକ୍‌ ତଳେ ଚାପି ହୋଇ ଜଣଙ୍କ ମୃତ୍ୟୁ ଘଟିଥିବା ବେଳେ ଦୁଇଜଣ ଗୁରୁତର ଆହତ ହୋଇଛନ୍ତି। ସମସ୍ତେ ପଶ୍ଚିମବଙ୍ଗର…

ନିର୍ବାହୀ ଯନ୍ତ୍ରୀ ପଦ୍ମଲୋଚନଙ୍କୁ ବାନ୍ଧିଲା ଭିଜିଲାନ୍ସ: ନିଜ ଆୟଠାରୁ ୧୧୯% ଅଧିକ ସମ୍ପତ୍ତି ଠୁଳ ଅଭିଯୋଗ

ଭୁବନେଶ୍ୱର/ସମ୍ବଲପୁର,୨୪।୬: ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ସମ୍ବଲପୁର କମାଣ୍ଡ ଏରିଆ ଡେଭଲପମେଣ୍ଟ ଅଥରିଟି (ସିଏଡିଏ) ବା ସେଚାଞ୍ଚଳ ଉନ୍ନୟନ ପ୍ରାଧିକରଣ ନିର୍ବାହୀ ଯନ୍ତ୍ରୀ (କୃଷି) ଇଂ.…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri