ଭାଜପା ଛାଡ଼ିଲେ ରଘୁନାଥ ମହାନ୍ତି

ଭୁବନେଶ୍ୱର,୬ା୪: ବରିଷ୍ଠ ନେତା ରଘୁନାଥ ମହାନ୍ତି ଶନିବାର ଭାଜପା ଛାଡ଼ିଛନ୍ତି। ସେ ତାଙ୍କର ଇସ୍ତଫାପତ୍ର ଭାଜପା ସଭାପତି ମନମୋହନ ସାମଲଙ୍କ ନିକଟକୁ ପଠାଇ ଦେଇଛନ୍ତି। ପୂରା ପରିବାର ସହ ରଘୁନାଥ ଭାଜପା ଛାଡ଼ିଥିବା ଜଣାପଡ଼ିଛି।

ରଘୁନାଥ ୧୯୯୦ ଓ ୧୯୯୫ରେ ଓଡ଼ିଶା ବିଧାନସଭା ନିର୍ବାଚନରେ ଜନତା ଦଳର ପ୍ରାର୍ଥୀ ଭାବରେ ବସ୍ତା ବିଧାନସଭା କ୍ଷେତ୍ରରୁ ନିର୍ବାଚିତ ହୋଇଥିଲେ ।

ଏହାପରେ ୨୦୦୦, ୨୦୦୪ ଓ ୨୦୦୯ରେ ଓଡ଼ିଶା ବିଧାନସଭା ନିର୍ବାଚନରେ ସେ ବିଜୁ ଜନତା ଦଳର ପ୍ରାର୍ଥୀ ଭାବରେ ପୁଣିଥରେ ବସ୍ତା ବିଧାନସଭା ନିର୍ବାଚନ ମଣ୍ଡଳୀରୁ ଯଥାକ୍ରମେ ୧୨ତମ, ୧୩ତମ, ୧୪ତମ ବିଧାୟକ ଭାବେ ନିର୍ବାଚିତ ହୋଇଥିଲେ ।

ରଘୁନାଥ ୧୩ତମ ଓଡ଼ିଶା ବିଧାନସଭାରେ ନବୀନ ପଟ୍ଟନାୟକଙ୍କ ମନ୍ତ୍ରିମଣ୍ଡଳରେ ପଞ୍ଚାୟତିରାଜ ଓ ସଂସଦୀୟ ବ୍ୟାପାର ମନ୍ତ୍ରୀ ଭାବରେ ୧୭ ମଇ ୨୦୦୬ରୁ ୨୧ ମଇ ୨୦୦୯ ଯାଏ କାର୍ଯ୍ୟ କରିଥିଲେ।  ଏହା ପରେ ୧୪ତମ ଓଡ଼ିଶା ବିଧାନସଭାରେ ସେ ଶିଳ୍ପ, ଇସ୍ପାତ ଓ ଖଣି ଏବଂ ବୈଦେଶିକ ବ୍ୟାପର ମନ୍ତ୍ରୀ ଭାବରେ ୨୨ ମେ’ ୨୦୦୯, ୨ ଅଗଷ୍ଟ ୨୦୧୨ ଯାଏ କାର୍ଯ୍ୟ କରିଥିଲେ। ୨ ଅଗଷ୍ଟ ୨୦୧୨ରୁ ୧୫ ମାର୍ଚ୍ଚ ୨୦୧୩ଯାଏ ସେ ଆଇନ, ସୂଚନା ଓ ପ୍ରଯୁକ୍ତି ବିଦ୍ୟା ଏବଂ ଗୃହ ଓ ନଗର ଉନ୍ନୟନ ବିଭାଗର ମନ୍ତ୍ରୀ ଭାବରେ କାର୍ଯ୍ୟ କରିଥିଲେ ।

୨୦୧୦ରେ ଭାଜପା ଟିକେଟ୍‌ରେ ବି ଲଢ଼ିଥିଲେ। ସେ ସରକାରୀ ଦଳର ମୁଖ୍ୟ ସଚେତକ ଏବଂ ମନ୍ତ୍ରୀ ମଧ୍ୟ ଥିଲେ। ବଧୂ ନିର୍ଯାତନା ମାମଲାରେ ଗିରଫ ହୋଇଥିଲେ। ଏହା ପରେ ବିଜେଡି ତାଙ୍କୁ ଦଳରୁ ନିଲମ୍ବନ କରିଥିଲା। ପରେ ସେ ଭାଜପାରେ ଯୋଗ ଦେଇଥିଲେ। ଆଜି ସେ ଭାଜପା ଛାଡ଼ିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଟ୍ରମ୍ପ ଛାନିଆ! ଯୁଦ୍ଧ ବନ୍ଦ କରିବା ପାଇଁ ଆମେରିକାର ପ୍ରସ୍ତାବକୁ ପ୍ରତ୍ୟାଖାନ କଲା ଇରାନ, ରଖିଲା ୫ ସର୍ତ୍ତ

ନୂଆଦିଲ୍ଲୀ,୨୫।୩:  ଇରାନ ଆମେରିକାର ୧୫-ସୂତ୍ରୀ ଶାନ୍ତି ପ୍ରସ୍ତାବକୁ ପ୍ରତ୍ୟାଖ୍ୟାନ କରିଛି । ଇରାନର ସରକାରୀ ଟେଲିଭିଜନ ପକ୍ଷରୁ ଏହି ଦାବି କରାଯାଇଛି । ଆମେରିକା ଦେଇଥିବା ପ୍ରସ୍ତାବକୁ ଇରାନ…

ସର୍ବଦଳୀୟ ବୈଠକ ସମୟରେ ପାକିସ୍ତାନ ଉପରେ ବର୍ଷିଲେ ବୈଦେଶିକ ମନ୍ତ୍ରୀ, ‘ଆମେ ଦଲାଲ ଦେଶ ହୋଇପାରିବୁନି’

ନୂଆଦିଲ୍ଲୀ,୨୫।୩: ମଧ୍ୟପ୍ରାଚ୍ୟରେ ଚାଲିଥିବା ସଙ୍କଟ ଉପରେ ଆଲୋଚନା କରିବା ପାଇଁ ବୁଧବାର ଏକ ସର୍ବଦଳୀୟ ବୈଠକ ଡକାଯାଇଥିଲା। ବୈଠକ ସମୟରେ, ବୈଦେଶିକ ମନ୍ତ୍ରୀ ଏସ. ଜୟଶଙ୍କରଙ୍କୁ ଇରାନ…

ଥୁଆମୂଳ ରାମପୁରରେ କଲାପତରିଆ ବାଘ ଆତଙ୍କ: ମୁଖ୍ୟ ରାସ୍ତାରେ ମୁହାଁମୁହିଁ ହେଲେ କାର ଚାଳକ, Video ଭାଇରାଲ

ଥୁଆମୂଳ ରାମପୁର, ୨୫/୦୩ (ଦୁର୍ଗା କୀର୍ତ୍ତି):କଳାହାଣ୍ଡି ଜିଲ୍ଲା ଥୁଆମୂଳ ରାମପୁର ବ୍ଲକ ଅନ୍ତର୍ଗତ ତଳଆମ୍ବ ପଦର ଗ୍ରାମ ପଞ୍ଚାୟତ ଅଞ୍ଚଳରେ ଏକ କଲାପତରିଆ ବାଘ ବୁଲୁଥିବା ଖବର…

ଥାନା ସମ୍ମୁଖରେ ଯୁବକଙ୍କୁ ଆକ୍ରମଣ ଘଟଣା, ୪ଅଭିଯୁକ୍ତଙ୍କୁ ଗିରଫ କରି କୋର୍ଟ ଚାଲାଣ…

ବରଗଡ଼,୨୫।୩(ପ୍ରେମାନନ୍ଦ ଖମାରୀ): ବରଗଡ଼ ଟାଉନ ଥାନା ସମ୍ମୁଖ ହାଟପଦାରେ ମଙ୍ଗଳବାର ସନ୍ଧ୍ୟାରେ ସଂଘଟିତ ଆକ୍ରମଣ ଘଟଣାର ୪ଅଭିଯୁକ୍ତଙ୍କୁ ପୋଲିସ୍ ଗିରଫ କରିଛି । ଗିରଫ ଅଭିଯୁକ୍ତମାନେ ହେଲେ,…

ଅବସରପ୍ରାପ୍ତ ପ୍ରାଧ୍ୟାପକଙ୍କ ପରଲୋକ, ଅଞ୍ଚଳରେ ଶୋକର ଛାୟା 

ଦିଗପହଣ୍ଡି,୨୫।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସ୍ଥିତ ଖେମୁଣ୍ଡି କଲେଜର ଅବସରପ୍ରାପ୍ତ ପ୍ରାଧ୍ୟାପକ ଉଜ୍ଜଳ ପଣ୍ଡାଙ୍କ ୬୬ ବର୍ଷ ବୟସରେ ପରଲୋକ ହୋଇଛି । ସେ…

ଛତ୍ରପୁରରେ ଆରମ୍ଭ ହେଲା ୨୧ ଦିନିଆ ଦଣ୍ଡନାଚ, ମେରୁ ସଂକ୍ରାନ୍ତିରେ….

ଛତ୍ରପୁର,୨୫ା୩(ଦିଲ୍ଲୀପ ସାମଲ) : ଗଞ୍ଜାମ ଜିଲାର ଏକ ପ୍ରସିଦ୍ଧ ପର୍ବ ଦଣ୍ଡଯାତ୍ରା । ଏହି ଯାତ୍ରାରେ ଶିବ ଓ କାଳୀଙ୍କୁ ପୂଜା କରାଯାଇଥାଏ । ଏହି ଯାତ୍ରା…

କାଳ ହେଲା କାଳବୈଶାଖୀ; ଉଡେଇଲା-ବୁଡେଇଲା, ୧୫ରୁ ଉର୍ଦ୍ଧ ପରିବାର ସର୍ବସ୍ବାନ୍ତ

ଆନନ୍ଦପୁର,୨୫ା୩(ସୁଶାନ୍ତ କୁମାର ସାହୁ): କେନ୍ଦୁଝର ଜିଲା ଆନନ୍ଦପୁର ବ୍ଲକ୍‌ରେ ବୁଧବାର ଅପରାହ୍ନ ୩ ଟା ସମୟରେ ହୋଇଥିବା କାଳବୈଶାଖୀ ପ୍ରଭାବରେ ବିଭିନ୍ନ ସ୍ଥାନରେ ବ୍ୟାପକ କ୍ଷୟକ୍ଷତି ହୋଇଛି…

ସମୁଦ୍ର ତଳେ ‘ଡ୍ରାଗନ’ର ଚକ୍ରବ୍ୟୁହ, ପନଡୁବ୍ବି ଯୁଦ୍ଧ ପାଇଁ ସଜବାଜ ହେଉଛି ଚାଇନା; ଆମେରିକାର ହଜିଲା ନିଦ!

ବେଜିଂ,୨୫।୩: ଇସ୍ରାଏଲ-ଆମେରିକା ଏବଂ ଇରାନ ମଧ୍ୟରେ ଚାଲିଥିବା ଉତ୍ତେଜନା ମଧ୍ୟରେ ଚାଇନା ଏବେ ଏକ ନୂଆ ପଦକ୍ଷେପ ପାଇଁ ଚର୍ଚ୍ଚାକୁ ଆସିଛି। ଚାଇନା ବିଶ୍ୱର ବିଭିନ୍ନ ପ୍ରାନ୍ତରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri