ହାଏରେ ବିଧାତା: ପଦ୍ମବିଭୂଷଣ ରଘୁନାଥ ମହାପାତ୍ରଙ୍କ ବଡ଼ ପୁଅ ବି କରୋନାରେ ଚାଲିଗଲେ

ଭୁବନେଶ୍ୱର,୨୦।୫(ବ୍ୟୁରୋ): ବିଧିର ବିଧାନ ବଡ଼ ବିଚିତ୍ର। ଦଇବ ଦାଉ ସାଧିଲା। ଗୋଟିଏ ପରିବାରରୁ ଆଗପଛ ହୋଇ ବାପା ଏବଂ ୨ ପୁଅଙ୍କୁ ନେଇଯାଇଛି କରୋନା। ୧୨ଦିନ ପୂର୍ବରୁ ବାପା ପରପାରିକୁ ଚାଲିଯାଇଥିବା ବେଳେ ବୁଧବାର ସାନ ପୁଅଙ୍କର ମୃତ୍ୟୁ ଘଟିଥିଲା। ତେବେ ପଦ୍ମବିଭୂଷଣ ରଘୁନାଥ ମହାପାତ୍ରଙ୍କ ଦ୍ୱାଦଶାହରେ ତାଙ୍କ ବଡ଼ପୁଅ ଯଶୋବନ୍ତ ମହାପାତ୍ରଙ୍କ ଦେହାନ୍ତ ହୋଇଛି। ମୃତ୍ୟୁ ବେଳକକୁ ତାଙ୍କୁ ୫୨ ବର୍ଷ ହୋଇଥିଲା। ସେ କରୋନାରେ ଆକ୍ରାନ୍ତ ହୋଇ ଭୁବନେଶ୍ୱରସ୍ଥିତ ଏକ ଘରୋଇ ହସ୍ପିଟାଲରେ ଭର୍ତ୍ତି ହୋଇଥିଲେ। ତେବେ ଚିକିତ୍ସାଧୀନ ଅବସ୍ଥାରେ ଗୁରୁବାର ତାଙ୍କର ଦେହାନ୍ତ ହୋଇଥିବା ଜଣାପଡ଼ିଛି।

ରଘୁନାଥ ମହାପାତ୍ର ଏବଂ ସାନ ପୁଅ ତଥା ରଣଜୀ ଖେଳାଳି ପ୍ରଶାନ୍ତ ମହାପାତ୍ର କରୋନା ସଂକ୍ରମିତ ହୋଇ ଭୁବନେଶ୍ୱର ଏମ୍ସରେ ଭର୍ତ୍ତି ହୋଇଥିବା ବେଳେ ଉଭୟଙ୍କର ଦେହାନ୍ତ ହୋଇଥିଲା। ସେହିପରି ବଡ଼ପୁଅ ଯଶୋବନ୍ତଙ୍କର ସମ୍‌ ହସ୍ପିଟାଲରେ କରୋନାରେ ଦେହାନ୍ତ ହୋଇଛି। ମେ ୯ ତାରିଖ ଅପରାହ୍ନରେ ବିଶିଷ୍ଟ ସ୍ଥପତି ପଦ୍ମବିଭୂଷଣ ରଘୁନାଥ ମହାପାତ୍ରଙ୍କ ପରଲୋକ ହୋଇଥିଲା। ପରେ ସାନପୁଅ ପ୍ରଶାନ୍ତଙ୍କ ଅବସ୍ଥା ଗୁରୁତର ଥିବାରୁ ତାଙ୍କୁ ଭେଣ୍ଟିଲେଟରରେ ରଖାଯାଇଥିଲା। ତେବେ ଗତକାଲି ପ୍ରଶାନ୍ତଙ୍କର ଦେହାନ୍ତ ହୋଇଥିବା ବେଳେ ଆଜି ବଡ଼ ପୁଅ ବି କରୋନାରେ ଚାଲିଗଲେ।

ଆଗପଛ ହୋଇ ଗୋଟିଏ ବିଶିଷ୍ଟ ପରିବାରର ବାପା ଏବଂ ଦୁଇ ପୁଅ ପରପାରିକୁ ଚାଲିଯାଇଛନ୍ତି। ଏନେଇ ବିଭିନ୍ନ ମହଲରେ ଶୋକ ପ୍ରକାଶ ପାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ନା ହର୍ମୁଜ ଖୋଲୁଛି ନା ଇରାନ ନଇଁବାକୁ ରାଜି….ଦିନକୁ ଦିନ ଭାଙ୍ଗୁଛି ଟ୍ରମ୍ପଙ୍କ ସୁପରପାଓ୍ବାର ଦମ୍ଭ?

ୱାଶିଂଟନ୍/ତେହେରାନ୍,୨।୪: ବିଶ୍ୱର ସବୁଠାରୁ ଗୁରୁତ୍ୱପୂର୍ଣ୍ଣ ଜଳପଥ ‘ହର୍ମୁଜ ପ୍ରଣାଳୀ’କୁ ନେଇ ସୃଷ୍ଟି ହୋଇଥିବା ଯୁଦ୍ଧ ପରିସ୍ଥିତି ଏବେ ଅତି ଭୟଙ୍କର ରୂପ ଧାରଣ କରିଛି। ଗୋଟିଏ ପଟେ…

ମୃତ୍ୟୁ ପରେ ବି ଅମର ରମେଶ: ଅଙ୍ଗଦାନ ପରେ ପ୍ରଶାସନ ପକ୍ଷରୁ ଦିଆଗଲା’ଗାର୍ଡ ଅଫ ଅନର’

ମୋହନା, ୨।୪( ମନ୍ମଥ ମିଶ୍ର ): ମଣିଷ ଚାଲିଗଲେ ମଧ୍ୟ ତାଙ୍କର ଅଙ୍ଗ ଅନ୍ୟ ଜଣଙ୍କ ଶରୀରରେ ଜୀବିତ ରହିପାରେ, ଏହାର ଏକ ଜ୍ୱଳନ୍ତ ଉଦାହରଣ ସାଜିଛନ୍ତି…

ରାଜ୍ୟରେ ସକାଳୁଆ ହେଲା ସ୍କୁଲ, ଗଣଶିକ୍ଷା ବିଭାଗର ନିର୍ଦ୍ଦେଶ ଅନୁଯାୟୀ ଏଣିକି…

ଭୁବନେଶ୍ୱର,୨।୪: ରାଜ୍ୟରେ  ପ୍ରବଳ ଗ୍ରୀଷ୍ମ ପ୍ରବାହକୁ ଦୃଷ୍ଟିରେ ରଖି ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ପକ୍ଷରୁ ଏକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନିଆଯାଇଛି। ଏଣିକି ରାଜ୍ୟର ସମସ୍ତ ସ୍କୁଲରେ…

ପୋଷ୍ଟ ଅଫିସକୁ ପଶି ଆସିଲା ବିରାଟକାୟ ଅହିରାଜ: ଆତଙ୍କିତ ହୋଇ ଟେକା ପଥର ମାରିଲେ ଲୋକେ, ପରେ…

ଆନନ୍ଦପୁର, ୨।୪(ସୁଶାନ୍ତ କୁମାର ସାହୁ): କେନ୍ଦୁଝର ଜିଲା ଆନନ୍ଦପୁର ଉପଖଣ୍ଡ ହଦଗଡ଼ ଅଞ୍ଚଳରେ ଏକ ଅଭାବନୀୟ ଦୃଶ୍ୟ ଦେଖିବାକୁ ମିଳିଛି। ଗୁରୁବାର ଦିନ ହଦଗଡ଼ ରେଞ୍ଜ ଅଧୀନରେ…

ଟ୍ରେନ୍ ଯାତ୍ରୀଙ୍କ ପାଇଁ IRCTC ର ‘ଡିଜିଟାଲ୍ ଢାବା’: ଏବେ ଗୋଟିଏ କ୍ଲିକରେ ସିଟ୍‌ରେ ପହଞ୍ଚିବ ଗରମାଗରମ ଖାଦ୍ୟ! ଜାଣନ୍ତୁ କେମିତି…

ନୂଆଦିଲ୍ଲୀ,୨।୪: ଭାରତୀୟ ରେଳରେ ଯାତ୍ରା କରୁଥିବା ଯାତ୍ରୀଙ୍କ ପାଇଁ ଏକ ବଡ଼ ସୁବିଧା ନେଇ ଆସିଛି IRCTC। ଏବେ ମେଲ କିମ୍ବା ଏକ୍ସପ୍ରେସ ଟ୍ରେନରେ ଯାତ୍ରା ସମୟରେ…

ହର୍ମୁଜ୍ ପ୍ରଣାଳୀ ନେଇ ଇରାନର ବଡ଼ ଘୋଷଣା, ଆମର ଭାରତୀୟ ବନ୍ଧୁମାନେ ସୁରକ୍ଷିତ…..

ନୂଆଦିଲ୍ଲୀ,୨ା୪: ପଶ୍ଚିମ ଏସିଆରେ ଚାଲିଥିବା ବିବାଦ ମଧ୍ୟରେ, ଇରାନ ଭାରତ ସମ୍ପର୍କରେ ଏକ ଗୁରୁତ୍ୱପୂର୍ଣ୍ଣ ବିବୃତ୍ତି ଜାରି କରିଛି। ଇରାନ କହିଛି ଯେ ଏହାର ଭାରତୀୟ ବନ୍ଧୁମାନଙ୍କୁ…

ମା’ ଦକ୍ଷିଣ କାଳୀଙ୍କ ୧୩ଦିନିଆ ଦଣ୍ଡ ଯାତ୍ରା ଆରମ୍ଭ, ଢହଢହ ଖରାରେ ଭୋକତା ଭୋଗିବେ….

ଗଞ୍ଜାମ,୧।୪(ବିଦ୍ୟାଧର ସାହୁ ): ଗଞ୍ଜାମ ସହର କଲେଜ ରୋଡ଼ ସ୍ଥିତ ମା’ ଦକ୍ଷିଣ କାଳୀଙ୍କ ତେର ଦିନିଆ ଦଣ୍ଡଯାତ୍ରା ଗୁରୁବାର ଶୁଭାରମ୍ଭ ହୋଇଛି । ମା’ ଦକ୍ଷିଣ…

ଇନଷ୍ଟାଗ୍ରାମରୁ ପ୍ରେମ ପରେ ଛୁଆ ଜନ୍ମ ଦେଲେ ୨୦ ବର୍ଷୀୟ ଯୁବତୀ; ଭୟରେ ବାଲଟିରେ ସିଲ୍ କରି ମନ୍ଦିରରେ ଛାଡିଦେଲେ, ତାପରେ…

ନୂଆଦିଲ୍ଲୀ,୨ା୪: ଇନଷ୍ଟାଗ୍ରାମରୁ ସାଙ୍ଗ ହେବା ପରେ ଗଢ଼ି ଉଠିଥିଲା ପ୍ରେମ ସମ୍ପର୍କ । ପରେ ୨୦ ବର୍ଷୀୟ ଯୁବତୀ ଜଣକ ଏକ ଛୁଆକୁ ଜନ୍ମ ଦେଇଥିଲେ ।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri