ଭୁବନେଶ୍ୱର, ୧୧।୫(ବ୍ୟୁରୋ): ଓଡ଼ିଶା ଲଳିତକଳା ଏକାଡେମୀ ପକ୍ଷରୁ ବିଶିଷ୍ଟ ଭାସ୍କର୍ଯ୍ୟ ଶିଳ୍ପୀ ପଦ୍ମବିଭୂଷଣ ରଘୁନାଥ ମହାପାତ୍ରଙ୍କ ବିୟୋଗରେ ସୋମବାର ଏକାଡେମୀ କାର୍ଯ୍ୟାଳୟରେ ଶୋକସଭା ଅନୁଷ୍ଠିତ ହୋଇଯାଇଛି। ସ୍ବର୍ଗତ ରଘୁନାଥଙ୍କ ଆତ୍ମାର ସଦ୍ଗତି ନିମନ୍ତେ ୨ ମିନିଟ୍ ନିରବ ପ୍ରାର୍ଥନା କରାଯାଇଥିଲା। ରଘୁନାଥ ହସ୍ତଶିଳ୍ପ ତାଲିମ କେନ୍ଦ୍ରରେ ଚାକିରୀ ଜୀବନ ଆରମ୍ଭ କରି ଓଡ଼ିଶାର ପାରମ୍ପରିକ ପ୍ରସ୍ତରକଳାକୁ ଉଜ୍ଜୀବିତ କରି ରଖିବା ପାଇଁ ପ୍ରୟାସ ଆରମ୍ଭ କରିଥିଲେ। ତାଙ୍କର ପ୍ରସ୍ତର ଶିଳ୍ପ କ୍ଷେତ୍ରରେ ଉତ୍କୃଷ୍ଟ କୃତି ନିମନ୍ତେ ସେ ଓଡ଼ିଶା ଲଳିତ କଳା ଏକାଡେମୀରୁ ରାଜ୍ୟ ପୁରସ୍କାର ଓ ଏକାଡେମୀର ସର୍ବୋଚ୍ଚ ସମ୍ମାନ ଧର୍ମପଦ ପୁରସ୍କାର ପାଇଥିଲେ। ସେହିପରି ପଦ୍ମବିଭୂଷଣ ସମ୍ମାନରେ ସମ୍ମାନିତ ହୋଇଥିଲେ। ଏହି ମହାନ ବ୍ୟକ୍ତିଙ୍କ ବିୟୋଗରେ ଓଡ଼ିଶା ଭାସ୍କର୍ଯ୍ୟ ଶିଳ୍ପୀ ଜଗତର ପିତାମହ ଭୀଷ୍ମ ଭାବେ ପରିଚିତ ଜଣେ ଉଚ୍ଚକୋଟୀର ଶିଳ୍ପୀଙ୍କୁ ହରାଇଛି ବୋଲି ଶିଳ୍ପୀ ଓ କଳାପ୍ରେମୀ ମତ ପ୍ରକାଶ କରିଛନ୍ତି। ସଭାରେ ଏକାଡେମୀର ସଭାପତି ସୁଦର୍ଶନ ପଟ୍ଟନାୟକ, ସଚିବ ଗଜେନ୍ଦ୍ର ପ୍ରସାଦ ସାହୁ, ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗ ନିର୍ଦ୍ଦେଶକ ରଞ୍ଜନ କୁମାର ଦାସ, ଉପନିର୍ଦ୍ଦେଶକ ସୁବୋଧ ଆଚାର୍ଯ୍ୟ ଉପସ୍ଥିତ ରହି ଶ୍ର୍ରଦ୍ଧାଞ୍ଜଳି ଜ୍ଞାପନ କରିଥିଲେ।
ନେପାଳ ବନ୍ୟା: ୧୧ ଦିନ ପରେ ଚମତ୍କାର: ପଙ୍କ କାଦୁଅ ଭିତରୁ ଜୀବିତ ଉଦ୍ଧାର ହେଲେ ମହିଳା
କାଠମାଣ୍ଡୁ,୫।୯: ନେପାଳର ନୂଆକୋଟ ଜିଲାର ବେତ୍ରାବତୀ ଅଞ୍ଚଳରେ ରିଲିଫ ଏବଂ ଉଦ୍ଧାର କାର୍ଯ୍ୟ ସମୟରେ ଏକ ଉଲ୍ଲେଖନୀୟ ଘଟଣା ସାମ୍ନାକୁ ଆସିଛି। ତ୍ରିଶୂଳୀ ନଦୀ ଅଞ୍ଚଳରେ ପ୍ରବଳ…
ଅଢ଼େଇ ବର୍ଷ ଯାଏ କଲବଲ କରିବେ ଶନି! ୩ ରାଶିରେ ସାଢେ ସାତ ଚାଲି; ଭାରି ଖରାପ…
ଜ୍ୟୋତିଷ ଶାସ୍ତ୍ରରେ ଶନିଙ୍କୁ କର୍ମ ଏବଂ ନ୍ୟାୟର କାରକ ଗ୍ରହ ବୋଲି ଧରାଯାଏ। ଶନିଙ୍କ ଗତି ଧୀମା ହୋଇଥିବାରୁ କୌଣସି ରାଶିରେ ତାଙ୍କର ଗୋଚର (ଚଳନ) ଦୀର୍ଘ…
କଳାହାଣ୍ଡି ପୋଲିସର ବଡ଼ ଧରଣର ଚଢ଼ାଉ: ୨୦ କୁଇଣ୍ଟାଲ ଗଞ୍ଜେଇ ଜବତ,୪ ଗିରଫ
ଭବାନୀପାଟଣା,୫।୯(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଏମ୍. ରାମପୁର ଥାନା ମୋହନଗିରି ଫାଣ୍ଡି ଅନ୍ତର୍ଗତ ଜାମୁଲି ଗ୍ରାମ ନିକଟସ୍ଥ ଜଙ୍ଗଲରେ ବେଆଇନ ଗଞ୍ଜେଇ ରଖାଯାଇଥିବା ଖବର ପାଇ…
Teachers Dayରେ ଭାବପ୍ରବଣ ହେଲେ ସଚିନ ତେନ୍ଦୁଲକର; ପିତାଙ୍କ ସ୍ମୃତିରେ ଆରମ୍ଭ କଲେ ଏକ ଅନନ୍ୟ ପ୍ରୟାସ
ମୁମ୍ବାଇ,୫।୯: ‘କ୍ରିକେଟର ଭଗବାନ’ ଭାବରେ ସମ୍ମାନିତ ସଚିନ ତେନ୍ଦୁଲକର ଆଜି ତାଙ୍କ ପିତାଙ୍କୁ ମନେ ପକାଇ ଭାବପ୍ରବଣ ହୋଇଗଲେ। ଶିକ୍ଷକ ଦିବସ ଅବସରରେ, ସେ ତାଙ୍କ ପିତା…
ବ୍ଲକସ୍ତରୀୟ ଗୁରୁଦିବସ,ଗୁରୁ ସମ୍ବର୍ଦ୍ଧନା ଉତ୍ସବ: ସୁନ୍ଦର ସମାଜ ଗଠନ ରେ ଶିକ୍ଷକଙ୍କ …
ଦାରିଙ୍ଗବାଡ଼ି, ୫।୯ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ିସ୍ଥିତ ରାଣୀଦୁର୍ଗା ରେସିଡେନ୍ସି ପରିସରରେ ଶନିବାର ବ୍ଲକସ୍ତରୀୟ ଗୁରୁଦିବସ ଓ ଗୁରୁ ସମ୍ବର୍ଦ୍ଧନା ଉତ୍ସବ ପାଳିତ ହୋଇଯାଇଛି। ଏଥିରେ…
‘ଶିକ୍ଷକଙ୍କ ହାତରେ ରହିଛି ଉତ୍ତମ ଶିଶୁ ଗଠନର ଦାୟିତ୍ୱ’
ଭୁବନେଶ୍ୱର,୫ା୯: ବାଲିପୁଟର ଇଂରାଜୀ ମାଧ୍ୟମ ବିଦ୍ୟାଳୟ ସେଣ୍ଟ୍ ଜାଭିଅର କିଡ୍ସରେ ନିଆରା ଢଙ୍ଗରେ ପାଳିତ ହୋଇଯାଇଛି ଗୁରୁଦିବସ। ବିଦ୍ୟାଳୟର ପ୍ରାର୍ଥନା ପର୍ବ ପରେ ପୂର୍ବତନ ରାଷ୍ଟ୍ରପତି ତଥା…
ବ୍ୟାଙ୍କ୍ ଆକାଉଣ୍ଟରେ ପୁରୁଣା ମୋବାଇଲ ନମ୍ୱର ଲିଙ୍କ୍ ଅଛି? ଘରେ ବସି ଏମିତି କରନ୍ତୁ ଅପଡେଟ୍
ନୂଆଦିଲ୍ଲୀ,୫।୯: ଆଜିକାଲି ବ୍ୟାଙ୍କ ଆକାଉଣ୍ଟ ସହିତ ମୋବାଇଲ ନମ୍ୱର ଲିଙ୍କ ରହିବା ଅତ୍ୟନ୍ତ ଜରୁରୀ। ଆକାଉଣ୍ଟରେ ଟଙ୍କା ଜମା ହେବାଠାରୁ ଆରମ୍ଭ କରି ଟଙ୍କା ଉଠାଇବା, ଅନଲାଇନ…
ସତ୍ସଙ୍ଗ ଚାଲିଥିବା ବେଳେ ଖଣ୍ଡାରେ ମରଣାନ୍ତକ ଆକ୍ରମଣ
ବାଙ୍କୀ, ୫।୯ (ଶୁଭେନ୍ଦୁ ମହାପାତ୍ର): ବାଙ୍କୀ ଥାନା ଅନ୍ତର୍ଗତ ବେଦପୁର ଗାଁରେ ପୂର୍ବ ଶତ୍ରୁତାକୁ କେନ୍ଦ୍ର କରି ଦୁଇ ଗୋଷ୍ଠୀ ମଧ୍ୟରେ ବଚସା ଓ ଗଣ୍ଡଗୋଳ ତୀବ୍ରତର…
Archives

