ଗଛଲତାରେ ପରିପୂର୍ଣ୍ଣ ତହସିଲ କ୍ୱାର୍ଟର୍ସ : କର୍ମଚାରୀ ରହୁନାହାନ୍ତି

ରଘୁନାଥପୁର,୨୮ା୭(ଡି.ଏନ.ଏ.): ଲକ୍ଷାଧିକ ଟଙ୍କା ବ୍ୟୟରେ ନିର୍ମାଣ କରାଯାଇଥିବା ରଘୁନାଥପୁର ତହସିଲ କ୍ୱାର୍ଟର୍ସରେ କର୍ମଚାରୀ ରହୁ ନ ଥିବାର ଏହା ଭୂତକୋଠି ପାଲଟିଛି। ଏହାର ଚତୁଃପାର୍ଶ୍ୱ ଅବର୍ଜନାମୟ ହୋଇଥିବାବେଳେ ଗଛଲତା ମାଡି ସରୀସୃପଙ୍କ ବାସସ୍ଥାନ ପାଲଟିଛି। ଗତ ୨୦୦୯ରେ ୬୦ ଲକ୍ଷ ଟଙ୍କା ଖର୍ଚ୍ଚ ହୋଇ ୩ଟି ଷ୍ଟାଫ କ୍ୱାର୍ଟର୍ସ ନିର୍ମାଣ କରାଯାଇଥିଲା। ଜଣେ ମହିଳା କର୍ମଚାରୀ ଏହି ଘରେ ରହୁଥିବାବେଳେ ତାଙ୍କର ବଦଳି ହୋଇଯିବାରୁ ସେ ଏଠାରୁ ଚାଲିଯାଇଥିଲେ। ନିକାଞ୍ଚନ ସ୍ଥାନ ତଥା ଶ୍ମଶାନ ପାଖରେ କ୍ୱାର୍ଟର୍ସଗୁଡିକ ଥିବାରୁ କୌଣସି କର୍ମଚାରୀ ଏଠାରେ ରହିବାକୁ ଇଚ୍ଛା ପ୍ରକାଶ କରିନାହାନ୍ତି ବୋଲି କୁହାଯାଉଛି। ଲକ୍ଷାଧିକ ଟଙ୍କା ବ୍ୟୟରେ ନିର୍ମାଣ ହୋଇଥିବା କ୍ୱାର୍ଟର୍ସଗୁଡିକର ରକ୍ଷଣାବେକ୍ଷଣ କରାଯିବା ସହ ସରକାର ଏହାର ସଦୁପଯୋଗ କରିବାକୁ ଅଞ୍ଚଳବାସୀଙ୍କ ପକ୍ଷରୁ ମତ ପ୍ରକାଶ ପାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଏହି ଆସନରେ ପ୍ରାର୍ଥୀ ବଦଳାଇଲା କଂଗ୍ରେସ

ଭୁବନେଶ୍ୱର,୨୦ା୪: ଶନିବାର କଂଗ୍ରେସ ୧୬ ବିଧାନସଭା ଏବଂ ୩ ଲୋକ ସଭା ପାଇଁ ପ୍ରାର୍ଥୀ ଘୋଷଣା କରିଛି। ତେବେ କଂଗ୍ରେସ ୩ଟି ବିଧାନସଭା ଆସନରେ ଆଜି...

ନିମାପଡ଼ାରୁ ସୁରଙ୍କ ବଡ଼ପୁଅକୁ ଟିକେଟ୍ ଦେଲା କଂଗ୍ରେସ

ନୂଆଦିଲ୍ଲୀ,୨୦ା୪: ଓଡ଼ିଶାର ଚର୍ଚ୍ଚିତ ରାଜନେତା ସୁରେଶ ରାଉତରାୟଙ୍କ ବଡ଼ ପୁଅ ସିଦ୍ଧାର୍ଥ ରାଉତରାୟଙ୍କୁ ପୁରୀ ନିମାପଡ଼ାରୁ ପ୍ରାର୍ଥୀ କରିଛି କଂଗ୍ରେସ। ନିର୍ବାଚନ ତାରିଖ ଘୋଷଣା ହେବା...

୩ ଲୋକ ସଭା ପ୍ରାର୍ଥୀଙ୍କ ନାମ ଘୋଷଣା କଲା କଂଗ୍ରେସ

ଭୁବନେଶ୍ୱର,୨୦ା୪: ଶନିବାର କଂଗ୍ରେସ ଆଉ ୩ ଲୋକ ସଭା ପ୍ରାର୍ଥୀଙ୍କ ନାମ ଘୋଷଣା କରିଛି। ସମ୍ବଲପୁରରୁ ଦୁଲାଲ ଚନ୍ଦ୍ର ପ୍ରଧାନଙ୍କୁ କଂଗ୍ରେସ ଲୋକ ସଭା ପ୍ରାର୍ଥୀ...

ବିଧାନସଭା ପ୍ରାର୍ଥୀ ତାଲିକା ଘୋଷଣା କଲା କଂଗ୍ରେସ, ଜାଣନ୍ତୁ କେଉଁ ଆସନରୁ କାହାକୁ ମିଳିଲା ଟିକେଟ୍‌

ଭୁବନେଶ୍ୱର,୨୦ା୪: ଶନିବାର କଂଗ୍ରେସ ତା’ର ଆଉ ୧୬ଟି ବିଧାନସଭା ପ୍ରାର୍ଥୀ ତାଲିକା ଘୋଷଣା କରିଛି। ଝାରସୁଗୁଡ଼ାରୁ ଅମିତା ବିଶ୍ୱାଳଙ୍କୁ କଂଗ୍ରେସ ପ୍ରାର୍ଥୀ କରିଥିବା ବେଳେ ବଡ଼ସାହିରୁ...

ବର୍ତ୍ତମାନ ସୁଦ୍ଧା କେଉଁ ଦଳ କେତେ ପ୍ରାର୍ଥୀଙ୍କ ନାଁ ଘୋଷଣା କରିଛି, ଆଉ ରହିଲା କେତେ ଜାଣନ୍ତୁ…

ଭୁବନେଶ୍ୱର,୨୦ା୪: ସାଧାରଣ ନିର୍ବାଚନ ଯେତିକି ପାଖେଇ ଆସୁଛି ସମସ୍ତଙ୍କ ମଧ୍ୟରେ ଉତ୍ସାହ ସେତିକି ବଢ଼ି ଚାଲିଛି। ବିଶେଷକରି ଭୋଟରଙ୍କ ନଜର ତିନି ପ୍ରମୁଖ ଦଳ ଯଥା...

ବାରବାଟୀରେ ଗର୍ଜିଲେ ସମୀର ଦାଶ; ହଜାର ହଜାର ସମର୍ଥକ କହିଲେ ‘ସମୀର ନାହିଁ ତ ଶଙ୍ଖ ନାହିଁ’ 

ନିମାପଡ଼ା,୨୦।୪: ବିଜେଡି ପକ୍ଷରୁ ନିମାପଡ଼ା ବିଧାୟକ ସମୀର ରଞ୍ଜନ ଦାଶଙ୍କୁ ଟିକେଟ ମିଳିନାହିଁ। ଏହାକୁ ନେଇ ତାଙ୍କର ସମର୍ଥକଙ୍କ ମଧ୍ୟରେ ଅସନ୍ତୋଷ ବୃଦ୍ଧି ପାଇବାରେ ଲାଗିଛି।...

ଜଙ୍ଗଲରେ ନିଆଁ: ସହରମୁହାଁ ଭାଲୁ, ଧରିବା ପାଇଁ ବନ ବିଭାଗ ନାକେଦମ୍‌

କୋରାପୁଟ,୨୦ା୪(ଅମିତାଭ ବେହେରା): ବର୍ତ୍ତମାନ କୋରାପୁଟର ବିଭିନ୍ନ ଜଙ୍ଗଲରେ ଲୋକେ ନିଆଁ ଲଗାଇଥିବା ବେଳେ ଏଥିଯୋଗୁ ଜଙ୍ଗଲରେ ଥିବା ବନ୍ୟପ୍ରାଣୀ ଏବେ ଖାଦ୍ୟ ଅନ୍ବେଷଣରେ ସହରମୁହାଁ ହେଉଥିବା...

ପ୍ରଚଣ୍ଡ ଗ୍ରୀଷ୍ମପ୍ରବାହ: ୪୫ ଡିଗ୍ରୀ ଟପିଗଲା ତାତି

ଭୁବନେଶ୍ୱର,୨୦।୪: ରାଜ୍ୟରେ ପ୍ରଚଣ୍ଡ ଗ୍ରୀଷ୍ମ ପ୍ରବାହ ଜାରି ରହିଛି। ପୂର୍ବାନୁମାନ ଅନୁଯାୟୀ ଓଡ଼ିଶାରେ ୪୫ ଡ଼ିଗ୍ରୀ ଅତିକ୍ରମ କରିଛି ତାପମାତ୍ରା। ଶନିବାର ବୌଦ୍ଧରେ ସର୍ବୋଚ୍ଚ ଦିନ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri