Posted inଜାତୀୟ

ସରକାରଙ୍କୁ ଚେତାବନୀ ଦେଲେ ରଘୁରାମ ରାଜନ

ନୂଆଦିଲ୍ଲୀ,୭।୯: ଭାରତୀୟ ରିଜର୍ଭ ବ୍ୟାଙ୍କର ପୂର୍ବତନ ଗଭର୍ନର ରଘୁରାମ ରାଜନ ଚଳିତ ଆର୍ଥିକ ବର୍ଷର ପ୍ରଥମ(ଏପ୍ରିଲ-ଜୁନ)ରେ ମୋଟ ଘରୋଇ ଉତ୍ପାଦନ(ଜିଡିପି)ରେ ୨୩.୯ ପ୍ରତିଶତ କମ୍‌କୁ ଚିନ୍ତାଜନକ ବୋଲି କହିଛନ୍ତି। ସେ କହିଛନ୍ତି ବର୍ତ୍ତମାନର ଏହି ସଙ୍କଟ ସମୟରେ ଅଧିକ ବିଚାରବନ୍ତ ଓ ସକ୍ରିୟ ସରକାରଙ୍କ ଆବଶ୍ୟକତା ରହିଛି। ରାଜନ କହିଛନ୍ତି ଦୁର୍ଭାଗ୍ୟ ବଶତଃ ଆରମ୍ଭରୁ ଯାହା ଦ୍ରୁତ ଗତିରେ ବଢି ଚାଲିଥିଲା ଏବେ ତାହା ଥଣ୍ଡା ପଡିଯାଇଛି। ରାଜନ ତାଙ୍କ ଲିଙ୍କଡଇନ୍‌ ପେଜରେ ପୋଷ୍ଟ କରି ଲେଖିଛନ୍ତି ଆର୍ଥିକ ବୃଦ୍ଧିରେ ଏତେବଡ ପତ୍ତନ ଆମ ସମସ୍ତଙ୍କ ପାଇଁ ଚିନ୍ତାର କାରଣ। କରୋନା ପ୍ରଭାବରେ ଇଟାଲୀରେ ଏହା ୧୨.୪ ଥିବା ବେଳେ ଆମେରିକାରେ ଏହା ୯.୫ ପ୍ରତିଶତ ରହିଛି। ତେବେ ଦେଶରେ ଏତେ ଖରାପ ଡିଜିପି ଆହୁରି ଏକ କଥା ସୂଚାଉଛି କି ଅଧିକାରୀ ସ୍ତରରେ ଏବେ ଆତ୍ମସନ୍ତୋଷରୁ ବାହାରକୁ ଆସି ଅର୍ଥବ୍ୟବସ୍ଥାର ଗତିବିଧି ଉପରେ ଧ୍ୟାନ ଦେବେ। ରାଜନ ଏବେ ସିକାଗୋ ବିଶ୍ୱବିଦ୍ୟାଳରେ ପ୍ରଫେସର ଅଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଶ୍ରାବଣ ସୋମବାର ପାଇଁ ଅଛି କି ସ୍ୱତନ୍ତ୍ର ଡ୍ରେସ କୋଡ? ଜାଣନ୍ତୁ ଜିନ୍ସ-ଟିସାର୍ଟ ପିନ୍ଧି ପୂଜା କରିପାରିବେ କି ନାହିଁ…

ସନାତନ ଧର୍ମରେ ଶ୍ରାବଣ ମାସକୁ ଅତ୍ୟନ୍ତ ପବିତ୍ର, ମଙ୍ଗଳକାରୀ ଏବଂ ଆଧ୍ୟାତ୍ମିକ ଦୃଷ୍ଟିକୋଣରୁ ବିଶେଷ ଗୁରୁତ୍ୱପୂର୍ଣ୍ଣ ସମୟ ଭାବରେ ବିବେଚନା କରାଯାଏ। ଏହି ମାସ ଭଗବାନ ଶିବଙ୍କୁ…

ଅଧିନାୟକ ବଦଳରେ ଅଧିନାୟକ… ହାର୍ଦ୍ଦିକ ପାଣ୍ଡ୍ୟାଙ୍କ ପାଇଁ ମୁମ୍ବାଇ ଇଣ୍ଡିଆନ୍ସକୁ ସବୁଠାରୁ ବଡ଼ ପ୍ରସ୍ତାବ ଦେଇଛି ଦିଲ୍ଲୀ କ୍ୟାପିଟାଲ୍ସ

ନୂଆଦିଲ୍ଲୀ,୨୮।୭: ପାଞ୍ଚଥରର IPL ଚାମ୍ପିୟନ ମୁମ୍ବାଇ ଇଣ୍ଡିଆନ୍ସ ଆଗାମୀ ସିଜିନ ପୂର୍ବରୁ ସେମାନଙ୍କର ଅଧିନାୟକ ହାର୍ଦ୍ଦିକ ପାଣ୍ଡ୍ୟାଙ୍କୁ Trade କରିବାକୁ ମନସ୍ଥ କରିସାରିଛି। ଅନେକ ଦଳ ହାର୍ଦ୍ଦିକଙ୍କ…

ଘରୁ ମା’, କେନାଲରୁ ଝିଅ: ଏକାସାଥିରେ ମିଳିଲା ଦୁଇ ମୃତଦେହ, ରହସ୍ୟମୟ ଘଟଣାରେ ଥରହର ଅଞ୍ଚଳ

ଉଦଳା, ୨୮।୭(ସନ୍ତୋଷ କୁମାର ବାଛିନୀ): ଘରୁ ମିଳିଲା ମା ଏବଂ ଦିବ୍ୟାଙ୍ଗ ଝିଅର ମୃତଦେହ । ଯାହା ଏବେ ସ୍ଥାନୀୟ ଅଞ୍ଚଳରେ ଚର୍ଚ୍ଚାର ବିଷୟ ପାଲଟିଛି। ଉଦଳା…

ଲଗାଣ ବର୍ଷାରେ ଗ୍ରାମବାସୀ ଜଳବନ୍ଦୀ

ଉଦଳା,୧୬ା୭(ସନ୍ତୋଷ କୁମାର ବାଛିନି): ଲଗାଣ ବର୍ଷା ଯୋଗୁ ବେହାଲ ହୋଇପଡିଛି ଉଦଳା। ଏପରି କି କପ୍ତିପଦା ଉପଖଣ୍ଡ ଉଦଳା, କପ୍ତିପଦା ଏବଂ ଗୋପବନ୍ଧୁନଗର ବ୍ଲକ ଅଞ୍ଚଳରେ ମଧ୍ୟ…

କୋଟିଆରେ ଚାଲୁଥିବା SIR-୨୦୨୬ କାର୍ଯ୍ୟକ୍ରମର ସମୀକ୍ଷା କଲେ ଉପ-ଶାସନ ସଚିବ, ଦେଲେ ଏଭଳି ନିର୍ଦ୍ଦେଶ

ପଟ୍ଟାଙ୍ଗି, ୨୮।୭(ଶରତ କୁମାର ଧଳ): କୋରାପୁଟ ଜିଲା ଗସ୍ତରେ ଆସିଥିବା ଉପ-ଶାସନ ସଚିବ ଜିତେନ୍ଦ୍ର କୁମାର ପାତ୍ର ଜିଲାର ପଟ୍ଟାଙ୍ଗି ବ୍ଲକ ଅନ୍ତର୍ଗତ କୋଟିଆ ପଞ୍ଚାୟତରେ ପହଞ୍ଚିଛନ୍ତି।…

ପାଟପୁର କଲେଜରେ ଯୁକ୍ତ ୨ ଛାତ୍ରୀଛାତ୍ରଙ୍କ ପ୍ରବେଶ ଉତ୍ସବ: ନୀତିନିୟମ ସମ୍ପର୍କରେ କରାଗଲା ସଚେତନ

ଦିଗପହଣ୍ଡି,୨୮।୭(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପାଟପୁର ବିଶ୍ୱାସରାୟ ବିଜ୍ଞାନ କଲେଜରେ ରାଜ୍ୟ ସରକାରଙ୍କ ଶିକ୍ଷା ବିଭାଗର ନିର୍ଦ୍ଦେଶ କ୍ରମେ ଯୁକ୍ତ ୨ ପ୍ରଥମ…

ଘରୁ ବାହାରିଲା ବୃଦ୍ଧାଙ୍କ ପଚାସଢା ମୃତଦେହ : କାନ୍ଧ ଦେଲେନି ବନ୍ଧୁପରିଜନ, ଶେଷରେ ସତ୍କାର କଲେ ଆଇଆଇସି

ପୁରୁଷୋତ୍ତମପୁର,୨୮। (ସବିତା ମିଶ୍ର) : ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ରଥସାହିରେ ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି । ଏଠାରେ ପରିବାର ଓ ବନ୍ଧୁବର୍ଗଙ୍କ ମାନବିକତା ହଜିଯାଇଛି…

CJP ଆନ୍ଦୋଳନରେ ପୋଲିସର ବର୍ବରତାକୁ ନେଇ ରାଗିଗଲେ ସୁପ୍ରିମକୋର୍ଟ, ସିଧା ଶୁଣାଇଦେଲେ…

ନୂଆଦିଲ୍ଲୀ,୨୮।୭: କକରୋଚ ଜନତା ପାର୍ଟି (CJP) ର ବିକ୍ଷୋଭ ସମ୍ବନ୍ଧୀୟ ଆବେଦନଗୁଡ଼ିକ ଉପରେ ସୁପ୍ରିମକୋର୍ଟରେ ଶୁଣାଣି ଆରମ୍ଭ ହୋଇଛି। ପ୍ରଧାନ ବିଚାରପତି (CJI) ସ୍ପଷ୍ଟ ଭାବରେ କହିଛନ୍ତି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri