Posted inଜାତୀୟ

ରଘୁବଂଶଙ୍କୁ ଝୁରୁଛନ୍ତି ଲାଲୁ, ଶୋକ ପ୍ରକାଶ କଲେ ରାଷ୍ଟ୍ରପତି

ନୂଆଦିଲ୍ଲୀ,୧୩ ।୯: ପୂର୍ବତନ କେନ୍ଦ୍ରମନ୍ତ୍ରୀ ରଘୁବଂଶ ପ୍ରତାପ ସିଂଙ୍କର ରବିବାର ସକାଳେ ପରଲୋକ ହୋଇଛି । ଦିଲ୍ଲୀସ୍ଥିତ ଅଲଇଣ୍ଡିଆ ଇନଷ୍ଟଚ୍ୟୁଟ ଅଫ୍ ମେଡିକାଲ ସାଇନସେସ୍‌(ଏମ୍ସ)ରେ ସେ ଶେଷ ନିଶ୍ୱାସ ତ୍ୟାଗ କରିଛନ୍ତି । ଏହି ଖବର ପାଇବା ପରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଶୋକ ପ୍ରକାଶ କରି କହିଛନ୍ତି ରଘୁଂଶଙ୍କ ପରଲୋକରେ ବିହାର ସମେତ ଦେଶର ରାଜନୈତିକ କ୍ଷେତ୍ରରେ ଏକ ଶୂନ୍ୟସ୍ଥାନ ସୃଷ୍ଟି ହୋଇଛି । ଗରିବଙ୍କୁ ବୁଝିପାରୁଥିବା ରଘୁବଂଶ ତାଙ୍କର ସମସ୍ତ ସମୟ ବିହାରରେ କାଟିଛନ୍ତି ବୋଲି କୁହାଯାଏ । ଶେଷ ବେଳକୁ ସେ ନୀତୀଶଙ୍କ ନିକଟକୁ ଯେଉଁ ପତ୍ର ଲେଖିଥିଲେ ସେଥିରୁ ସ୍ପଷ୍ଟ ବାରି ହୋଇ ପଡିଛି ଯେ ଶେଷ ଜୀବନ ପର୍ଯ୍ୟନ୍ତ ବି ବିହାରର ଉନ୍ନତି କଥା ଚିନ୍ତା କରୁଥିଲେ । ରାଷ୍ଟ୍ରପତି ରାମନାଥ କୋବିନ୍ଦ ମଧ୍ୟ ରଘୁବଂଶଙ୍କ ବିୟୋଗରେ ଶୋକ ପ୍ରକାଶ କରିଛନ୍ତି । ଟୁଇଟ୍ କରି ସେ ଲେଖିଛନ୍ତି ରଘୁବଂଶ ପ୍ରସାଦ ସିଂଙ୍କର ବିୟୋଗ ନିଶ୍ଚିତ ଭାବେ ଏକ ଦୁଃଖଦ ଖବର । ସବୁବେଳେ ସେ ବିହାରର ଉନ୍ନତି କଥା ଚିନ୍ତା କରୁଥିଲେ । ଏହାସହ ସେ ତାଙ୍କ ପରିବାର ଓ ଅନୁଗାମୀଙ୍କୁ ସମବେଦନା ଜଣାଇଛନ୍ତି । ତେବେ ରଘୁବଂଶଙ୍କ ବିୟୋଗରେ ସବୁଠାରୁ ବୋଧହୁଏ ଅଧିକ ଦୁଃଖି ହୋଇଛନ୍ତି ଲାଲୁ ପ୍ରସାଦ ଯାଦବ । ସେ ଟୁଇଟ୍ କରି କହିଛନ୍ତି, ରଘୁବଂଶ ଆପଣ ଏ କ’ଣ କଲେ । ଦଳରୁ ଇସ୍ତଫା ଦେବା ସମୟରେ ମୁଁ ୩ ଦିନ ତଳେ ଅପାଣଙ୍କୁ କହିଥିଲି ଆପଣ କ୍ରୁଆଡେ ଯାଉ ନାହାନ୍ତି । ହେଲେ ଆଜି ଆପଣ ଏତେ ଦୂର ଚାଲିଗଲେ । ମୋ ପାଖରେ କିଛି ଶବ୍ଦ ନାହିଁ । ମୁଁ ଅତ୍ୟନ୍ତ ଦୁଃଖିତ, ଆପଣ ବହୁତ ମନେ ପଡିବେ ।


Enter your email to get our daily news in your inbox.

All Right Reserved By Dharitri.Com

ଆଉ ଏକ ଲଘୁଚାପ, ୬ ଦିନ ଯାଏ ପ୍ରବଳ ବର୍ଷା, ଏସବୁ ଜିଲାକୁ ରେଡ୍‌ ଓ୍ବାର୍ନିଂ ଜାରି କଲା…

ଭୁବନେଶ୍ୱର, ୨୮ା୮(ବନ୍ଦନା ସେଠୀ) – ଉତ୍ତର ବଙ୍ଗୋପସାଗର ଓ ସଂଲଗ୍ନ ପଶ୍ଚିମବଙ୍ଗ-ବାଂଲାଦେଶ ଉପକୂଳ ଅଞ୍ଚଳରେ ଉପରିବାୟୁ ଘୂର୍ଣ୍ଣିବଳୟ ସକ୍ରିୟ ରହିଛି। ଶନିବାର ଏହା ପ୍ରଭାବରେ ଉତ୍ତର-ପଶ୍ଚିମ ବଙ୍ଗୋପସାଗର…

ଏମ୍‌ପି ସୁଜିତ କୁମାରଙ୍କଠାରୁ ୫୦ ଲକ୍ଷର ଠକେଇ: ପୂର୍ବତନ ମନ୍ତ୍ରୀଙ୍କ ପୁଅ ଗିରଫ

ଭୁବନେଶ୍ୱର,୨୮ା୮(ତ୍ରିନାଥ ମହାନ୍ତି): ଜମି ଠକେଇ ମାମଲାରେ ପୂର୍ବତନ ମନ୍ତ୍ରୀ ତଥା ଢେଙ୍କାନାଳ ଜିଲା ପରଜଙ୍ଗ ବିଧାନସଭା କ୍ଷେତ୍ରର ପୂର୍ବତନ ବିଜେଡି ବିଧାୟକ ନୃସିଂହ ଚରଣ ସାହୁଙ୍କ ପୁଅ…

ଯଜ୍ଞସ୍ଥଳରୁ ଆନ୍ଦୋଳନକାରୀ ହିରାମଲ୍‌ଙ୍କୁ ଉଠାଇ ନେଲା ପୋଲିସ: କୋର୍ଟ ଚାଲାଣ ନକରି ଥାନାରେ ରଖିବାକୁ ନେଇ…

ଥୁଆମୂଳ ରାମପୁର, ୨୮।୮ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ଅଞ୍ଚଳର ଡିଜିମାଳି ପାହାଡ଼ରେ ଖଣି ଖନନକୁ ନେଇ ବିରୋଧ ଓ ଆନ୍ଦୋଳନ ଚାଲିଥିବା ବେଳେ…

୫ ଦିନ ହେଲା ଅନ୍ଧାରରେ ଗାଁ

ନବରଙ୍ଗପୁର,୨୮।୮(ସଦାଶିବ ପ୍ରହରାଜ): ନବରଙ୍ଗପୁର ଜିଲା ତେନ୍ତୁଳିଖୁଣ୍ଟି ବ୍ଲକ୍‌ ବିରିଗୁଡ଼ା ଗାଁ ଗତ ୫ ଦିନ ହେଲା ଅନ୍ଧକାରରେ ରହିଛି। ଲଗାଣ ବର୍ଷା ଓ ପବନ ଯୋଗୁ ଟ୍ରାନ୍ସଫର୍ମରରୁ…

ହିମାଳୟରେ ମହାସଙ୍କଟ! ୨୦୫୦ ସୁଦ୍ଧା ତରଳିଯିବ ୪୫% ଗ୍ଲେସିୟର: ଭାରତ ଉପରେ ବଢ଼ିବ ମହାବନ୍ୟାର ବିପଦ!

ନୂଆଦିଲ୍ଲୀ,୨୮।୮: ନେପାଳରେ ନିକଟରେ ଘଟିଥିବା ଗ୍ଲେସିୟର ବିପର୍ଯ୍ୟୟ ହିମାଳୟ ପାର୍ବତ୍ୟ ଅଞ୍ଚଳରେ ଦ୍ରୁତ ଗତିରେ ବଦଳୁଥିବା ପରିବେଶକୁ ନେଇ ପୁଣି ଥରେ ଗମ୍ଭୀର ଚିନ୍ତା ବଢ଼ାଇ ଦେଇଛି…

ଛାତ୍ରଙ୍କ ମୃତଦେହ ଜବତ ପରେ ହଷ୍ଟେଲ ଛାଡ଼ିଲେ ୫୪ ପିଲା

ବୋରିଗୁମ୍ମା,୨୮ା୮(ଗୋପାଳ ହରିଜନ): କୋରାପୁଟ ଜିଲା ବୋରିଗୁମ୍ମା ବ୍ଲକ୍‌ ଗୁମୁଡ଼ା ଏସ୍‌ଏସ୍‌ଡି ସରକାରୀ ଉଚ୍ଚ ବିଦ୍ୟାଳୟ ପଛ ପଟେ ଥିବା ନାଳରୁ ଗତ ବୁଧବାର ଜଣେ ୮ମ ଶ୍ରେଣୀ…

ବରଗଡ଼ରେ ଟ୍ରାଫିକ ସମସ୍ୟା: ଏସପିଙ୍କୁ ଫେରାଦ ହେଲା ଅଭିଭାବକ ମହାସଂଘ

ବରଗଡ଼,୨୮।୮(ପ୍ରେମାନନ୍ଦ ଖମାରୀ): ବରଗଡ ସହରର ଟ୍ରାଫିକ ସମସ୍ୟା ନେଇ ଓଡିଶା ଅଭିଭାବକ ମହାସଂଘ, ବରଗଡ଼ ଜିଲା ଶାଖା ଉଦବେଗ ପ୍ରକାଶ କରିଛି। ଏହି କ୍ରମରେ ଶୁକ୍ରବାର ମହାସଂଘର…

ମହିଳା ଡାକ୍ତରଙ୍କୁ ଗାଳିଗୁଲଜ, ସରପଞ୍ଚ ଗିରଫ

ମାର୍ଶାଘାଇ, ୨୮ା୮ (ଶୁଭେନ୍ଦୁ ପ୍ରସାଦ ଚୌଧୁରୀ ): କେନ୍ଦ୍ରାପଡ଼ା ଜିଲା ମାର୍ଶାଘାଇ ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ କାର୍ଯ୍ୟରତ ଜଣେ ମହିଳା ଡାକ୍ତରଙ୍କୁ ଗାଳିଗୁଲଜ, ଧମକ ଦେବା ଅଭିଯୋଗରେ ପୋଲିସ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri