Posted inଜାତୀୟ

ପୂର୍ବତନ କେନ୍ଦ୍ରମନ୍ତୀ ରଘୁବଂଶ ପ୍ରସାଦ ସିଂଙ୍କ ପରଲୋକ

ନୂଆଦିଲ୍ଲୀ,୧୩ ।୯: ପୂର୍ବତନ କେନ୍ଦ୍ରମନ୍ତ୍ରୀ ରଘୁବଂଶ ପ୍ରସାଦ ସିଂଙ୍କର ରବିବାର ଦିଲ୍ଲୀ ସ୍ଥିତ ଅଲ ଇଣ୍ଡିଆ ଇନଷ୍ଟିଚ୍ୟୁଟ ଅଫ୍ ମେଡିକାଲ ସାଇନସେସ୍‌(ଏମ୍ସ)ରେ ପରଲୋକ ହୋଇଛି । କିଛିଦିନ ହେବ ସେ ଚିକିତ୍ସତ ହେଉଥିବା ବେଳେ ଶନିବାର ସେ ଅଧିକ ଅସୁସ୍ଥ ହୋଇ ପଡିବାରୁ ତାଙ୍କୁ ଭେଣ୍ଟିଲେଟରରେ ରଖାଯାଇଥିଲା । ନିକଟରେ ସେ ରାଷ୍ଟ୍ରୀୟ ଜନତା ଦଳ(ଆର୍‌ଜେଡି)ରୁ ଇସ୍ତଫା ଦେଇ ଆସିଥିଲେ ଚର୍ଚ୍ଚାକୁ । ବିହାରର ବୈଶାଳୀ ଆସନରୁ ଏମ୍‌ପି ଥିବା ରଘୁବଂଶଙ୍କ ଜନ୍ମ ୧୯୪୬ରେ ବୈଶାଳୀର ଶାହପୁରରେ ହୋଇଥିଲା । ସେ ବିହାର ବିଶ୍ୱବିଦ୍ୟାଳୟରୁ ଗଣିତରେ ଡକ୍ଟରେଟ ଡିଗ୍ରୀ କରିଥିଲେ । ଯୁବାବସ୍ଥାରେ ସେ ଲୋକନାୟକ ଜୟପକାଶ ନାରାୟଣଙ୍କ ନେତୃତ୍ୱରେ ହୋଇଥିବା ଆନ୍ଦୋଳନରେ ଯୋଗ ଦେଇଥିଲେ । ୧୯୭୩ରେ ତାଙ୍କୁ ସଂଯୁକ୍ତ ସୋସିଆଲିଷ୍ଟ ପାର୍ଟିର ସଚିବ ନିର୍ବାଚିତ କରାଯାଇଥିଲା । ୧୯୭୭-୧୯୯୦ ପର୍ଯ୍ୟନ୍ତ ସେ ବିହାର ରାଜ୍ୟସଭାର ସଦସ୍ୟ ଥିଲେ । ୧୯୭୭-୧୯୭୯ ପର୍ଯ୍ୟନ୍ତ ସେ ବିହାରର ଶକ୍ତିମନ୍ତ୍ରୀ ପଦ ସମ୍ଭାଳିଥିଲେ । ଏହାପରେ ତାଙ୍କୁ ଲୋକଦଳର ଅଧ୍ୟକ୍ଷ ନିର୍ବାଚିତ କରାଯାଇଥିଲା । ୧୯୯୦ରେ ସେ ବିହାର ବିଧାନସଭାର ସହାୟକ ସ୍ପିକର ଦାୟିତ୍ୱ ନେଇଥିଲେ । ୧୯୯୬ରେ ସେ ପ୍ରଥମଥର ପାଇଁ ଲୋକ ସଭା ସଦସ୍ୟ ମନୋନୀତ ହୋଇଥିଲେ । ଆଗକୁ ବିହାର ବିଧାନସଭା ନିର୍ବାଚନ ଥିବା ବେଳେ ୧୦ ସେପ୍ଟେମ୍ବରରେ ସେ ଆର୍‌ଜେଡିରୁ ଇସ୍ତଫା ଦେଇ ଲାଲୁ ପ୍ରସାଦ ଯାଦବଙ୍କୁ କ୍ଷମା ମାଗିନେଇଥିଲେ । ଏହାପରେ ସେ ମୁଖ୍ୟମନ୍ତ୍ରୀ ନୀତୀଶ କୁମାରଙ୍କୁ ଏକ ଚିଠି ଲେଖି ଯେଉଁ କାମ ସେ କରି ପାରି ନାହାନ୍ତି ତାକୁ ପୂରା କରିବାକୁ ନୀତୀଶଙ୍କୁ ଅନୁରୋଧ କରିଥିଲେ ।


Enter your email to get our daily news in your inbox.

All Right Reserved By Dharitri.Com

ବାଇକ୍‌କୁ ଧକ୍କା ଦେଲା ଟ୍ରକ୍‌: ଡ୍ରାଇଭରଙ୍କୁ ମାରଣାନ୍ତକ ଆକ୍ରମଣ ପରେ ଟ୍ରକରେ ଲଗାଇ ଦେଲେ ନିଆଁ

ହିଞ୍ଜିଳିକାଟୁ ୪।୧୦(ଦ୍ବିତୀକୃଷ୍ଣ ପଣ୍ଡା): ଗଞ୍ଜାମ ଜିଲା ହିଞ୍ଜିଳି ଥାନା ତହଁର ପଞ୍ଚାୟତ କାର୍ଯ୍ୟାଳୟ ନିକଟରେ ରବିବାର ରାତିରେ ଏକ ଟ୍ରକ ବାଇକ୍‌ ଆରୋହୀଙ୍କୁ ଧକ୍କା ଦେଇଥିଲା। ଏହାକୁ…

ଅର୍ଥମନ୍ତ୍ରୀଙ୍କ ଭାଇରାଲ୍ ଭିଡିଓ ଉପରେ ଚନ୍ଦ୍ରବାବୁ ନାଇଡୁଙ୍କ ବଡ଼ ବୟାନ, କହିଲେ ମୁଁ ଭିଡ଼କୁ….

ନୂଆଦିଲ୍ଲୀ,୪।୧୦: କେନ୍ଦ୍ର ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣଙ୍କ ଏକ ଭାଇରାଲ୍ ଭିଡିଓକୁ ନେଇ ଆନ୍ଧ୍ରପ୍ରଦେଶ ମୁଖ୍ୟମନ୍ତ୍ରୀ ଏନ୍‌. ଚନ୍ଦ୍ରବାବୁ ନାଇଡୁ ଓ କଂଗ୍ରେସ ରାଜ୍ୟ ସଭା ଏମପି ଜୟରାମ…

୬,୬,୬,୬,୬… WCLରେ ଡିଭିଲିୟର୍ସଙ୍କ ଛକା-ଚୌକା ବର୍ଷା, ୩୯ ବଲ୍‌ରେ….

ନୂଆଦିଲ୍ଲୀ,୪।୧୦: ଦକ୍ଷିଣ ଆଫ୍ରିକାର ମହାନ ବ୍ୟାଟର୍‌ ଏବି ଡିଭିଲିୟର୍ସଙ୍କ ବ୍ୟାଟ୍‌ରୁ ପୁଣି ଦେଖିବାକୁ ମିଳିଛି ଧମାକାଦାର ଇନିଂସ୍‌ । ୱାର୍ଲ୍ଡ ଚାମ୍ପିୟନଶିପ୍‌ ଅଫ୍‌ ଲିଜେଣ୍ଡ୍ସ ୨୦୨୬ରେ ଦକ୍ଷିଣ…

ତେଜିଲା ମଦ ବିରୋଧୀ ଆନ୍ଦୋଳନ, ଅଣ୍ଟା ଭିଡ଼ିଲେ ମହିଳା

ଝରିଗାଁ,୪।୧୦(କିଶୋର ଚନ୍ଦ୍ର ମଣ୍ଡଳ): ନବରଙ୍ଗପୁର ଜିଲା ଝରିଗାଁ ବ୍ଲକରେ ତେଜିଲା ମଦ ବିରୋଧୀ ଆନ୍ଦୋଳନ। ଗୋଟିଏ ପରେ ଗୋଟିଏ ପଞ୍ଚାୟତରେ ଦେଖିବାକୁ ମିଳୁଛି ମହିଳାଙ୍କ ମଦ ବିରୋଧୀ…

ଭାଜପା ଏମପିଙ୍କ ଘରୁ ଚୋରି, ମୂଲ୍ୟବାନ ସାମଗ୍ରୀ ସହ ନେଇଗଲେ…

ନୂଆଦିଲ୍ଲୀ,୪।୧୦: ଦିଲ୍ଲୀରେ ସାଧାରଣ ଲୋକ ନୁହେଁ, ଏବେ ନେତାଙ୍କ ଘର ବି ସୁରକ୍ଷିତ ନଥିବା ଭଳି ଘଟଣା ସାମ୍ନାକୁ ଆସିଛି । ଭାଜପା ରାଜ୍ୟ ସଭା ଏମପି…

ଦୀପ ଜାଳି କ୍ୟାପ୍‌ଟେନଙ୍କ ଆରୋଗ୍ୟ କାମନା କଲେ ଛାତ୍ରୀଛାତ୍ର

ନିରାକାରପୁର,୪।୧୦ (ମାନସ ଚନ୍ଦ୍ର ପଟ୍ଟନାୟକ ): ଭାରତୀୟ ପାଇଲଟ୍‌ କ୍ୟାପ୍‌ଟେନ ସ୍ମିତ ମଚ୍ଛରଙ୍କ ଆରୋଗ୍ୟ କାମନା କରି କାଶୀପୁର ସରକାରୀ ପ୍ରାଥମିକ ବିଦ୍ୟାଳୟ ପରିସରରେ ଏକ କାର୍ଯ୍ୟକ୍ରମ…

ଘରେ ନ ଥିବା ବେଳେ କଳାକନା ବୁଲାଇଲେ ଟାଇଲ୍‌ ମିସ୍ତ୍ରୀ

ବଞ୍ଚୋ,୪।୧୦(ପ୍ରଦୋଷ ବିଶ୍ୱାଳ): ଘରେ କେହି ନ ଥିବାର ସୁଯୋଗ ନେଇ ତାଲା ଭାଙ୍ଗି ନଗଦ ଟଙ୍କା ସହ ସୁନା ଏବଂ ରୁପା ଅଳଙ୍କାର ଚୋରି ଘଟଣାରେ ଘସିପୁରା…

କେନ୍ଦୁଝରରେ ଧରିତ୍ରୀ ଖବରଦାତାଙ୍କୁ ଆକ୍ରମଣ, ଅଭିଯୁକ୍ତକୁ ବାନ୍ଧିଲା ପୋଲିସ

ହାଟଡିହୀ,୪।୧୦(ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ଆନନ୍ଦପୁର ଉପଖଣ୍ଡ ରାମଚନ୍ଦ୍ରପୁର ଥାନା ଅଞ୍ଚଳରେ ଜଣେ ବରିଷ୍ଠ ଖବରଦାତାଙ୍କୁ ଆକ୍ରମଣ ହୋଇଥିବା ନେଇ ଅଭିଯୋଗ ହୋଇଛି । ଅଭିଯୋଗକୁ ଭିତ୍ତି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?