Posted inଜାତୀୟ

ଆର୍‌ଜେଡି ଛାଡିବା ପରେ ନୀତୀଶଙ୍କ ସହ ସମ୍ପର୍କ ଯୋଡୁଛନ୍ତି ରଘୁବଂଶ!

ପାଟନା,୧୧ ।୯: ବିହାରରେ ଆସନ୍ତା ଅକ୍ଟୋବର କିମ୍ବା ନଭେମ୍ବରରେ ବିଧାନସଭା ନିର୍ବାଚନ ହେବାର ଅନୁମାନ କରାଯାଉଛି । ତେବେ ନିର୍ବାଚନ ପାଇଁ ସମୟ ଯେତିକି ପାଖେଇ ଆସୁଛି ରାଜନୀତି ବି ସେତିକି ସରଗରମ ହେଉଛି । ଗୁରୁବାର ରାଷ୍ଟ୍ରୀୟ ଜନତା ଦଳ(ଆର୍‌ଜେଡି)ର ପୂର୍ବତନ ଉପାଧ୍ୟକ୍ଷ ତଥା ବରିଷ୍ଠ ନେତା ରଘୁବଂଶ ପ୍ରସାଦ ସିଂ ଇସ୍ତଫା ପ୍ରଦାନ କରି ଦଳକୁ ଏକ ଶକ୍ତ ଧକ୍କା ଦେଇଥିଲେ । ଆଉ ଏହାର ଠିକ୍ ଗୋଟିଏ ଦିନ ପରେ ଅର୍ଥାତ୍ ଶୁକ୍ରବାର ସେ କୁଆଡେ ମୁଖ୍ୟମନ୍ତ୍ରୀ ନୀତୀଶ କୁମାରଙ୍କୁ ଏକ ପତ୍ର ଲେଖିଥିବା କୁହାଯାଉଛି । ଏବେ ଅସୁସ୍ଥତା କାରଣରୁ ସେ ଏମ୍ସରେ ଚିକିତ୍ସାଧିନ ଥାଇ ହସ୍‌ପିଟାଲରୁ ନୀତୀଶଙ୍କ ନିକଟକୁ ପତ୍ର ଲେଖିଛନ୍ତି । ଉକ୍ତ ପତ୍ରରେ ସେ ଉଲ୍ଲେଖ କରିଛନ୍ତି ଯେଉଁ କାର୍ଯ୍ୟକୁ ସେ ପୂରଣ କରିପାରି ନାହାନ୍ତି ତାକୁ ନୀତୀଶ କରନ୍ତୁ । ପ୍ରଥମେ ସେ ମନରେଗା ଆଇନରେ ସରକାରୀ ଓ ଏସ୍‌ସି-ଏସ୍‌ଟି ଜମି ଉପରେ କାମ କଥା ଆଲୋଚନା କରିଛନ୍ତି । ଦ୍ୱିତୀୟରେ ବୈଶାଳି ଗଣତନ୍ତ୍ରର ଜନନୀ । ବିଶ୍ୱର ପ୍ରଥମ ଗଣତନ୍ତ୍ର । ହେଲେ ସରକାର ଏଥିପାଇଁ କିଛି କରି ନାହାନ୍ତି । ତେଣୁ ଏଥିପ୍ରତି ନୀତୀଶ ଦୃଷ୍ଟି ଦିଅନ୍ତୁ । ତୃତୀୟରେ ଭଗବାନ ବୁଦ୍ଧଙ୍କ ପ୍ରବିତ୍ର ଭିକ୍ଷାପାତ୍ର ଆଫଗାନିସ୍ତାନରୁ ବୈଶାଳି ଆଣିବାକୁ ନୀତୀଶଙ୍କୁ ଅନୁରୋଧ କରିଛନ୍ତି ରଘୁବଂଶ ।


Enter your email to get our daily news in your inbox.

All Right Reserved By Dharitri.Com

୫କେଜି LPG ସିଲିଣ୍ଡରକୁ ନେଇ ସରକାରଙ୍କ ବଡ଼ ଘୋଷଣା, ଲକ୍ଷ ଲକ୍ଷ ଲୋକଙ୍କୁ…

ନୂଆଦିଲ୍ଲୀ,୭।୪: ଇରାନରେ ଜାରି ରହିଥିବା ଯୁଦ୍ଧ କାରଣରୁ ସାରା ବିଶ୍ୱରେ LPG ଯୋଗାଣ ପ୍ରଭାବିତ ହୋଇଛି। ଏହାର ପ୍ରଭାବ ଭାରତର ପ୍ରବାସୀ ଶ୍ରମିକ ଓ ଦୁର୍ବଳ ଶ୍ରେଣୀର…

ଯେଉଁଠି ଅଛନ୍ତି ସେଇଠି ଥାନ୍ତୁ, ୪୮ ଘଣ୍ଟା ଯାଏ ଘରୁ ବାହାରନ୍ତୁ ନାହିଁ; ଭାରତୀୟଙ୍କ ପାଇଁ Advisory ଜାରି କଲା…

ତେହେରାନ,୭।୪: ପଶ୍ଚିମ ଏସିଆରେ ଯୁଦ୍ଧ ପରିସ୍ଥିତି ଭୟଙ୍କର ରୂପ ନେବାରେ ଲାଗିଛି। ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ବିନାଶକାରୀ ଧମକ ଏବଂ ଇସ୍ରାଏଲର ଆକ୍ରମଣ ମଧ୍ୟରେ ଇରାନରେ…

ଭଡ଼ାଘରେ ଚଲାଇଥିଲେ ଦେହ ବ୍ୟବସାୟ, ଦମ୍ପତିଙ୍କୁ ବାନ୍ଧିଲା ଟାଉନ ଥାନା ପୋଲିସ, ମିଳିଲା ଆପତ୍ତିଜନକ…

ବରଗଡ଼,୭।୪(ପ୍ରେମାନନ୍ଦ ଖମାରୀ)-ବରଗଡ଼ ସହର ଉପକଣ୍ଠ ଶ୍ରୀଧାମ ସୋସାଇଟି ନିକଟ ଏକ ଭଡ଼ାଘରେ ଦେହ ବ୍ୟବସାୟ ଚଲାଉଥିବା ଅଭିଯୋଗରେ ସ୍ଥାନୀୟ ଟାଉନ ଥାନା ପୋଲିସ ଜଣେ ଦମ୍ପତିଙ୍କୁ ଗିରଫ…

ଫସିଗଲେ ଡେଭିଡ୍‌ ଓ୍ବାର୍ନର, ମଦ ପିଇ ଗାଡ଼ି ଚଳାଇବା ଅଭିଯୋଗରେ ସିଡନୀରେ ଗିରଫ

ସିଡନୀ,୭।୪: ଅଷ୍ଟ୍ରେଲିଆର ବିସ୍ଫୋରକ ବ୍ୟାଟ୍ସମ୍ୟାନ ଡେଭିଡ ୱାର୍ନରଙ୍କ ପାଇଁ ଅଡୁଆ ବଢ଼ିଛି। ମଦ୍ୟପାନ କରି ଗାଡ଼ି ଚଲାଉଥିବା ବେଳେ (Drink-driving) ସିଡନୀ ପୋଲିସ ତାଙ୍କୁ ଗିରଫ କରିଛି।…

ସାମିଆପଲ୍ଲୀରୁ ବିପୁଳ ପରିମାଣରେ ଶାଗୁଆନ କାଠ ଜବତ

ଛତ୍ରପୁର,୭।୪ (ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲା ଛତ୍ରପୁର ନିକଟ ସାମିଆପଲ୍ଲୀ ଗ୍ରାମ ନିକଟରୁ ଭିଜିଲାନ୍ସ, ବନବିଭାଗ ମୋବାଇଲ ଟିମ, ଛତ୍ରପୁର ବନ ବିଭାଗ ବିପୁଳ ପରିମାଣର ଶାଗୁଆନ…

ରାଜ୍ୟସଭା କ୍ରସ୍‌ ଭୋଟିଂ ପରେ ପ୍ରଥମ ଥର ମୋହନା ଆସିଲେ ବିଧାୟକ

ମୋହନା, ୭ା୪(ମନ୍ମଥ ମିଶ୍ର): ରାଜ୍ୟସଭା ନିର୍ବାଚନ ପରେ ଗଜପତି ଜିଲା କଂଗ୍ରେସରେ ହଟଚମଟ ଦେଖିବାକୁ ମିଳିଥିଲା। ମୋହନା ବିଧାୟକ ଦାଶରଥି ଗମାଙ୍ଗ ନିଜ ଦଳର କଥା ଅବମାନନା…

ଆମେରିକା ରେଡ୍‌ ଲାଇନ୍‌ ପାର କଲେ, ଆମର କ୍ଷେପଣାସ୍ତ୍ର ଟ୍ରମ୍ପଙ୍କୁ ଭୟଙ୍କର ଜବାବ ଦେବ; ଇରାନ ଦେଲା ପାଲଟା ଚେତାବନୀ

ତେହେରାନ,୭।୪: ମଧ୍ୟପ୍ରାଚ୍ୟରେ ଉତ୍ତେଜନା ଚରମ ସୀମାରେ ପହଞ୍ଚିଛି। ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ଦ୍ୱାରା ଦିଆଯାଇଥିବା ଡେଡ୍‌ଲାଇନ୍‌ ଶେଷ ହେବା ପୂର୍ବରୁ ଇରାନର ସବୁଠାରୁ ଗୁରୁତ୍ୱପୂର୍ଣ୍ଣ ‘ଖାର୍ଗ…

ଏକା ବେଳେ ଜଳିଲା ଗୋଟିଏ ପରିବାରର ୪ ଜୁଇ: କାନ୍ଦ ବୋବାଳିରେ ଫାଟି ପଡ଼ୁଛି ଗାଁ  

କୋରାପୁଟ,୭।୪(ଅମିତାଭ ବେହେରା):ଏକା ବେଳକେ ଜଳିଲା ଗୋଟିଏ ପରିବାରର ୪ ଜୁଇ। ଦୁର୍ଘଟଣାରେ ଗୋଟିଏ ପରିବାରର ୪ ଜଣଙ୍କ  ଘଟିଲା ମୃତ୍ୟୁ। କୋରପୁଟ ଶ୍ମଶାନରେ ଜଳିଲା ଜୁଇ। ନବରଙ୍ଗପୁର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri