ସ୍ବାସ୍ଥ୍ୟ ପାଇଁ ହିତକର ମାଣ୍ଡିଆ: ଲଘୁ ବନଜାତ ଦ୍ରବ୍ୟ ପ୍ରଚାରପ୍ରସାର ପାଇଁ ବଡ଼ ପଦକ୍ଷେପ ନେଲେ ବିଧାୟକ

ଭଞ୍ଜନଗର,୧୩।୫(ବାବୁଲା ପ୍ରଧାନ):ଗଞ୍ଜାମ ଜିଲା ଭଞ୍ଜନଗର ଘୁମୁସର ଉତ୍ତର ବନଖଣ୍ଡ ପକ୍ଷରୁ ମହିଳା ସ୍ବୟଂ ସହାୟିକା ଗୋଷ୍ଠୀ, ବନ ସୁରକ୍ଷା ସମିତି ଗୁଡ଼ିକର ବିକାଶ ପାଇଁ ଅନେକ ଯୋଜନା ହାତକୁ ନିଆଯାଇଛି। ଫଳରେ ବହୁ ମହିଳା ଆତ୍ମନିର୍ଭରଶୀଳ ହୋଇପାରିଛନ୍ତି। ଏଥିସହ ବନ ସୁରକ୍ଷା ସମିତି ଗୁଡ଼ିକର ମଧ୍ୟ ବିକାଶ ହୋଇପାରିଛି।
ଏହିଭଳି ପରିସ୍ଥିତିରେ ବୁଧବାର ଘୁମୁସର ଉତ୍ତର ବନଖଣ୍ଡର ଲଘୁ ବନଜାତ ଦ୍ରବ୍ୟର ଉପଯୁକ୍ତ ବିକ୍ରି ସହ ମାଣ୍ଡିଆରୁ ପ୍ରସ୍ତୁତ ଖାଦ୍ୟ ବିକ୍ରିର ଶୁଭାରମ୍ଭ କରାଯାଇଛି।
ଭଞ୍ଜନଗର ବିଧାୟକ ପ୍ରଦ୍ୟୁମ୍ନ କୁମାର ନାୟକ ମୁଖ୍ୟ ଅତିଥି ଭାବେ ଯୋଗଦେଇ ଭଞ୍ଜନଗର ବ୍ଲକ ଛକରେ ହୋଇଥିବା ବନାୟନ କେନ୍ଦ୍ରକୁ ଉଦଘାଟନ କରିଥିଲେ। ଏହି ଅବସରରେ ବିଧାୟକ ପ୍ରଦ୍ୟୁମ୍ନ କୁମାର ନାୟକ ଆଲୋଚନା ସମୟରେ କହିଛନ୍ତି ଯେ, ମାଣ୍ଡିଆରୁ ପ୍ରସ୍ତୁତ ସମସ୍ତ ଖାଦ୍ୟ ସ୍ବାସ୍ଥ୍ୟ ପାଇଁ ହିତକର। ତେଣୁ ରାଜ୍ୟ ସରକାର ମଣ୍ଡିଆର ଉତ୍ପାଦନ ବୃଦ୍ଧି ସହ ତାର ପ୍ରଚାର ପ୍ରସାର ପାଇଁ ପଦକ୍ଷେପ ନେଇଛନ୍ତି। ବନ ବିଭାଗ ପକ୍ଷରୁ ମାଣ୍ଡିଆର ପ୍ରଚାର ପ୍ରସାର ପାଇଁ ଯେଉଁ ପଦକ୍ଷେପ ନିଆଯାଇଛି ତାହା ସ୍ବାଗତଯୋଗ୍ୟ। ଏହାଦ୍ବାରା ଅନେକ ମହିଳା ଉପକୃତ ହେବେ। ମହିଳାମାନଙ୍କ ବିକାଶ ହେଲେ ଦେଶ ଓ ରାଜ୍ୟର ବିକାଶ ହୋଇପାରିବ। ଏଥିସହ ଆଜି ଉଦଘାଟିତ ହୋଇଥିବା ଏହି କେନ୍ଦ୍ରରେ ଘୁମୁସର ବନଖଣ୍ଡରୁ ମିଳୁଥିବା ବିଭିନ୍ନ ପ୍ରକାର ଲଘୁ ବନଜାତ ଦ୍ରବ୍ୟ ଏଠାରେ ବିକ୍ରି ହେବ। ଏହାଦ୍ବାରା ବହୁ ଲୋକ ଉପକୃତ ହେବେ ବୋଲି ବିଧାୟକ ନାୟକ କହିଥିଲେ।
ଏହି ଅବସରରେ ଗଞ୍ଜାମ ଜିଲା ସ୍ବତନ୍ତ୍ର ଉନ୍ନୟନ ପରିଷଦ ଅଧକ୍ଷ ନୀଳମାଧବ ପାତ୍ର, ଡି ଏଫ ଓ ହିମାଂଶୁ ଶେଖର ମହାନ୍ତି, ଏବିଡିଓ ପୂର୍ଣ୍ଣଚନ୍ଦ୍ର ପାଢ଼ୀ,ଏସିଏଫ ବିବେକ ଦାସ, ବିମଳ କୁମାର ପ୍ରଧାନ, ଭାଜପା ନେତା ବିଷ୍ଠୁ ପ୍ରସାଦ ପ୍ରଧାନ,ମୁଜାଗଡ ରେଞ୍ଜର ବିମ୍ବାଧର ସାହୁ, ବାବୁନି ମହାନ୍ତି ପ୍ରମୁଖ ଉପସ୍ଥିତ ଥିଲେ।
ସୂଚନାଯୋଗ୍ୟ ଯେ, ଓଡ଼ିଶା ବନାଞ୍ଚଳ ଉନ୍ନୟନ ପ୍ରକଳ୍ପ ଭାଗ ୨ ମାଧ୍ୟମରେ ଉକ୍ତ କେନ୍ଦ୍ର ନିର୍ମାଣ ହୋଇଛି। ଉକ୍ତ କେନ୍ଦ୍ରର ଦାୟିତ୍ୱ କୋଟିବିରାଡ଼ି ମହିଳା ସ୍ବୟଂ ସହାୟିକା ଗୋଷ୍ଠୀ ଓ ବନ ସୁରକ୍ଷା ସମିତି ନେଇଛି। ସେଠାରେ ମଣ୍ଡିଆରୁ ପ୍ରସ୍ତୁତ ଖାଦ୍ୟ ଦୈନନ୍ଦିନ ବିକ୍ରି ହେବ। ଏଥିସହ ଜଙ୍ଗଲରୁ ଉତ୍ପାଦିତ ଲଘୁ ବନଜାତ ଦ୍ରବ୍ୟ ଯଥା ଝୁଣା, ମହୁ, ଖଲି,
ହରିଡ଼ା, ବାହାଡ଼ା ସମେତ ବିଭିନ୍ନ ବନ ସୁରକ୍ଷା ସମିତି ପକ୍ଷରୁ ଉତ୍ପାଦିତ ହେଉଥିବା ପାମ୍ପଡ, ବଡ଼ି, ଆଚାର, ହଳଦୀ ଗୁଣ୍ଡ, ମସଲା ଗୁଣ୍ଡ, ପ୍ଲେଟ୍ସ ସମେତ ବିଭିନ୍ନ ଜିନିଷ ଏଠାରେ ସୁଲଭ ଦରରେ ବିକ୍ରି ହେବ।

 

Dharitri – Odisha’s No.1 Odia Daily

 


Enter your email to get our daily news in your inbox.

All Right Reserved By Dharitri.Com

କେଉଁଠୁ ଆସିଲା ରହସ୍ୟମୟ ‘କଳା ହୀରା’? ଗବେଷଣାରୁ ସାମ୍ନାକୁ ଆସିଲା ଆଶ୍ଚର୍ଯ୍ୟଜନକ ସତ୍ୟ

କାସୁଗା (ଜାପାନ),୨୯।୯: ବ୍ରାଜିଲ ଓ ମଧ୍ୟ ଆଫ୍ରିକାରେ ମିଳୁଥିବା ଏକ କଳା ରଙ୍ଗର ପଥରକୁ ଦେଖିଲେ ପ୍ରଥମ ନଜରରେ ଏହା ଏକ ସାଧାରଣ କାଚ ପରି ଚକଚକ…

‘ଭାଜପା ରାମଙ୍କୁ ଚୋରି କରିଛି’, ମୁଖ୍ୟମନ୍ତ୍ରୀଙ୍କ ବୟାନକୁ ନେଇ ଦେଶରେ ହଇଚଇ

ନୂଆଦିଲ୍ଲୀ,୨୯।୯: ଭଗବାନ ରାମ ଓ ଭଗବାନ ଶିବଙ୍କୁ ନେଇ ତେଲଙ୍ଗାନା ମୁଖ୍ୟମନ୍ତ୍ରୀ ଏ. ରେବନ୍ତ ରେଡ୍ଡୀଙ୍କ ମନ୍ତବ୍ୟକୁ ନେଇ ରାଜନୀତି ଚର୍ଚ୍ଚା ତେଜ ହୋଇଛି । ଦିଲ୍ଲୀରେ…

ବିନା ମ୍ୟାଚ୍‌ ଖେଳି ସ୍ବର୍ଣ୍ଣ ଜିତିବ ଟିମ୍‌ ଇଣ୍ଡିଆ! ଜାଣନ୍ତୁ କ’ଣ ରହିଛି ସମୀକରଣ

ନୂଆଦିଲ୍ଲୀ,୨୯।୯: ଏସିଆନ ଗେମ୍ସ ୨୦୨୬ର ପୁରୁଷ କ୍ରିକେଟର ନକଆଉଟ ପର୍ଯ୍ୟାୟ ଉପରେ ବର୍ଷାର ପ୍ରଭାବ ଦେଖିବାକୁ ମିଳୁଛି। କ୍ୱାର୍ଟର ଫାଇନାଲ୍‌ରେ ଏକାଧିକ ମ୍ୟାଚ ବର୍ଷା ଯୋଗୁ ରଦ୍ଦ…

ସୃଷ୍ଟି ହେବ ବଡ଼ ଯୋଗ! ୪ଟି ରାଶିଙ୍କ ଉପରେ ବର୍ଷିିବ ଧନ, ଚାକିରିରେ ପଦୋନ୍ନତି

ଜ୍ୟୋତିଷ ଶାସ୍ତ୍ର ଅନୁସାରେ, ଆସନ୍ତା ୨ ଅକ୍ଟୋବର ୨୦୨୬, ଶୁକ୍ରବାର ଦିନ ବୁଧ ଓ ମଙ୍ଗଳ ଗ୍ରହ ୯୦ ଡିଗ୍ରୀ କୋଣରେ ରହିବେ। ଏହା ଫଳରେ ‘କେନ୍ଦ୍ର…

ଅପହଞ୍ଚ ଗାଁ ପାଣିଖିଆକୁ ମିଳିବ ମୌଳିକ ସେବା: ୯ ଅଭିଯୋଗର ତ୍ୱରିତ ସମାଧାନ

ମହାକାଳପଡ଼ା, ୨୯ା୯(ପ୍ରତାପ ଚନ୍ଦ୍ର ସ୍ବାଇଁ): ମହାକାଳପଡ଼ା ବ୍ଲକ୍‌ ସଭାଗୃହରେ କେନ୍ଦ୍ରାପଡ଼ା ଜିଲାପାଳ ରଘୁରାମ ଆୟାର ଯୋଗଦେଇ ମିଳିତ ଜନଶୁଣାଣି କରିଥିଲେ। ୮୫ ଅଭିଯୋଗ ହୋଇଥିଲା। ସାମୂହିକ ୧୦…

ସମ୍ବଲପୁର ଫ୍ୟାକ୍ଟ୍ରିଜ୍ ଆଣ୍ଡ ବଏଲର୍ସ ସହକାରୀ ନିର୍ଦ୍ଦେଶକଙ୍କ ଘରେ ରେଡ୍, ୭ ସ୍ଥାନରେ ଭିଜିଲାନ୍ସ ଚଢ଼ାଉ

​ସମ୍ବଲପୁର,୨୯।୯(ପ୍ରମୋଦ ବହିଦାର): ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ସମ୍ବଲପୁର କାରଖାନା ଓ ବଏଲର୍ସର ସହକାରୀ ନିର୍ଦ୍ଦେଶକ ଉମାକାନ୍ତ ସାମନ୍ତରାୟଙ୍କ ବିରୋଧରେ ଓଡ଼ିଶା ଭିଜିଲାନ୍ସ ବିଭାଗ ପକ୍ଷରୁ…

ପ୍ରତିଶ୍ରୁତି ପରେ ହଟିଲା ବସ ଅବରୋଧ: ୩ ଘଣ୍ଟା ପରେ ଆନ୍ଦୋଳନରୁ ଓହରିଲେ ଗ୍ରାମବାସୀ

ଦାରିଙ୍ଗବାଡ଼ି, ୨୯।୯ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ସିଆଙ୍ଗବାଲିଠାରେ ମୁଖ୍ୟମନ୍ତ୍ରୀ ବସ୍କୁ ଅଟକାଇ ଗ୍ରାମବାସୀଙ୍କ ପକ୍ଷରୁ କରାଯାଇଥିବା ବିକ୍ଷୋଭ ୩ ଘଣ୍ଟା ପରେ ପ୍ରତିଶ୍ରୁତି…

ବଙ୍ଗ ରାଜନୀତିରେ ହଇଚଇ; ଉପନିର୍ବାଚନ ପୂର୍ବରୁ ଦିଦିଙ୍କୁ ବଡ଼ ଝଟକା, ୧୦୦ରୁ ଅଧିକ….

କୋଲକାତା,୨୯।୯: ପଶ୍ଚିମବଙ୍ଗରେ ଆଗାମୀ ଉପନିର୍ବାଚନ ପୂର୍ବରୁ ତୃଣମୂଳ କଂଗ୍ରେସ (TMC)ରେ ଦଳୀୟ ପରିବର୍ତ୍ତନକୁ ନେଇ ଚର୍ଚ୍ଚା ଜୋର ଧରିଛି । ମାଲଦା ଜିଲାର ମହିଷ ବାଥାନୀ ଅଞ୍ଚଳର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?