ଖାତା ଲେଖିବାକୁ ବାଧ୍ୟ କରୁଛନ୍ତି ସିନିୟର, ନ ଲେଖିଲେ ଧମକ…

ବ୍ରହ୍ମପୁର,୧ା୧୨(ସୁବାସ ଚନ୍ଦ୍ର ପାଢ଼ୀ): ବ୍ରହ୍ମପୁର ଏମ୍‌କେସିଜି ମେଡିକାଲ କଲେଜ ଓ ହସ୍ପିଟାଲରେ ପୁଣି ରାଗିଂ ଅଭିଯୋଗ ଆସିଛି। କେତେଜଣ ସିନିୟର ଛାତ୍ରୀ ପ୍ରଥମ ବର୍ଷ ଏମ୍‌ବିବିଏସ୍‌ ହଷ୍ଟେଲକୁ ଆସି ଜୁନିୟର ଛାତ୍ରୀଙ୍କୁ ନିଜ ଖାତା ଲେଖିଦେବାକୁ ବାଧ୍ୟ କରୁଛନ୍ତି। ନ ଲେଖିଲେ ବିଭିନ୍ନ ଧମକ ଦେଉଥିବା ଅଭିଯୋଗ ହୋଇଛି ।

ଏମ୍‌କେସିଜି ମେଡିକାଲ କଲେଜରେ ଏମ୍‌ବିବିଏସ୍‌ ପ୍ରଥମ ବର୍ଷରେ ପଢୁଥିବା ଏକାଧିକ ଛାତ୍ରୀଙ୍କୁ ରାଗିଂ କରାଯାଉଥିବା ସମ୍ପର୍କରେ ଜଣେ ଛାତ୍ରୀଙ୍କ ବାପା ଦିଲ୍ଲୀସ୍ଥିତ ଆଣ୍ଟି ରାଗିଂ ସେଲ୍‌ରେ ଅଭିଯୋଗ କରିଥିଲେ। ଘଟଣାର ତଦନ୍ତ ପାଇଁ ଆଣ୍ଟି ରାଗିଂ ସେଲ୍‌ ପକ୍ଷରୁ ଏମ୍‌କେସିଜି ମେଡିକାଲ କର୍ତ୍ତୃପକ୍ଷଙ୍କୁ ନିର୍ଦ୍ଦେଶ ହୋଇଛି।

ଏନେଇ ସୋମବାର ଏମ୍‌କେସିଜି ଆଣ୍ଟି ରାଗିଂ କମିଟି ବୈଠକ ବସିବ ବୋଲି ସୂଚନା ମିଳିଛି। ଛାତ୍ରୀଙ୍କ ବାପା ଅଭିଯୋଗରେ ଦର୍ଶାଇଛନ୍ତି ଯେ, ତାଙ୍କ ଝିଅ ସହ ହଷ୍ଟେଲରେ ୪୦ଜଣ ପ୍ରଥମ ବର୍ଷର ଛାତ୍ରୀ ରହୁଛନ୍ତି। ସିନିୟର ଛାତ୍ରୀମାନେ ପ୍ରତ୍ୟେକ ରାତିରେ ହଷ୍ଟେଲ ଭିତରକୁ ଯାଉଛନ୍ତି । ସେମାନେ ନିଜର ଖାତା ଲେଖିଦେବାକୁ ବାଧ୍ୟ କରୁଛନ୍ତି । ପ୍ରଥମ ବର୍ଷର ଛାତ୍ରୀମାନେ ରାଜି ନ ହେଲେ ରାଗିଂ କରିବା ସହ ନାନାପ୍ରକାର ଧମକ ଦେଉଛନ୍ତି। ଏହାକୁ ନେଇ ପ୍ରଥମ ବର୍ଷର ବହୁ ଛାତ୍ରୀ ମାନସିକ ଅଶାନ୍ତିରେ ରହିଛନ୍ତି ବୋଲି ଛାତ୍ରୀଙ୍କ ବାପା ଅଭିଯୋଗ କରିଛନ୍ତି । ରାଗିଂ କରୁଥିବା ୪ ଜଣ ସିନିୟର ଛାତ୍ରୀଙ୍କ ନାମ ମଧ୍ୟ ସେ ଆଣ୍ଟି ରାଗିଂ ସେଲକୁ ଜଣାଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଶ୍ରୀମନ୍ଦିରରେ ସେବାୟତ ଜାଳିଲେ ମହମବତୀ: ଭିଡିଓ ଭାଇରାଲ ପରେ ତେଜିଲା ଅସନ୍ତୋଷ

ପୁରୀ,୧୬।୩: ପବିତ୍ର ଫାଲୁଗନ ମାସ ଦୋଳ ପୂର୍ଣ୍ଣିମା ଅବସରରେ ପୁରୀରେ ଚାଲିଛି ଦୋଳ ମହୋତ୍ସବ। ସାହି ସାହି ବୁଲିଛନ୍ତି ରାଧାଗୋବିନ୍ଦ। ଏହି ପରିପ୍ରେକ୍ଷୀରେ ପୁରୀରେ ଜମୁଛି...

ସବୁଠୁ ଉତ୍ତପ୍ତ ସହର ବୌଦ୍ଧ

ବୌଦ୍ଧ,୧୬।୩(ଅଜିତ କୁମାର ବାରିକ ): ବୌଦ୍ଧ ଜିଲାରେ ତାପମାତ୍ର ଶନିବର ଦିନ ୪୨ ଡିଗ୍ରୀ ଉପରେଥିଲା। ଏ ନେଇ ରାଜ୍ୟରେସବୁଠୁ ଉତ୍ତପ୍ତ ସହର ପାଲଟିଛି ବୌଦ୍ଧ।...

ସୁଭଦ୍ରା ଅପ୍‌ଡେଟ୍‌: ଏକାବେଳକେ ମିଳିବ ୧୫ ହଜାର

ଭୁବନେଶ୍ୱର,୧୬।୩: ‘ସୁଭଦ୍ରା’ ହିତାଧୀକାରୀଙ୍କ ପାଇଁ ବଡ଼ ଖବର । ମହିଳାଙ୍କୁ ମିଳିବ ୧୫ ହଜାର ଟଙ୍କା । ତୃତୀୟ କିସ୍ତି ପାଇବେ ହିତାଧିକାରୀ । ଦୁଇଟି...

ବିଶିଷ୍ଟ ନାଟ୍ୟ ନିର୍ଦ୍ଦେଶକଙ୍କ ସ୍ମୃତିରେ ଯୁବଗୋଷ୍ଠୀଙ୍କ ନିଆରା ପ୍ରୟାସ

ଗଞ୍ଜାମ,୧୬।୩(ବିଦ୍ୟାଧର ସାହୁ): ବିଶିଷ୍ଟ ନାଟ୍ୟ ନିର୍ଦ୍ଦେଶକ ସ୍ବର୍ଗତ ଭଗବାନ ମହାରଣାଙ୍କ ସ୍ମୃତି ଉଦ୍ଦେଶ୍ୟରେ ପୁଇଁତୋଳା ଯୁବଗୋଷ୍ଠୀଙ୍କ ଦ୍ୱାରା ବଡ ବନ୍ଧ ପୋଖରୀ ପାରିପାର୍ଶ୍ୱ ସଫେଇ କରାଯାଇଥିଲା।...

OSRTC ବସ୍‌-ସ୍କୁଟି ମୁହାଁମୁହିଁ ଧକ୍କା: ଜଣେ ମୃତ

ଜଗନ୍ନାଥ ପ୍ରସାଦ,୧୬।୩: ଗଞ୍ଜାମ ଜିଲା ଜଗନ୍ନାଥ ପ୍ରସାଦ ଥାନା ଅଧୀନ ପଞ୍ଚଭୂତି ନିକଟରେ ରବିବାର ଏକ ସଡ଼କ ଦୁର୍ଘଟଣା ଘଟିଛି। OSRTC ବସ୍‌ ଏବଂ ସ୍କୁଟି...

ସୁନ୍ଦର ଓ ସବୁଜ ଦାରିଙ୍ଗବାଡି ପାଇଁ  ପ୍ରୟାସ 

ଦାରିଙ୍ଗବାଡି,୧୬ ।୩ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡିକୁ ସବୁଜ ସୁନ୍ଦର କରିବା ପାଇଁ ପ୍ରୟାସ ଆରମ୍ଭ ହୋଇଛି । ଏକ ଫୋରମ ଗଠନ କରାଯାଇ...

କନ୍ଧମାଳରୁ ବେଆଇନ ଗୋଚାଲାଣ: ଉଦ୍ଧାର କଲା ଭଞ୍ଜନଗର ପୋଲିସ

ଭଞ୍ଜନଗର,୧୬।୩ (ବାବୁଲା ପ୍ରଧାନ): ଶନିବାର ବିଳମ୍ବିତ ରାତିରେ କନ୍ଧମାଳ ଜିଲାରୁ ଶତାଧିକ ଗାଈ, ଗୋରୁ ବେନିୟମ ଭାବେ ଗଞ୍ଜାମ ଜିଲା ବେଲଗୁଣ୍ଠା ହାଟ କିମ୍ବା ଅନ୍ୟ...

ରାଷ୍ଟ୍ରୀୟ ମର୍ଯ୍ୟାଦାର ସହ ହେବ ରମାକାନ୍ତ ରଥଙ୍କ ଶେଷକୃତ୍ୟ

ଭୁବନେଶ୍ୱର,୧୬।୩: ରାଷ୍ଟ୍ରୀୟ ମର୍ଯ୍ୟାଦାର ସହ ହେବ ରମାକାନ୍ତ ରଥଙ୍କ ଶେଷକୃତ୍ୟ ରାଷ୍ଟ୍ରୀୟ ମର୍ଯ୍ୟାଦାର ସହ ଶେଷକୃତ୍ୟ ନେଇ ମୁଖ୍ୟମନ୍ତ୍ରୀ ମୋହନ ମାଝି ଘୋଷଣା କରିଛନ୍ତି। ସୋମବାର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri