ମେଡିକାଲ କଲେଜରେ ର଼୍ୟାଗିଂ, ହଷ୍ଟେଲକୁ ଫେରୁଥିବା ବେଳେ ଛାତ୍ରଙ୍କୁ ପିଟିଲେ

ବ୍ରହ୍ମପୁର,୧୨ା୨(ସୁବାସ ଚନ୍ଦ୍ର ପାଢ଼ୀ): ମହାରାଜା କୃଷ୍ଣଚନ୍ଦ୍ର ଗଜପତି (ଏମ୍‌କେସିଜି) ମେଡିକାଲ କଲେଜରେ ଗତ ୯ ତାରିଖ ରାତିରେ ଜଣେ ପ୍ରଥମ ବର୍ଷର ଏମ୍‌ବିବିଏସ୍‌ ଛାତ୍ରଙ୍କୁ ର଼୍ୟାଗିଂ କରାଯାଇଥିବା ଅଭିଯୋଗ ହୋଇଛି। ଛାତ୍ର ଜଣଙ୍କ ହଷ୍ଟେଲକୁ ଫେରୁଥିବା ବେଳେ ମେଡିକାଲ ପରିସରରେ ତାଙ୍କୁ ୨ ଜଣ ସିନିୟର ଛାତ୍ର ଆକ୍ରମଣ କରିଛନ୍ତି। ଆକ୍ରମଣର ଶିକାର ହୋଇଥିବା ଛାତ୍ରଜଣଙ୍କ ଏ ନେଇ ବୈଦ୍ୟନାଥପୁର ଥାନା ଓ ଦିଲ୍ଲୀସ୍ଥିତ ଆଣ୍ଟି ର଼୍ୟାଗିଂ ସେଲର ମୁଖ୍ୟାଳୟରେ ପୃଥକ୍‌ ଭାବେ ଅଭିଯୋଗ କରିବା ପରେ ଆଣ୍ଟି ର଼୍ୟାଗିଂ ସେଲ ପକ୍ଷରୁ ତଦନ୍ତ ଆରମ୍ଭ ହୋଇଛି। ବୈଦ୍ୟନାଥପୁର ଥାନା ପକ୍ଷରୁ ମଧ୍ୟ ୨ ଛାତ୍ରଙ୍କ ବିରୋଧରେ ନଂ.୯୬/୨୪ରେ ଏକ ମାମଲା ରୁଜୁ ହୋଇଛି। ପୋଲିସ ସେମାନଙ୍କୁ ଧାରା ୪୧ ସିଆରପିସିରେ ନୋଟିସ କରିଛି। ଉଭୟଙ୍କୁ ଥାନାରେ ହାଜର ହେବାକୁ କୁହାଯାଇଥିବା ବେଳେ ଘଟଣାର ତଦନ୍ତ ଚାଲିଥିବା ବ୍ରହ୍ମପୁର ଏସ୍‌ପି ଡ. ସର୍ବଣା ବିବେକ ଏମ. ସୂଚନା ଦେଇଛନ୍ତି। ସେହିପରି ଏମ୍‌କେସିଜି ଆଣ୍ଟି ର଼୍ୟାଗିଂ ସେଲ୍‌ ଘଟଣାର ତଦନ୍ତ କରିବାକୁ ପୋଲିସ ପକ୍ଷରୁ କଲେଜର ପ୍ରିନ୍ସିପାଲଙ୍କୁ ଚିଠି ହୋଇଥିବା ସେ କହିଛନ୍ତି।
ଅନ୍ୟପକ୍ଷରେ ପ୍ରଥମ ବର୍ଷ ଛାତ୍ରଙ୍କୁ ହୋଇଥିବା ର଼୍ୟାଗିଂ ଅଭିଯୋଗର ତଦନ୍ତ ହେବ। ଏଥିପାଇଁ ଉଭୟ ପକ୍ଷ ଲିଖିତ ଭାବେ ସେମାନଙ୍କ ପକ୍ଷ ରଖିବେ ବୋଲି ମେଡିକାଲ କଲେଜ ଅଧ୍ୟକ୍ଷ ତଥା ଡିନ୍‌ ପ୍ରଫେସର ଡା.ସନ୍ତୋଷ କୁମାର ମିଶ୍ର କହିଛନ୍ତି। ପରେ ମେଡିକାଲ କଲେଜର ଆଣ୍ଟି ର଼୍ୟାଗିଂ ସେଲର କମିଟି ଅଭିଯୋଗର ଯାଞ୍ଚ କରିବ। ପ୍ରମାଣକୁ ଆଧାର କରି ପରବର୍ତ୍ତୀ ପଦକ୍ଷେପ ନିଆଯିବ ବୋଲି ସେ କହିଛନ୍ତି। ଦିଲ୍ଲୀସ୍ଥିତ ଆଣ୍ଟି ର଼୍ୟାଗିଂ ସେଲର ମୁଖ୍ୟାଳୟରୁ ଏମ୍‌କେସିଜି ମେଡିକାଲ କଲେଜ ଅଧ୍ୟକ୍ଷଙ୍କୁ ଘଟଣାର ତଦନ୍ତ କରିବା ପାଇଁ ନିର୍ଦ୍ଦେଶ ଆସିଛି। ଏହି ନିର୍ଦ୍ଦେଶ ପ୍ରକାରେ ଘଟଣାର ତଦନ୍ତ କରାଯିବ ବୋଲି ମେଡିକାଲ କଲେଜ ଅଧ୍ୟକ୍ଷ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ପୋଡ଼ମାପେଟା ବେଳାଭୂମି ଅବକ୍ଷୟ, ଭୟରେ ଅଞ୍ଚଳବାସୀ

ଗଞ୍ଜାମ,୨୨ା୮(ବିଦ୍ୟାଧର ସାହୁ): ଦିନକୁ ଦିନ ଅଶାନ୍ତ ହୋଇ ପଡୁଛି ସମୁଦ୍ର। ଉଚ୍ଚ ଲହଡି ଯୋଗୁ କୂଳ ଖାଉଥିବା ବେଳେ ଭୟରେ ସମୁଦ୍ର ତଟବର୍ତ୍ତୀ ଅଞ୍ଚଳ। ଗଞ୍ଜାମ ଜିଲାର…

ପୁଣି ଭାଇରାଲ ହେଲେ ରାନୁ ମଣ୍ଡଳ, ଏହି ରୋମାଣ୍ଟିକ୍‌ ଗୀତ ଗାଇ…

କୋଲକାତା,୨୨ା୮: ଯେତେବେଳେ ଆମେ ଷ୍ଟ୍ରିଟ୍‌ ଗାୟିକା/ଗାୟକଙ୍କ କଥା ଭାବୁ ପ୍ରଥମେ ରାନୁ ମଣ୍ଡଳଙ୍କ ନାଁ ମନେ ପଡ଼େ। ଜଣେ ଷ୍ଟ୍ରିଟ୍‌ ଗାୟିକା ହେବା ସହିତ ସେ ଜଣେ…

ସାପ ନେଲା ଚାଷୀଙ୍କ ଜୀବନ

ପାତ୍ରପୁର,୨୨ା୮(ଉମା ଚରଣ ନେପାକ): ଜରଡ଼ା ଥାନା ଆମପୁର ପଞ୍ଚାୟତ ମହାଦେଈପୁର ଗ୍ରାମରେ ସାପ କାମୁଡ଼ାରେ ଜଣେ ଚାଷୀଙ୍କ ମୃତ୍ୟୁ ଘଟିଛି। ସେ ହେଲେ ବାସୁଦେବ ପ୍ରଧାନ(୬୪)। ଶନିବାର…

ଘରେ ବସି ସ୍କୁଲ ପ୍ରୋଜେକ୍ଟ କରୁଥିଲେ ଛାତ୍ର, ମାରିଲା କରେଣ୍ଟ…

ଖଲ୍ଲିକୋଟ,୨୨।୮( ପ୍ରଶାନ୍ତ କୁମାର ମିଶ୍ର): ଗଞ୍ଜାମ ଜିଲା ଖଲ୍ଲିକୋଟ ବ୍ଲକ ଅଧୀନ କୈରାସି ଗ୍ରାମରେ ଶନିବାର ଏକ ଦୁଃଖଦ ଘଟଣା ଘଟିଛି। ବିଦ୍ୟୁତ୍‌ କରେଣ୍ଟ ଲାଗି ଜଣେ…

ଲଘୁଚାପ ଛଡାଇ ନେଇଛି ମତ୍ସ୍ୟଜୀବୀଙ୍କ ଜୀବିକା

ଛତ୍ରପୁର, ୨୨ା୮ (ଦ୍ୱାରକା ପଟ୍ଟନାୟକ/ଦିଲୀପ ସାମଲ): ବଙ୍ଗୋପସାଗରରେ ସୃଷ୍ଟି ହେଉଛି ତୁହାକୁ ତୁହା ଲଘୁଚାପ। ଏଥିପାଇଁ ସମୁଦ୍ର ଅଶାନ୍ତ ରହିଛି। ମତ୍ସ୍ୟଜୀବୀଙ୍କ ସୁରକ୍ଷା ପାଇଁ ଆଞ୍ଚଳିକ ପାଣିପାଗ…

ପୋଲିସର ନିଶାମୁକ୍ତ ଅଭିଯାନକୁ ନେଇ ବଢ଼ିଲା ଚର୍ଚ୍ଚା

କୋକସରା,୨୨ା୮(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା କୋକସରା ଥାନା ପକ୍ଷରୁ ଗତ କିଛିଦିନ ହେଲା ନିଶା ମୁକ୍ତ ଅଭିଯାନ ଆରମ୍ଭ ହୋଇଛି। ଅଞ୍ଚଳର ବିଭିନ୍ନ ସ୍କୁଲ, କଲେଜ…

ପାରାଦୀପରୁ ବାହାରିଥିବା ଜାହାଜ ଗଭୀର ସମୁଦ୍ରରୁ ନିଖୋଜ, ଏଥିରେ ଥିଲେ ୨୪ ନାବିକ, ଚାଲିଛି ଖୋଜା

ପାରାଦୀପ,୨୨ା୮(ଶରତ ରାଉତ): ପାରାଦୀପ ବନ୍ଦରରୁ ଲୁହାପଥର ବୋଝେଇ କରି ଚାଇନା ଯାଉଥିବା ଏକ ପଣ୍ୟବାହୀ ଜାହାଜ ଏମ୍‌ଭି ‘ଓସେନ ଓ୍ବିନର’ ଗତ ଶୁକ୍ରବାର ରାତିରୁ ନିଖୋଜ ଥିବା…

ବନ୍ଧୁକ ଦେଖାଇ ଗହଣା ବ୍ୟବସାୟୀଙ୍କଠାରୁ ଦୁର୍ବୃତ୍ତ ଲୁଟିନେଲେ ଲକ୍ଷାଧିକ ଟଙ୍କାର ସୁନା ଅଳଙ୍କାର, ବାଇକ୍‌ ଛାଡ଼ି…

ମୋରଡ଼ା,୨୨ା୮(ସ୍ମାରକ ମାଜୀ): ମୟୂରଭଞ୍ଜ ଜିଲା ମୋରଡା ଥାନା ଅଞ୍ଚଳରେ ବନ୍ଧୁକ ମୁନରେ ଜଣେ ଗହଣା ବ୍ୟବସାୟୀଙ୍କୁ ଲୁଟ୍‌ ହୋଇଛି। ସୂଚନା ଅନୁଯାୟୀ, ଶୁଳିଆପଦା ଥାନା ଅଧୀନ କୋଷ୍ଠା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri