Posted inଖେଳ

୩୩ ବର୍ଷରେ ରାହାନେ

ନୂଆଦିଲ୍ଲୀ,୬।୬: ଭାରତୀୟ ଟେଷ୍ଟ ଉପଅଧିନାୟକ ଅଜିଙ୍କ୍ୟ ରାହାନେ ରବିବାର ୩୩ ବର୍ଷରେ ପଦାର୍ପଣ କରିଛନ୍ତି। ଜନ୍ମଦିନରେ ତାଙ୍କୁ ସବୁଆଡୁ ଶୁଭେଚ୍ଛାର ସୁଅ ଛୁଟିଛି। ସମ୍ପୂର୍ଣ୍ଣ କ୍ରିକେଟ ଜଗତ ତାଙ୍କୁ ଏହି ଅବସରରେ ଅଭିନନ୍ଦନ ଜଣାଇଛି। ଅଧିନାୟକ ବିରାଟ କୋହଲି, ଭାରତୀୟ କ୍ରିକେଟ କଣ୍ଟ୍ରୋଲ ବୋର୍ଡ (ବିସିସିଆଇ), ଅନ୍ତର୍ଜାତୀୟ କ୍ରିକେଟ କାଉନସିଲ (ଆଇସିସି) ଟୁଇଟ୍‌ କରି ରାହାନେଙ୍କୁ ଶୁଭେଚ୍ଛା ଜଣାଇଛନ୍ତି। ଭାରତୀୟ ଯୁବ ଦ୍ରୁତ ବୋଲର ନବଦୀପ ସଇନି, ପୂର୍ବତନ ଓପନର ବୀରେନ୍ଦ୍ର ସେହ୍ବାଗ, ପୂର୍ବତନ ଟେଷ୍ଟ ବ୍ୟାଟ୍ସମ୍ୟାନ ଓ୍ବାସିମ ଜାଫର, ହନୁମା ବିହାରୀ, ଓ୍ବାଶିଂଟନ ସୁନ୍ଦର, ଅକ୍ଷର ପଟେଲ, ରିଦ୍ଧିମାନ ଶାହାଙ୍କ ଭଳି କ୍ରିକେଟର ବିଭିନ୍ନ ଢଙ୍ଗରେ ଫଟୋ ଟୁଇଟ କରି ରାହାନେଙ୍କୁ ଅଭିନନ୍ଦନ ଜଣାଇଛନ୍ତି।
ନିୟମିତ ଅଧିନାୟକ ବିରାଟ କୋହଲିଙ୍କ ଅନୁପସ୍ଥିତିରେ ରାହାନେ ଦଳର ନେତୃତ୍ୱ ନେଇ ୨୦୨୦-୨୧ ଅଷ୍ଟ୍ରେଲିଆ ଗସ୍ତରେ ଭାରତକୁ ଟେଷ୍ଟ ସିରିଜରେ ୨-୧ରେ ବିଜୟୀ କରାଇଥିଲେ। ଭାରତର ଏହି ବିଜୟ ଐତିହାସିକ ସାବ୍ୟସ୍ତ ହୋଇଥିଲା। ପ୍ରଥମ ଟେଷ୍ଟ ଖେଳିବା ପରେ ପିତୃତ୍ୱ ଛୁଟିରେ କୋହଲି ଭାରତ ପ୍ରତ୍ୟାବର୍ତ୍ତନ କରିଥିଲେ ଓ ରାହାନେ ଦଳର ନେତୃତ୍ୱ ନେଇଥିଲେ। ଏଥିସହ ଭାରତ ଅଷ୍ଟ୍ରେଲିଆରେ କ୍ରମାଗତ ଦ୍ୱିତୀୟ ଟେଷ୍ଟ ସିରିଜ ବିଜୟ ହାସଲ କରିଥିଲା ଓ ଏହି ସଫଳତାର ଶ୍ରେୟ ରାହାନେଙ୍କ କୁଶଳ ନେତୃତ୍ୱକୁ ପ୍ରଦାନ କରାଯାଇଥିଲା। ରାହାନେ ଏ ପର୍ଯ୍ୟନ୍ତ ୭୩ ଟେଷ୍ଟ, ୯୦ ଦିନିକିଆ ଓ ୨୦୬ଟି ଟି୨୦ ମ୍ୟାଚ୍‌ ଖେଳିଛନ୍ତି। ଟେଷ୍ଟରେ ୧୨ଟି ଶତକ, ୨୩ଟି ଅର୍ଦ୍ଧଶତକ ସହ ସେ ୪୧.୨୮ ରନ ହାରରେ ୪,୫୮୩ ରନ ସଂଗ୍ରହ କରିଛନ୍ତି। ସେହିପରି ଦିନିକିଆରେ ସେ ୩ଟି ଶତକ, ୨୪ଟି ଅର୍ଦ୍ଧଶତକ ସହ ୩୫.୨୬ ରନ ହାରରେ ୨, ୯୬୨ ରନ ସଂଗ୍ରହ କରିଛନ୍ତି। ରାହାନେ ଏବେ ଭାରତୀୟ ଦଳ ସହ ଇଂଲଣ୍ଡ ଗସ୍ତ କରିଛନ୍ତି। ସେ ନ୍ୟୁଜିଲାଣ୍ଡ ବିପକ୍ଷ ବିଶ୍ୱ ଟେଷ୍ଟ ଚାମ୍ପିୟନଶିପ ଫାଇନାଲ ଓ ଇଂଲଣ୍ଡ ବିପକ୍ଷ ୫ ମ୍ୟାଚ୍‌ ବିଶିଷ୍ଟ ଟେଷ୍ଟ ସିରିଜ ଖେଳିବେ।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

IPL ୨୦୨୬: ଲକ୍ଷ୍ନୌକୁ ଲଗାତାର ୫ମ ଥର ପାଇଁ ହରାଇଲା ଦିଲ୍ଲୀ କ୍ୟାପିଟାଲ୍ସ; ଦଳକୁ ଦମ୍‌ଦାର ବିଜୟ ଦେଲେ ସମୀର ରିଜଭୀ…

ଲକ୍ଷ୍ନୌ, ୧ା୪: ଆଇପିଏଲ ୨୦୨୬ରେ ଦିଲ୍ଲୀ କ୍ୟାପିଟାଲ୍ସ ବିଜୟ ଅଭିଯାନ ଆରମ୍ଭ କରିଛି। ଲକ୍ଷ୍ନୌ ସୁପର ଜାଏଣ୍ଟସ (LSG) ବିପକ୍ଷ ମ୍ୟାଚରେ ଦିଲ୍ଲୀ ୧୪୨ ରନର ଲକ୍ଷ୍ୟକୁ…

ଜୁଲାଇରେ ଜିମ୍ବାୱେ ଗସ୍ତ କରିବ ଟିମ୍ ଇଣ୍ଡିଆ, ଟି-୨୦ ସିରିଜରେ ବୈଭବ ସୂର୍ଯ୍ୟବଂଶୀଙ୍କୁ ମିଳିବ କି ସୁଯୋଗ ?

ନୂଆଦିଲ୍ଲୀ,୧।୪: ଟିମ୍ ଇଣ୍ଡିଆର ଜିମ୍ବାୱେ ଗସ୍ତର କାର୍ଯ୍ୟସୂଚୀ ପ୍ରକାଶ ପାଇଛି । ଭାରତୀୟ ଦଳର ଏହି ଗସ୍ତ ଜୁଲାଇରେ ହେବାକୁ ଯାଉଛି। ଏହି ଗସ୍ତ ସମୟରେ ତିନି ମ୍ୟାଚ୍…

ବିଜୟ ପରେ ମଧ୍ୟ BCCI ଶ୍ରେୟସ ଆୟରଙ୍କ ଉପରେ କାହିଁକି ଲଗାଇଲା ଜରିମାନା? ହେଲା ୧୨ ଲକ୍ଷର କ୍ଷତି

ନୂଆଦିଲ୍ଲୀ,୧।୪: ୨୦୨୬ ଇଣ୍ଡିଆନ ପ୍ରିମିୟର ଲିଗର ଆରମ୍ଭ ପଞ୍ଜାବ କିଙ୍ଗ୍ସ ପାଇଁ ଚମତ୍କାର ପ୍ରମାଣିତ ହୋଇଥିଲା, କାରଣ ସେମାନେ ଗୁଜରାଟ ଟାଇଟାନ୍ସ ବିପକ୍ଷରେ ଶେଷ ଓଭରରେ ଏକ…

ପୁଣି ଭାଙ୍ଗିଗଲା ଇଟାଲୀର ଫିଫା ବିଶ୍ୱକପ ସ୍ବପ୍ନ: ଲଗାତାର ତୃତୀୟ ଥର ପାଇଁ ଯୋଗ୍ୟତା ଅର୍ଜନ କରିପାରିଲା ନାହିଁ

ରୋମ,୧।୪: ଚାରିଥର ଫିଫା ବିଶ୍ୱକପ ଚାମ୍ପିଅନ ଇଟାଲୀ ଆଉ ଏକ ବଡ଼ ବିପର୍ଯ୍ୟୟର ସମ୍ମୁଖୀନ ହୋଇଛି। ଦଳ ଲଗାତାର ତୃତୀୟ ଥର ପାଇଁ ଫିଫା ବିଶ୍ୱକପ ପାଇଁ…

ଅନ୍ତର୍ଜାତୀୟ ସ୍ତରର ଅପମାନ ପାଇଲା ପାକିସ୍ତାନ, ଭିଡିଓ ହେଉଛି ଭାଇରାଲ

ଇସଲାମାବାଦ,୧।୪: PSL 2026 ରେ, ପାକିସ୍ତାନ ପାଇଁ ଅନ୍ତର୍ଜାତୀୟ ଲଜ୍ଜାର କାରଣ ପାଲଟିଥିବା ଘଟଣାଗୁଡ଼ିକର ଏକ ଶୃଙ୍ଖଳା ସାମ୍ନାକୁ ଆସିଛି। ଟୁର୍ଣ୍ଣାମେଣ୍ଟର ପ୍ରଥମ ମ୍ୟାଚରେ, ଜର୍ସିରୁ ରଙ୍ଗ…

ଡେବ୍ୟୁ ମ୍ୟାଚରେ କମାଲ କଲେ କୁପର କନୋଲି; ଗୁଜରାଟ ମୁହଁରୁ ବିଜୟ ଛଡ଼ାଇ ଆଣିଲା ପଞ୍ଜାବ

ନୂଆଦିଲ୍ଲୀ,୩୧।୩: ଆଇପିଏଲ୍‌ ୨୦୨୫ର ଉପବିଜେତା ପଞ୍ଜାବ କିଙ୍ଗସ ନୂଆ ସିଜନ୍‌ରେ ନିଜର ବିଜୟ ଯାତ୍ରା ଆରମ୍ଭ କରିଛି। ଶ୍ରେୟସ ଆୟରଙ୍କ ନେତୃତ୍ୱାଧୀନ ପଞ୍ଜାବ ଟିମ ଏକ କଡ଼ା…

ଶିବମ୍‌ ଦୁବେଙ୍କୁ ଆଉଟ କରିବା ପରେ କାହିଁକି ‘ଗନ୍‌-ସଟ୍‌’ ସେଲିବ୍ରେଶନ କରିଥିଲେ ଜାଡେଜା? ନିଜେ କଲେ ବଡ଼ ଖୁଲାସା

ନୂଆଦିଲ୍ଲୀ,୩୧।୩: ସୋମବାର ଖେଳାଯାଇଥିବା ହାଇଭୋଲଟେଜ ମ୍ୟାଚ୍‌ରେ ରାଜସ୍ଥାନ ରୟାଲ୍ସ (RR)ର ଷ୍ଟାର୍‌ ଅଲରାଉଣ୍ଡର ରବୀନ୍ଦ୍ର ଜାଡେଜା ନିଜର ପୁରୁଣା ଟିମ ଚେନ୍ନାଇ ସୁପର କିଙ୍ଗସ (CSK) ବିପକ୍ଷରେ…

ଅବସରକୁ ନେଇ ମୁହଁ ଖୋଲିଲେ ଶାମି

ନୂଆଦିଲ୍ଲୀ,୩୧ା୩: ଭେଟେରାନ ଭାରତୀୟ ପେସର ମହମ୍ମଦ ଶାମି ଏବେ ଅବସର ସମ୍ପର୍କରେ ଚିନ୍ତା କରୁ ନ ଥିବା କହିଛନ୍ତି। ସେ ତାଙ୍କର ବୟସ, ଆହତ ସମସ୍ୟା କିମ୍ବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri