Posted inଖେଳ

୩୩ ବର୍ଷରେ ରାହାନେ

ନୂଆଦିଲ୍ଲୀ,୬।୬: ଭାରତୀୟ ଟେଷ୍ଟ ଉପଅଧିନାୟକ ଅଜିଙ୍କ୍ୟ ରାହାନେ ରବିବାର ୩୩ ବର୍ଷରେ ପଦାର୍ପଣ କରିଛନ୍ତି। ଜନ୍ମଦିନରେ ତାଙ୍କୁ ସବୁଆଡୁ ଶୁଭେଚ୍ଛାର ସୁଅ ଛୁଟିଛି। ସମ୍ପୂର୍ଣ୍ଣ କ୍ରିକେଟ ଜଗତ ତାଙ୍କୁ ଏହି ଅବସରରେ ଅଭିନନ୍ଦନ ଜଣାଇଛି। ଅଧିନାୟକ ବିରାଟ କୋହଲି, ଭାରତୀୟ କ୍ରିକେଟ କଣ୍ଟ୍ରୋଲ ବୋର୍ଡ (ବିସିସିଆଇ), ଅନ୍ତର୍ଜାତୀୟ କ୍ରିକେଟ କାଉନସିଲ (ଆଇସିସି) ଟୁଇଟ୍‌ କରି ରାହାନେଙ୍କୁ ଶୁଭେଚ୍ଛା ଜଣାଇଛନ୍ତି। ଭାରତୀୟ ଯୁବ ଦ୍ରୁତ ବୋଲର ନବଦୀପ ସଇନି, ପୂର୍ବତନ ଓପନର ବୀରେନ୍ଦ୍ର ସେହ୍ବାଗ, ପୂର୍ବତନ ଟେଷ୍ଟ ବ୍ୟାଟ୍ସମ୍ୟାନ ଓ୍ବାସିମ ଜାଫର, ହନୁମା ବିହାରୀ, ଓ୍ବାଶିଂଟନ ସୁନ୍ଦର, ଅକ୍ଷର ପଟେଲ, ରିଦ୍ଧିମାନ ଶାହାଙ୍କ ଭଳି କ୍ରିକେଟର ବିଭିନ୍ନ ଢଙ୍ଗରେ ଫଟୋ ଟୁଇଟ କରି ରାହାନେଙ୍କୁ ଅଭିନନ୍ଦନ ଜଣାଇଛନ୍ତି।
ନିୟମିତ ଅଧିନାୟକ ବିରାଟ କୋହଲିଙ୍କ ଅନୁପସ୍ଥିତିରେ ରାହାନେ ଦଳର ନେତୃତ୍ୱ ନେଇ ୨୦୨୦-୨୧ ଅଷ୍ଟ୍ରେଲିଆ ଗସ୍ତରେ ଭାରତକୁ ଟେଷ୍ଟ ସିରିଜରେ ୨-୧ରେ ବିଜୟୀ କରାଇଥିଲେ। ଭାରତର ଏହି ବିଜୟ ଐତିହାସିକ ସାବ୍ୟସ୍ତ ହୋଇଥିଲା। ପ୍ରଥମ ଟେଷ୍ଟ ଖେଳିବା ପରେ ପିତୃତ୍ୱ ଛୁଟିରେ କୋହଲି ଭାରତ ପ୍ରତ୍ୟାବର୍ତ୍ତନ କରିଥିଲେ ଓ ରାହାନେ ଦଳର ନେତୃତ୍ୱ ନେଇଥିଲେ। ଏଥିସହ ଭାରତ ଅଷ୍ଟ୍ରେଲିଆରେ କ୍ରମାଗତ ଦ୍ୱିତୀୟ ଟେଷ୍ଟ ସିରିଜ ବିଜୟ ହାସଲ କରିଥିଲା ଓ ଏହି ସଫଳତାର ଶ୍ରେୟ ରାହାନେଙ୍କ କୁଶଳ ନେତୃତ୍ୱକୁ ପ୍ରଦାନ କରାଯାଇଥିଲା। ରାହାନେ ଏ ପର୍ଯ୍ୟନ୍ତ ୭୩ ଟେଷ୍ଟ, ୯୦ ଦିନିକିଆ ଓ ୨୦୬ଟି ଟି୨୦ ମ୍ୟାଚ୍‌ ଖେଳିଛନ୍ତି। ଟେଷ୍ଟରେ ୧୨ଟି ଶତକ, ୨୩ଟି ଅର୍ଦ୍ଧଶତକ ସହ ସେ ୪୧.୨୮ ରନ ହାରରେ ୪,୫୮୩ ରନ ସଂଗ୍ରହ କରିଛନ୍ତି। ସେହିପରି ଦିନିକିଆରେ ସେ ୩ଟି ଶତକ, ୨୪ଟି ଅର୍ଦ୍ଧଶତକ ସହ ୩୫.୨୬ ରନ ହାରରେ ୨, ୯୬୨ ରନ ସଂଗ୍ରହ କରିଛନ୍ତି। ରାହାନେ ଏବେ ଭାରତୀୟ ଦଳ ସହ ଇଂଲଣ୍ଡ ଗସ୍ତ କରିଛନ୍ତି। ସେ ନ୍ୟୁଜିଲାଣ୍ଡ ବିପକ୍ଷ ବିଶ୍ୱ ଟେଷ୍ଟ ଚାମ୍ପିୟନଶିପ ଫାଇନାଲ ଓ ଇଂଲଣ୍ଡ ବିପକ୍ଷ ୫ ମ୍ୟାଚ୍‌ ବିଶିଷ୍ଟ ଟେଷ୍ଟ ସିରିଜ ଖେଳିବେ।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ରୋମାଞ୍ଚକ ମ୍ୟାଚରେ ଦିଲ୍ଲୀ କ୍ୟାପିଟାଲ୍ସର ସଂଘର୍ଷପୂର୍ଣ୍ଣ ବିଜୟ

ନୂଆଦିଲ୍ଲୀ, ୨୪।୪: ଇଣ୍ଡିଆନ ପ୍ରିମିୟର ଲିଗ୍‌ର ବୁଧବାର ଏଠାରେ ଅନୁଷ୍ଠିତ ଏକ ରୋମାଞ୍ଚକ ମ୍ୟାଚରେ ଦିଲ୍ଲୀ କ୍ୟାପିଟାଲ୍ସ ୪ ରନରେ ସଂଘର୍ଷପୂର୍ଣ୍ଣ ବିଜୟ ହାସଲ କରିଛି।...

ରକ୍ତ ବଦଳରେ ରକ୍ତ…ପାକିସ୍ତାନ କ୍ରିକେଟ ବୋର୍ଡକୁ ଏହି ଧମକପୂର୍ଣ୍ଣ ଚିଠି ମିଳିବା ପରେ ବୋହିଗଲା ଝାଳ

ଇସଲାମାବାଦ,୨୪।୪: ଲାହୋରରେ ପାକିସ୍ତାନ ଏବଂ ନ୍ୟୁଜିଲ୍ୟାଣ୍ଡ ମଧ୍ୟରେ ହୋଇଥିବା ମ୍ୟାଚକୁ ନେଇ ଆତଙ୍କର ଛାୟା ଆସୁଛି। ଆତଙ୍କବାଦୀ ସଂଗଠନ ଇସଲାମିକ ଷ୍ଟେଟ ଆଗାମୀ କ୍ରିକେଟ ମ୍ୟାଚ...

କ୍ୟାମେରାମ୍ୟାନଙ୍କ ନଖରାମିକୁ ବରଦାସ୍ତ କରିପାରିଲେନି ଧୋନି

ନୂଆଦିଲ୍ଲୀ,୨୪।୪: ଆଇପିଏଲ ୨୦୨୪ ର ୩୯ତମ ମ୍ୟାଚରେ ଲକ୍ଷ୍ନୌ ଏକ ଚମତ୍କାର ଖେଳ ପ୍ରଦର୍ଶନ କରି ଗୁରୁତ୍ୱପୂର୍ଣ୍ଣ ମ୍ୟାଚ (ସିଏସକେ ବନାମ ଏଳଏସଜି ଆଇପିଏଲ ୨୦୨୪)...

ଚାମ୍ପିଅନ୍ସ ଟ୍ରଫି ଖେଳିବାକୁ ପାକିସ୍ତାନ ଯିବ ନାହିଁ ଭାରତ!

ନୂଆଦିଲ୍ଲୀ,୨୪।୪:ଭାରତ ଏବଂ ପାକିସ୍ତାନ ମଧ୍ୟରେ ଶେଷ ମୁକାବିଲା ୨୦୨୩ରେ ଖେଳାଯାଇଥିବା ଦିନିକିଆ ବିଶ୍ୱକପରେ ହୋଇଥିଲା, ଯାହା ଭାରତ ଦ୍ୱାରା ଆୟୋଜିତ ହୋଇଥିଲା। ବର୍ତ୍ତମାନ ଉଭୟଙ୍କ ପରବର୍ତ୍ତୀ...

ସଚିନ ତେନ୍ଦୁଲକରଙ୍କ ଏହି ୫ ମହାରେକର୍ଡ ଭାଙ୍ଗିବା ପ୍ରାୟ ଅସମ୍ଭବ

ସଚିନ ତେନ୍ଦୁଲକର ଆଜି ୫୧ତମ ଜନ୍ମଦିନ ପାଳନ କରୁଛନ୍ତି। ଭାରତୀୟ କ୍ରିକେଟ ଦଳର ପୂର୍ବତନ କିମ୍ବଦନ୍ତୀ ବ୍ୟାଟ୍ସମ୍ୟାନ ସଚିନ କ୍ୟାରିୟରରେ ଅନେକ ରେକର୍ଡ ସୃଷ୍ଟି କରିଥିଲେ।...

୫୧ ବର୍ଷରେ ପଦାର୍ପଣ କଲେ କ୍ରିକେଟର ଭଗବାନ

ନୂଆଦିଲ୍ଲୀ,୨୪।୪: ଭାରତୀୟ କ୍ରିକେଟର ଭଗବାନ କୁହାଯାଉଥିବା ସଚିନ ତେନ୍ଦୁଲକର ଆଜି ୫୧ ବର୍ଷରେ ପଦାର୍ପଣ କରିଛନ୍ତି। କ୍ରୀଡା ଏବଂ ସିନେମାର ଅନେକ ସେଲିବ୍ରିଟି ତାଙ୍କୁ ସୋସିଆଲ...

ପଏଣ୍ଟ ଟେବୁଲରେ ବଡ଼ ପରିବର୍ତ୍ତନ: ଚଳିତ ଆଇପିଏଲରେ ପ୍ରଥମ ଥର ଟପ୍‌-୪ରୁ ବାଦ୍‌ ପଡ଼ିଲା ସିଏସକେ

ନୂଆଦିଲ୍ଲୀ,୨୪।୪: ଆଇପିଏଲ ୨୦୨୪ର ୩୯ତମ ମ୍ୟାଚ ଚେନ୍ନାଇ ସୁପର କିଙ୍ଗ୍‌ସ ଏବଂ ଲକ୍ଷ୍ନୌ ସୁପର ଜିଆଣ୍ଟସ ମଧ୍ୟରେ ଖେଳାଯାଇଛି। ଏହି ମ୍ୟାଚରେ ଲକ୍ଷ୍ନୌ ଚେନ୍ନାଇକୁ ପରାସ୍ତ...

ଭାରତୀୟ ଦଳରେ ୫ ଓଡ଼ିଆ

ଭୁବନେଶ୍ୱର, ୨୪ା୪ (ବିଜୟ ରଣା): ବୁଧବାରଠାରୁ ଏପ୍ରିଲ ୨୮ ପର୍ଯ୍ୟନ୍ତ ଥାଇଲାଣ୍ଡ ରେ ହେବାକୁ ଥିବା ଏସିଆନ୍‌ ହୁଇଲ ଚେୟାର ଫେନ୍‌ସିଂ ଚାମ୍ପିୟନଶିପ୍‌ ଲାଗି ମନୋନୀତ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri