Posted inଖେଳ

ଧୋନୀ, ରାଇନାଙ୍କୁ ସ୍ବତନ୍ତ୍ର ଗୀତ ଉତ୍ସର୍ଗ କଲେ ରହମାନ

ଚେନ୍ନାଇ,୧୭।୪: ଓସ୍କାର ବିଜେତା ସଙ୍ଗୀତକାର ଏ.ଆର. ରହମାନ ଚେନ୍ନାଇ ସୁପର କିଙ୍ଗ୍ସ ଅଧିନାୟକ ମହେନ୍ଦ୍ର ସିଂ ଧୋନୀଙ୍କୁ ୨୦୦୧ର ଫିଲ୍ମ ‘ଲଗାନ’ର ଲୋକପ୍ରିୟ ଗୀତ ‘ଚଲେ ଚଲୋ’ ଗୀତ ଉତ୍ସର୍ଗ କରିଛନ୍ତି। ସେହିପରି ଚେନ୍ନାଇର ତାରକା ବ୍ୟାଟ୍ସମ୍ୟାନ ସୁରେଶ ରାଇନାଙ୍କୁ ୧୯୯୫ର ବଲିଉଡ ସିନେମା ‘ରଙ୍ଗିଲା’ର ହିଟ୍‌ ଗୀତ ‘ମାଙ୍ଗତା ହେ କ୍ୟା’ ଉତ୍ସର୍ଗ କରିଛନ୍ତି। ଏହି ଦୁଇଟି ଫିଲ୍ମରେ ରହମାନ ସଙ୍ଗୀତ ନିର୍ଦ୍ଦେଶନା ଦେଇଥିଲେ। ଏକାଠି ଖେଳିବା ପାଇଁ ଓ ଚେନ୍ନାଇର ଖେଳାଳିଙ୍କୁ ଉତ୍ସାହିତ କରିବା ପାଇଁ ରହମାନ ଏହି ଦୁଇଟି ଗୀତ ଦୁଇ ତାରକା ଖେଳାଳିଙ୍କୁ ଉତ୍ସର୍ଗ କରିଛନ୍ତି ବୋଲି କହିଛନ୍ତି। ବାଙ୍ଗାଲୋର ଯେତେବେଳେ ଯାଇଥାଏ ସେଠାରେ ଲୋକେ ରଙ୍ଗିଲାର ଗୀତ ଶୁଣିଥିବାର ଲକ୍ଷ୍ୟ କରିଛି ବୋଲି ରହମାନ କହିଛନ୍ତି।
ଏହାପୂର୍ବରୁ ଧୋନୀ ୪ କିମ୍ବା ୫ ନମ୍ବରରେ ବ୍ୟାଟିଂ କରିବା ଉଚିତ ବୋଲି ପୂର୍ବତନ କ୍ରିକେଟର ଗୌତମ ଗମ୍ଭୀର କହିଛନ୍ତି। ଏହାପରେ ଧୋନୀ ବ୍ୟାଟିଂ କଲେ କୌଣସି ଫାଇଦା ନାହିଁ ବୋଲି ସେ ସ୍ପଷ୍ଟ କରିଛନ୍ତି। ଧୋନୀ ସାଧାରଣତଃ ୭ ନମ୍ବରରେ ବ୍ୟାଟିଂ କରିବାକୁ ଆସିଥାନ୍ତି। ପ୍ରଥମ ମ୍ୟାଚ୍‌ରେ ଦିଲ୍ଲୀ ବିପକ୍ଷରେ ସେ ୨ଟି ବଲ୍‌ ଖେଳି ଖାତା ଖୋଲିପାରି ନ ଥିଲେ। ୧୮୯ ରନ ସଂଗ୍ରହ କରିଥିଲେ ମଧ୍ୟ ଚେନ୍ନାଇ ଏହି ମ୍ୟାଚ୍‌ରେ ଦିଲ୍ଲୀ କ୍ୟାପିଟାଲ୍ସଠାରୁ ପରାସ୍ତ ହୋଇଥିଲା। ଧୋନୀ ମଧ୍ୟ ନିଜ ସ୍ବାଭାବିକ ଢଙ୍ଗରେ ଆକ୍ରମଣାତ୍ମକ ବ୍ୟାଟିଂ କରିବା ଉପରେ ଧ୍ୟାନ ଦେବା ଉଚିତ ବୋଲି ଗମ୍ଭୀର କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବାଘୁଆମନ୍ଦିରରୁ ଚୋରି, ଦେଉଳରୁ ସୁନା, ରୁପା…

ଗୁଣୁପୁର, ୫।୯ (ସୁଜାତା ପାଢ଼ୀ): ରାୟଗଡ଼ା ଜିଲା ଗୁଣୁପୁର ସହରର ପୁରୁଣା ବସ୍‌ଷ୍ଟାଣ୍ଡ ନିକଟରେ ଥିବା ପୁରାତନ ଶୈବପୀଠ ବାଘୁଆ ମନ୍ଦିର ତଥା ଉମା ରାମଲିଙ୍ଗେଶ୍ୱର ମନ୍ଦିରରୁ…

ରାଜରାସ୍ତାରେ ଶିକ୍ଷକଙ୍କ ରଣହୁଙ୍କାର, ଲୋୟର ପିଏମ୍‌ଜିରେ ହଜାର ହଜାର ଶିକ୍ଷକଙ୍କ ବିକ୍ଷୋଭ

ଭୁବନେଶ୍ୱର, ୫।୯: ଯେଉଁ ଦିନଟି ଶିକ୍ଷକଙ୍କୁ ସମ୍ମାନ ଓ ଶ୍ରଦ୍ଧା ଜଣାଇବାର ଦିନ, ସେହି ଗୁରୁଦିବସରେ ରାଜରାସ୍ତାକୁ ଓହ୍ଲାଇ ନିଜ ହକ୍‌ ପାଇଁ ଗର୍ଜିଲେ ରାଜ୍ୟର ହଜାର…

ଅନନ୍ୟ ଗୁରୁ: ଅବସର ପରେ ବି ଛାତ୍ରୀଛାତ୍ରଙ୍କୁ ଦେଉଛନ୍ତି ସାମାଜିକ ଶୃଙ୍ଖଳାର ବାର୍ତ୍ତା

ଦାରିଙ୍ଗବାଡ଼ି,୫ା୯(ଅରୁଣ ସାହୁ): ଆଜି ପବିତ୍ର ଗୁରୁଦିବସ ଏହି ସମୟରେ ଅଞ୍ଚଳରେ ରହିଥିବା ଅନେକ ବର୍ଷୀୟାନ ଗୁରୁ ଅବସର ନେବା ପରେ ମଧ୍ୟ ଜାରି ରଖିଛନ୍ତି ଛାତ୍ରୀଛାତ୍ରଙ୍କୁ ଉତ୍ତମ…

୧୮ ଘଣ୍ଟା ଧରି ଶୁଟିଂ କଲେ ପ୍ରୀତି ଜିଣ୍ଟା: ପଛରେ କାରଣ ଜାଣିଲେ…

ଦୀର୍ଘ ଦିନ ପରେ ଅଭିନେତ୍ରୀ ପ୍ରୀତି ଜିଣ୍ଟା ‘ପାର୍ଟିସନ ୧୯୪୭’ ସହିତ ବଡ଼ ପରଦାକୁ ଫେରିଛନ୍ତି। ଚଳିତ ବର୍ଷ ତାଙ୍କର ଦ୍ୱିତୀୟ ଫିଲ୍ମ ରିଲିଜ ଅପେକ୍ଷାରେ ଅଛନ୍ତି।…

ଆଜିଠୁ ଆରମ୍ଭ ହେଲା ମାଗଣା LPG ସିଲିଣ୍ଡର ଯୋଜନା; ବର୍ଷକୁ ମିଳିବ ୩ଟି ସିଲିଣ୍ଡର, ଖାତାକୁ ଆସିବ ୩ହଜାର ଟଙ୍କା

ନୂଆଦିଲ୍‌ଲୀ,୫।୯: ରନ୍ଧନ ଗ୍ୟାସ ସିଲିଣ୍ଡରର ବଢ଼ୁଥିବା ଦର ଯୋଗୁଁ ଚିନ୍ତିତ ଥିବା ପରିବାରଗୁଡ଼ିକ ପାଇଁ ଏକ ବଡ଼ ଖୁସି ଖବର ଆସିଛି! ଯଦି ଆପଣଙ୍କ ଘରେ ମଧ୍ୟ…

ରୋହିତ ଶର୍ମାଙ୍କ ଭବିଷ୍ୟତ ବିଷୟରେ BCCI କେବେ ନେବ ନିଷ୍ପତ୍ତି? ସାମ୍ନାକୁ ଆସିଲା ତାରିଖ

ନୂଆଦିଲ୍ଲୀ,୫।୯: ଭାରତୀୟ ODI ଦଳରେ ରୋହିତ ଶର୍ମାଙ୍କ ଭବିଷ୍ୟତ କ’ଣ ଅଛି, ଏବଂ ସେ କ’ଣ 2027 ODI ବିଶ୍ୱକପ ପାଇଁ ଯୋଜନାର ଅଂଶ ହେବେ? ଏହି…

ଜୁନ୍‌ରେ ଅବସରପ୍ରାପ୍ତ ଶିକ୍ଷକଙ୍କ ଘରୁ ଚୋରି କରିଥିଲେ ଲକ୍ଷାଧିକ ଟଙ୍କାର ସୁନାଗହଣା: ୨ ଜଣଙ୍କୁ ଧରି…

ଝରିଗାଁ,୫ା୯(କିଶୋର ଚନ୍ଦ୍ର ମଣ୍ଡଳ): ନବରଙ୍ଗପୁର ଜିଲା ଝରିଗାଁ ପୋଲିସକୁ ମିଳିଛି ବଡ଼ ସଫଳତା। ଝରିଗାଁ ଥାନା ଅଞ୍ଚଳରେ ଗତ ଜୁନ୍‌ ମାସରେ ଲକ୍ଷାଧିକ ଟଙ୍କା ସହ ସୁନା…

ପରିବାରରୁ ଅଲଗା ରାସନ କାର୍ଡ କିପରି କରିବେ? ଅବିବାହିତଙ୍କ ପାଇଁ କ’ଣ ରହିଛି ନିୟମ, ଜାଣନ୍ତୁ ସମ୍ପୂର୍ଣ୍ଣ ପ୍ରକ୍ରିୟା

ନୂଆଦିଲ୍ଲୀ,୫।୯:ରାସନ କାର୍ଡ କେବଳ ଶସ୍ତାରେ ରାସନ ପାଇବାର ମାଧ୍ୟମ ନୁହେଁ, ବରଂ ଏହା ଏକ ଗୁରୁତ୍ୱପୂର୍ଣ୍ଣ ସରକାରୀ ପରିଚୟପତ୍ର ଏବଂ ଠିକଣା ପ୍ରମାଣପତ୍ର (Address Proof) ଭାବରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri