ଆଜି ଶପଥ ନେବେ ରହମାନ

ଢାକା,୧୭ା୨: ବାଂଲାଦେଶରେ ମଙ୍ଗଳବାର ବିଏନ୍‌ପି (ବାଂଲାଦେଶ ନ୍ୟାଶନାଲିଷ୍ଟ ପାର୍ଟି) ସରକାର ଶପଥ ନେବ। ଦଳୀୟ ଅଧ୍ୟକ୍ଷ ତାରିକ୍‌ ରହମାନ ପ୍ରଧାନମନ୍ତ୍ରୀ ଭାବେ ଶପଥ ଗ୍ରହଣ କରିବା ସହିତ ତାଙ୍କ ମନ୍ତ୍ରିମଣ୍ଡଳର ଅନ୍ୟ ସଦସ୍ୟମାନେ ମଧ୍ୟ ଶପଥ ନେବେ। ଏଥିପାଇଁ ସରକାରୀ ସ୍ତରରେ ବିଜ୍ଞପ୍ତି ଜାରି କରାଯାଇଛି। ରହମାନଙ୍କ ମନ୍ତ୍ରିମଣ୍ଡଳରେ ହିନ୍ଦୁ ଏମ୍‌ପି ଗୋଏଶ୍ୱର ଚନ୍ଦ୍ର ରୟ ସ୍ଥାନ ପାଇବାକୁ ଯାଉଛନ୍ତି ବୋଲି ଚର୍ଚ୍ଚା ଆରମ୍ଭ ହୋଇଛି। ଏହି ନିର୍ବାଚନରେ ବିଏନ୍‌ପିର ୩ ହିନ୍ଦୁ ପ୍ରାର୍ଥୀ ବିଜୟୀ ହୋଇଥିଲେ। ସେମାନଙ୍କ ମଧ୍ୟରୁ ଗୋଏଶ୍ୱର ଢାକା-୩ ଆସନରୁ ଏମ୍‌ପି ହୋଇଥିଲେ। ଗୋଏଶ୍ୱର ଖାଲିଦା ଜିଆଙ୍କ ସରକାର ସମୟରେ ମନ୍ତ୍ରୀ ରହିଥିଲା ବେଳେ ଏବେ ବିଏନ୍‌ପିରେ ତାଙ୍କର ପ୍ରଭାବ ରହିଛି। ବିଏନ୍‌ପି ସରକାର ଶପଥ ନେବା ପୂର୍ବରୁ ସୋମବାର ଅନ୍ତରୀଣ ସରକାର ମୁଖ୍ୟ ମହମ୍ମଦ ୟୁନୁସ୍‌ ତାଙ୍କ ପଦରୁ ଇସ୍ତଫା ଦେଇଛନ୍ତି।

Dharitri – Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ଶୀର୍ଷରେ ହରମନପ୍ରୀତ; ଧୋନି, ବିରାଟ, ରୋହିତ ଏହାର ପାଖାପାଖି ମଧ୍ୟ ନାହାନ୍ତି, ଲିଷ୍ଟ ଦେଖିଲେ ଆଶ୍ଚର୍ଯ୍ୟ ହେବେ

ନୂଆଦିଲ୍ଲୀ,୬।୧୦: ହରମନପ୍ରୀତ କୌର ଭାରତୀୟ ଦଳର ଅଧିନାୟକ ପଦରୁ ଓହରି ଯାଇଛନ୍ତି। T20 କ୍ରିକେଟ ଇତିହାସରେ ସବୁଠାରୁ ସଫଳ ଅଧିନାୟକ ହେବା ପରେ ସେ ଏହି ନିଷ୍ପତ୍ତି…

IT ରେଡ୍‌କୁ ନେଇ ମୁହଁ ଖୋଲିଲେ ରକୁଲପ୍ରୀତ: କହିଲେ, ମୁଁ ୨୦ ବର୍ଷ ବୟସରୁ…

ମୁମ୍ବାଇ: ହିନ୍ଦୀ, ତେଲୁଗୁ ଓ ତାମିଲ ସିନେମାରେ ଅଭିନୟ କରିଥିବା ଅଭିନେତ୍ରୀ ରକୁଲ ପ୍ରୀତ ସିଂ ଏବେ ଆୟକର ବିଭାଗର ନଜରରେ ଅଛନ୍ତି। ନିକଟରେ ରକୁଲ ଏବଂ…

ଆଉ କେବେ କ’ଣ ଟିମ ଇଣ୍ଡିଆ ପାଇଁ ଖେଳିବେ ନାହିଁ ହରମନପ୍ରୀତ? ଅଧିନାୟକ ପଦରୁ ଓହରିବା ସମୟରେ କହିଲେ…

ନୂଆଦିଲ୍ଲୀ,୬।୧୦: ଭାରତୀୟ ମହିଳା କ୍ରିକେଟ ଦଳ ଏକ ନୂତନ ଯୁଗରେ ପ୍ରବେଶ କରିବାକୁ ଯାଉଛି। ହରମନପ୍ରୀତ କୌର ସମସ୍ତ ଫର୍ମାଟରେ ଟିମ ଇଣ୍ଡିଆର ଅଧିନାୟକ ପଦରୁ ଓହରି…

ବସ୍‌କୁ ଅପେକ୍ଷା କରିଥିବା ଯାତ୍ରୀଙ୍କ ଉପରେ ଚଢ଼ିଗଲା ହାଇୱା, ୩….

ଗଜପତି,୬।୧୦(ଗିରିଧାରୀ ପରିଛା): ଗଜପତି ଜିଲା ରାୟଗଡ଼ ଥାନା ଅନ୍ତର୍ଗତ ବଡ଼ଗାଁ ଛକ ନିକଟରେ ମଙ୍ଗଳବାର ମର୍ମନ୍ତୁଦ ଦୁର୍ଘଟଣା ଘଟିଛି । ବସ୍‌କୁ ଅପେକ୍ଷା କରିଥିବା ଯାତ୍ରୀଙ୍କ ଉପରେ…

ଦିଲ୍ଲୀ କ୍ୟାପିଟାଲ୍ସରେ ବଡ଼ ପରିବର୍ତ୍ତନ, ହେଡ୍ କୋଚ୍ ହେଲେ…

ନୂଆଦିଲ୍ଲୀ,୬।୧୦: IPL ୨୦୨୭ ପୂର୍ବରୁ ଦିଲ୍ଲୀ କ୍ୟାପିଟାଲ୍ସରେ ବଡ଼ ପରିବର୍ତ୍ତନ ହୋଇଛି । ପୂର୍ବତନ ଭାରତୀୟ କ୍ରିକେଟର୍ ତଥା ପୂର୍ବତନ BCCI ସଭାପତି ସୌରଭ ଗାଙ୍ଗୁଲିଙ୍କୁ ଦିଲ୍ଲୀ…

ରାହୁଙ୍କ ନକ୍ଷତ୍ର ପରିବର୍ତ୍ତନ: ଏହି ୩ ରାଶି ହେବେ ମାଲାମାଲ, ଖୋଲିବ ସଫଳତାର ଦ୍ୱାର

ଜ୍ୟୋତିଷ ଶାସ୍ତ୍ରରେ କେବଳ ଗ୍ରହଙ୍କ ରାଶି ପରିବର୍ତ୍ତନ ନୁହେଁ, ନକ୍ଷତ୍ର ପରିବର୍ତ୍ତନକୁ ମଧ୍ୟ ବେଶ ଗୁରୁତ୍ୱ ଦିଆଯାଏ। ବିଶେଷକରି ରାହୁ ଓ କେତୁ ଭଳି ଛାୟାଗ୍ରହଙ୍କ ଚଳନ…

ବନ୍ଦ କୋଠରୀରେ କ’ଣ ଘଟିଥିଲା? ଇସ୍ତଫା ଦେବା ପାଇଁ ହରମନପ୍ରୀତଙ୍କ ଉପରେ BCCI ଚାପ ପକାଇଥିଲା କି? ଜାଣନ୍ତୁ ଅଧିନାୟକ ପଦରୁ ଓହରିବାର…

ନୂଆଦିଲ୍ଲୀ,୬।୧୦: ମାତ୍ର ୨୪ ଘଣ୍ଟା ପୂର୍ବ ପର୍ଯ୍ୟନ୍ତ ହରମନପ୍ରୀତ କୌର ଭାରତୀୟ ମହିଳା କ୍ରିକେଟ ଦଳର ଅଧିନାୟିକା ଥିଲେ; ତେବେ ହଠାତ ସେ କାହିଁକି ନିଜ ପଦରୁ…

ପାକିସ୍ତାନୀ ମୁସଲମାନଙ୍କୁ ନେଇ ମିକା ସିଂଙ୍କ ବଡ଼ ବୟାନ, ଖରାପ ନୁହଁନ୍ତି….

ନୂଆଦିଲ୍ଲୀ,୬।୧୦: ବଲିଉଡ୍‌ର ଲୋକପ୍ରିୟ ସିଙ୍ଗର୍ ମିକା ସିଂ ନିଜର ବେବାକ୍ ଅନ୍ଦାଜ ପାଇଁ ବେଶ୍ ପରିଚିତ। ଭାରତ-ପାକିସ୍ତାନ ସମ୍ପର୍କ ଏବଂ ଦୁଇ ଦେଶର କଳାକାରଙ୍କୁ ନେଇ ମଧ୍ୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?