ବ୍ରହ୍ମପୁର ଉପଖଣ୍ଡ ସ୍ତରୀୟ ୧୫ ତମ ଜାତୀୟ ଭୋଟର ଦିବସ: ପୁରସ୍କୃତ ହେଲେ

ଦିଗପହଣ୍ଡି,୨୫।୧(ଅଶେଷ ନାଥ ମିଶ୍ର) ବ୍ରହ୍ମପୁର ସ୍ଥିତ ଟାଉଲ ହଲ ପରିସରରେ ଶନିବାର ଗଞ୍ଜାମ ଜିଲା ପ୍ରଶାସନ ପକ୍ଷରୁ ବ୍ରହ୍ମପୁର ଉପଖଣ୍ଡ ସ୍ତରୀୟ ୧୫ ତମ ଜାତୀୟ ଭୋଟର ଦିବସ ପାଳିତ ହୋଇଛି। ଏହି ଅବସରରେ ଦିଗପହଣ୍ଡିର ସହକାରୀ ଶିକ୍ଷକ ଉପେନ୍ଦ୍ର ପଣ୍ଡାଙ୍କୁ ଶ୍ରେଷ୍ଠ ବିଏଲଓ ସୁପରଭାଇଜର ପୁରସ୍କାରରେ ସମ୍ମାନିତ କରାଯାଇଥିବା ଜଣାପଡିଛି। ଦିଗପହଣ୍ଡି ମଧୁବିଦ୍ୟା ପୀଠ ପ୍ରାଥମିକ ବିଦ୍ୟାଳୟରେ ପଣ୍ଡା ସହକାରୀ ଶିକ୍ଷକ ଭାବେ କାର୍ଯ୍ୟରତ ଅଛନ୍ତି। ଏହି ପରିପ୍ରେକ୍ଷୀରେ ସେ ୧୩୪- ଦିଗପହଣ୍ଡି ବିଧାନସଭା ନିର୍ବାଚନ ମଣ୍ଡଳୀର ବୁଥ୍‌ ସ୍ତରରେ ସଫଳତାର ସହ କାର୍ଯ୍ୟ କରିଥିବାରୁ ଅନଲାଇନ ମାର୍କିଂରେ ନିର୍ବାଚନ ସମ୍ବନ୍ଧିତ ଦକ୍ଷତା ପ୍ରଦର୍ଶନ ପାଇଁ ବ୍ରହ୍ମପୁର ଉପଜିଲାପାଳ ତଥା ନିର୍ବାଚନ ପଞ୍ଜୀକରଣ ଅଧିକାରୀ ଦୀନା ଦସ୍ତାଗିର ତାଙ୍କୁ ଶ୍ରେଷ୍ଠ ବୁଥ୍‌ ସ୍ତରୀୟ ଅଧିକାରୀ ଭାବେ ସମ୍ବର୍ଦ୍ଧିତ କରିବା ସହ ମାନପତ୍ର ପ୍ରଦାନ କରିଥିଲେ। ବୁଥ ସ୍ତରୀୟ କାର୍ଯ୍ୟ ପରିଚାଳନା ଦିଗରେ ଦିଗପହଣ୍ଡି ବିଡ଼ିଓ ଡ. ଚିତ୍ତରଞ୍ଜନ ଦାସ , ତହସିଲଦାର ଅନିତା ସାହୁ , ଗୋଷ୍ଠୀ ଶିକ୍ଷାଧିକାରୀ କୋରେଶ ସେଠୀ, ସହଗୋଷ୍ଠୀ ଶିକ୍ଷାଧିକାରୀ ବାଳା ମାଝୀ, ବିଶ୍ରବା ପାଇକ, ରସାନନ୍ଦ ଘଡେଇଙ୍କ ସମେତ ଏନଏସି ସିଆରସିସି ଅନୀଲ କୁମାର ଦାସ, ଜିପିଓ ଉମେଶ ସେଠୀ ସହଯୋଗ କରିଥିବାରୁ ସେମାନଙ୍କୁ ସେ କୃତଜ୍ଞତା ଜଣାଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଘରୁ ଲକ୍ଷାଧିକ ଟଙ୍କା ଚୋରି ଘଟଣା; ୯୨ ହଜାର ୫ ଶହ ଟଙ୍କା ଜବତ, ୩ ନାବାଳକ କରିଥିଲେ…

ଦିଗପହଣ୍ଡି/ଚିକିଟି,୨୨।୩(ଅଶେଷ ନାଥ ମିଶ୍ର/ ପ୍ରକାଶ ଚନ୍ଦ୍ର ସାହୁ): ଗଞ୍ଜାମ ଜିଲା ଚିକିଟିପେଣ୍ଠ ଗ୍ରାମ ପଦ୍ମନଗର ୬ଷ୍ଠ ଲେନ ବାସିନ୍ଦା ମଙ୍ଗୁଳୁ ପ୍ରଧାନଙ୍କ ଘରୁ ଚୋରି ଘଟଣାରେ ପୋଲିସକୁ…

ଦିଗପହଣ୍ଡିରେ ଜନଗଣନାର ପ୍ରଥମ ପର୍ଯ୍ୟାୟ ପ୍ରଶିକ୍ଷଣ ଶିବିର ଉଦଘାଟିତ, ତହସିଲଦାର…

ଦିଗପହଣ୍ଡି,୨୨ା୩(ଅଶେଷ ନାଥ ମିଶ୍ର): ରାଜ୍ୟ ନିର୍ବାଚନ କମିଶନଙ୍କ ନିର୍ଦ୍ଦେଶ କ୍ରମେ ଦିଗପହଣ୍ଡି ତହସିଲ ଓ ଏନଏସି ପ୍ରଶାସନ ପକ୍ଷରୁ ବଡଖେମୁଣ୍ଡି ହାଇସ୍କୁଲ ପରିସରରେ ଜାତୀୟ ଜନଗଣନା ୨୦୨୭ର…

ତାଲପାଲିପଡା ଶ୍ରୀରାମମନ୍ଦିର ବିଗ୍ରହ ପ୍ରତିଷ୍ଠା ଉତ୍ସବ ଆରମ୍ଭ, ଉତ୍ସବମୁଖର…

ବଲାଙ୍ଗୀର,୨୨ା୩(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ତାଲପାଲିପଡାରେ ପୁନଃନିର୍ମାଣ ହୋଇଥିବା ଶ୍ରୀରାମମନ୍ଦିରର ବିଗ୍ରହପ୍ରତିଷ୍ଠା ଉତ୍ସବ ରବିବାର ଠାରୁ ଆରମ୍ଭ ହୋଇଯାଇଛି । ଆୟୋଜକ କମିଟି ସହିତ ପଡାର ଶତାଧିକ…

ପଞ୍ଜାବ କିଙ୍ଗ୍ସକ ଦଳକୁ ନେଇ ବଡ଼ ମତ ରଖିଲେ ଇର୍ଫାନ ପଠାନ, ଜାଣନ୍ତୁ…

ନୂଆଦିଲ୍ଲୀ,୨୨ା୩: ଭାରତର ପୂର୍ୱତନ ଅଲରାଉଣ୍ଡର ଇର୍ଫାନ ପଠାନଙ୍କ ମତରେ ପଞ୍ଜାବ କିଙ୍ଗ୍ସ (ପିବିକେଏସ୍‌) ଏବେ ଉଚିତ ଦିଗରେ ଆଗଉଛି। ଦଳ ଅକ୍ସନରେ ଭଲ କରିବା ସହ ଚଳିତ…

ପାରିବାରିକ କଳହର କରୁଣ ପରିଣତି; ଆତ୍ମହତ୍ୟା କଲେ ନବବଧୂ, କାରଣ ଜାଣିଲେ…

ଦିଗପହଣ୍ଡି,୨୨।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଷ୍ଟେଟବ୍ୟାଙ୍କ ସମ୍ମୁଖ ରାମଚନ୍ଦ୍ର ନଗରରେ ରହୁଥିବା ଚନ୍ଦ୍ରମା ଗୌଡ଼ (୨୮)ନାମକ ଜଣେ ନବବଧୂ ଆତ୍ମହତ୍ୟା କରିଥିବା ଜଣାପଡିଛି ।…

ବସ୍‌ରେ ଚାଲାଣ ହେଉଥିଲା କଫସିରଫ: ମାଡ଼ି ବସିଲା ପୋଲିସ

ଡୁଙ୍ଗୁରିପାଲି,୨୨।୩(ଦୀନବନ୍ଧୁ ସୁନା): ସୁବର୍ଣ୍ଣପୁର ଜିଲା ଡୁଙ୍ଗୁରିପାଲି ବ୍ଲକ ରାମପୁର ଥାନା ପୋଲିସ ରବିବାର ୟ୧୫ ସହ ବୋତଲ କଫସିରଫ ଜବତ କରି ୩ଜଣ ଅଭିଯୁକ୍ତଙ୍କୁ ଗିରଫ କରି…

ବେପରୁଆ ଗାଡି ଚାଳନା, ଚକା ଫାଟି ଭାଙ୍ଗିଲା ଘର କାଚ

ଗଞ୍ଜାମ,୨୨।୩(ବିଦ୍ୟାଧର ସାହୁ ): ଗଞ୍ଜାମ ସହର ସ୍ଥିତ ଗ୍ରାସୀମ କମ୍ପାନୀକୁ ବିଭିନ୍ନ କାମରେ ଦୈନଦିନ ଶହ ଶହ ଟ୍ରକ ଟ୍ରାକ୍ଟର ଦଶ ଚକିଆ ଭାରୀଯାନ ଯାତାୟତ କରୁଛି…

ଧରିତ୍ରୀ ପ୍ରଭାବ: ସଜଡା ହେଲା ବ୍ଲକ ଗେଟ୍‌, ମରାମତି ହେଲା ‘ମରଣଯନ୍ତା’

ଥୁଆମୂଳ ରାମପୁର,୨୨।୩(ଦୁର୍ଗା କୀର୍ତ୍ତି): ଜନସାଧାରଣଙ୍କ ସମସ୍ୟା ସମାଧାନର ପେଣ୍ଠସ୍ଥଳ କୁହାଯାଉଥିବା ଥୁଆମୂଳ ରାମପୁର ପଞ୍ଚାୟତ ସମିତି କାର୍ଯ୍ୟାଳୟର ମୁଖ୍ୟ ପ୍ରବେଶ ପଥ ଏବେ ସମ୍ପୂର୍ଣ୍ଣ ସୁରକ୍ଷିତ ହୋଇଛି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri