Posted inଜାତୀୟ

ଲୋକ ସଭା ନିର୍ବାଚନ ଲଢିବାକୁ ଏକାଠି ହେଲେ ରାହୁଲ-ଅଖିଳେଶ

ଆଗ୍ରା,୨୫।୨: ଉତ୍ତରପ୍ରଦେଶର ପୂର୍ବତନ ମୁଖ୍ୟମନ୍ତ୍ରୀ ଏବଂ ଏସପି ମୁଖ୍ୟ ଅଖିଳେଶ ଯାଦବ ମଧ୍ୟ ରାହୁଲ ଗାନ୍ଧୀଙ୍କ ଭାରତ ଯୋଡୋ ନ୍ୟାୟ ଯାତ୍ରାରେ ଭାଗ ନେଇଛନ୍ତି। ଏହି ସମୟ ମଧ୍ୟରେ ପ୍ରିୟଙ୍କା ଗାନ୍ଧୀ ଭଦ୍ରା ମଧ୍ୟ ଉପସ୍ଥିତ ଥିଲେ। ଉଭୟ ଦଳ ମଧ୍ୟରେ ମେଣ୍ଟ ଘୋଷଣା ହେବା ପରେ ସମାଜବାଦୀ ପାର୍ଟି ଭାରତ ଯୋଡୋ ନ୍ୟାୟା ଯାତ୍ରାରେ ଭାଗ ନେବାକୁ ଘୋଷଣା କରିଥିଲେ। ସୂଚନାଯୋଗ୍ୟ, ନିକଟରେ ଏସପି ଏବଂ କଂଗ୍ରେସ ମଧ୍ୟରେ ଏକ ମେଣ୍ଟ ଘୋଷଣା କରାଯାଇଥିଲା ଯେଉଁଥିରେ ଏସପି କଂଗ୍ରେସକୁ ୧୭ଟି ଲୋକ ସଭା ଆସନ ଦେବାକୁ ପ୍ରତିଶୃତି ଦେଇଛି। ଏଥିରେ ବାରାଣସୀ ଏବଂ ପ୍ରୟାଗରାଜ ମଧ୍ୟ ଅନ୍ତର୍ଭୁକ୍ତ।

ରାହୁଲ ଗାନ୍ଧୀଙ୍କ ଗସ୍ତରେ ଅଖିଳେଶ ଯାଦବଙ୍କ ଶକ୍ତି ପ୍ରଦର୍ଶନ ମଧ୍ୟ ଦେଖିବାକୁ ମିଳିଥିଲା ଏବଂ ବହୁ ସଂଖ୍ୟକ ଏସପି କର୍ମୀ ମଧ୍ୟ ଉପସ୍ଥିତ ଥିଲେ। ଆମ୍ବେଦକରଙ୍କ ପ୍ରତିମୂର୍ତ୍ତିରେ ପୁଷ୍ପମାଲ୍ୟ ଦେବାପରେ ଉଭୟ ନେତା ପଦଯାତ୍ରା ଆରମ୍ଭ କରିଥିଲେ। ଏହି ସମୟରେ ଅଖିଳେଶ ଯାଦବ କହିଛନ୍ତି, ରାହୁଲ ଗାନ୍ଧୀ ଦେଶରେ ପ୍ରେମ ବିଷୟରେ କଥାବାର୍ତ୍ତା କରନ୍ତି। କିନ୍ତୁ ଏହି ସହରଟି ସମ୍ପୂର୍ଣ୍ଣରୂପେ ପ୍ରେମ ସହର ଅଟେ। ଆମର ସଂଗ୍ରାମ ହେଉଛି ସମ୍ବିଧାନକୁ ବଞ୍ଚାଇବା। ଭାଜପା ହଟାନ୍ତୁ ଏବଂ ଦେଶ ବଞ୍ଚାନ୍ତୁ। ଉତ୍ତରପ୍ରଦେଶରେ ଭାଜପା ହାରିଗଲେ ହିଁ ଆମର ସଂଗ୍ରାମ ସଫଳ ହେବ। ୮୦ ହରାନ୍ତୁ, ଗଣତନ୍ତ୍ରକୁ ବଞ୍ଚାନ୍ତୁ । ଏହି ସମୟରେ ରାହୁଲ ଗାନ୍ଧୀଙ୍କ ସହ କଂଗ୍ରେସର ସାଧାରଣ ସମ୍ପାଦକ ପ୍ରିୟଙ୍କା ଗାନ୍ଧୀ ମଧ୍ୟ ମଞ୍ଚରେ ଉପସ୍ଥିତ ଥିଲେ।
ଏହି ସମୟରେ କଂଗ୍ରେସ ନେତା ରାହୁଲ ଗାନ୍ଧୀ କହିଛନ୍ତି, ଭିଡ଼ ଭିତରୁ ଜଣେ ବାଳକ ମୋ ପାଖକୁ ଆସି କହିଲା ତୁମେ କଣ କରୁଛ ମୁଁ ଜାଣେ। ଯେତେବେଳେ ମୁଁ ପଚାରିଲି ମୁଁ କ’ଣ କରୁଛି, ସେ କହିଲା ତୁମେ ଘୃଣାର ବଜାରରେ ପ୍ରେମର ଦୋକାନ ଖୋଲୁଛ। ଆଜି ଦେଶରେ ଘୃଣାର ବଜାର ଖୋଲା ଅଛି। ଏହି ଦେଶର ଗରିବ ଲୋକଙ୍କ ପ୍ରତି ଅନ୍ୟାୟ କରାଯାଉଛି। ସେଥିପାଇଁ ଆମେ ମଧ୍ୟ ଆମର ଯାତ୍ରାରେ ନ୍ୟାୟ ଶବ୍ଦ ଯୋଡିଛୁ।


Enter your email to get our daily news in your inbox.

All Right Reserved By Dharitri.Com

କୋରାପୁଟରେ ପ୍ରବଳ ବର୍ଷା ସମ୍ଭାବନା, ଅଧିକାରୀଙ୍କୁ ମୁଖ୍ୟାଳୟ ନଛାଡ଼ିବା ନିର୍ଦ୍ଦେଶ

କୋରାପୁଟ, ୨୧/୯( ଅମିତାଭ ବେହେରା ): ବଙ୍ଗୋପସାଗରରେ ଲଘୁଚାପ ସୃଷ୍ଟି ହୋଇ ଏହା ଅବପାତର ରୂପ ନେବା ନେଇ ଭାରତୀୟ ପାଣିପାଗ ବିଭାଗ (ଆଇଏମ୍‌ଡି) ପକ୍ଷରୁ ସତର୍କ…

୧୪୦ ଅନ୍ତେବାସୀ ହଷ୍ଟେଲ ଛାଡ଼ିବା ଘଟଣା: ୪୬ ଦିନ ପରେ ଉଚ୍ଚସ୍ତରୀୟ ତଦନ୍ତ

ଝରିଗାଁ,୨୧।୯(କିଶୋର ଚନ୍ଦ୍ର ମଣ୍ଡଳ): ମୌଳିକ ସୁବିଧା-ସୁଯୋଗର ଅଭାବ ଏବଂ ନିମ୍ନମାନର ଖାଦ୍ୟ ଯୋଗାଣ ଯୋଗୁ ନବରଙ୍ଗପୁର ଜିଲା ଝରିଗାଁ ବ୍ଲକ ସାନରଟମରା ସରକାରୀ ଉନ୍ନୀତ ଉଚ୍ଚ ବିଦ୍ୟାଳୟ…

ଗଭୀର ଅବପାତ ପ୍ରଭାବ: ୩ ଦିନ ବନ୍ଦ ରହିବ ଗଞ୍ଜାମର ସମସ୍ତ ଅଙ୍ଗନବାଡ଼ି କେନ୍ଦ୍ର

ଛତ୍ରପୁର, ୨୧/୯ (ଦିଲ୍ଲୀପ ସାମଲ/ଦ୍ଵାରକା ପଟ୍ଟନାୟକ) : ଗଭୀର ଅବପାତ ଯୋଗୁ ସମ୍ଭାବ୍ୟ ପ୍ରତିକୂଳ ପାଣିପାଗ ପରିସ୍ଥିତିକୁ ଦୃଷ୍ଟିରେ ରଖି ଗଞ୍ଜାମ ଜିଲା ପ୍ରଶାସନ ପକ୍ଷରୁ ଆଗୁଆ…

ପ୍ରକାଶ ପାଇଲା ଚୂଡ଼ାନ୍ତ ଭୋଟର ତାଲିକା-୨୦୨୬: ବରଗଡ଼ ଜିଲାରେ ୧୧.୧୧ ଲକ୍ଷ ଭୋଟର

ବରଗଡ,୨୧।୯(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାପାଳଙ୍କ କାର୍ଯ୍ୟାଳୟ ସଭାଗୃହଠାରେ ସୋମବାର ଭୋଟର ତାଲିକାର ସ୍ବତନ୍ତ୍ର ସଘନ ସଂଶୋଧନ (ଏସଆଇଆର) ପ୍ରକ୍ରିୟା ଅନ୍ତର୍ଗତ ଚୂଡ଼ାନ୍ତ ଭୋଟର ତାଲିକା-୨୦୨୬ ଆନୁଷ୍ଠାନିକ ଭାବେ…

ଫୁଟ୍‌ବଲ ମ୍ୟାଚ୍‌ ଦେଖି ଫେରୁଥିଲେ ୨ ଯୁବକ, ଧକ୍କା ଦେଲା ଅଜଣା ଗାଡ଼ି: ଘଟଣାସ୍ଥଳରେ…

ବାରିପଦା,୨୧।୯(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲା ଶୁଳିଆପଦା ବ୍ଲକ କାଳିଆଶୋଳ ନିକଟରେ ସୋମବାର ରାତିରେ ଏକ ଭୟଙ୍କର ସଡ଼କ ଦୁର୍ଘଟଣା ଘଟିଛି ଏକ ଅଜଣା ଗାଡ଼ି ଧକ୍କା…

ପୋଖରୀକୁ ଗାଧୋଇବାକୁ ଯାଇଥିଲେ ନିହାରିକା, ଖସିଗଲା ଗୋଡ଼: ଆଉ ତା’ପରେ…

ଲାଞ୍ଜିଗଡ,୨୧।୯(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ ବ୍ଲକ ଲାଞ୍ଜି ପଞ୍ଚାୟତ ବିଶ୍ୱନାଥପୁର ଥାନା ଅନ୍ତର୍ଗତ ସିନ୍ଧିପଦର ଗ୍ରାମର ଜଣେ ନାବାଳିକାର ପାଣିରେ ବୁଡି ମୃତ୍ୟୁ ଘଟିଛି…

ସମ୍ଭାବ୍ୟ ବାତ୍ୟାକୁ ନେଇ ବଡ଼ ଅପଡେଟ୍‌: ଏହି ବାଟ ଦେଇ ଅତିକ୍ରମ କରିବ ସ୍ଥଳଭାଗ!

ଭୁବନେଶ୍ୱର, ୨୧।୯: ସଷ୍ଟି ହେଲା ଅବପାତ। ପୁରୀଠାରୁ ଦକ୍ଷିଣ-ପୂର୍ବ ଦିଗ ଓ ଗୋପାଳପୁରଠାରୁ ପୂର୍ବ-ଦକ୍ଷିଣ-ପୂର୍ବ ଦିଗରେ ୩୧୦ କି.ମି ଦୂରରେ ଅବପାତ କେନ୍ଦ୍ରୀଭୂତ। କଳିଙ୍ଗପାଟନମରୁ ୩୯୦ କି.ମି…

ବହୁମୁଖୀ ଭବନ ଲୋକାର୍ପଣ କଲେ ବିଧାୟକ ସିଦ୍ଧାନ୍ତ ମହାପାତ୍ର: ବାଣ୍ଟିଲେ ଭତ୍ତା

ଦିଗପହଣ୍ଡି, ୨୧।୯ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଏନଏସି ଅଞ୍ଚଳରେ ବିଭିନ୍ନ ଉନ୍ନୟନମୂଳକ ପ୍ରକଳ୍ପର ଉଦ୍‌ଘାଟନ ଓ ଶିଳାନ୍ୟାସ ଅନୁଷ୍ଠିତ ହୋଇଛି। ସୋମବାର ଦିଗପହଣ୍ଡି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?