Posted inଜାତୀୟ

ଲକ୍ଷ୍ମୀପୁର ହିଂସା: ମୃତକ ଖବରଦାତା, କୃଷକଙ୍କ ପରିବାରକୁ ଭେଟିଲେ ପ୍ରିୟଙ୍କା-ରାହୁଲ

ଲକ୍ଷ୍ନୌ,୭ ।୧୦: ଉତ୍ତର ପ୍ରଦେଶ ଲକ୍ଷ୍ମୀପୁର ଖେରିର ତିକୁନିୟାରେ ଅକ୍ଟାବର ୩ରେ ହୋଇଥିବା ହିଂସା ପରେ ରାଜନୀତି ହୋଇଛି ସରଗରମ । କଂଗ୍ରେସ ନେତା ରାହୁଲ ଗାନ୍ଧୀ ଓ ପ୍ରିୟଙ୍କା ଗାନ୍ଧୀ ଭଦ୍ରା ବୁଧବାର ବିଳମ୍ବିତ ରାତିରେ ମୃତକ ଖବରଦାତା ରମଣ କଶ୍ୟପ ଓ କୃଷକଙ୍କ ପରିବାରଙ୍କୁ ଭେଟି ସମବେଦନା ପ୍ରକାଶ କରିଛନ୍ତି । ଏମାନଙ୍କ ସହ ଛତିଶଗଡ଼ ମୁଖ୍ୟମନ୍ତ୍ରୀ ଭୁପେଷ ବାଘେଲ ଓ ପଞ୍ଜାବ ମୁଖ୍ୟମନ୍ତ୍ରୀ ଚରଣଜିତ ସିଂ ଚନ୍ନି ବି ସେଠାରେ ପହଞ୍ଚିଥିଲେ । ମୃତକଙ୍କ ପରିବାରକୁ ଭେଟିବା ପରେ ରାହୁଲ ଟୁଇଟ୍ କରି କହିଛନ୍ତି ମୃତକଙ୍କ ପରିବାର ଏବେ ନ୍ୟାୟ ଚାହୁଁଛନ୍ତି ଓ ମନ୍ତ୍ରୀଙ୍କୁ ତୁରନ୍ତ ପଦରୁ ହଟାଇ ଏମାନଙ୍କୁ ନ୍ୟାୟ ଦିଆଯାଉ । ଏହାପରେ କଂଗ୍ରେସ ନେତାମାନେ ସରଦାର ନଛତର ସିଂଙ୍କ ପରିବାରକୁ ଭେଟି ସମବେଦନା ପ୍ରକାଶ କରିଛନ୍ତି । ଏହାପରେ ରାହୁଲ କହିଛନ୍ତି ଶହୀଦ ନଛତର ସିଂଙ୍କ ପରିବାର ଦୁଇ ପ୍ରକାର ଦୁଃଖରେ ପୀଡ଼ିତ । ପ୍ରଥମତଃ ନିଜ ପରିବାର ସଦସ୍ୟଙ୍କୁ ହରାଇବା ଏବଂ ଏହା ଉପରେ ସରକାରଙ୍କ ଜୁଲମ । ଏହି କ୍ରୁର ରାତିର ସକାଳ ନିଶ୍ଚୟ ହେବ ବୋଲି ରାହୁଲ କହିଛନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

ଆମେରିକା-ଇରାନ ଶାନ୍ତି ବାର୍ତ୍ତା ପୂର୍ବରୁ ପାକିସ୍ତାନ ରାଜଧାନୀରେ ହାଇଆଲର୍ଟ: ଗଳିକନ୍ଦିରେ ପୋଲିସ ଛାଉଣି,୧୦ ହଜାର ଯବାନ… 

ଇସଲାମାବାଦ,୧୦।୪: ପାକିସ୍ତାନର ରାଜଧାନୀ ଇସଲାମାବାଦରେ ଆମେରିକା ଏବଂ ଇରାନ ମଧ୍ୟରେ ହେବାକୁ ଥିବା ଗୁରୁତ୍ୱପୂର୍ଣ୍ଣ ଶାନ୍ତି ବାର୍ତ୍ତା ପୂର୍ବରୁ ସୁରକ୍ଷା ବ୍ୟବସ୍ଥାକୁ ବହୁତ କଡ଼ାକଡ଼ି କରାଯାଇଛି। ସହରରେ…

ଲୋକକଳା ପାଇଁ ଦିନଟିଏ

ଖଜୁରିପଡ଼ା,୧୦ା୪ (ବିଦୁର ବେହେରା): ଖଜୁରିପଡ଼ା ବ୍ଲକ୍‌ ପକ୍ଷରୁ ସ୍ଥାନୀୟ ହାଇସ୍କୁଲ ପଡ଼ିଆଠାରେ ଶୁକ୍ରବାର ସାରେ ଲୋକକଳା ପାଇଁ ଦିନଟିଏ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଛି। ଏଥିରେ ବିଡିଓ ଶୁଭ…

ହାତୀ ଆକ୍ରମଣରେ ଜଣେ ଗୁରୁତର

ରୁପ୍ରାରୋଡ୍‌,୧୦ା୪(ସଞ୍ଜୀବ ଦାସ): ହାତୀ ଆକ୍ରମଣରେ କଳାହାଣ୍ଡି ଜିଲା ନର୍ଲା ବ୍ଲକ୍‌ର ଜଣେ ବ୍ୟକ୍ତି ଗୁରୁତର ହୋଇଛନ୍ତି। ସେ ହେଲେ କୁରମେଲ ପଞ୍ଚାୟତ ବୁଦେଲଗୁମା ଗ୍ରାମର ସୀମାଞ୍ଚଳ ନାଏକ…

ମୁଖ୍ୟମନ୍ତ୍ରୀ ବସ୍‌କୁ ଅଟକାଇ କର୍ମଚାରୀଙ୍କୁ ମାଡ଼ ମାରିଲେ ଯୁବକ,ପରେ…

ଆନନ୍ଦପୁର,୧୦।୪(ସୁଶାନ୍ତ କୁମାର ସାହୁ ): କେନ୍ଦୁଝର ଜିଲା ଘସିପୁରା ବ୍ଲକ କେଶଦୁରାପାଳଠାରୁ ଘସିପୁରା ଯାଉଥିବା ମୁଖ୍ୟମନ୍ତ୍ରୀ ବସ୍‌କୁ ଦେଓଗାଁ ଚିକିତ୍ସାଳୟ ସମ୍ମୁଖରେ ଜଣେ ଯୁବକ ଶୁକ୍ରବାର ଅଚାନକ…

୪ଟି ଶ୍ରେଣୀଗୃହରେ ଅଷ୍ଟମ ଶ୍ରେଣୀ ପର୍ଯ୍ୟନ୍ତ ପାଠପଢ଼ା

ଗଞ୍ଜାମ,୧୦ା୪(ବିଦ୍ୟାଧର ସାହୁ): ଗଞ୍ଜାମ ଏନ୍‌ଏସି ଅନ୍ତର୍ଗତ ଦାମୋଦରପୁର ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ପାଠପଢ଼ାରେ ବ୍ୟଘାତ ସୃଷ୍ଟି ହେଉଛି। ୧୯୭୫ ମସିହାରେ ପ୍ରତିଷ୍ଠିତ ଏହି ବିଦ୍ୟାଳୟରେ ଶିଶୁ ବାଟିକା…

ଯମୁନାରେ ବୁଡ଼ିଲା ଡଙ୍ଗା: ୧୦ ଭକ୍ତଙ୍କ ଚାଲିଗଲା ଜୀବନ, ଉଦ୍ଧାର କାର୍ଯ୍ୟ ଜାରି

ଲକ୍ଷ୍ନୌ,୧୦।୪: ମଥୁରା ଜିଲାର ବୃନ୍ଦାବନରେ ଶୁକ୍ରବାର ଏକ ବଡ଼ ଦୁର୍ଘଟଣା ଘଟିଛି। ଶ୍ରୀନଗର ଘାଟ ନିକଟରେ ଏକ ଡଙ୍ଗା ବୁଡ଼ିଯିବା ପରେ ଅନେକ ଭକ୍ତ ନିଖୋଜ ହୋଇଯାଇଛନ୍ତି।…

ଥଲାପତି ବିଜୟଙ୍କୁ ବଡ଼ ଝଟ୍‌କା: ଅନୁରୋଧ କରି କହିଲେ…

ଦକ୍ଷିଣ ଭାରତୀୟ ସୁପରଷ୍ଟାର ଥଲାପତି ବିଜୟଙ୍କ ଫିଲ୍ମ ‘ଜନ ନାୟାଗନ’ ମୁକ୍ତିଲାଭ ଅପେକ୍ଷାରେ ଅଛି। ପ୍ରଥମେ ଜାନୁଆରୀ ୨୦୨୬ରେ ରିଲିଜ ହେବାର ଯୋଜନା ଥିଲା, କିନ୍ତୁ ବିଭିନ୍ନ…

ସ୍କୁଲରେ ଆଡମିଶନ ପାଇଁ ରାତି ଅନିଦ୍ରା

ଖଇରା,୧୦।୪(ଉତ୍କଳବନ୍ଧୁ ପଣ୍ଡା): ବାଲେଶ୍ୱର ଜିଲା ଖଇରା ବ୍ଲକ ଅଡା ହାଇସ୍କୁଲରେ ନବମ ଶ୍ରେଣୀରେ ଆଡମିଶନ ପାଇଁ ଅଭିଭାବକ ଓ ଛାତ୍ରୀଛାତ୍ରମାନଙ୍କୁ ରାତି ଅନିଦ୍ରା ହୋଇ ଅପେକ୍ଷା କରୁଥିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri